Categories: ଜାତୀୟ

ରାଜଘାଟରେ ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ମୋଦି

ନୂଆଦିଲ୍ଲୀ, ୧୫।୮: ଆଜି ୭୩ତମ ସ୍ବାଧୀନତା ଦିବସ। ଏଥିପାଇଁ ସାରା ଦେଶରେ ଉତ୍ସବ ମୁଖର ହୋଇପଡିଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଜଘାଟରେ ପହଞ୍ଚି ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ଏହାପରେ ସେ ଲଲ୍କିଲ୍ଲା ଅଭିମୁଖେ ବାହାରିବେ। ଦ୍ୱିତୀୟଥର ଦେଶର ପ୍ରଧାନମନ୍ତ୍ରୀ ହେବା ପରେ ମୋଦି ପ୍ରଥମଥର ପାଇଁ ଲାଲକିଲ୍ଲାରୁ ଦେଶକୁ ସମ୍ବୋଧିତ କରିବାର କାର୍ଯ୍ୟକ୍ରମ ରହିଛି। ଏଥିପାଇଁ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି।

Share