ରାଜଧାନୀରେ ଘରେ ପହଞ୍ଚିବ ମେଡ଼ିସିନ

ଭୁବନେଶ୍ୱର,୯ା୪ (ବ୍ୟୁରୋ): ଲକ୍‌ଡାଉନ୍‌ କଟକଣା ପାଇଁ ଲୋକେ ବାହାରକୁ ବାହାରିପାରୁ ନ ଥିବାରୁ ଏବେ ଭୁବନେଶ୍ୱରବାସୀ ଔଷଧ ପାଇଁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏହା ନଜରକୁ ଆସିବା ପରେ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ଔଷଧର ହୋମ୍‌ ଡେଲିଭରି ବ୍ୟବସ୍ଥା ଆରମ୍ଭ କରାଯାଇଛି। ଓଡ଼ିଶା ଡ୍ରଗ୍‌ କଣ୍ଟ୍ରୋଲୋର୍‌ ସହଯୋଗରେ ଏହି ସୁବିଧା ପ୍ରଦାନ କରାଯିବ। ଏଥିପାଇଁ ସହରରେ ଥିବା ୧୨୧ଟି ଔଷଧ ଦୋକାନକୁ ଚିହ୍ନଟ କରାଯାଇଛି। ସେସବୁ ଦୋକାନ ସହ ଫୋନ୍‌ ନମ୍ବର ବିଏମ୍‌ସି ତା’ର ଓ୍ବେବ୍‌ସାଇଟ୍‌ ଓ ସୋସିଆଲ ମିଡିଆରେ ଜାରି କରିଛି। ଫୋନ୍‌ କଲ୍‌ କିମ୍ବା ସେହି ନମ୍ବର ସହ ଥିବା ହ୍ବାଟ୍‌ସଆପ୍‌ ଜରିଆରେ ସହରବାସୀ ଆବଶ୍ୟକ ଔଷଧ ନିକଟ ଦୋକାନକୁ ଅର୍ଡର ଦେଇପାରିବେ। ତେବେ ପାଖରେ ଡାକ୍ତରଙ୍କ ପ୍ରେସ୍‌କ୍ରିପଶନ ଥିବା ଜରୁରୀ। ହ୍ବାଟ୍‌ସଆପ୍‌ରେ ନିଜ ନାମ, ରୋଗୀଙ୍କ ନାମ, ପ୍ରେସ୍‌କ୍ରିପ୍‌ଶନର ଫଟୋ, ଠିକଣା ଓ ଯୋଗାଯୋଗ ଫୋନ୍‌ ନମ୍ବର ପଠାଇଲେ ୨୪ ଘଣ୍ଟା ମଧ୍ୟରେ ଘରେ ଔଷଧ ପହଞ୍ଚତ୍ୟିବ। ପ୍ରେସ୍‌କ୍ରିପ୍‌ଶନ ଦେଖାଇ ଔଷଧ ନେଇପାରିବେ ବୋଲି ବିଏମ୍‌ସି ପକ୍ଷରୁ କୁହାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

କଟକରେ ଫୁଟିଲା ଗୁଳି, ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ

କଟକ,୧୮।୨: ଭୋଜି ଚାଲିଥିଲା ବେଳେ ଗୁଳିମାଡ଼ । ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ ହୋଇଥିବା ନେଇ ଅଭିଯୋଗ ହୋଇଛି । କଟକ ମଧୁପାଟଣା ଥାନା ନୂଆପଡ଼ା ପ୍ରେସ୍‌…

ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ

ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ…

ଓଡ଼ିଶା ବଜାରରେ ବିକ୍ରି ହେଉଛି ନିମ୍ନମାନର କ୍ଷୀର, ଆପଣ କିଣୁନାହାନ୍ତି ତ ?

ଭୁବନେଶ୍ବର,୧୮।୨: ରାଜ୍ୟରେ ବିକ୍ରି ହେଉଛି ନିମ୍ନ ମାନର ଦୁଗ୍ଧ ଓ ଦୁଗ୍ଧଜାତ ଦ୍ରବ୍ୟ। ଏନେଇ ବୁଧବାର ବିଧାନସଭାରେ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ରଖିଛନ୍ତି ମତ୍ସ୍ୟ ଓ ପ୍ରାଣୀ ସମ୍ପଦ…

ସରକାରଙ୍କ ବଡ ପଦକ୍ଷେପ: ରସୁଲଗଡ଼ରେ ହେବ ୫୦୦ ମିଟରର ସ୍କାଏୱାକ୍‌

ଭୁବନେଶ୍ବର,୧୮।୨: ରାଜଧାନୀର ଜାତୀୟ ରାଜପଥ-୧୬ରେ ଆଉ ରହିବନି ଦୁର୍ଘଟଣାର ଭୟ। ପଥଚାରୀଙ୍କ ସୁରକ୍ଷା ପାଇଁ ଅଣ୍ଟା ଭିଡିଛି ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ ବା NHAI। ପଳାଶୁଣିରୁ…

ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା କଲେ ସ୍ୱାମୀ

ବଲାଙ୍ଗୀର,୧୮।୨(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଜାମପଡା ଗାଁ ଖୁଣ୍ଟିଆପଡାରେ ଛାତିଥରା ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା…

ଏସବୁ କରିବା ବଳାତ୍କାର ଉଦ୍ୟମ: ହାଇକୋର୍ଟଙ୍କ ନିର୍ଦ୍ଦେଶକୁ ରଦ୍ଦ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୮ା୨: ନାବାଳିକା ଯୌନ ନିର୍ଯାତନା ମାମଲାରେ ଆଲ୍ଲାହାବାଦ ହାଇକୋର୍ଟଙ୍କ ଏକ ବିବାଦୀୟ ନିଷ୍ପତ୍ତିକୁ ସୁପ୍ରିମକୋର୍ଟ ରଦ୍ଦ କରିଦେଇଛନ୍ତି। ଜଣେ ୧୧ ବର୍ଷର ଶିଶୁ କନ୍ୟାର ସମ୍ବେଦନଶୀଳ ଅଙ୍ଗକୁ…

ବ୍ୟବସାୟୀଙ୍କ ଘରୁ ଚୋରି କରି ଧରାପଡ଼ିଲେ

ଖଡ଼ିଆଳ,୧୮।୨: ନୂଆପଡ଼ା ଜିଲା ୧୧ ନମ୍ବର ୱାର୍ଡ ପୁଟୁପଡ଼ାରେ ରହୁଥିବା ଜଣେ ବ୍ୟବସାୟୀଙ୍କ ଘରୁ ବଡ଼ଧରଣର ଚୋରି ହୋଇଥିଲା। ପୋଲିସ ବୁଧବାର ଉକ୍ତ ଘଟଣାର ପର୍ଦ୍ଦାଫାଶ କରିଛି।…

ବୋଲଗଡ଼ ବିଡିଓଙ୍କୁ ହଟାଇବା ଦାବିରେ ତାତିଲେ ଆନ୍ଦୋଳନକାରୀ; ପୋଲିସ ସହ ଠେଲାପେଲା, କାର୍‌ ଭାଙ୍ଗିଲେ…

ଖୋର୍ଦ୍ଧା,୧୮।୨(ପ୍ରଭାତ ପାଣିଗ୍ରାହୀ): ଉଗ୍ରରୂପ ନେଲା ବ୍ଲକ ସମୁଖ ଆନ୍ଦୋଳନ । ବୋଲଗଡ଼ ବ୍ଲକ ପରିସରରେ ବିଡିଓ ବିବାଦକୁ ନେଇ ଉତ୍ତେଜନା ଦେଖାଯାଉଥିବା ବେଳେ ବିଡିଓଙ୍କ ଗାଡି ଭଙ୍ଗାରୁଜା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri