ରାଜଧାନୀରେ ଶିଶୁକନ୍ୟାଙ୍କୁ ବଳାତ୍କାର ମାମଲା:୧୦ ଲକ୍ଷ ଟଙ୍କା କ୍ଷତିପୂରଣ ଦାବିରେ ଏନ୍‌ଏଚ୍‌ଆର୍‌ସିରେ ପିଟିଶନ

ଭୁବନେଶ୍ୱର,୨୨ା୮(ବ୍ୟୁରୋ)- ଗତ ମଙ୍ଗଳବାର ରାଜଧାନୀରେ ଘଟିଥିଲା ଏକ ଲୋମଟାଙ୍କୁରା ଘଟଣା। ଚନ୍ଦ୍ରଶେଖରପୁର ଥାନା ନିଳାଦ୍ରିବିହାର ଅଞ୍ଚଳରେ ଜଣେ ୬ବର୍ଷର ଶିଶୁକନ୍ୟାଙ୍କୁ ତାଙ୍କର ଜଣେ ସମ୍ପର୍କୀୟ ମାମଁୁ ବଳାତ୍କାର କରିଥିଲେ। ଅଭିଯୋଗ ପରେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିଥିଲା। ଏହି ଘଟଣାକୁ ନେଇ ଗୁରୁବାର ଜାତୀୟ ମାନବାଧିକାର କମିଶନ(ଏନ୍‌ଏଚ୍‌ଆର୍‌ସି)ଙ୍କ ନିକଟରେ ଅନ୍‌ଲାଇନ୍‌ରେ ଅଭିଯୋଗ କରିଛନ୍ତି ମାନବାଧିକାର କର୍ମୀ ହିମାଂଶୁ ଶେଖର ନାୟକ। କମିଶନ ଏହାକୁ ଗୁରୁତ୍ୱର ସହ ଗ୍ରହଣ କରିଛନ୍ତି। ହିମାଂଶୁ ତାଙ୍କ ପିଟିଶନରେ ଉଲ୍ଲେଖ କରିଛନ୍ତି ଯେ, ପୀଡିତାଙ୍କୁ ଆଇନ ଅନୁଯାୟୀ ୪ସପ୍ତାହ ମଧ୍ୟରେ ୧୦ଲକ୍ଷ ଟଙ୍କା କ୍ଷତି ପୂରଣ ଦେବାକୁ ରାଜ୍ୟ ମୁଖ୍ୟ ଶାସନ ସଚିବଙ୍କୁ ନିର୍ଦ୍ଦେଶ ଦିଆଯାଉ। ଏଥିସହ ଗିରଫ ହୋଇଥିବା ଅଭିଯୁକ୍ତଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ ଡିସିପିଙ୍କୁ ନିର୍ଦ୍ଦେଶ ଦେବାକୁ ହିମାଂଶୁ ତାଙ୍କ ପିଟିଶନରେ ନିବେଦନ କରିଛନ୍ତି।
ଅଭିଯୋଗ ଅନୁଯାୟୀ, ମଙ୍ଗଳବାର ଅପରାହ୍ନରେ ଶିଶୁକନ୍ୟା ଜଣକ ସ୍କୁଲରୁ ଫେରି ଘର ନିକଟରେ ଖେଳୁଥିଲେ। ବର୍ଷା ହେବାରୁ ସମ୍ପର୍କୀୟ ମାମୁଁଙ୍କ ଘର ବାରଣ୍ଡାରେ ଆଶ୍ରୟ ନେଇଥିଲେ। କିଛି ସମୟ ପରେ ସମ୍ପର୍କୀୟ ମାମୁଁ ଜଣକ ଚକୋଲେଟ ଦେବାକୁ ଘରକୁ ଡାକି ବଳାତ୍କାର କରିଥିଲେ। ଚିତ୍କାର କରିବାକୁ ଭୟରେ ଛାଡ଼ି ଦେଇଥିଲେ। ପୀଡିତା ଜଣକ ଘରେ ପହଞ୍ଚତ୍ କାନ୍ଦିକାନ୍ଦି ସବୁକଥା ଜଣାଇଥିଲେ। ପରିବାର ସଦସ୍ୟ ଓ ସ୍ଥାନୀୟ ଲୋକେ ପହଞ୍ଚତ୍ବା ପୂର୍ବରୁ ଅଭିଯୁକ୍ତ ଜଣକ ଫେରାର ହୋଇଯାଇଥିଲେ। ପରେ ପୋଲିସ ତାଙ୍କୁ ଗିରଫ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ୧୦ ବିଦ୍ୟାଳୟକୁ ଜାତୀୟ ସ୍ବୀକୃତି: ଜାଣନ୍ତୁ ଲିଷ୍ଟରେ କେଉଁ ସ୍କୁଲ…

ଭୁବନେଶ୍ୱର,୨୩ା୬(ସୁଚିସ୍ମିତା ସାହୁ): କେନ୍ଦ୍ର ସରକାରଙ୍କ ସ୍ବଚ୍ଛ ଓ ହରିତ୍‌ ବିଦ୍ୟାଳୟ ମୂଲ୍ୟାଙ୍କନ (ଏସ୍‌ଏଚ୍‌ଭିଆର୍‌) ୨୦୨୫-୨୬ ପୁରସ୍କାର ନିମନ୍ତେ ଓଡ଼ିଶାର ୧୦ଟି ବିଦ୍ୟାଳୟ ଜାତୀୟସ୍ତରୀୟ ସ୍ବୀକୃତି ପାଇବାକୁ ମନୋନୀତ…

ପାଠ୍ୟପୁସ୍ତକରେ ରହିବ ବାର୍‌କୋଡ୍‌

ଭୁବନେଶ୍ୱର,୨୩ା୬(ସୁଚିସ୍ମିତା ସାହୁ): ପ୍ରଥମରୁ ଅଷ୍ଟମଶ୍ରେଣୀ ପର୍ଯ୍ୟନ୍ତ ତ୍ରୁଟିପୂର୍ଣ୍ଣ ପୁସ୍ତକଗୁଡ଼ିକୁ କିପରି ତ୍ରୁଟିଶୂନ୍ୟ କରାଯାଇ ପିଲାଙ୍କ ପାଖରେ ପହଞ୍ଚାଯିବ ସେନେଇ ବିକଳ୍ପ ସମ୍ପର୍କରେ ସୋମବାର ଲୋକସେବା ଭବନରେ ଗଣଶିକ୍ଷା…

ହ୍ବାଟ୍‌ସଆପ୍‌ ମୁଖ୍ୟ ହେବେ କୁନାଲ ଶାହା

ନୂଆଦିଲ୍ଲୀ,୨୩ା୬: ଫିନ୍‌ଟେକ୍‌ କମ୍ପାନୀ ସିଆର୍‌ଇଡି(କ୍ରେଡ୍‌)ର ମୁଖ୍ୟ କାର୍ଯ୍ୟନିର୍ବାହୀ ପଦରେ ରହିଥିବା କୁନାଲ ଶାହା ତାଙ୍କ ପଦବୀ ଛାଡ଼ି ମେଟାରେ ଯୋଗ ଦେବେ ବୋଲି ସୋମବାର ଘୋଷଣା କରିଛନ୍ତି।…

ସଂଶୋଧନ ହେଲା ୬୪ ସ୍ଥାନର ଇଂଲିଶ ବନାନ, ତାଲିକାରେ…

ଭୁବନେଶ୍ୱର,୨୩ା୬(ସୁନିତ୍‌ ମିଶ୍ର): ରାଜ୍ୟ ସରକାରଙ୍କ ପକ୍ଷରୁ ନିକଟରେ ଅନୁଷ୍ଠିତ ହୋଇଥିବା କ୍ୟାବିନେଟ୍‌ ବୈଠକରେ ଓଡ଼ିଶାର ଯେଉଁ କେତେଗୁଡ଼ିଏ ସ୍ଥାନର ଇଂଲିଶ ବନାନ୍‌ ଭୁଲ୍‌ ଅଛି ତାକୁ ବଦଳାଇବା…

ରାଜନୀତିରେ ହଇଚଇ: ୧୧ ବିଧାୟକଙ୍କ ସଭ୍ୟପଦ ରଦ୍ଦ ଆବେଦନକୁ ଖାରଜ କଲେ ବାଚସ୍ପତି

ଭୁବନେଶ୍ୱର,୨୩ା୬(ସୁନିତ୍‌ ମିଶ୍ର): ବିଜେଡି ପକ୍ଷରୁ ୮ ଜଣ ବିଧାୟକଙ୍କ ସଭ୍ୟପଦ ରଦ୍ଦ କରିବା ଲାଗି କରାଯାଇଥିବା ଆବେଦନକୁ ବାଚସ୍ପତି ସୁରମା ପାଢ଼ୀ ଅଗ୍ରାହ୍ୟ କରିଦେଇଛନ୍ତି। ସେହିପରି କଂଗ୍ରେସର…

ଶିବସେନା(ୟୁବିଟି) ୨ ଫାଳ: ଶିନ୍ଦେଙ୍କ ଦଳରେ ଯୋଗଦେଲେ ୬ ବିଦ୍ରୋହୀ ଏମ୍‌ପି

ମୁମ୍ବାଇ,୨୨ା୬:ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ନେତୃତ୍ୱାଧୀନ ଶିବସେନା (ୟୁବିଟି) ୨ ଭାଗ ହୋଇଯାଇଛି। ଏହାର ୯ ଜଣ ଲୋକ ସଭା ସଦସ୍ୟଙ୍କ ମଧ୍ୟରୁ ୬ ଜଣ…

ବଜ୍ରାଘାତରେ ଜଳିଗଲା ମାଉସୀ ମା’ ମନ୍ଦିରର ପତାକା: ଚିନ୍ତାରେ ଭକ୍ତ

ବରଗଡ଼,୨୨।୬(ପ୍ରେମାନନ୍ଦ ଖମାରୀ)-ବରଗଡ଼ ଜିଲାର ବିଭିନ୍ନ ସ୍ଥାନରେ ସୋମବାର ଅପରାହ୍ନରେ ବଜ୍ରପାତ ସହିତ ବର୍ଷା ହୋଇଥିଲା। ତେବେ ଅପରାହ୍ନ ପ୍ରାୟ ୩ଟା ସମୟରେ ହୋଇଥିବା ବଜ୍ରପାତରେ ଜିଲାର ଭଟଲିସ୍ଥିତ…

ଜଙ୍ଗଲରୁ ମିଳିଲା ଯୁବତୀଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର,ଆତ୍ମହତ୍ୟା ନା ହତ୍ୟା ବଢିଲା ସସ୍‌ପେନ୍ସ

ପଟ୍ଟାଙ୍ଗି,୨୨।୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ପେଟୁରୁ ପଞ୍ଚାୟତ ଅନ୍ତର୍ଗତ କପାଟିଗୁଡା ଜଙ୍ଗଲରୁ ସନ୍ଦେହଜନକ ଭାବେ ଯୁବତୀଯୁବକଙ୍କ ମୃତଦେହ ସୁଙ୍କି ପୋଲିସ ଉଦ୍ଧାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri