ଭୁବନେଶ୍ୱର,୨୯।୫(ବ୍ୟୁରୋ): ରାଜଧାନୀ ଶ୍ରୀ ଲିଙ୍ଗରାଜ ଥାନା ଅଧୀନ କପିଳେଶ୍ୱର କୁମ୍ଭାର ସାହିରେ ରହୁଥିବା ଜନୈକ ହକର ଏବଂ ତାଙ୍କ ସ୍ତ୍ରୀ ଶୁକ୍ରବାର ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ମୃତ ଯୁବକ ହେଲେ ରାକେଶ ରାଉତ(୨୫) ଓରଫ ବାପି। ବାପି ଓଲ୍ଡ ଟାଉନ୍ ପେପର ପଏଣ୍ଟରୁ ପେପର ନେଇ ହକରିଂ କରିଥାନ୍ତି। ସେ ଗତ ଫେବୃୟାରୀ ମାସରେ ଅର୍ଥାତ ଲକ୍ଡାଉନ୍ ପୂର୍ବରୁ ବିବାହ କରିଥିଲେ। ଗୁରୁବାର ସନ୍ଧ୍ୟାରେ ଉଭୟ ସ୍ତ୍ରୀସ୍ବାମୀ ଶ୍ରୀ ଲିଙ୍ଗରାଜଙ୍କ ବିବାହ ଦେଖିବାକୁ ଯାଇଥିଲେ। ସେଠାରୁ ଫେରି ଖାଇପିଇ ଶୋଇ ଯାଇଥିବା ସ୍ଥାନୀୟ ଲୋକେ କହିଛନ୍ତି। ତେବେ ଶୁକ୍ରବାର ସକାଳୁ କବାଟ ନ ଫିଟାଇବାରୁ ଲୋକେ ପୋଲିସକୁ ଖବର ଦେଇଥିଲେ। ଘଟଣାସ୍ଥଳରେ ପୋଲିସ ପହଞ୍ଚି କବାଟ ଭାଙ୍ଗି ରାକେଶ ଫ୍ୟାନ୍ରେ ଝୁଲୁଥିବା ଦେଖିବାକୁ ପାଇଥିଲା। ସ୍ତ୍ରୀ ବିଷ ପିଇ ତଳେ ପଡ଼ିଥିବା ଦେଖିଥିଲା। ତେବେ ତାଙ୍କ ଆତ୍ମହତ୍ୟାର କାରଣ ଅସ୍ପଷ୍ଟ ରହିଛି। ପାରିବାରିକ କଳହରୁ ଏପରି ଅଭାବନୀୟ ଘଟଣା ଘଟିଥାଇପାରେ ବୋଲି ପୋଲିସ ସନ୍ଦେହ କରୁଛି। ମୃତଦେହ ବ୍ୟବଚ୍ଛେଦ ପାଇଁ ପୋଲିସ କ୍ୟାପିଟାଲ ହସ୍ପିଟାଲ ପଟାଇଛି। ଏଥିସହ ଘଟଣାରେ ଦୁଇଟି ଅପମୃତ୍ୟୁ ମାମଲା ରୁଜୁ କରିବା ସହ ତଦନ୍ତ ଜାରି ରଖିଛି।
ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ
ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…
ପରବର୍ତ୍ତୀ ରାଜନୀତିକୁ ନେଇ ମୁହଁ ଖୋଲିଲେ ଅରବିନ୍ଦ ମହାପାତ୍ର, ବିଧାନସଭାରେ ଯଦି…
ଭୁବନେଶ୍ବର,୧୬।୨: ବିଜେଡିରୁ ନିଲମ୍ବନ ପରଠାରୁ ଚର୍ଚ୍ଚାରେ ରହିଛନ୍ତି ଅରବିନ୍ଦ ମହାପାତ୍ର । ନିଲମ୍ବନ ଓ ପରବର୍ତ୍ତୀ ରାଜନୀତିକୁ ନେଇ ଆଜି ସେ ମୁହଁ ଖୋଲିଛନ୍ତି । ନବୀନ…
ଆଜି ଶଙ୍ଖଭବନରେ ବସିବ ବୈଠକ, ନବୀନ ନେବେ ବଡ଼ ନିଷ୍ପତ୍ତି
ଭୁବନେଶ୍ୱର,୧୬ା୨: ସୋମବାର ଅର୍ଥାତ୍ ଆଜି ଶଙ୍ଖଭବନରେ ବିଜେଡି ବିଧାୟକ ଦଳ ବୈଠକ ବସିବ। ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀଦଳ ନେତା ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଉକ୍ତ ବୈଠକ…
ମୋତେ ନିୟମକାନୁନ ଦେଖାନା, ମୁଁ ପରା କହୁଛି ଏଭଳି କହି ଚାପ ପକାଉଛନ୍ତି…
ଭୁବନେଶ୍ୱର,୧୬।୨(ରବିନାରାୟଣ ଜେନା): ମୋତେ ନିୟମକାନୁନ ଦେଖାନା, ମୁଁ ପରା କହୁଛି। ସକାଳେ କଲମ୍ରେ କଂକ୍ରିଟ ଢଳାହେଲା ମାନେ ସନ୍ଧ୍ୟା ସୁଦ୍ଧା ବିଲ୍ ହେବା ଦରକାର। ଠିକାଦାରଙ୍କ ଉଦ୍ଦେଶ୍ୟରେ…
ପୋଲିସ ସାମ୍ନାରେ ଅବକାରୀ ବାବୁଙ୍କୁ ମାଡ଼: ନିୟମକୁ ଫୁ’, ନିଶାରେ ମତୁଆଲା ଯୁବତୀଯୁବକ
ଭୁବନେଶ୍ୱର,୧୬ା୨(ତ୍ରିନାଥ ମହାନ୍ତି):ଭାଲେଣ୍ଟାଇନ୍ସ ଡେ’ରେ ସବୁ ନିୟମ ଓ କଟକଣାକୁ ଫୁ’ କରି ବାର୍ରେ ଜମିଥିଲା ରଙ୍ଗିନ ରାତି। ଆଗରେ ଶଟର ପକାଇ ଭିତରେ ମତୁଆଲା ହେଉଥିଲେ ପୁରୁଷ…
ରାଜ୍ୟରେ ବଢୁଛି ତାପମାତ୍ରା: ଆସନ୍ତା ୨ଦିନ ପର୍ଯ୍ୟନ୍ତ…
ଭୁବନେଶ୍ୱର,୧୬ା୨(ବନ୍ଦନା ସେଠୀ):ରାଜ୍ୟରେ ତାପମାତ୍ରା କ୍ରମଶଃ ବୃଦ୍ଧି ପାଉଛି। ରାତିରେ ଶୀତ, ଭୋର୍ ସମୟରେ କୁହୁଡି ଓ ଦିନରେ ଖରାତାତି ଅନୁଭୂତ ହେଉଛି। ଉତ୍ତର ଉପକୂଳ ଓଡ଼ିଶାର କିଛି…
ଲିଙ୍ଗରାଜ ମନ୍ଦିରରେ ଉଠିଲା ମହାଦୀପ: ନିର୍ଦ୍ଧାରିତ ସମୟ ପୂର୍ବରୁ ସମ୍ପନ୍ନ ହେଲା ନୀତିକାନ୍ତି
ଭୁବନେଶ୍ୱର,୧୫।୨: ପବିତ୍ର ମହାଶିବରାତ୍ରି ଅବସରରେ ଭୁବନେଶ୍ୱରର ପ୍ରସିଦ୍ଧ ଶ୍ରୀଲିଙ୍ଗରାଜ ମନ୍ଦିରରେ ମହାପ୍ରଭୁଙ୍କ ମହାଦୀପ ଉଠିଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଚଳିତ ବର୍ଷ ପ୍ରଶାସନ ଓ ସେବାୟତଙ୍କ…
କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍ରେ ଦେହାନ୍ତ
କଟକ,୧୫ା୨: ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…
Archives

