Posted inଜାତୀୟ

ରାଜଧାନୀରେ ଫେରୁଛି ଶାନ୍ତି, ବଢୁଛି ମୃତ୍ୟୁ ସଂଖ୍ୟା

ନୂଆଦିଲ୍ଲୀ,୨।୩: ଦିଲ୍ଲୀରେ ଉପୁଜିଥିବା ଦଙ୍ଗା ପରେ ଏବେ ଶାନ୍ତି ଫେରୁଛି, ସାଧାରଣ ଜୀବନଯାତ୍ରା ସ୍ବାଭାବିକ ହେବାରେ ଲାଗିଛି। ହେଲେ ଏହି ଦଙ୍ଗାରେ ମୃତକଙ୍କ ସଂଖ୍ୟାରେ ବୃଦ୍ଧି ଘଟି ସୋମବାର ସୁଦ୍ଧା ଏହା ୪୬ରେ ପହଞ୍ଚିଛି। ଉତ୍ତର-ପୂର୍ବ ଦିଲ୍ଲୀରେ ଏହା ଅଧିକ ପରିମାଣରେ ହୋଇଥିବା ବେଳେ ଏବେସୁଦ୍ଧା ଗୁରୁ ତେଜ ବାହାଦୂର ହସ୍ପିଟାଲରେ ୩୮ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ, ଲୋକ ନାୟକ ହସ୍ପିଟାଲରେ ୩, ଜଗ ପରଭେଶ ଚନ୍ଦର ହସ୍ପିଟାଲରେ ୧, ଡ. ରାମ ମନୋହର ଲୋହିଆ ହସ୍ପିଟାଲରେ ୪ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ଏହି ଦଙ୍ଗାରେ ଶତାଧିକ ଲୋକେ ଆହତ ହୋଇ ଚିକିତ୍ସିତ ହେଉଥିବା ବେଳେ ଆଗକୁ ମୃତ୍ୟୁ ସଂଖ୍ୟା ଆହୁରି ବୃଦ୍ଧି ପାଇବ ବୋଲି ଅନୁମାନ କରାଯାଉଛି। ଦିଲ୍ଲୀ ଦଙ୍ଗାକୁ ନେଇ ଏପର୍ଯ୍ୟନ୍ତ ପ୍ରାୟ ୩୩୪ ଏଫ୍‌ଆଇଆର୍‌ ଦାଖଲ କରାଯାଇଥିବା ବେଳେ ୩୩ ଜଣଙ୍କୁ ଗିରଫ କରାଯାଇଛି। ଏହାସହ ୯୦୩ ଜଣଙ୍କୁ ଅଟକ ମଧ୍ୟ ରଖାଯାଇଛି। ଏହାସହ ଶାନ୍ତିର ବାତାବରଣ ଫେରାଇ ଆଣିବାକୁ ସୋସିଆଲ ମିଡିଆ ଉପରେ ମଧ୍ୟ କଡା ନଜର ରଖାଯାଇଛି। ଗଜବ ପ୍ରଚାର ପାଇଁ ୧୩ ମାମଲା ଦାଖଲ କରାଯାଇଥିବା ବେଳେ ଆର୍ମ ଆକ୍ଟରେ ୪୪ ମାମଲା ଦାଖଲ କରାଯାଇଥିବା ସୂଚନା ମିଳିଛି। ସୂଚନାଯୋଗ୍ୟ, ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ନେଇ ଗତ ସୋମବାରରୁ ଦିଲ୍ଲୀରେ ଆରମ୍ଭ ହୋଇଥିବା ଦଙ୍ଗା ପରିସ୍ଥିତି ପ୍ରାୟ ୫ ଦିନ ପରେ ଥମିଥିଲା। ଏବେ ସେଠାରେ ସାଧାରଣ ଜୀବନଯାତ୍ରା ସ୍ବାଭାବିକ ହୋଇଥିବା ଦେଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କ ୪୮ ଘଣ୍ଟିଆ ଅଲ୍ଟିମେଟମକୁ ନେଇ ପରିହାସ କଲା ଇରାନ, ଚେତାବନୀ ଦେଇ କହିଲା ନର୍କର ଦ୍ବାର…

ତେହେରାନ,୫।୪: ଇରାନର କେନ୍ଦ୍ରୀୟ ସାମରିକ କମାଣ୍ଡ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ୪୮ ଘଣ୍ଟିଆ ଅଲ୍ଟିମେଟମକୁ ପ୍ରତ୍ୟାଖ୍ୟାନ କରିଛି । ଇରାନ କେବଳ ଟ୍ରମ୍ପଙ୍କ ଧମକକୁ ଅଣଦେଖା…

ନାବାଳିକାଙ୍କ ଫଟୋକୁ ଏଡିଟିଂ କରି ଅଶ୍ଲିଳ ଫଟୋ ଭାଇରାଲ କରିଥିଲା ଯୁବକ, ଅଭିଯୁ୍‌କ୍ତ ଗିରଫ

ଦେବଗଡ,୫।୪(ଶଶାଙ୍କ ଶେଖର ଝାଙ୍କର): ଜଣେ ୧୫ ବର୍ଷିୟା ନାବାଳିକାଙ୍କ ଫଟୋକୁ ଏଡିଟିଂ ମାଧ୍ୟମରେ ବିକୃତ କରି ଅଶ୍ଲିଳ ଫଟୋକୁ ସୋସିଆଲ ମିଡିଆରେ ଭାଇରାଲ କରୁଥିଲା ଯୁବକ ।…

ମହୁଲ ଗୋଟାଉଥିବା ବେଳେ କଚାଡି ଦେଲା ଦନ୍ତା, ଆକ୍ରମଣରେ ୩….

ପରଜଙ୍ଗ୫।୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧିନ କନ୍ତୋର ଓ ବାରିହାପୁର ଗାଁରେ ଦନ୍ତା ଆତଙ୍କ ଦେଖିବାକୁ ମିଳିଛି। ରବିବାର ଭୋର୍…

ସ୍କୁଲ ଚୟନ ଅଧିକାର ଶିକ୍ଷାଧିକାରରେ ନାହିଁ: ହାଇକୋର୍ଟ

ନୂଆଦିଲ୍ଲୀ,୫।୪: ଶିକ୍ଷା ଅଧିକାର ଆଇନ ଅନୁଯାୟୀ ଜଣେ ପିଲାର ଶିକ୍ଷା ଗ୍ରହଣ କରିବାର ଅଧିକାର ରହିଛି, କିନ୍ତୁ ନାମଲେଖା ପାଇଁ ଏକ ନିର୍ଦ୍ଦିଷ୍ଟ ସ୍କୁଲକୁ ଚୟନ କରିବା…

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ଉତ୍ସବରେ ଯୋଗଦେଇ ଘରକୁ ଫେରୁଥିଲେ ପରିବାର ଲୋକେ: ରାସ୍ତାପାର୍ଶ୍ୱ କୂଅରେ ଖସିପଡ଼ିଲା କାର୍‌, ଆଉ ତା’ପରେ…

ନାଶିକ୍‌,୪ା୪: ମହାରାଷ୍ଟ୍ରର ନାଶିକ ଜିଲାରେ ଖୋଲା କୂଅକୁ ଏକ କାର୍‌ ଖସିପଡ଼ିବାରୁ ଗୋଟିଏ ପରିବାରର ୯ ସଦସ୍ୟଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୬ଜଣ ପିଲା ଥିବା…

ରେଷ୍ଟୁରାଣ୍ଟ-ଢାବା ମାଲିକଙ୍କ ପାଇଁ ନିର୍ଦ୍ଦେଶ: କେବଳ ଏମିତି କଲେ ମିଳିବ ବାଣିଜ୍ୟିକ ସିଲିଣ୍ଡର

ନୂଆଦିଲ୍ଲୀ,୪।୪: ଦିଲ୍ଲୀ ସରକାର ବାଣିଜ୍ୟିକ LPG ସିଲିଣ୍ଡର ଯୋଗାଣ ନିୟନ୍ତ୍ରଣ ନିୟମକୁ କଡ଼ାକଡ଼ି କରିଛନ୍ତି। ଏବେ, ଯେଉଁ ଅଞ୍ଚଳରେ ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG) ନେଟୱାର୍କ…

ସମ୍ପର୍କରେ ଲାଗିଲା କଳଙ୍କ: ଜ୍ୱାଇଁଙ୍କ ସହ ଶାଶୁ ଫେରାର, ମୋବାଇଲ ଲୋକେସନ ଖୋଲିଦେଲା ସବୁ ଗୁମର

ରାଞ୍ଚି,୪ା୪: ଝାଡ଼ଖଣ୍ଡର ଦୁମକା ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଶାଶୁ-ଜ୍ୱାଇଁଙ୍କ ପରି ପବିତ୍ର ସମ୍ପର୍କରେ କଳଙ୍କ ଲଗାଇଛି। ସରିଆହାଟ ଥାନା ଅଞ୍ଚଳର ମଥାକେସୋ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri