ଅନୁଗୋଳ ଅଫିସ, ୧୧।୧୦- ଭାରତର ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶକ୍ରମେ ଭୋଟର ତାଲିକାକୁ ଶତ ପ୍ରତିଶତ ତ୍ରୁଟିଶୂନ୍ୟ କରିବା ପାଇଁ ଚଳିତ ମାସ ୧୫ ତାରିଖରୁ ଭୋଟର ତାଲିକା ସଂଶୋଧନ କାର୍ଯ୍ୟକ୍ରମ ଆରମ୍ଭ ହେଉଛି। ଭୋଟର ସତ୍ୟ ପ୍ରମାଣ କାର୍ଯ୍ୟକ୍ରମ ଗତ ମାସ ୧ ତାରିଖରୁ ଆରମ୍ଭ ହୋଇଥିବା ବେଳେ ଏହା ଚଳିତ ମାସ ୧୫ ତାରିଖ ପର୍ଯ୍ୟନ୍ତ ଚାଲିବ। ଅନୁଗୋଳ ଜିଲାରେ ଏହି କାର୍ଯ୍ୟକ୍ରମର ସୁପରିଚାଳନା ପାଇଁ ଗୁରୁବାର ରାଜନୈତିକ ଦଳର ପ୍ରତିନିଧିମାନଙ୍କୁ ନେଇ ଏକ ବୈଠକ ଜିଲା କାର୍ଯ୍ୟାଳୟ କୋର୍ଟରୁମ୍ ଠାରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଜିଲାପାଳ ମନୋଜ କୁମାର ମହାନ୍ତି ଅଧ୍ୟକ୍ଷତା କରି ଭୋଟର ତାଲିକା ସଂଶୋଧନ କାର୍ଯ୍ୟ ସମ୍ପର୍କରେ ଲୋକମାନଙ୍କୁ ସଚେତନ କରିବା ପାଇଁ ଦଳୀୟ କର୍ମକର୍ତ୍ତା ଓ ଏଜେଣ୍ଟମାନଙ୍କୁ ପରାମର୍ଶ ଦେଇଥିଲେ। ଭବିଷ୍ୟତରେ ହେବାକୁ ଥିବା ନାଗରିକ ରାଷ୍ଟ୍ରୀୟ ରେଜିଷ୍ଟାର (ଏନ୍ଆର୍ସି) କାର୍ଯ୍ୟରେ ଏହି ଭୋଟର ଫଟୋ ପରିଚୟ ପତ୍ର ବିଶେଷ ସହାୟକ ହେବ ବୋଲି ଜିଲାପାଳ ପ୍ରକାଶ କରିଥିଲେ। ତେଣୁ ଏହି ସଂଶୋଧନ କାର୍ଯ୍ୟକୁ ଶତ ପ୍ରତିଶତ କରିବା ସହ କେହି ଜଣେ ଯେପରି ଏଥିରୁ ବାଦ୍ ନ ପଡ଼ନ୍ତି ସେଥିପ୍ରତି ବିଶେଷ ଯତ୍ନବାନ ହେବାକୁ ଜିଲାପାଳ ନିର୍ଦ୍ଦେଶ ଦେଇଥିଲେ।
ଜିଲାପାଳ କହିଥିଲେ ଯେ, ଭୋଟର ତାଲିକା ସଂଶୋଧନ ସଂକ୍ରାନ୍ତୀୟ ତଥ୍ୟ ଜାଣିବା ପାଇଁ ୧୯୫୦ ଦେୟମୁକ୍ତ ଟେଲିଫୋନର ବ୍ୟବସ୍ଥା କରାଯାଇଛି। ଏହାଛଡ଼ା ଜିଲାରେ କାର୍ଯ୍ୟ କରୁଥିବା ୫୦ରୁ ଉର୍ଦ୍ଧ୍ୱ ଜନସେବା କେନ୍ଦ୍ର ଗୁଡ଼ିକରେ ମତଦାତାମାନେ ସେମାନଙ୍କର ଭୋଟର ସମ୍ପର୍କିତ ତଥ୍ୟ ଯାଞ୍ଚ କରିପାରିବେ। ଭୋଟର ତାଲିକା ଆପତ୍ତି ଅଭିଯୋଗ ଗ୍ରହଣ କରିବାର ସମୟ ଅବଧି ଚଳିତ ମାସ ୧୫ରୁ ନଭେମ୍ବର ୩୦ ଯାଏ ରଖାଯାଇଛି। ସେହିପରି ସ୍ବତନ୍ତ୍ର ଅଭିଯାନ ନଭେମ୍ବର ୨, ୩, ୯ ଓ ୧୦, ଆପତ୍ତି ଅଭିଯୋଗ ଗୁଡ଼ିକର ସମାଧାନ ଡିସେମ୍ବର ୧୫, ତଥ୍ୟାବଳୀ ଫଟୋ ଗୁଡ଼ିକର ଠିକ୍ ସ୍ଥାନିତ ଓ ଅନୁପୂରକ ତାଲିକା ପ୍ରସ୍ତୁତି ୩୧ ଡିସେମ୍ବର ମଧ୍ୟରେ କରାଯିବ। ଆସନ୍ତା ବର୍ଷ ଜାନୁୟାରୀ ୧ ତାରିଖରୁ ୧୫ ତାରିଖ ମଧ୍ୟରେ ଚୂଡ଼ାନ୍ତ ଫଟୋ ଭୋଟର ତାଲିକା ପ୍ରକାଶନ କରାଯିବ। ଜିଲାର ୧୧୬୩ଟି ବୁଥ୍ରେ ଜଣେ ଲେଖାଏ ଅଙ୍ଗନୱାଡ଼ି କର୍ମୀ କିମ୍ବା ଶିକ୍ଷକ ବୁଥ୍ ସ୍ତରୀୟ ଭୋଟର ତାଲିକାର ସଂଶୋଧନ ପାଇଁ କାର୍ଯ୍ୟ କରିବେ। ସେମାନେ ଘରକୁ ଘର ବୁଲି ତଥ୍ୟ ସଂଗ୍ରହ କରିବେ। ରାଜନୈତିକ ଦଳ ଦ୍ୱାରା ନିଯୁକ୍ତ ବୁଥ୍ସ୍ତରୀୟ ଏଜେଣ୍ଟମାନେ ଏଥିରେ ସହଯୋଗ କରିବେ। ଏହି ବୈଠକରେ ଡେପୁଟୀ କଲେକ୍ଟର ଲମ୍ବୋଦର ମାରାଣ୍ଡି, ବିଜେଡିର ପ୍ରିୟଦର୍ଶୀ ପଟ୍ଟନାୟକ, ବିଏସ୍ପିର କୁମୁଦ ଚନ୍ଦ୍ର ନାଏକ ଓ ପ୍ରହଲ୍ଲାଦ ନାୟକ, ସିପିଆଇ(ଏମ୍)ର ଉମେଶ ଚନ୍ଦ୍ର ପଣ୍ଡା, ଭାରତୀୟ ଜାତୀୟ କଂଗ୍ରେସର ଆଲୋକ କୁମାର ଦାସ ଓ ବିଜେପିର ଗଙ୍ଗାଧର ପଟ୍ଟନାୟକ ପ୍ରମୁଖ ଯୋଗଦେଇଥିଲେ।
ରାଜନୈତିକ ଦଳ ପ୍ରତିନିଧିଙ୍କ ସହ ପ୍ରଶାସନର ବୈଠକ: ଆସନ୍ତା ୧୫ରୁ ଭୋଟର ତାଲିକା ସଂଶୋଧନ
Posted inଅନୁଗୋଳ, ଆମ ଜିଲା ଖବର View All
କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍
ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...
ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…
ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...
ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…
ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...
ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍ଆଇ, ମାଡିବସିଲା ଭିଜିଲାନ୍ସ
ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...
ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା
ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...
ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…
ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...
ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…
ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...
ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ବାଇକ୍ ଆରୋହୀ, ଗାଡ଼ିକୁ ଭାଙ୍ଗି ଚୂରମାର କଲା ଦନ୍ତା
ପାରଳାଖେମୁଣ୍ଡି,୮।୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅଞ୍ଚଳରେ ଗତ ଚାରି ଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ଧାନ...
Archives


