ରାଜଧାନୀରେ ଡେଙ୍ଗୁ ସକ୍ରିୟ, ରୋଗୀ ସଂଖ୍ୟା ୨ହଜାର ଟପିଲା

ଭୁବନେଶ୍ୱର,୨୦।୯ (ବ୍ୟୁରୋ):ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଅଞ୍ଚଳରେ ଏବେ ଡେଙ୍ଗୁ ଭୂତାଣୁ ସକ୍ରିୟ ରହିଛି। ସହରର ସବୁ ଅଞ୍ଚଳକୁ ଡେଙ୍ଗୁ ବ୍ୟାପିଯାଇଥିବାବେଳେ ରୋଗୀଙ୍କ ସଂଖ୍ୟା ବଢ଼ି ଚାଲିଛି। ସାମାନ୍ୟ ଜ୍ୱର ହେଲେ ବି ସହରବାସୀଙ୍କ ମନରେ ଛନକା ପଶୁଛି। ରାଜ୍ୟରୁ ଚିହ୍ନଟ ହେଉଥିବା ଡେଙ୍ଗୁ ରୋଗୀଙ୍କ ମଧ୍ୟରୁ ସର୍ବାଧିକ ଖୋର୍ଦ୍ଧା ଜିଲାରୁ ଚିହ୍ନଟ ହେଉଥିବାବେଳେ ସ୍ମାର୍ଟସିଟି ଭୁବନେଶ୍ୱରର ସ୍ଥିତି ସବୁଠୁ ଉଦ୍‌ବେଗଜନକ ରହିଛି। ବର୍ଷା ଦିନ ହୋଇଥିବାରୁ ରୋଗୀଙ୍କ ସଂଖ୍ୟା ଆହୁରି ବୃଦ୍ଧି ପାଇବା ନେଇ ଆଶଙ୍କା କରାଯାଉଛି। ବିଏମ୍‌ସିରୁ ମିଳିଥିବା ସୂଚନା ଅନୁଯାୟୀ, ୨୦୨୨ ଜାନୁୟାରୀ ୧ରୁ ସେପ୍ଟେମ୍ବର ୧୮ ସୁଦ୍ଧା ଭୁବନେଶ୍ୱରରୁ ମୋଟ୍‌ ୧୯୮୮ଜଣ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ସହରର ବିଭିନ୍ନ ଅଞ୍ଚଳରୁ ୧୯୩୧ଟି କେସ୍‌ ରହିଥିବାବେଳେ ବାକି ୫୭ଟି କେସ୍‌ ଅଜ୍ଞାତ ଅଞ୍ଚଳରୁ ରହିଛି। ଅପରପକ୍ଷେ ସୋମବାର ସହରରୁ ଆଉ ୩୬ଜଣ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଥିବା କ୍ୟାପିଟାଲ ହସ୍ପିଟାଲ ନିର୍ଦ୍ଦେଶକ ଡା. ଏଲ୍‌.ଡି. ସାହୁ ସୂଚନା ଦେଇଛନ୍ତି। କ୍ୟାପିଟାଲ ହସ୍ପିଟାଲରେ ୧୪୧ଜଣଙ୍କ ନମୁନା ପରୀକ୍ଷା ହୋଇଥିଲା। ତେବେ ୩୬ ଜଣଙ୍କ ରିପୋର୍ଟ ପଜିଟିଭ୍‌ ଆସିଛି। ସେମାନେ ଏବେ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଡା. ସାହୁ କହିଛନ୍ତି। ଏହାକୁ ମିଶାଇ ସହରରେ ରୋଗୀ ସଂଖ୍ୟା ୨ହଜାର ୨୪କୁ ବୃଦ୍ଧି ପାଇଛି। ତେବେ ଜାନୁଆରୀ ୧ରୁ ସେପ୍ଟେମ୍ବର ୨ ମଧ୍ୟରେ ଭୁବନେଶ୍ୱରରୁ ୧୦୧୬ଜଣ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଥିବାବେଳେ ମାତ୍ର ୧୭ ଦିନରେ ସହରରୁ ଆଉ ୧ହଜାର ୮ଜଣ ନୂଆ ରୋଗୀ ଚିହ୍ନଟ ହେବା ଚିନ୍ତା ବଢ଼ାଇଛି। ସୂଚନାନୁସାରେ, ଚଳିତବର୍ଷ ଜାନୁୟାରୀରେ ଭୁବନେଶ୍ୱରରୁ ମାତ୍ର ଜଣେ ରୋଗୀ ଚିହ୍ନଟ ହୋଇଥିବାବେଳେ ଫେବୃୟାରୀରେ କେହି ଚିହ୍ନଟ ହୋଇ ନ ଥିଲେ। ତେବେ ମାର୍ଚ୍ଚରେ ୫ଜଣ, ଏପ୍ରିଲରେ ୬ଜଣ, ମେ’ରେ ୬ଜଣ, ଜୁନ୍‌ରେ ୬୯ଜଣ, ଜୁଲାଇରେ ୨୦୩ଜଣ, ଅଗଷ୍ଟରେ ୭୬୩ ଏବଂ ସେପ୍ଟେମ୍ବରରେ ୯୭୧ଜଣ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଥିବା ସୂଚନା ମିଳିଛି। ତେବେ ଡେଙ୍ଗୁ ସ୍ଥିତିକୁ ନେଇ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର କହିଛନ୍ତି, ଚଳିତ ବର୍ଷ ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ବୃଦ୍ଧି ପାଉଥିଲେ ବି ତାହା ଚିନ୍ତାଜନକ ନୁହେଁ। ଗତବର୍ଷ ତୁଳନାରେ ଏଥର ରାଜ୍ୟରେ ଟେଷ୍ଟର ହାର ଦ୍ୱିଗୁଣରୁ ଅଧିକ ରହିଛି। ୨୦୨୧ରେ ଜାନୁୟାରୀରୁ ସେପ୍ଟେମ୍ବର ୧୫ ସୁଦ୍ଧା ରାଜ୍ୟରେ ୧୪ହଜାର ୩୯୨ ଟେଷ୍ଟ କରାଯାଇଥିଲା। ସେଥିରୁ ୩ହଜାର ୬୬୫ଜଣ ପଜିଟିଭ୍‌ ଚିହ୍ନଟ ହୋଇଥିଲେ।
ଅପରପକ୍ଷେ ଚଳିତବର୍ଷ ଜାନୁୟାରୀରୁ ସେପ୍ଟେମ୍ବର ୧୫ ମଧ୍ୟରେ ମୋଟ୍‌ ୨୬ହଜାର ୩୬୫ ନମୁନା ପରୀକ୍ଷା କରାଯାଇଥିବାବେଳେ ୩ହଜାର ୫୩୪ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ରୋଗୀ ସଂଖ୍ୟା ପ୍ରାୟ ସମାନ ରହିଥିଲେ ବି ଟେଷ୍ଟିଂ ବଢିଥିବାରୁ ଗତ ବର୍ଷ ତୁଳନାରେ ପଜିଟିଭିଟି କମ୍‌ ରହିଥିବା ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ କହିଛନ୍ତି। ପ୍ରାୟ ୯୫ ପ୍ରତିଶତ ଡେଙ୍ଗୁ ରୋଗୀ ଘରେ ରହି ଚିକିତ୍ସିତ ହୋଇ ସୁସ୍ଥ ହୋଇ ପାରିବେ। ତେଣୁ ଡେଙ୍ଗୁ ଚିହ୍ନଟ ହେଲେ ଭୟଭୀତ ନ ହୋଇ ଏହାର ଉପଯୁକ୍ତ ଚିକିତ୍ସା କରିବାକୁ ସେ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫୁଟୁଛି ଓଡିଶା, ଅନୁଗୁଳ ସର୍ବୋଚ୍ଚ ଉତ୍ତପ୍ତ ସହର

ଭୁବନେଶ୍ୱର,୨୬।୪(ଅସମାପିକା ସାହୁ): ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ...

ପୁଅକଥା ମନେ ପକାଇ ହସ୍ପିଟାଲରେ ମା’ଙ୍କ ଆତ୍ମହତ୍ୟା ଉଦ୍ୟମ

ବଲାଙ୍ଗୀର,୨୬।୪: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ହସ୍ପିଟାଲରେ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମହିଳା ଜଣଙ୍କ ହେଉଛନ୍ତି ମୁରିବାହାଲ ଥାନା ସାନଝରବାହାଲି ଗାଁର ପଦ୍ମାବତୀ ସେଠ...

ଆହୁରି ଦୁଇ ସପ୍ତାହ ନିସ୍ତାର ନାହିଁ: ୨୮ ତାରିଖ ପାଇଁ ସତର୍କ କଲା ବିଭାଗ

ଭୁବନେଶ୍ୱର,୨୬।୪: ରାଜ୍ୟରେ ଜାରି ରହିଛି ତାତି। ଗରମ ସାଙ୍ଗକୁ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ। ଏଭଳିସ୍ଥତିରେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ...

ଧର୍ମେନ୍ଦ୍ରଙ୍କୁ ପାଣ୍ଡିଆନଙ୍କ ଡାଇରେକ୍ଟ ଆଟାକ୍‌, କହିଲେ…

ଭୁବନେଶ୍ୱର,୨୬।୪: ଉମରକୋଟ ଓ ଝରିଗାଁରେ ଜୋରଦାର ପ୍ରଚାର କରିଛନ୍ତି ବିଜୁ ଜନତା ଦଳର ନେତା କାର୍ତ୍ତିକ ପାଣ୍ଡିଆନ । ନବରଙ୍ଗପୁର ଲୋକ ସଭା ନିର୍ବାଚନ ମଣ୍ଡଳୀର...

ଭାଜପାରେ ମିଶିବା ପରେ ଏମିତି କହିଲେ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେବା ପରେ ସୋର ବିଧାୟକ ପର୍ଶୁରାମ ଧଡ଼ା ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ମୋଦିଙ୍କ ନେତୃତ୍ୱରେ ଭାରତ ବିକଶିତ ରାଷ୍ଟ୍ର...

ଆହୁରି ୫ଦିନ ଅଣାୟତ ହେବ ତାତି, ଘରୁ ବାହାରିଲେ…

ଭୁବନେଶ୍ୱର,୨୬।୪: ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ ଆହୁରି...

VIDEO: ଅଟୋ ଚଳାଇ, ଆଖୁ ପେଡ଼ି ପ୍ରଚାର କଲେ ବିଜେଡି ଏମ୍‌ପି ପ୍ରାର୍ଥୀ ମନ୍ମଥ

ଭୁବନେଶ୍ବର, ୨୬।୪: ବିଜେଡି ଟିକେଟ୍‌ରେ ଭୁବନେଶ୍ବର ଲୋକ ସଭା ଆସନରୁ ପ୍ରାର୍ଥୀ ହୋଇଥିବା ମନ୍ମଥ ରାଉତରାୟ ନିର୍ବାଚନ ପାଇଁ ଜେରଦାର ପ୍ରଚାର କରୁଛନ୍ତି। ଏହି ସମୟରେ...

ଜଙ୍ଗଲରେ ନିଆଁ ଲଗାଇ କରୁଥିଲେ ବନ୍ୟଜନ୍ତୁ ଶିକାର: ମାଡ଼ିବସିଲା ବନ ବିଭାଗ

ଦାରିଙ୍ଗବାଡି,୨୬।୪(ଅରୁଣ ସାହୁ): ଜଙ୍ଗଲରେ ନିଆଁ ଲଗାଇ ଧ୍ବଂସ କରିବା ଏବଂ ଗରମରେ ବନ୍ୟଜନ୍ତୁ ଆଉଟୁପାଉଟୁ ହୋଇ ପାଣି ପିଇବାକୁ ଆସିବା ବେଳେ ଶିକାର କରୁଥିବା ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri