ରାଜଧାନୀର ୧୭ ଘରୋଇ ହସ୍‌ପିଟାଲରେ ହୋଇପାରିବ ଫ୍ଲୁ ପରୀକ୍ଷଣ: ବାଗ୍‌ଚୀ

ଭୁବନେଶ୍ୱର,୧୦।୪(ବ୍ୟୁରୋ): କୋଭିଡ୍‌ ଯୁଦ୍ଧରେ ରାତିଦିନ ଏକ କରି କାମ କରୁଥିବା ପ୍ରତ୍ୟେକ ଲାବରେଟୋରୀ କର୍ମଚାରୀ, ଟେକ୍‌ନିସିଆନ୍‌ ଏବଂ ଡାକ୍ତରମାନଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜାତିର କୃତଜ୍ଞତା ଜ୍ଞାପନ କରିଛନ୍ତି। ଟାଟା ଷ୍ଟିଲ୍‌ର ସହାୟତାରେ ବ୍ରହ୍ମପୁରଠାରେ ୨୦୦ ଶଯ୍ୟା ଏବଂ ୧୫ ଆଇସିୟୁ ସୁବିଧା ବିଶିଷ୍ଟ କୋଭିଡ-୧୯ ଡାକ୍ତରଖାନା ରେକର୍ଡ ସମୟ ମଧ୍ୟରେ ପ୍ରସ୍ତୁତ ହୋଇଛି। ଏହାକୁ ନେଇ ମୁଖ୍ୟମନ୍ତ୍ରୀ ଗଞ୍ଜାମ ଜିଲା ପ୍ରଶାସନ ଉଦ୍ୟମକୁ ପ୍ରଶଂସା କରିଛନ୍ତି। ଏହାଛଡ଼ା ବ୍ରହ୍ମପୁରର ଏମ୍‌କେସିଜି ମେଡିକାଲ କଲେଜ ଏବଂ ହସ୍ପିଟାଲରେ କୋଭିଡ-୧୯ ପରୀକ୍ଷଣ କରାଯିବ। ଏଥିନିମନ୍ତେ ଆଇସିଏମ୍‌ଆର୍‌ର ଅନୁମୋଦନ ମିଳିଛି। ଏପରି ହେବାରେ ଏହା ରାଜ୍ୟର ଦ୍ୱିତୀୟ ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ ଯେଉଁଠାରେ ଦକ୍ଷିଣ ଓଡ଼ିଶାର ଜନସାଧାରଣମାନେ କୋଭିଡ ପରୀକ୍ଷଣ କରିପାରିବେ। କୋଭିଡ -୧୯ ମୁକାବିଲାରେ ରାଜ୍ୟ ସରକାରଙ୍କ ପ୍ରୟାସକୁ ସଶକ୍ତ କରିବା ଉଦ୍ଦେଶ୍ୟରେ ବମ୍ବେରୁ ସ୍ବତନ୍ତ୍ର କାର୍ଗୋ ବିମାନ ଯୋଗେ ୪ହଜାର ପରୀକ୍ଷଣ କିଟ୍‌ ଗୁରୁବାର ଭୁବନେଶ୍ୱରରେ ପହଞ୍ଚିଛି। ଫ୍ଲୁ ପରି ଲକ୍ଷଣ ପ୍ରକାଶ ପାଇଲେ ଭୁବନେଶ୍ୱରର ୧୭ଟି ଘରୋଇ ଡାକ୍ତରଖାନାରେ ଜନସାଧାରଣଙ୍କୁ ପରୀକ୍ଷା ଏବଂ ଚିକିତ୍ସା ନିମନ୍ତେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମେଡିକାଲ ଗୁଡ଼ିକ ହେଲା ଆମ୍ରି, କଳିଙ୍ଗ, ନିଳାଚଳ, ସନ୍‌ସାଇନ୍‌, ସ୍ପର୍ସ,ବ୍ଲୁ ହୁଇଲ୍‌, କେୟାର, ଅଶ୍ୱିନୀ, ଆଦିତ୍ୟ, ମହାଶକ୍ତି, ଭୁବନେଶ୍ୱର, ବିବେକାନନ୍ଦ, ପଦ୍ମା, ଗ୍ୟାଷ୍ଟ୍ରୋ କୀଡନୀକେ, ଭିଏମ୍‌ଆର୍‌ଆଇ ଇନ୍‌ଷ୍ଟିଚ୍ୟୁଟ୍‌ ଏବଂ ନସିଂହୋମ୍‌, ପଣ୍ଡା ନର୍ସିଂହୋମ୍‌ ପ୍ରମୁଖ । ଏସବୁ ହସ୍ପିଟାଲରେ ଫ୍ଲୁ ଚିକିତ୍ସା ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି। ଏହାବ୍ୟତିତ କ୍ୟାପିଟାଲ୍‌ ହସ୍ପିଟାଲ, ଆର୍‌ଜିଏଚ୍‌ ରାଉରକେଲା ଏବଂ ଅନ୍ୟାନ୍ୟ ଜିଲା ହସ୍ପିଟାଲ ଗୁଡ଼ିକରେ ଏହି ବ୍ୟବସ୍ଥା ଉପଲବ୍ଧ ରହିଛି ବୋଲି ଶୁକ୍ରବାର ଗୀତଗୋବିନ୍ଦ ସଦନରେ ଆୟୋଜିତ ଖବରଦାତା ସମ୍ମିଳନୀରେ ରାଜ୍ୟ କରୋନା ମୁକାବିଲା କମିଟି ମୁଖ୍ୟ ମୁଖପାତ୍ର ସୁବ୍ରତୋ ବାଗ୍‌ଚୀ ସୂଚନା ଦେଇ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଂଶୁଘାତ ନେଲା ଚାଷୀଙ୍କ ଜୀବନ!

ବେଲଗୁଣ୍ଠା,୨୧ା୫(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଳକ୍‌ ଗାଙ୍ଗପୁର ଥାନା ଅନ୍ତର୍ଗତ ପାଇଲିପଡ଼ା ପଞ୍ଚାୟତର ଧାନପୁଞ୍ଜା ଗ୍ରାମରେ ଜଣେ ଭାଗ ଚାଷୀଙ୍କ ଅଂଶୁଘାତରେ ମୃତ୍ୟୁ ହୋଇଥିବା…

ବିଶ୍ୱବିଦ୍ୟାଳୟରେ ବିନା ଅନୁମୋଦନରେ ନିଯୁକ୍ତ କର୍ମଚାରୀ ଛଟେଇ ହେବେ

ଭୁବନେଶ୍ୱର,୨୧ା୫(ସୁଚିସ୍ମିତା ସାହୁ): ରାଜ୍ୟ ସରକାରୀ ବିଶ୍ୱବିଦ୍ୟାଳୟଗୁଡ଼ିକରେ ବେଆଇନ ଭାବେ ନିଯୁକ୍ତ କର୍ମଚାରୀଙ୍କୁ ଛଟେଇ କରାଯିବ। ସେମାନଙ୍କ ନିୟମିତକରଣ ଦାବିକୁ ବିଚାର କରାଯିବ ନାହିଁ। ଏପରି ନିଯୁକ୍ତି ଫଳରେ…

ନାବାଳିକାଙ୍କୁ ବଳାତ୍କାର

ହିଞ୍ଜିଳିକାଟୁ ୨୧।୫(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଶାସନ ଆମ୍ୱଗାଁ ପଞ୍ଚାୟତ ଅଧୀନ ଏକ ଗାଁର ଜଣେ ନାବାଳିକାଙ୍କୁ ପ୍ରଲୋଭନ ଦେଖାଇ ବଳାତ୍କାର ଅଭିଯୋଗରେ ଜଣେ…

ପ୍ଲେଅଫ୍‌ ରେସରୁ ବାଦ୍‌ ପଡ଼ିଲା ଚେନ୍ନାଇ

ଅହମଦାବାଦ, ୨୧ା୫: ଅଧିନାୟକ ଶୁବମନ ଗିଲ୍‌ ଏବଂ ସାଇ ସୁଦର୍ଶନଙ୍କ ଶତକୀୟ ଭାଗୀଦାରି ବଳରେ ଗୁରୁବାର ଅନୁଷ୍ଠିତ ଆଇପିଏଲ୍‌ ମ୍ୟାଚ୍‌ରେ ଗୁଜରାଟ ଜାଏଣ୍ଟ୍ସ ୮୯ ରନରେ ଚେନ୍ନାଇ…

ଷ୍ଟାଡିୟମ ପାଇଁ ହେଲା ଜାଗା ଚିହ୍ନଟ

କର୍ଲାମୁଣ୍ଡା,୨୧ା୫(ପ୍ରଦୀପ କୁମାର ସାହୁ): ରାଜ୍ୟ ସରକାର ପ୍ରତ୍ୟେକ ବ୍ଲକ୍‌ରେ ଷ୍ଟାଡିୟମ ନିର୍ମାଣ ପାଇଁ ଅର୍ଥ ମଞ୍ଜୁର କରିଥିବା ବେଳେ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍‌ରେ ଜାଗା ଚିହ୍ନଟରେ…

ପ୍ରବଳ ଗ୍ରୀଷ୍ମ ପ୍ରବାହ: ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ୨ ଦିନ ବନ୍ଦ

କଟକ, ୨୧।୫ (କାର୍ତ୍ତିକ ସାହୁ): ସାରା ରାଜ୍ୟ ସମେତ କଟକ ଜିଲାରେ ମଧ୍ୟ ଗ୍ରୀଷ୍ମ ପ୍ରବାହ ଓ ପ୍ରବଳ ଖରା ପାଇଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଏହି…

ନ୍‌କଆଉଟ୍‌ କ୍ରିକେଟ ପ୍ରତିଯୋଗିତା: ଚଣାଲିମା ଚାମ୍ପିୟନ

ଲାଞ୍ଜିଗଡ଼,୨୧।୫(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ଼ ନିୟମଗିରି ବେଦାନ୍ତନଗର ଖେଳପଡିଆରେ ଗୋଲଡେନ ସ୍ପୋଟର୍‌ସ କ୍ଳବ ଏବଂ ଲାଞ୍ଜିଗଡ଼ ବେଦାନ୍ତ ଲିମିଟେଡ଼ ମିଳିତ ଆନୁକୂଲ୍ୟରେ…

ଟ୍ରେନ ଧକ୍କାରେ ବୋଲେରୋ ଚୁରମାର: ଗୋପାଳପୁର ପୋର୍ଟ ସ୍ୱତନ୍ତ୍ର ରେଳ ପଥରେ ବଡ଼ ଦୁର୍ଘଟଣା

ଛତ୍ରପୁର, ୨୧।୫ (ଦିଲ୍ଲୀପ ସାମଲ): ଛତ୍ରପୁର ଆର୍ଯ୍ୟପଲ୍ଲୀ ସ୍ଥିତ ଗୋପାଳପୁର ପୋର୍ଟର ସ୍ୱତନ୍ତ୍ର ରେଳ ପଥରେ ଏକ ଭୟାବହ ଦୁର୍ଘଟଣା ଘଟିଯାଇଛି। ଏକ ମାଲବାହୀ ଟ୍ରେନ ଧକ୍କାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri