ରାଜଧାନୀରେ ବଟି ଆଦାୟ, ୪ ଗିରଫ

କଟକ ରୋଡ,୫|୯(ଡି.ଏନ୍‌.ଏ.) – ଭୁବନେଶ୍ୱର ରାଜ୍ୟ ସଂଗ୍ରହାଳୟ ନିକଟ କଳ୍ପନା ଛକସ୍ଥିତ ପୁରୀ ବସଷ୍ଟାଣ୍ଡରୁ ବଟି ଆଦାୟ ଅଭିଯୋଗରେ ବଡ଼ଗଡ଼ ପୋଲିସ ବୁଧବାର ୪ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟଚାଲଣ କରିଛି। ସେମାନେ ହେଲେ ପୁରୀ ଜିଲା ସଦର ଥାନା ଅଧୀନ ବାସେଳି ସାହିର ଲୋକନାଥ ପଣ୍ଡା (୫୨), ବଡ଼ଗଡ଼ ଥାନା ପାଣ୍ଡବନଗର କୁଶପଡିଆର ସୁଦର୍ଶନ ନାୟକ (୨୦), ବଡ଼ଗଡ଼ ଅଞ୍ଚଳର ଦିଲୀପ ରାୟ (୩୮) ଓ ଜୟନ୍ତ ସେଠୀ (୩୪)। ପୋଲିସ ସୂଚନା ଅନୁଯାୟୀ, ଗତ କିଛି ଦିନ ଧରି ଉକ୍ତ ବସଷ୍ଟାଣ୍ଡରୁ ପୁରୀ ଯାଉଥିବା କେତେକ ବସ ଓ ଟ୍ରେକର ଚାଳକଙ୍କ ଠାରୁ ବଟି ଆଦାୟ ହେଉଥିବା ନେଇ ପୋଲିସକୁ ସୂଚନା ମିଳିଥିଲା। ଏ ନେଇ ପ୍ରାୟ ୪ଦିନ ହେବ ସ୍ଥାନୀୟ ଥାନାର କେତେଜଣ ଅଧିକାରୀ ସାଦା ପୋଷାକରେ ଷ୍ଟାଣ୍ଡରେ ମୁତୟନ ରହି ବଟି ଆଦାୟକାରୀଙ୍କ ଉପରେ ନଜର ରଖିଥିଲେ। ମଙ୍ଗଳବାର ସନ୍ଧ୍ୟାରେ ଅଭିଯୁକ୍ତମାନେ ଷ୍ଟାଣ୍ଡରେ ଟଙ୍କା ସଂଗ୍ରହ କରୁଥିବା ବେଳେ ସେମାନଙ୍କୁ ପୋଲିସ ଧରିଥିଲା। ଏମାନଙ୍କ ନିକଟରୁ ୮୦୦ଟଙ୍କା ଜବତ ହୋଇଛି। ଏ ନେଇ ଥାନାରେ ଏକ ମାମଲା (ନଂ.୨୩୩/୧୯)ରୁଜୁ ହୋଇଛି। ଆଗାମୀ ଦିନରେ ମଧ୍ୟ ବେଆଇନ ବଟି ଆଦାୟକାରୀଙ୍କ ଉପରେ କଡ଼ା ପଦକ୍ଷେପ ନିଆଯିବ ବୋଲି ଥାନା ଅଧିକାରୀ ଦିଲୀପ କୁମାର ସ୍ବାଇଁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ନବୀନ ପଟ୍ଟନାୟକଙ୍କୁ ନେଇ ଏମିତି କହିଦେଲେ ମନମୋହନ: ଆମ ଦ୍ୱାର ସବୁବେଳେ ଖୋଲା…

ଭୁବନେଶ୍ୱର,୭।୪: ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପଞ୍ଚାୟତରାଜ ନିର୍ବାଚନ ପୂର୍ବରୁ ବିଭିନ୍ନ ଜିଲା ଗସ୍ତ କରିବେ ବୋଲି ଜଣାପଡ଼ିଛି। ନବୀନଙ୍କ ଜିଲା…

ପୋଖରୀରେ ବୁଡ଼ି ଚାଲିଗଲା ୨ ସାଙ୍ଗଙ୍କ ଜୀବନ, ସ୍କୁଲରୁ ଫେରି ଗାଧୋଇବାକୁ ଯାଇଥିଲେ

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ ପତାଣ୍ଡ ଗ୍ରାମରେ ଅଘଟଣ । ପୋଖରୀରେ ବୁଡ଼ିଯାଇ ୨ ନାବାଳିକା ଛାତ୍ରୀଙ୍କର ମୃତ୍ୟୁ ହୋଇଛି…

ଯାଜପୁରରେ ଯୁବକଙ୍କୁ ଗୁଳିମାଡ଼, ଚିକିତ୍ସାଧୀନ ଅବସ୍ଥାରେ ଚାଲିଗଲା ଜୀବନ

ଯାଜପୁର ସଦର,୭।୪(ସମର ବିଜୟ ଶରଣ ): ଯାଜପୁର ଥାନା ଅନ୍ତର୍ଗତ କାଳୀମେଘା ନିକଟର ଫୁଟିଲା ଗୁଳି । ଏହି ଗୁଳିକାଣ୍ଡରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି ।…

ପ୍ରମିଳାଙ୍କ ଘରେ ହଠାତ୍‌ ପହଞ୍ଚିଲେ ଯାଜପୁର ନେତା, ଉପସ୍ଥିତ ଅଛନ୍ତି ଏମାନେ ସବୁ…

ଭୁବନେଶ୍ୱର,୭।୪: ପ୍ରମିଳାଙ୍କ ସରକାରୀ ବାସଭବନରେ ଯାଜପୁର ନେତାଙ୍କ ମେଳିକୁ ନେଇ ରାଜନୀତିରେ ହଇଚଇ। ଭଦ୍ରକ ମଣ୍ଡଳ ଦମ୍ପତିଙ୍କୁ ସସପେଣ୍ଡ ପରେ ଯାଜପୁର ସଂଗଠନକୁ ନେଇ ବୈଠକ ଚାଲିଥିବା…

ମୋରଡାରୁ ପଶ୍ଚିମବଙ୍ଗ ହେଉଥିଲା ଗୋ ଚାଲାଣ, ୧୩ ଗୋରୁ ଜବତ କଲା ପୋଲିସ

ମୋରଡା,୭/୪(ସ୍ମାରକ ମାଜୀ)- ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବେଆଇନ ଭାବେ ଗୋ ଚାଲାଣ ବୃଦ୍ଧି ପାଉଥିବାର ଦେଖାଯାଇଛି । ଅନେକ ସ୍ଥାନରେ ପୋଲିସର ଚଢ଼ାଉ ଜାରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri