ରାଜଧାନୀରେ ବଟି ଆଦାୟ, ୪ ଗିରଫ

କଟକ ରୋଡ,୫|୯(ଡି.ଏନ୍‌.ଏ.) – ଭୁବନେଶ୍ୱର ରାଜ୍ୟ ସଂଗ୍ରହାଳୟ ନିକଟ କଳ୍ପନା ଛକସ୍ଥିତ ପୁରୀ ବସଷ୍ଟାଣ୍ଡରୁ ବଟି ଆଦାୟ ଅଭିଯୋଗରେ ବଡ଼ଗଡ଼ ପୋଲିସ ବୁଧବାର ୪ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟଚାଲଣ କରିଛି। ସେମାନେ ହେଲେ ପୁରୀ ଜିଲା ସଦର ଥାନା ଅଧୀନ ବାସେଳି ସାହିର ଲୋକନାଥ ପଣ୍ଡା (୫୨), ବଡ଼ଗଡ଼ ଥାନା ପାଣ୍ଡବନଗର କୁଶପଡିଆର ସୁଦର୍ଶନ ନାୟକ (୨୦), ବଡ଼ଗଡ଼ ଅଞ୍ଚଳର ଦିଲୀପ ରାୟ (୩୮) ଓ ଜୟନ୍ତ ସେଠୀ (୩୪)। ପୋଲିସ ସୂଚନା ଅନୁଯାୟୀ, ଗତ କିଛି ଦିନ ଧରି ଉକ୍ତ ବସଷ୍ଟାଣ୍ଡରୁ ପୁରୀ ଯାଉଥିବା କେତେକ ବସ ଓ ଟ୍ରେକର ଚାଳକଙ୍କ ଠାରୁ ବଟି ଆଦାୟ ହେଉଥିବା ନେଇ ପୋଲିସକୁ ସୂଚନା ମିଳିଥିଲା। ଏ ନେଇ ପ୍ରାୟ ୪ଦିନ ହେବ ସ୍ଥାନୀୟ ଥାନାର କେତେଜଣ ଅଧିକାରୀ ସାଦା ପୋଷାକରେ ଷ୍ଟାଣ୍ଡରେ ମୁତୟନ ରହି ବଟି ଆଦାୟକାରୀଙ୍କ ଉପରେ ନଜର ରଖିଥିଲେ। ମଙ୍ଗଳବାର ସନ୍ଧ୍ୟାରେ ଅଭିଯୁକ୍ତମାନେ ଷ୍ଟାଣ୍ଡରେ ଟଙ୍କା ସଂଗ୍ରହ କରୁଥିବା ବେଳେ ସେମାନଙ୍କୁ ପୋଲିସ ଧରିଥିଲା। ଏମାନଙ୍କ ନିକଟରୁ ୮୦୦ଟଙ୍କା ଜବତ ହୋଇଛି। ଏ ନେଇ ଥାନାରେ ଏକ ମାମଲା (ନଂ.୨୩୩/୧୯)ରୁଜୁ ହୋଇଛି। ଆଗାମୀ ଦିନରେ ମଧ୍ୟ ବେଆଇନ ବଟି ଆଦାୟକାରୀଙ୍କ ଉପରେ କଡ଼ା ପଦକ୍ଷେପ ନିଆଯିବ ବୋଲି ଥାନା ଅଧିକାରୀ ଦିଲୀପ କୁମାର ସ୍ବାଇଁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ୨ ବିଧାୟକଙ୍କୁ ମିଳିଲାନି ଟିକେଟ୍‌

ଭୁବନେଶ୍ୱର,୨୦।୪: ବିଧାନସଭା ନିର୍ବାଚନ ପାଇଁ ବଜେଡି ଷଷ୍ଠ ପ୍ରାର୍ଥୀ ତାଲିକା ଶନିବାର ଘୋଷଣା କରିଛି। ପ୍ରାର୍ଥୀ ଘୋଷଣାରେ ଚମ୍ପୁଆ ବିଧାୟକ ମିନାକ୍ଷୀ ମହାନ୍ତ ଏବଂ ଆନନ୍ଦପୁର...

ବିଜେଡି ଷଷ୍ଠ ପ୍ରାର୍ଥୀ ତାଲିକା: ୩ ମନ୍ତ୍ରୀଙ୍କ କଟିଲା ଟିକେଟ୍‌

ଭୁବନେଶ୍ୱର,୨୦।୪: ବିଜେଡିର ଷଷ୍ଠ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ଆଜି ଟିକେଟ ଘୋଷଣା କରିଛନ୍ତି। ତାଲିକାରେ ୪ ନୂଆ ମୁହଁ...

ବରିଷ୍ଠ ବିଧାୟକ ଅମର ଶତପଥୀଙ୍କ ଟିକେଟ୍‌ କାଟି ବର୍ଷାଙ୍କ ଉପରେ ଭରସା

ଭୁବନେଶ୍ୱର,୨୦।୪: ବିଧାନସଭା ନିର୍ବାଚନ ପାଇଁ ବଜେଡି ଷଷ୍ଠ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ବିଜେଡି ବଡ଼ଚଣାର ବରିଷ୍ଠ ବିଧାୟକ ଅମର ଶତପଥୀଙ୍କ ଟିକେଟ୍‌ କଟିଛି। ତାଙ୍କ...

ସର୍‌ପ୍ରାଇଜ୍‌ କଲେ ନବୀନ, ଆଶାୟୀ ବରିଷ୍ଠ ନେତାଙ୍କ କାଟିଲେ ଟିକେଟ୍‌!

ଭୁବନେଶ୍ୱର,୨୦।୪: ପୁରୁଖା ନେତାଙ୍କ ଉପରେ ବିଜେଡିର ଭରସା ପାଉନାହିଁ। ଏହାର ପ୍ରମାଣସ୍ବରୂପ ନିର୍ବାଚନ ମଇଦାନକୁ ଦଳ ସଦ୍ୟ ସାମିଲ ହୋଇଥିବା ପ୍ରାର୍ଥୀଙ୍କୁ ଓହ୍ଲାଉଛି। ଫଳରେ ଦୀର୍ଘଦିନ...

ବିଜେଡି ବିଧାନସଭା ପ୍ରାର୍ଥୀ ତାଲିକା: ରଘୁନାଥ ସାହୁଙ୍କୁ ମିଳିଲା ଏହି ଆସନ

ଭୁବନେଶ୍ୱର,୨୦।୪: ବିଧାନସଭା ନିର୍ବାଚନ ପାଇଁ ବଜେଡି ଷଷ୍ଠ ପ୍ରାର୍ଥୀ ତାଲିକା ଶନିବାର ଘୋଷଣା କରିଛି। ତାଲିକାରେ ରହିଛି ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ନାଁ। ସେ ବଡ଼ଚଣାରୁ...

କେନ୍ଦ୍ରାପଡ଼ାରୁ ଗଣେଶ୍ୱର, ବଡ଼ଚଣାରୁ ଲଢ଼ିବେ…

ଭୁବନେଶ୍ୱର,୨୦।୪: ଆଗାମୀ ସାଧାରଣ ନିର୍ବାଚନକୁ ନେଇ ବିଜେଡି ପକ୍ଷରୁ ଷଷ୍ଠ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଦଳର ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ...

ବର୍ଷାଙ୍କୁ ମିଳିଲା ଟିକେଟ୍‌, ଏହି ଠୁ ଲଢିବେ…

ଭୁବନେଶ୍ୱର,୨୦।୪: ୬ଷ୍ଠ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରିଛି ବିଜେଡି। ନିକଟରେ ବିଜୁ ଜନତା ଦଳରେ ଯୋଗ ଦେଇଥିବା ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କୁ ଦଳ...

ସକାଳୁ ନିଆଁବର୍ଷା! ୩୫ ଛୁଇଁଲାଣି ପାରା

ଭୁବନେଶ୍ୱର,୨୦।୪: ଆଜି ବି କଲବଲ କରିବ ତାତି । ସକାଳୁ ଛୁଇଁଲାଣି ୩୫ । ଆଜି ସକାଳ ୮ଟା ସୁଦ୍ଧା ରାଜ୍ୟର ଅନେକ ସ୍ଥାନରେ ତାପମାତ୍ରା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri