ରାଇବଣିଆରେ ୧୭ ହାତୀଙ୍କ ଉପଦ୍ରବ

ଜଳେଶ୍ୱର, ୧୨।୫(ସ୍ବ.ପ୍ର.)-ଗତ କିଛିଦିନ ବ୍ୟବଧାନ ପରେ ଶିମିଳିପାଳର ୧୭ ହାତୀ ବାଲେଶ୍ୱର ଜିଲାର ଜଳେଶ୍ୱର ବ୍ଲକ ଅନ୍ତର୍ଗତ ରାଇବଣିଆରେ ୨ଦିନ ଧରି ବ୍ୟାପକ କ୍ଷତି ଘଟାଇ ଚାଲିଛନ୍ତି। ଏହି ହାତୀମାନେ ରାଇବଣିଆ ଅଞ୍ଚଳ ଛାଡ଼ି ରାସଗୋବିନ୍ଦପୁର ଓ ପଶ୍ଚିମବଙ୍ଗର କେସରେଖା ଫରେଷ୍ଟ ରେଞ୍ଜ ଅଞ୍ଚଳରେ ବ୍ୟାପକ କ୍ଷତି କରି ଆସୁଥିବା ବେଳେ ରବିବାର ରାତିରେ ପୁଣି ଜଳେଶ୍ୱର ରେଞ୍ଜର ରାଇବଣିଆ ଅଞ୍ଚଳରେ ପ୍ରବେଶ କରିଛନ୍ତି ା ଗତ ରାତିରେ ଜଙ୍ଗଲ ନିକଟରେ ଥିବା ଗାଁ ଗୁଡ଼ିକର ପରିବାଚାଷ, କଦଳୀ ଚାଷର କ୍ଷତି କରିଥିବା ବେଳେ ସୋମବାର ଦିନତମାମ ଧାନ କ୍ଷେତରେ ପଶି ଧାନ ଖାଇ ଦଳିଚକଟି ନଷ୍ଟ କରିଦେଇଛନ୍ତି। ରାସଗୋବିନ୍ଦପୁର ରେଞ୍ଜର ହରିଣାଶୋଳ ଜଙ୍ଗଲରୁ ବାହାରି ରାଇବଣିଆର ଆମ୍ବତୁମ୍ବା, କ୍ଷୀରକୋଳିସାହି, ପ୍ରସାଦିଆ ଓ ଲୁହାପଡ଼ା ଜଙ୍ଗଲର ଆଖପାଖରେ ଧାନ ଫସଲ ନଷ୍ଟ କରି ଆସୁଛନ୍ତି। ଘଟଣା ଜଣାଯିବା ପରେ ବାଲେଶ୍ୱର ଡିଏଫଓ ବିଶ୍ୱରାଜ ପଣ୍ଡାଙ୍କ ନିର୍ଦ୍ଦେଶରେ ଜଳେଶ୍ୱର ରେଞ୍ଜର ସରୋଜ କୁମାର ମହାନ୍ତି, ଫରେଷ୍ଟର ତପନ ସିଂହ, ମନୋହର ସିଂ, ଅଞ୍ଜନ ଦାସ, ସବୁଜ ବାହିନୀର ଅମରେଶ ଦାସ, ସୁବାସ ଦାସ ପ୍ରମୁଖ ପହଞ୍ଚତ୍ ହାତୀମାନଙ୍କର ଗତିବିଧି ଉପରେ ନଜର ରଖିଛନ୍ତି। ହାତୀ ଗୁଡ଼ିକ ଜଳେଶ୍ୱର-ରାସଗୋବିନ୍ଦପୁର, କେସରେଖା ରେଞ୍ଜରେ ରହି ଦୀର୍ଘ ୮ମାସ ଧରି କ୍ଷତି କରୁଥିବାରୁ ୨ରାଜ୍ୟର ୩ଜିଲା କର୍ତ୍ତୃପକ୍ଷ ହାତୀ ଘଉଡ଼ାଇବାକୁ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାଳବୈଶାଖୀ ତାଣ୍ଡବ: ଭାଙ୍ଗିଲା ଗଛ, ଉଡ଼ିଲା ଆଜ୍‌ବେଷ୍ଟସ୍‌

କୋରାପୁଟ,୩।୪(ଅମିତାଭ ବେହେରା): କୋରାପୁଟ ସହରରେ ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ପ୍ରଭାବରେ ଅଞ୍ଚଳର ବିଭିନ୍ନ ସ୍ଥାନରେ ଝଡ଼ତୋଫାନ ହୋଇଛି। ଝଡ଼ତୋଫାନରେ କୋରାପୁଟ-ରାୟଗଡ଼ା ସଂଯୋଗ କରୁଥିବା…

ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍‌ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା  ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ…

ମାମୁଁ ଘରକୁ ଆସି ଗତକାଲିଠୁ ଥିଲେ ନିଖୋଜ: ଆଜି କେନାଲରୁ ମିଳିଲା ମୃତଦେହ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ପଟ୍ଟାମୁଣ୍ଡାଇ ୩।୪(କଳ୍ପତରୁ ନାୟକ) କେନ୍ଦ୍ରାପଡା ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗୁରୁବାର ପୂର୍ବାହ୍ନରୁ ନିଖୋଜ ଥିବା ଜଣେ ୭ ବର୍ଷୀୟ ନାବାଳିକା ସ୍କୁଲ…

୮ ତାରିଖ ଯାଏ ଛେଚିବ: ଆସନ୍ତାକାଲି ପାଇଁ ଏହି ୧୨ ଜିଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା! ୱାର୍ନିଂ ଜାରି କଲା…

ଭୁବନେଶ୍ୱର,୩।୪: ରାଜ୍ୟରେ ୮ ତାରିଖ ଯାଏ ବର୍ଷା ନେଇ ପାଣିପାଗ ବିଭାଗ ଚେତାବନୀ ଜାରି କରିଛି। ବିଜୁଳି, ଘଡ଼ଘଡ଼ି ସହ ବର୍ଷା ନେଇ ଆସନ୍ତାକାଲି ପାଇଁ ୧୨…

ଗାଁ ରେ ମା ’ ବୁଢ଼ୀ ଠାକୁରାଣୀ ଯାତ୍ରା: ଏପଟେ ତାଲାଭାଙ୍ଗି ନେଇଗଲେ ସୁନା,ରୁପା ଅଳଙ୍କାର

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଜଗନ୍ନାଥ ମନ୍ଦିର ସାହିରେ ରହୁଥିବା ରାଜମିସ୍ତ୍ରୀ ପିଣ୍ଟୁ ସାହୁଙ୍କ ଘର ତାଲା ଭାଙ୍ଗି ଦୁର୍ବୃତ୍ତମାନେ କଳାକନା…

ବାଣ ତିଆରି ବେଳେ ଭୟଙ୍କର ବିସ୍ଫୋରଣ: ୬ ଗୁରୁତର

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ସାହୁ): ନୟାଗଡ଼ ଜିଲା ନୂଆଗାଁ ଥାନା ଅଞ୍ଚଳରେ ବାଣ ତିଆରି କରୁଥିବା ବେଳେ ଶୁକ୍ରବାର ଏକ ଭୟଙ୍କର ବିସ୍ଫୋରଣ ଘଟିଛି। ବିସ୍ଫୋରଣ ଜଣ ୬…

ଦବିଲା ପୋଲ, କାର୍ଯ୍ୟାନୁଷ୍ଠାନ ଦାବି କରି ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ସଭାପତି କହିଲେ…

ମୋରଡ଼ା,୩ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚିତ୍ରଡ଼ା-ମୋରଡ଼ା ମୁଖ୍ୟ ରାସ୍ତାର ଶିଳଦା ନିକଟରେ ଥିବା ଜମ୍ଭୀରା ପୋଲ ନିକଟରେ ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ଜିଲା ସଭାପତି…

ଟ୍ରେନ୍‌ ଟ୍ରାକ୍‌ରେ ପଡ଼ିଛି ଯୁବତୀଙ୍କ କ୍ଷତାକ୍ତ ମୃତଦେହ, ହାତରେ ଲେଖା ଅଛି ଏମିତି, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର,୩ା୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଖୁଜେନପାଲି ରେଳ ଫାଟକ ନିକଟରେ ଜଣେ ଯୁବତୀଙ୍କ କ୍ଷତାକ୍ତ ଅବସ୍ଥାରେ ମୃତଦେହ ପଡ଼ିଥିବା ଶୁକ୍ରବାର ଦେଖାଯାଇଛି। ମୃତ ଯୁବତୀଙ୍କ ପରିଚୟ ମିଳିଥିବା ବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri