ରାକେଶଙ୍କୁ ଏନ୍‌ଏସ୍‌ଏସ୍‌ ପୁରସ୍କାର

ରୂପ୍‌ସା, ୧୨।୭(ଡି.ଏନ.ଏ.): ବାଲେଶ୍ୱର ସଦର ବ୍ଲକ ଅନ୍ତର୍ଗତ ରୂପ୍‌ସା ନୀଳମଣି ମହାବିଦ୍ୟାଳୟର ଏନ୍‌ଏସ୍‌ଏସ୍‌(ଜାତୀୟ ସେବା ଯୋଜନା) ସ୍ବେଚ୍ଛାସେବୀ ରାକେଶ କୁମାର ବାରିକଙ୍କୁ ୨୦୧୮-୧୯ ଶିକ୍ଷାବର୍ଷ ପାଇଁ ବିଶ୍ୱବିଦ୍ୟାଳୟ ଜାତୀୟ ସେବା ଯୋଜନା ପୁରସ୍କାର ପ୍ରଦାନ କରାଯାଇଛି। ଫକୀରମୋହନ ବିଶ୍ୱବିଦ୍ୟାଳୟର ୨୧ତମ ପ୍ରତିଷ୍ଠା ଦିବସ ପାଳନ ଅବସରରେ ଶୁକ୍ରବାର ଝାଡ଼ଖଣ୍ଡର ରାଜ୍ୟପାଳ ଦ୍ରୌପଦୀ ମୁର୍ମୁଙ୍କଠାରୁ ସେ ମାନପତ୍ର ଓ ପୁରସ୍କାର ଗ୍ରହଣ କରିଛନ୍ତି। ଏହି ଉତ୍ସବରେ ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ମଧୁମିତା ଦାସ, କୁଳସଚିବ ଅମର ସିଂହ ସୋରେନ, ସ୍ନାତକୋତ୍ତର ପରିଷଦ ଅଧ୍ୟକ୍ଷ ପ୍ରଫେସର ସଚ୍ଚିଦାନନ୍ଦ ଦେହୁରୀ ଓ ଉନ୍ନୟନ ପରିଷଦର ନିର୍ଦ୍ଦେଶକ ଡ. ପ୍ରକାଶ କୁମାର ମିଶ୍ର ପ୍ରମୁଖ ଯୋଗଦେଇଥିଲେ। ଓଡ଼ିଶା ଏନ୍‌ଏସଏସ୍‌ ସଙ୍ଗଠନର ସଦସ୍ୟ, ସମାଜସେବା ଓ ରାଷ୍ଟ୍ର ନିର୍ମାଣ କ୍ଷେତ୍ରରେ ରାକେଶଙ୍କ ଉଲ୍ଲେଖନୀୟ ଅବଦାନ ପାଇଁ ତାଙ୍କୁ ଚଳିତବର୍ଷ ଶ୍ରେଷ୍ଠ ସ୍ବେଚ୍ଛାସେବୀ ଭାବେ ମନୋନୀତ କରାଯାଇଥିଲା। ତାଙ୍କ ସଫଳତା ପାଇଁ ବିଶ୍ୱବିଦ୍ୟାଳୟର କାର୍ଯ୍ୟକ୍ରମ ସଂଯୋଜକ ଡ. ପବିତ୍ରମୋହନ ନାୟକ, ଜିଲା କାର୍ଯ୍ୟକ୍ରମ ଅଧିକାରୀ ଗୌରାଙ୍ଗ ପଣ୍ଡା, ନୀଳମଣି ମହାବିଦ୍ୟାଳୟ ଅଧ୍ୟକ୍ଷ ଡ. ଜୟନ୍ତ କୁମାର ପଣ୍ଡା ଓ ଭଦ୍ରକ ଜିଲା କାର୍ଯ୍ୟକ୍ରମ ଅଧିକାରୀ ନାରାୟଣ ସେଠୀ ପ୍ରମୁଖ କୃତଜ୍ଞତା ଜ୍ଞାପନ କରିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦୁଘାଟିରେ ଓଲଟିଲା କୋଳଥ ବୋଝେଇ ଟ୍ରକ୍‌: ଡ୍ରାଇଭର ଗୁରୁତର 

ମୋହନା,୪।୫(ମନ୍ମଥ ମିଶ୍ର):ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଲିଲିଗଡ଼ ନିକଟ କେନ୍ଦୁଘାଟି ବୁଲାଣିରେ ଦୁର୍ଘଟଣା ଘଟିଛି। ସୂଚନା ପ୍ରକାରେ ବ୍ରହ୍ମପୁରଠାରୁ ଏକ କୋଳଥ ବୋଝେଇ ଟ୍ରକ ଜୟପୁର…

ପ୍ରକୃତ ଉଦ୍ୟୋଗୀ କେବଳ ନିଜ ପାଇଁ ସମ୍ପତ୍ତି ସୃଷ୍ଟି କରନ୍ତି ନାହିଁ

ଭାଲଚନ୍ଦ୍ର ମହାନ୍ତି ଜଣେ ପ୍ରଥମ ପିଢିର ଓଡ଼ିଆ ଉଦ୍ୟୋଗୀ ଏବଂ ଓରିକ୍ଲିନ୍‌ ପ୍ରାଇଭେଟ୍‌ ଲିମିଟେଡ୍‌ର ପରିଚାଳନା ନିର୍ଦ୍ଦେଶକ। ୧୯୯୦ ମସିହାରେ କମ୍ପାନୀ ପ୍ରତିଷ୍ଠା ହେବା ପରଠାରୁ ସେ…

ବଢ଼ୁଛି ନର୍ଲା ବିଧାୟିକା,ବ୍ଲକ ୟଧ୍ୟକ୍ଷଙ୍କ କ୍ରେଜ୍‌: ଓ୍ବାରେଣ୍ଟି ପରେବି ମିଳୁଛି ଲୋକଙ୍କ ସମର୍ଥନ

କେସିଙ୍ଗାତା,୫।୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମବାସୀ ଏକତ୍ରିତ ହୋଇଛନ୍ତି। ନର୍ଲା ବିଧାୟିକା ମନୋରମ ମହାନ୍ତି ଓ ଭାରପ୍ରାପ୍ତ ବ୍ଲକ ଅଧ୍ୟକ୍ଷ ଦୁର୍ଗା ପ୍ରସାଦ…

ଆହୁରି ୨୪ ଘଣ୍ଟା ପ୍ରବଳ ଗରମ-ଗୁଳୁଗୁଳି, ୪ଦିନ ଯାଏ କାଳବୈଶାଖୀ

ଭୁବନେଶ୍ୱର,୫।୪(ବନ୍ଦନା ସେଠୀ): ଗତ କିଛିଦିନ ହେବ ପ୍ରବଳ ଗରମ ଓ ଗୁଳୁଗୁଳିରେ ଅସ୍ତବ୍ୟସ୍ତ ହେଉଛି ଜନଜୀବନ। ଦିନବେଳା ଅଗ୍ନିବର୍ଷା ହେଉଥିବାବେଳେ ସନ୍ଧ୍ୟା ହେଲେ କାଳବୈଶାଖୀ ଚିନ୍ତା ବଢ଼ାଉଛି।…

ପିତୃ ଶବ୍ଦର ମହାନତା

ପିତୃ’ ବା ତତ୍ସମ ଶବ୍ଦ ଯଥା ପିତା, ତାତ, ଜନକ, ବାପା, ବାପୁ, ବାବୁ, ପାପା, ନନା, ବାବା, ଡାଡି, ଡାଡ୍‌, ଡେ’ ଏହିପରି ଏକାର୍ଥବୋଧକ ଯେତେ…

ମଣିମା ଶୁଣିମା ହେଉ

ବାଲ୍ୟକାଳରେ ଶୁଣିଥିବା କାହାଣୀ ବେଳେବେଳେ ବିସ୍ମୃତିରୁ ବାହୁଡ଼ିଆସେ। ସେତେବେଳେ ଶିଶୁମନକୁ ଖୁବ୍‌ ପ୍ରଭାବିତ କରିଥିବା କାହାଣୀର ବିଲୋଳ ଚରିତ୍ର ଆଖି ଆଗରେ ଉଭାହୁଏ। ସାମ୍ପ୍ରତିକ ସମୟର ଲାଞ୍ଚମିଛ,…

ଇରାନ ପରେ ଇସ୍ତ୍ରାଏଲ ଉପରେ ଆକ୍ରମଣ କଲେ ହୁଥି ବିଦ୍ରୋହୀ, ସାମରିକ ଘାଟି ଉପରେ କ୍ଲଷ୍ଟର….

ତେହେରାନ,୫।୪: ଇରାନ ବ୍ୟତୀତ, ୟେମେନର ହୁତି ବିଦ୍ରୋହୀମାନେ ଏବେ ଇସ୍ରାଏଲ ଉପରେ ଏକ ବଡ଼ ଆକ୍ରମଣ ଆରମ୍ଭ କରିଛନ୍ତି । ଏକ ରିପୋର୍ଟ ଅନୁଯାୟୀ, ହୁଥି ବିଦ୍ରୋହୀମାନେ…

କେବଳ ଦର୍ଶକ

ମଧ୍ୟପ୍ରାଚ୍ୟ ଯୁଦ୍ଧ ଏବେ ଦ୍ୱିତୀୟ ମାସରେ ପ୍ରବେଶ କରିଛି। ଏହା ଏକ ଲମ୍ବା ଯୁଦ୍ଧ ହେବାକୁ ଯାଉଛି ଏବଂ ଏ ସମ୍ପର୍କରେ ମୁଁ କିଛି ଟିପ୍ପଣୀ ଦେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri