ରାଉରକେଲାର ସେକ୍ଟର-୧୮ ମାର୍କେଟ ସିଲ୍‌: କଣ୍ଟେନମେଣ୍ଟ, ବଫର ଜୋନରେ ୪ ପ୍ଲାଟୁନ ଫୋର୍ସ ମୁତୟନ

ରାଉରକେଲା ଅଫିସ,୨୮।୪: ସୁନ୍ଦରଗଡ଼ ଜିଲା ରାଉରକେଲା ନାଲା ରୋଡ଼ରୁ ମଙ୍ଗଳବାର ପୁଣି ଆଉ ୪କରୋନା ପଜିଟିଭ୍‌ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ସୁନ୍ଦରଗଡ଼ରେ କରୋନା ପଜିଟିଭ୍‌ଙ୍କ ସଂଖ୍ୟା ୧୦ରେ ପହଞ୍ଚିଛି। ତେବେ ନୂଆ ଆକ୍ରାନ୍ତ ଚିହ୍ନଟ ହେବା ପରେ ପ୍ରଶାସନ ପକ୍ଷରୁ ତତ୍ପରତା ପ୍ରକାଶ ପାଇବା ସହ ସେକ୍ଟର-୧୮ ମାର୍କେଟକୁ ମହାନଗର ପ୍ରଶାସନ ପକ୍ଷରୁ ସିଲ୍‌ କରାଯାଇଛି। ଏହାସହ ସେଠାରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇ ୪ ପ୍ଲାଟୁନ ଫୋର୍ସ ମୁତୟନ କରାଯାଇଛି। ସୂଚନା ମୁତାବକ ୪ଆକ୍ରାନ୍ତଙ୍କ ମଧ୍ୟରୁ ଜଣେ ଦୋକାନୀ ସେକ୍ଟର-୧୮ ଦୋକାନୀଙ୍କ ସଂସ୍ପର୍ଶରେ ଆସିଥିବାରୁ ଉକ୍ତ ସେକ୍ଟର ମାର୍କେଟର ସମସ୍ତ ମାଛ, ଅଣ୍ଡା ଓ ମାଂସ ଦୋକାନକୁ ମହାନଗର ପକ୍ଷରୁ ସିଲ କରିଦିଆଯାଇଛି। ଏଥିସହ ସେକ୍ଟର ୧୮ ଅଞ୍ଚଳର ୨୦ ଜଣଙ୍କୁ ସଙ୍ଗରୋଧରେ ରହିବାକୁ କୁହାଯାଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ଗତ ୨୬ ତାରିଖରେ ବିଶ୍ରା ଗୁଡ଼ଗୁଡ଼ଜୋର ଅଞ୍ଚଳର ୨ ଓ ନାଲାରୋଡର ଜଣେ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିଲେ। ସେବେଠାରୁ ନାଲାରୋଡ ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ ଘୋଷଣା କରାଯାଇଛି। ବର୍ତ୍ତମାନ ସଂଲଗ୍ନ ଅଞ୍ଚଳକୁ ପ୍ରଶାସନ ପକ୍ଷରୁ ବଫର ଜୋନ ଭାବେ ଘୋଷଣା କରାଯାଇଛି। କଣ୍ଟେନମେଣ୍ଟ ଜୋନରେ ସାଢେ ୩ ହଜାରରୁ ଊର୍ଦ୍ଧ୍ୱ ଘର ରହିଛି। ଏଥିପାଇଁ ସ୍ବାସ୍ଥ୍ୟ ପରୀକ୍ଷାରେ ୮୩ଟି ଟିମ୍‌, ସାନିଟାଇଜେସନ୍‌ରେ ୨୦ଟି ଟିମ୍‌ ଏବଂ ଅତ୍ୟାବଶ୍ୟକ ସାମଗ୍ରୀ ଯୋଗାଇଦେବା ଲାଗି ୧୪ଟି ଟିମ୍‌ ନିୟୋଜିତ ହୋଇଥିବା ସୂଚନା ରହିଛି। ଅପରପକ୍ଷେ ସ୍ବାସ୍ଥ୍ୟ ପରୀକ୍ଷା ପାଇଁ ସମ୍ବଲପୁରରୁ ସ୍ବତନ୍ତ୍ର ଡାକ୍ତରୀ ଟିମ୍‌ ଆସିଛନ୍ତି। ସୁରକ୍ଷା ଦୃଷ୍ଟିରୁ କଣ୍ଟେନମେଣ୍ଟ ଓ ବଫର ଜୋନରେ ୪ ପ୍ଲାଟୁନ ଫୋର୍ସ ମୁତୟନ କରାଯାଇଥିବା ସୂଚନା ମିଳିଛି l


Enter your email to get our daily news in your inbox.

All Right Reserved By Dharitri.Com

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଲିଙ୍ଗରାଜ ମନ୍ଦିରରେ ଉଠିଲା ମହାଦୀପ: ନିର୍ଦ୍ଧାରିତ ସମୟ ପୂର୍ବରୁ ସମ୍ପନ୍ନ ହେଲା ନୀତିକାନ୍ତି

ଭୁବନେଶ୍ୱର,୧୫।୨: ପବିତ୍ର ମହାଶିବରାତ୍ରି ଅବସରରେ ଭୁବନେଶ୍ୱରର ପ୍ରସିଦ୍ଧ ଶ୍ରୀଲିଙ୍ଗରାଜ ମନ୍ଦିରରେ ମହାପ୍ରଭୁଙ୍କ ମହାଦୀପ ଉଠିଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଚଳିତ ବର୍ଷ ପ୍ରଶାସନ ଓ ସେବାୟତଙ୍କ…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri