ରାଜଧାନୀରେ କରୋନା ରୋଗୀ ଚିହ୍ନଟ ଗୁଜବ ମିଥ୍ୟା: ଭୟଭୀତ ନ ହେବାକୁ ସ୍ବାସ୍ଥ୍ୟ ବିଭାଗର ପରାମର୍ଶ

ଭୁବନେଶ୍ୱର, ୧୯ା୨(ବ୍ୟୁରୋ): ରାଜଧାନୀରେ ଏକ ଘରୋଇ ହସ୍ପିଟାଲରେ ଜଣେ ବ୍ୟକ୍ତି କରୋନା ଭୂତାଣୁରେ ଆକ୍ରାନ୍ତ ହୋଇଥିବା ମଙ୍ଗଳବାର ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ପରେ ଏହା ଏକ ଗୁଜବ ଥିଲା ବୋଲି ଜଣାପଡ଼ିଛି। ମିଳିଥିବା ସୂଚନା ଅନୁଯାୟୀ, ବ୍ୟକ୍ତି ଜଣକ ହେଲେ ବିଜୟ କୁମାର ନାୟକ। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସ୍ପଷ୍ଟ କରିଛି ଯେ, ବ୍ୟକ୍ତିଙ୍କଠାରେ କମନ୍‌ କରୋନା ଭାଇରସ୍‌ ଚିହ୍ନଟ ହୋଇଛି। ତେବେ ଏହା ନୋଭେଲ କରୋନା କିମ୍ବା କୋଭିଡ୍‌ ୧୯ ନୁହେଁ। ସାଧାରଣତଃ କମନ୍‌ କରୋନା ସାଧାରଣତଃ ନିମୋନିଆରେ ଦେଖାଦେଇଥାଏ। ତେବେ ଚାଇନାରେ ଆତଙ୍କ ଖେଳାଇଥିବା ନୋଭେଲ୍‌ କରୋନା ବା କୋଭିଡ୍‌ ୧୯ଠାରୁ ଏହା ସମ୍ପୂର୍ଣ୍ଣ ଭିନ୍ନ। ଏଣୁ ଭାଇରାଲ ଖବରକୁ ନେଇ ଲୋକେ ଆତଙ୍କିତ ନ ହେବାକୁ ସ୍ବାସ୍ଥ୍ୟ ବିଭାଗ ପରାମର୍ଶ ଦେଇଛି। ଅନ୍ୟପଟେ ଉକ୍ତ ଘରୋଇ ହସ୍ପିଟାଲ ପକ୍ଷରୁ ମଧ୍ୟ ଏନେଇ ସ୍ପଷ୍ଟୀକରଣ ଦିଆଯାଇଛି। କରୋନାରେ ଆକ୍ରାନ୍ତ ସନ୍ଦେହ କରାଯାଉଥିବା ବିଜୟ ନିମୋନିଆରେ ପୀଡ଼ିତ ଅଛନ୍ତି। ସେ ନୋଭେଲ୍‌ କରୋନା ବା କୋଭିଡ୍‌ ୧୯ରେ ଆକ୍ରାନ୍ତ ନୁହଁନ୍ତି ବୋଲି ହସ୍ପିଟାଲ ପକ୍ଷରୁ ଏକ ପ୍ରେସ୍‌ ବିଜ୍ଞପ୍ତି ଜାରି କରାଯାଇ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜନସାଧାରଣଙ୍କ ଅଭିଯୋଗ ଶୁଣିଲେ ଏସ୍‌ପି, ଅନ୍ଧବିଶ୍ୱାସଠାରୁ ଦୂରେଇ ରହିବା ନେଇ…

ଗଞ୍ଜାମ,୨୦ା୯(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ପୋଲିସ ପକ୍ଷରୁ ଫାଣ୍ଡି ପରିସରରେ ଆମ ପୋଲିସ ସମିତି ବୈଠକ ରବିବାର ଅନୁଷ୍ଠିତ ହୋଇଥିଲା। ଛତ୍ରପୁର…

ମାଉଜର ଦେଖାଇ ଫାଇନାନ୍ସ କମ୍ପାନୀ କର୍ମଚାରୀଙ୍କଠାରୁ ଲକ୍ଷାଧିକ ଟଙ୍କା ଝାମ୍ପିନେଲେ ୪ ଦୁର୍ବୃତ୍ତ

ନନ୍ଦପୁର,୨୦ା୯(ତୁଷାରକାନ୍ତ ମହାନ୍ତି): ପାର୍ବଣ ପୂର୍ବରୁ କୋରାପୁଟ ଜିଲାର ବିଭିନ୍ନ ସ୍ଥାନରେ ଚୋରି ଡକାୟତି ରାହାଜାନି ଘଟଣା ଦିନକୁ ଦିନ ବୃଦ୍ଧି ପାଉଛି। ନନ୍ଦପୁର ଥାନା କ୍ଷେତ୍ର ପାଲିବା…

କନ୍ୟା ରାଶିରେ ସୂର୍ଯ୍ୟଙ୍କ ଏଣ୍ଟ୍ରି: ମାସେ ଯାଏ ୫ ରାଶିଙ୍କୁ ଫାଇଦା ହିଁ ଫାଇଦା, ମାଲାମାଲ ହେବେ…

ନବଗ୍ରହଙ୍କ ମଧ୍ୟରେ ରାଜାର ପଦବୀ ପାଇଥିବା ସୂର୍ଯ୍ୟଦେବ ୧୭ ସେପ୍ଟେମ୍ୱରରେ ନିଜର ମିତ୍ର ଗ୍ରହ ବୁଧଙ୍କ ରାଶି କନ୍ୟାରେ ପ୍ରବେଶ କରିସାରିଛନ୍ତି। ସେ ୧୭ ଅକ୍ଟୋବର ୨୦୨୬…

ଶ୍ରୀଗୁଣ୍ଡିଚା ମନ୍ଦିର ପରିଦର୍ଶନ ସହ ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟର ସମୀକ୍ଷା କଲେ ମୁଖ୍ୟ ପ୍ରଶାସକ

ପୁରୀ,୨୦ା୯(ଅଜିତ୍‌ କୁମାର ମହାନ୍ତି): ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟସ୍ଥିତ ସମ୍ମିଳନୀ କକ୍ଷରେ ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ କୁମାର ପାଢ଼ୀଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଛି। ଏଥିରେ…

ସେପ୍ଟେମ୍ୱର ଶେଷ ସପ୍ତାହରେ ଗୋଟିଏ ଦିନ ଖୋଲା ରହିବ ବ୍ୟାଙ୍କ୍‌, ଜରୁରୀ କାମ ଥିଲେ…

ନୂଆଦିଲ୍ଲୀ,୨୦।୯: ରିଜର୍ଭ ବ୍ୟାଙ୍କ ଅଫ ଇଣ୍ଡିଆ (RBI)ର ଛୁଟି ତାଲିକା (ହଲିଡେ କ୍ୟାଲେଣ୍ଡର) ଦେଖିଲେ ମନେହେଉଛି ଯେ ଆସନ୍ତା ସପ୍ତାହରେ ବ୍ୟାଙ୍କ କେବଳ ଗୋଟିଏ ଦିନ ହିଁ…

ଲଟାବୁଦାରେ ଭର୍ତ୍ତି ହୋଇଛି ଗାଁ ଶ୍ମଶାନ, ସଫେଇ ପାଇଁ ଏକାଠି ହେଲେ ଯୁବବର୍ଗ, ଅଧାପନ୍ତରିଆ ହୋଇଥିବା…

ଦାରିଙ୍ଗବାଡ଼ି,୨୦ା୯(ଅରୁଣ ସାହୁ): ସରକାରଙ୍କ ପକ୍ଷରୁ ଶ୍ମଶାନ ଗୃହ ନିର୍ମାଣ ପାଇଁ ଲକ୍ଷଲକ୍ଷ ଟଙ୍କା ଅନୁଦାନ ଖର୍ଚ୍ଚ କରାଯାଇ ସ୍ବଚ୍ଛତା ଓ ସୌନ୍ଦର୍ଯ୍ୟ ପାଇଁ ପଦକ୍ଷେପ ନିଆଯାଉଛି। କିନ୍ତୁ…

ପାରିବାରିକ କଳହର କରୁଣ ପରିଣତି: ସ୍ତ୍ରୀଙ୍କୁ ହତ୍ୟାପରେ, ସ୍ୱାମୀଙ୍କ ଆତ୍ମହତ୍ୟା

ପରଜଙ୍ଗ, ୨୦/୯ (ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଅଧୀନ ଦଦରାଘାଟି ଫାଣ୍ଡି ଅଞ୍ଚଳର ଆଖୁଆପାଳ ପଞ୍ଚାୟତ ଅନ୍ତର୍ଗତ ୩ ନମ୍ବର କଲୋନୀରେ ପାରିବାରିକ କଳହକୁ…

ପେନଶନଭୋଗୀଙ୍କ ପାଇଁ ବଡ଼ ଖବର, UPI ରେ ଟଙ୍କା ଖର୍ଚ୍ଚ କରୁଥିଲେ…

ନୂଆଦିଲ୍‌ଲୀ,୨୦।୯: ପେନଶନ ଫଣ୍ଡ ନିୟାମକ ଏବଂ ବିକାଶ ପ୍ରାଧିକରଣ (PFRDA) କହିଛି ଯେ, ଇ-ଶ୍ରମ (e-Shram) ଡାଟାବେସରେ ପଞ୍ଜୀକୃତ ହୋଇଥିବା ଅସଂଗଠିତ କ୍ଷେତ୍ରର କର୍ମଚାରୀମାନେ ଖୁବ ଶୀଘ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?