ରାଜନୀତିରୁ ଊର୍ଦ୍ଧ୍ୱରେ ରହି କାର୍ଯ୍ୟ କରିବାକୁ ନିଷ୍ପତ୍ତି

ଭଞ୍ଜନଗର,୨୪।୨(ଡି.ଏନ.ଏ.)-ଗୋପାଳପୁର ଭାୟା ଭଞ୍ଜନଗର ସମ୍ବଲପୁର ରେଳ ପ୍ରକଳ୍ପ ବଜେଟରେ ଟୋକନ ମନି ବ୍ୟବସ୍ଥା ହୋଇଛି । ପ୍ରକଳ୍ପ ଆରମ୍ଭ କରିବା ନିମନ୍ତେ ଏବେ ବି ଅନେକ କାର୍ଯ୍ୟ ବାକି ଅଛି । ସମସ୍ତ ରାଜନୈତିକ ଦଳର ସହଯୋଗ ବିନା କାର୍ଯ୍ୟ ଆରମ୍ଭ ହୋଇପାରିବ ନାହିଁ। ତେଣୁ ଅଞ୍ଚଳର ହିତ ଦୃଷ୍ଟିରୁ ରାଜନୀତିରୁ ଉର୍ଦ୍ଧ୍ୱରେ ରହି ସମସ୍ତଙ୍କୁ କାର୍ଯ୍ୟ କରିବାକୁ ହେବ ବୋଲି ରବିବାର ଭଞ୍ଜନଗର ବାର ଆସୋସିଏଶନ କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ଗୋପାଳପୁର-ସମ୍ବଲପୁର ରେଳ ପ୍ରକଳ୍ପ କେନ୍ଦ୍ରୀୟ କ୍ରିୟାନୁଷ୍ଠାନ କମିଟି ବୈଠକରେ ମତପ୍ରକାଶ ପାଇଛି। ବୈଠକରେ ଗଞ୍ଜାମ, କନ୍ଧମାଳ ଜିଲାର ବିଭିନ୍ନ ବାର ଆସୋସିଏଶନ କର୍ମକର୍ତ୍ତା, ରାଜନୈତିକ ଦଳର ଲୋକ ପ୍ରତିନିଧିମାନେ ଯୋଗଦେଇ ଆଲୋଚନାରେ ଭାଗ ନେଇଥିଲେ। ଭିତ୍ତିଭୂମି ଚୂଡ଼ାନ୍ତ ହେବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଆସି ପ୍ରକଳ୍ପର ଶିଳାନ୍ୟାସ କରିବାକୁ ଦଳ ପକ୍ଷରୁ ଅନୁରୋଧ କରାଯାଇଥିବା ଘୁମୁସର ସାଙ୍ଗଠନିକ ଜିଲା ସଭାପତି ଗୋକୁଳାନନ୍ଦ ମଳିକ ବୈଠକରେ ସୂଚନା ଦେଇଥିଲେ।
ବୈଠକରେ ଗୋପାଳପୁର-ସମ୍ବଲପୁର ରେଳ ପ୍ରକଳ୍ପ କେନ୍ଦ୍ରୀୟ କ୍ରିୟାନୁଷ୍ଠାନ କମିଟିର ଆବାହକ ତଥା ବାର୍‌ ଆସୋସିଏଶନ ସଭାପତି ଅଭିମନ୍ୟୁ ଗୌଡ଼ ଅଧ୍ୟକ୍ଷତା କରିଥିଲେ। ଭଞ୍ଜନଗର ବଣିକ ସଂଘ ସଭାପତି ମୃତ୍ୟୁଞ୍ଜୟ ସୁବୁଦ୍ଧି ପ୍ରଦୀପ ପ୍ରଜ୍ଜଳନ କରିଥିଲେ। କ୍ରିୟାନୁଷ୍ଠାନ କମିଟି ଅଧ୍ୟକ୍ଷ ଏମ୍‌.ତାଜ୍‌ ଆଦେନୀ, ଭାଜପା ନେତା ନୀଳମଣି ବିଷୋୟୀ, ସିପିଆଇଏମ୍‌ ଜିଲା ସମ୍ପାଦକ କୈଳାସ ଷଡ଼ଙ୍ଗୀ, ବିଜେଡ଼ି ଜିଲା ଉପସଭାପତି ରାଜେନ୍ଦ୍ର ପ୍ରସାଦ ପ୍ରଧାନ, କଂଗ୍ରେସ ଜିଲା କାର୍ଯ୍ୟକାରୀ କମିଟି ସଭାପତି ସନ୍ତୋଷ ନାୟକ, ସିପିଆଇ ରାଜ୍ୟ କାର୍ଯ୍ୟକାରୀଣି କମିଟି ସଭ୍ୟ ସୋମନାଥ ନାୟକ, ବରିଷ୍ଠ ଲେଖକ ପ୍ରଶାନ୍ତ ମହାନ୍ତି, ଅବସରପ୍ରାପ୍ତ କର୍ମଚାରୀ ସଂଘର ନେତା ଶୂଳପାଣି ଶତପଥୀ,ବଣିକ ସଂଘ ସମ୍ପାଦକ ସୁଶାନ୍ତ ମହାପାତ୍ର, ଆଇନଜୀବୀ ରବି ଦାସ, ବୈଦ୍ୟନାଥ ସାହୁ, ଫୁଲବାଣୀ ବାର୍‌ ଆସୋସିଏଶନ ସଭାପତି ଅଶିମ ପ୍ରହରାଜ, ବ୍ରହ୍ମପୁର ବାର ଆସୋସିଏଶନ ସମ୍ପାଦକ କୈଳାସ ପାଣିଗ୍ରାହୀ, ଆସିକା ବାର ଆସୋସିଏଶନ ସଭାପତି ସରୋଜ କୁମାର ତ୍ରିପାଠୀ, ବାଲିଗୁଡ଼ା ବାର୍‌ ଆସୋସିଏଶନ ସଭାପତି କୌଶିକ ସାହୁ, ଛତ୍ରପୁର ଓକିଲ ସଂଘର ସଭ୍ୟ ପର୍ଶୁରାମ ଗୌଡ଼, ସୂଚନାକର୍ମୀ ବି.ଶଙ୍କର ପାତ୍ର ପ୍ରମୁଖ ଯୋଗଦେଇ ନିଜ ନିଜର ମତ ରଖିଥିଲେ । ସମ୍ପାଦକ ଅଶୋକ ଜେନା ଧନ୍ୟବାଦ ଅର୍ପଣ କରିଥିଲେ । ସଭା ପୁର୍ବରୁ ବାର୍‌ ଆସୋସିଏଶନ କର୍ମକର୍ତା ସହରରେ ଏକ ଶୋଭାଯାତ୍ରା କରିଥିଲେ ।
ପୂର୍ବତନ କାଉସିଲର ଡ଼ି. ଚେଲପତି ରାଓଙ୍କ ସମେତ ବାର ଆସୋସିଏଶନର ସମସ୍ତ କର୍ମକର୍ତ୍ତା କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ନିଆରା ଜନ୍ମଦିନ ପାଳନ କଲେ ସମାଜସେବୀ ସୁନିଲ

ଗଞ୍ଜାମ,୭।୪(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ଐତିହାସିକ ଲବଣ ସତ୍ୟାଗ୍ରହର ଅନ୍ୟତମ ପୀଠ ହୁମ୍ମାଠାରେ ଜନ କଲ୍ୟାଣ ସ୍ବେଛାସେବୀ ସଂସ୍ଥା ଓ ବଜରଙ୍ଗୀ ଦଳର ମିଳିତ ଆନୁକୁଲ୍ୟରେ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

ଥୁଆମୂଳ ରାମପୁର ଦୁର୍ଘଟଣା: ପ୍ରଶାସନର ପ୍ରତିଶ୍ରୁତି ପରେ ଓହରିଲା ରାସ୍ତାରୋକ: ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର

ଥୁଆମୂଳରାମପୁର,୭ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳରାମପୁର ଥାନା ଅଞ୍ଚଳରେ ସୋମବାର ଘଟିଥିବା ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୪କୁ ବୃଦ୍ଧି ପାଇଛି। ଜିଲା ମୁଖ୍ୟ…

ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…

ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…

ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri