ରାଜଧାନୀକୁ ଟପିଲା ଯାଜପୁର: ଆକ୍ରାନ୍ତଙ୍କ ସଂଖ୍ୟା ୪୮ ଛୁଇଁଲା, ଆଜି ଗୋଟିଏ ଦିନରେ ୮ ଚିହ୍ନଟ

ଭୁବନେଶ୍ୱର,୨ା୫(ବ୍ୟୁରୋ) : ଶନିବାର ସକାଳେ ଯାଜପୁର ଜିଲାରେ ୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଅପରାହ୍ନରେ ଆଉ ଜଣେ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ଘର ବରୀ ବ୍ଲକ ଅଞ୍ଚଳରେ। ସେ ଜଣେ ପୁରୁଷ ଏବଂ ତାଙ୍କ ବୟସ ୬୨ ବର୍ଷ। ସେ କୋଲକାତାରୁ ଫେରିଥିଲେ ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନାରୁ ଜଣାପଡ଼ିଛି। ଏହି ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୫୭ରେ ପହଞ୍ଚିଥିବା ବେଳେ କେବଳ ଯାଜପୁରରେ ୪୮ ଜଣ ଚିହ୍ନଟ ହୋଇଛନ୍ତି। ଯାହାକି ରାଜଧାନୀ ଭୁବନେଶ୍ୱରର ଆକ୍ରାନ୍ତଙ୍କ ସଂଖ୍ୟାକୁ ଟପିଯାଇଛି। ଅର୍ଥାତ୍‌ ଭୁବନେଶ୍ୱରରେ ୪୭ ଜଣ ପଜିଟିଭ୍‌ ଚିହ୍ନଟ ହୋଇଥିଲେ। ଅପରାହ୍ନରେ ଚିହ୍ନଟ ହୋଇଥିବା ରୋଗୀଙ୍କଠାରେ କରୋନାର କୌଣସି ଲକ୍ଷଣ ନ ଥିଲା। ପରେ ରକ୍ତ ଓ ସ୍ବାବ୍‌ ପରୀକ୍ଷାରୁ ପଜିଟିଭ୍‌ ବାହାରିଥିଲା। ଏବେ ଯାଜପୁର ଜିଲା ରେଡ୍‌ ଜୋନ୍‌ରେ ରହିଛି।
ଶନିବାର ସୁଦ୍ଧା ରାଜ୍ୟରେ ୧୫୭ ଜଣ କରୋନାରେ ଆକ୍ରାନ୍ତ ହୋଇଥିବା ବେଳେ ୫୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। କେବଳ ଜଣଙ୍କର ମୃତ୍ୟୁ ଘଟିଛି। ଅନ୍ୟ ୧୦୦ ଜଣ ବିଭିନ୍ନ କୋଭିଡ୍‌ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତେଜିଲା ଆନ୍ଦୋଳନ, ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ କଂଗ୍ରେସର ବିକ୍ଷୋଭ

ଛତ୍ରପୁର,୨୮।୯(ଦିଲ୍ଲୀପି ସାମଲ/ଦ୍ୱାରିକା ସାମଲ): ଅଖିଳ ଭାରତ କଂଗ୍ରେସ କମିଟିର ନିର୍ଦ୍ଦେଶ କ୍ରମେ ଭୋଟ ଚୋରି ଅଭିଯୋଗକୁ ନେଇ ମୁଖ୍ୟ ନିର୍ବାଚନ କମିସନରଙ୍କ ବିରୋଧରେ ଗଞ୍ଜାମ ଜିଲା କଂଗ୍ରେସ…

ପଞ୍ଚାୟତ କାର୍ଯ୍ୟାଳୟରେ ଆଇନ ସଚେତନତା: ବିଭିନ୍ନ ଆଇନ ସମ୍ପର୍କରେ ଆଲୋଚନା

ଦିଗପହଣ୍ଡି, ୨୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ କାର୍ଯ୍ୟାଳୟ ସଭାଗୃହରେ ଦିଗପହଣ୍ଡି ତାଲୁକ ଆଇନ ସେବା କମିଟି ପକ୍ଷରୁ ସୋମବାର ଏକ…

୧୬ ଶିକ୍ଷୟିତ୍ରୀ-ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି: ବିଭିନ୍ନ ମହଲରୁ ଶୁଭେଚ୍ଛା

କର୍ଲାମୁଣ୍ଡା, ୨୮।୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ୧୬ ଜଣ ଶିକ୍ଷୟିତ୍ରୀଶିକ୍ଷକଙ୍କୁ ପଦୋନ୍ନତି ମିଳିଥିବା ଜଣାପଡ଼ିଛି। ଏଥିରେ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ୧୩ ଜଣ…

କାଠ ସଂଗ୍ରହ ବେଳେ ମହୁମାଛି ଆକ୍ରମଣ: ୪ ଜଣ ଆହତ, ତୁମୁଡ଼ିବନ୍ଧ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଚିକିତ୍ସାଧୀନ

ତୁମୁଡ଼ିବନ୍ଧ, ୨୮୯ (ଦୀପକ କୁମାର ପରାସେଠ): ଜାଳେଣି କାଠ ସଂଗ୍ରହ କରିବାକୁ ଜଙ୍ଗଲକୁ ଯାଇଥିବାବେଳେ ମହୁମାଛି ଆକ୍ରମଣରେ ୪ ଜଣ ଆହତ ହୋଇଛନ୍ତି। କନ୍ଧମାଳ ଜିଲା ତୁମୁଡ଼ିବନ୍ଧ…

କେନ୍ଦୁଝର ବହୁ ଚର୍ଚ୍ଚିତ ଷ୍ଟ୍ରିଟ ଲାଇଟ୍‌ ଦୁର୍ନୀତି ମାମଲା: ବିଦ୍ୟୁତ୍‌ ବିଭାଗର ୩ ଯନ୍ତ୍ରୀ କଲେ ଆତ୍ମସମର୍ପଣ

କେନ୍ଦୁଝର,୨୮।୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ବହୁ ଚର୍ଚ୍ଚିତ ଷ୍ଟ୍ରିଟ ଲାଇଟ୍‌ ଦୁର୍ନୀତି ମାମଲାରେ ୩ଜଣ ଯନ୍ତ୍ରୀ ଆତ୍ମସମର୍ପଣ କରିଛନ୍ତି। ସୋମବାର କେନ୍ଦୁଝର ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟରେ ବିଦ୍ୟୁତ୍‌…

ମଙ୍ଗଳ-ଚନ୍ଦ୍ରଙ୍କ ସଂଯୋଗରେ ମହାଲକ୍ଷ୍ମୀ ରାଜଯୋଗ: ୨୦୨୭ ପୂର୍ବରୁ କର୍କଟ ସମେତ ୪ ରାଶି ହେବେ ମାଲାମାଲ, ଘରକୁ ଆସିବ ଖୁସିଖବର!

ନଭେମ୍ବର ଆରମ୍ଭରେ ଗ୍ରହମାନଙ୍କ ସ୍ଥିତିରେ ଏକ ବିଶେଷ ପରିବର୍ତ୍ତନ ଦେଖିବାକୁ ମିଳିବ। ପଞ୍ଚାଙ୍ଗ ଅନୁସାରେ, ୧ ନଭେମ୍ବର ୨୦୨୬ରେ ଚନ୍ଦ୍ର ଓ ମଙ୍ଗଳ ଏକାଠି କର୍କଟ ରାଶିରେ…

ଟ୍ରକ୍‌ ଡ୍ରାଇଭରଙ୍କ ଝିଅ ରଚିଲେ ଇତିହାସ: ଏସିଆନ ଗେମ୍‌ରେ ଭାଙ୍ଗିଲେ ୪୨ ବର୍ଷର ରେକର୍ଡ

ନୂଆଦିଲ୍ଲୀ,୨୮।୯: ଏସିଆନ ଗେମ୍ସ ୨୦୨୬ରେ ତାମିଲନାଡୁର ଆଥଲେଟ ବିଥ୍ୟା ରାମରାଜ ନିଜ ନାଁରେ କରିଛନ୍ତି ଏକ ବଡ଼ ରେକର୍ଡ। ମହିଳା ୪୦୦ ମିଟର ହର୍ଡଲ୍ସରେ ସେ ୫୪.୭୫…

ଗୋଟିଏ UPI ପେମେଣ୍ଟରୁ ସରକାରଙ୍କୁ ମିଳେ କେତେ ଟଙ୍କା? ପ୍ରତି ଟ୍ରାଞ୍ଜାକ୍ସନ୍‌ର ପୂରା ହିସାବ ଜାଣିଲେ ହେବେ ଚକିତ

ନୂଆଦିଲ୍ଲୀ,୨୮।୯: ୟୁନିଫାଏଡ ପେମେଣ୍ଟସ ଇଣ୍ଟରଫେସ ବା UPI ଜରିଆରେ ପ୍ରତିଦିନ କୋଟି କୋଟି ଟଙ୍କାର କାରବାର ହେଉଛି। କିନ୍ତୁ ଆପଣ କେବେ ଭାବିଛନ୍ତି କି, ଆପଣଙ୍କ ଗୋଟିଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?