ରହସ୍ୟ ହୋଇଯିବ କି ଅର୍ଚ୍ଚନାଙ୍କ କଳାସାମ୍ରାଜ୍ୟ

ଭୁବନେଶ୍ୱର, ୧୯।୧୨ (ବ୍ୟୁରୋ):ବ୍ଲାକ୍‌ମେଲର ମହିଳା ଅର୍ଚ୍ଚନା ନାଗ ଓ ତାଙ୍କ ସ୍ବାମୀ ଜଗବନ୍ଧୁ ଚାନ୍ଦଙ୍କୁ ରିମାଣ୍ଡରେ ନେଇ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ମୁହାଁମୁହିଁ ଜେରା କରି ବହୁ ତଥ୍ୟ ହାସଲ କରିଛି। ଏହାରି ଭିତରେ ରବିବାର ଅର୍ଚ୍ଚନାଙ୍କ ୬ ଦିନିଆ ରିମାଣ୍ଡ ଅବଧି ସରିଛି। ତାଙ୍କୁ ଗତ ୧୩ ତାରିଖରେ ଇଡି ଦ୍ୱିତୀୟ ପର୍ଯ୍ୟାୟରେ ରିମାଣ୍ଡରେ ଆଣି ଜେରା କରୁଥିଲା। ରିମାଣ୍ଡ ଅବଧି ସରିଯାଇଥିବାରୁ ସୋମବାର ଇଡି ଅର୍ଚ୍ଚନାଙ୍କୁ ନେଇ କୋର୍ଟରେ ହାଜର କରିବ ବୋଲି ସୂଚନା ମିଳିଛି। ହେଲେ ଅର୍ଚ୍ଚନା କ’ଣ କହିଲେ ଓ କ’ଣ ଲୁଚାଇଲେ ସେ ସଂକ୍ରାନ୍ତରେ ଇଡି ପକ୍ଷରୁ ଗଣମାଧ୍ୟମକୁ ସୂଚନା ଦିଆଯାଉ ନ ଥିଲେ ମଧ୍ୟ ରାଜ୍ୟର ସବୁଠାରୁ ବଡ଼ ହନିଟ୍ରାପ୍‌, ବ୍ଲାକ୍‌ମେଲିଂ ଓ ଠକେଇ ଘଟଣା ରହସ୍ୟରେ ରହିଯିବାକୁ ବସିଛି। ଏଥିରେ ରାଜ୍ୟର ବଡ଼ ବଡ଼ ନେତା, ଅଫିସର, ପୋଲିସ ଓ ବ୍ୟବସାୟୀଙ୍କ ସମ୍ପୃକ୍ତି ଜଳଜଳ ଦିଶୁଥିଲେ ମଧ୍ୟ ଏଯାଏ ଇଡି ଅଧିକାରୀମାନେ ଅର୍ଚ୍ଚନାଙ୍କ କଳା ସାମ୍ରାଜ୍ୟର ଗୁମର ଖୋଲିପାରୁ ନ ଥିବାରୁ ଏଭଳି ଚର୍ଚ୍ଚା ଏବେ ଜୋର୍‌ଧରିଛି।
ଏପଟେ ଅର୍ଚ୍ଚନାଙ୍କ ସ୍ବାମୀ ଜଗବନ୍ଧୁ ଚାନ୍ଦଙ୍କ ୯ ଦିନିଆ ରିମାଣ୍ଡରୁ ଆଉ ୪ ଦିନ ବାକି ରହିଛି। ସେ ଗତ ୧୪ ତାରିଖରୁ ରିମାଣ୍ଡରେ ଆସି ଜେରା ହେଉଛନ୍ତି। ଆଗାମୀ ବୁଧବାର ତାଙ୍କର ରିମାଣ୍ଡ ସରିବ। ଏହି ସମୟ ମଧ୍ୟରେ ଜଗବନ୍ଧୁଙ୍କଠାରୁ ଅଧିକ ତଥ୍ୟ ହାସଲ କରିବାକୁ ଇଡି ଚେଷ୍ଟା କରୁଛି। ସେହିପରି ପୂର୍ବରୁ ୨ଥର ହାଜର ହୋଇ ଅର୍ଚ୍ଚନାଙ୍କ ହନିଟ୍ରାପ୍‌ ଗୁମର ଖୋଲିଥିବା ସହଯୋଗୀ ଶ୍ରଦ୍ଧାଞ୍ଜଳି ଶନିବାର ତୃତୀୟଥର ପାଇଁ ଇଡି କାର୍ଯ୍ୟାଳୟରେ ହାଜର ହୋଇଥିଲେ। ଏହି ସମୟରେ ୧୨ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ଧରି ଇଡି ଅଧିକାରୀମାନେ ଅର୍ଚ୍ଚନା, ଜଗବନ୍ଧୁ ଏବଂ ଶ୍ରଦ୍ଧାଞ୍ଜଳିଙ୍କୁ ଏକାଠି ବସାଇ ମାରାଥନ ଜେରା କରିଥିଲେ। ତେବେ ଏହି ସମୟରେ ବହୁ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ଇଡି ପାଇଥିବା ସୂଚନା ମିଳିଛି। ଏପରିକି ଶ୍ରଦ୍ଧାଞ୍ଜଳି ବହୁ ଗୁମର ଖୋଲି ଦେଇଥିବା ଚର୍ଚ୍ଚା ହେଉଛି। ସେହିପରି ଅର୍ଚ୍ଚନା ଗହଣା କିଣିଥିବା ଏକ ପ୍ରତିଷ୍ଠିତ ସୁନା ଦୋକାନର ୨ କର୍ମଚାରୀ ଇଡିରେ ହାଜର ହୋଇ ତଥ୍ୟ ରଖିଥିଲେ। ଅନ୍ୟପଟେ ରାଜ୍ୟ ଫୋରେନ୍‌ସିକ ଲ୍ୟାବ ଅର୍ଚ୍ଚନାଙ୍କ ଡିଜିଟାଲ ପ୍ରମାଣପତ୍ର ଇଡିକୁ ଦେଇଥିବା ସୂଚନା ମିଳିଛି। ସେଥିରୁ ଇଡି ମଧ୍ୟ ତଥ୍ୟ ହାସଲ କରୁଛି। ତେବେ ଇଡି ଏହି ମାମଲାରେ ଆଗାମୀ ଦିନରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେଇପାରେ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

ଅବସରପ୍ରାପ୍ତ କର୍ମଚାରୀଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ,ପ୍ରତ୍ୟାହର ନ କଲେ ଆନ୍ଦୋଳନ: ବିଧାୟକ

ଭବାନୀପାଟଣା/ଧର୍ମଗଡ଼,୯।୪(ଉତ୍ତମ କୁମାର ଦାଶ/ଘାସିରାମ ଜଗତ)-ରାଜ୍ୟ ସରକାରଙ୍କ ଅବସର ପ୍ରାପ୍ତ କର୍ମଚାରୀ ଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ କରିଛନ୍ତି ଜୁନାଗଡ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର।ରାଜ୍ୟ…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri