ରାଜଧାନୀରେ ଜମି ଦେବାକୁ କହି ୬୫ ଲକ୍ଷ ଟଙ୍କା ଠକେଇ:ମୁଖ୍ୟ ଅଭିଯୁକ୍ତ ଗିରଫ

ଭଦ୍ରକ ଅଫିସ, ୨୮।୫ – ରାଜଧାନୀ ଭୁବନେଶ୍ୱରରେ ଜମି ଦେବାକୁ କହି ଭଦ୍ରକର ଜଣେ ବ୍ୟବସାୟୀଙ୍କଠାରୁ ୬୫ ଲକ୍ଷ ଟଙ୍କା ଠକି ନିଆଯାଇଥିବା ଅଭିଯୋଗ ହୋଇଛି। ଏହି ଠକେଇ କାରବାରର ମୁଖ୍ୟ ଅଭିଯୁକ୍ତ ତିହିଡ଼ି ଆରସା ଗ୍ରାମର ଦେବୀପ୍ରସାଦ ପଣ୍ଡା ଓରଫ୍‌ ବାପିଙ୍କୁ ଟାଉନ ଥାନା ପୋଲିସ ରବିବାର ଗିରଫ କରି କୋର୍ଟ ଚାଲାଣ କରିଛି। ଏହି ମାମଲାରେ ଅନ୍ୟ ୩ ଜଣ ଅଭିଯୁକ୍ତ ଥିବା ପୋଲିସ ସୂଚନା ଦେଇଛି।
ଠକେଇର ଶିକାର ହୋଇଥିବା ବ୍ୟବସାୟୀ ହେଲେ ଭଦ୍ରକ ସହରର ଅପର୍ତ୍ତିବିନ୍ଧା ନିବାସୀ ପୂର୍ଣ୍ଣଚନ୍ଦ୍ର ସାହୁ। ଭୁବନେଶ୍ୱରର ପାଣ୍ଡରାରେ ଏକ ୧୬ ଡିସିମିଲ ପରିମିତ ପ୍ଲଟ କିଣିବାକୁ ଗ୍ରାମାଞ୍ଚଳ ଥାନା ଅଧୀନ ବହୁଦରଡା ଗ୍ରାମର ପ୍ରକାଶ ମହାପାତ୍ର ତାଙ୍କୁ ପ୍ରବର୍ତ୍ତାଇଥିଲେ। ପ୍ରକାଶ ପୂର୍ଣ୍ଣଚନ୍ଦ୍ରଙ୍କୁ ଦେବୀପ୍ରସାଦଙ୍କ ସହିତ ଭେଟ କରାଇଥିଲେ। ଦେବୀପ୍ରସାଦଙ୍କ ଭଉଣୀ ହେମଲତା ତ୍ରିପାଠୀଙ୍କ ନାମରେ ଉକ୍ତ ଜମି ଥିଲା। ଯାହାକୁ ହେମଲତା ଦେବୀପ୍ରସାଦଙ୍କ ସ୍ତ୍ରୀ ନିରୁପମାଙ୍କ ନାମରେ ବିକ୍ରି କବଲା କରିଥିଲେ। ଦଲାଲଙ୍କ ଉପସ୍ଥିତିରେ ଉକ୍ତ ଜମିର ବିକ୍ରିମୂଲ୍ୟ ୭୩ ଲକ୍ଷ ଟଙ୍କା ଧାର୍ଯ୍ୟ କରାଯାଇଥିଲା। ପୂର୍ଣ୍ଣଚନ୍ଦ୍ର ବିଭିନ୍ନ ସମୟରେ ଅନଲାଇନ ଓ ଚେକ୍‌ ମାଧ୍ୟମରେ ମୋଟ ୬୫ ଲକ୍ଷ ଟଙ୍କା ପୈଠ କରିଥିଲେ। ମାତ୍ର ପରବର୍ତ୍ତୀ ସମୟରେ ପୂର୍ଣ୍ଣଚନ୍ଦ୍ରଙ୍କୁ ଜମି ମିଳି ନ ଥିଲା। ସେ ବାରମ୍ବାର ଧାଇଁବା ପରେ ମଧ୍ୟ ଜମି ମିଳିଲା ନାହିଁ କି ଟଙ୍କା ମଧ୍ୟ ଫେରସ୍ତ ପାଇଲେ ନାହିଁ। ଦଲାଲ ଓ ବିକ୍ରେତା ପୂର୍ଣ୍ଣଚନ୍ଦ୍ରଙ୍କୁ ଧରାଛୁଅଁା ଦେଲେନି। ଶେଷରେ ପୂର୍ଣ୍ଣଚନ୍ଦ୍ର ଟାଉନ ଥାନାରେ ରବିବାର ଅଭିଯୋଗ କରିଥିଲେ। ଟାଉନ ଥାନା ଆଇଆଇସି ସରୋଜିନୀ ସିଂ ଏକ ମାମଲା(ନଂ.୧୫୫/୧୯) ରୁଜୁ କରି ତଦନ୍ତ ପରେ ମୁଖ୍ୟ ଅଭିଯୁକ୍ତ ଦେବୀପ୍ରସାଦଙ୍କୁ ଗିରଫ କରିଛନ୍ତି। ଅନ୍ୟ ଅଭିଯୁକ୍ତଙ୍କୁ ଖୁବ୍‌ଶୀଘ୍ର ଗିରଫ କରାଯିବ ବୋଲି ଆଇଆଇସି ସିଂ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଂଶୁଘାତ ନେଲା ଚାଷୀଙ୍କ ଜୀବନ!

ବେଲଗୁଣ୍ଠା,୨୧ା୫(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଳକ୍‌ ଗାଙ୍ଗପୁର ଥାନା ଅନ୍ତର୍ଗତ ପାଇଲିପଡ଼ା ପଞ୍ଚାୟତର ଧାନପୁଞ୍ଜା ଗ୍ରାମରେ ଜଣେ ଭାଗ ଚାଷୀଙ୍କ ଅଂଶୁଘାତରେ ମୃତ୍ୟୁ ହୋଇଥିବା…

ବିଶ୍ୱବିଦ୍ୟାଳୟରେ ବିନା ଅନୁମୋଦନରେ ନିଯୁକ୍ତ କର୍ମଚାରୀ ଛଟେଇ ହେବେ

ଭୁବନେଶ୍ୱର,୨୧ା୫(ସୁଚିସ୍ମିତା ସାହୁ): ରାଜ୍ୟ ସରକାରୀ ବିଶ୍ୱବିଦ୍ୟାଳୟଗୁଡ଼ିକରେ ବେଆଇନ ଭାବେ ନିଯୁକ୍ତ କର୍ମଚାରୀଙ୍କୁ ଛଟେଇ କରାଯିବ। ସେମାନଙ୍କ ନିୟମିତକରଣ ଦାବିକୁ ବିଚାର କରାଯିବ ନାହିଁ। ଏପରି ନିଯୁକ୍ତି ଫଳରେ…

ନାବାଳିକାଙ୍କୁ ବଳାତ୍କାର

ହିଞ୍ଜିଳିକାଟୁ ୨୧।୫(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଶାସନ ଆମ୍ୱଗାଁ ପଞ୍ଚାୟତ ଅଧୀନ ଏକ ଗାଁର ଜଣେ ନାବାଳିକାଙ୍କୁ ପ୍ରଲୋଭନ ଦେଖାଇ ବଳାତ୍କାର ଅଭିଯୋଗରେ ଜଣେ…

ପ୍ଲେଅଫ୍‌ ରେସରୁ ବାଦ୍‌ ପଡ଼ିଲା ଚେନ୍ନାଇ

ଅହମଦାବାଦ, ୨୧ା୫: ଅଧିନାୟକ ଶୁବମନ ଗିଲ୍‌ ଏବଂ ସାଇ ସୁଦର୍ଶନଙ୍କ ଶତକୀୟ ଭାଗୀଦାରି ବଳରେ ଗୁରୁବାର ଅନୁଷ୍ଠିତ ଆଇପିଏଲ୍‌ ମ୍ୟାଚ୍‌ରେ ଗୁଜରାଟ ଜାଏଣ୍ଟ୍ସ ୮୯ ରନରେ ଚେନ୍ନାଇ…

ଷ୍ଟାଡିୟମ ପାଇଁ ହେଲା ଜାଗା ଚିହ୍ନଟ

କର୍ଲାମୁଣ୍ଡା,୨୧ା୫(ପ୍ରଦୀପ କୁମାର ସାହୁ): ରାଜ୍ୟ ସରକାର ପ୍ରତ୍ୟେକ ବ୍ଲକ୍‌ରେ ଷ୍ଟାଡିୟମ ନିର୍ମାଣ ପାଇଁ ଅର୍ଥ ମଞ୍ଜୁର କରିଥିବା ବେଳେ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍‌ରେ ଜାଗା ଚିହ୍ନଟରେ…

ପ୍ରବଳ ଗ୍ରୀଷ୍ମ ପ୍ରବାହ: ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ୨ ଦିନ ବନ୍ଦ

କଟକ, ୨୧।୫ (କାର୍ତ୍ତିକ ସାହୁ): ସାରା ରାଜ୍ୟ ସମେତ କଟକ ଜିଲାରେ ମଧ୍ୟ ଗ୍ରୀଷ୍ମ ପ୍ରବାହ ଓ ପ୍ରବଳ ଖରା ପାଇଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଏହି…

ନ୍‌କଆଉଟ୍‌ କ୍ରିକେଟ ପ୍ରତିଯୋଗିତା: ଚଣାଲିମା ଚାମ୍ପିୟନ

ଲାଞ୍ଜିଗଡ଼,୨୧।୫(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ଼ ନିୟମଗିରି ବେଦାନ୍ତନଗର ଖେଳପଡିଆରେ ଗୋଲଡେନ ସ୍ପୋଟର୍‌ସ କ୍ଳବ ଏବଂ ଲାଞ୍ଜିଗଡ଼ ବେଦାନ୍ତ ଲିମିଟେଡ଼ ମିଳିତ ଆନୁକୂଲ୍ୟରେ…

ଇରାନ ଦେଲା ବଡ଼ ଧମକ, ସାରା ବିଶ୍ୱରେ ଖେଳିଗଲାଣି ଆତଙ୍କ

ତେହରାନ,୨୧।୫: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ସମୁଦ୍ର ତଳ ଇଣ୍ଟରନେଟ କେବୁଲ ସମ୍ପର୍କରେ ଇରାନ ଦ୍ୱାରା ଜାରି କରାଯାଇଥିବା ଧମକ ବିଶ୍ୱ ଚିନ୍ତାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri