Posted inଜାତୀୟ

‘ରାଜନୈତିକ ପ୍ରଭାବରୁ ଦୂରେଇ ରହୁ ନ୍ୟାୟପାଳିକା’

ନୂଆଦିଲ୍ଲୀ,୨୦ା୬(ପି.ଟି.): ସ୍ବାଧୀନତା ନ୍ୟାୟପାଳିକାର ଆତ୍ମା। ବିଚାର ବ୍ୟବସ୍ଥା ଜନତାଙ୍କ ଆସ୍ଥା ଜୁଟାଇବାରେ ବିଫଳ ହେଲେ କଦାପି ନ୍ୟାୟ ସ୍ଥାପନ କରିପାରିବ ନାହିଁ ବୋଲି ଭାରତର ପ୍ରଧାନ ବିଚାରପତି (ସିଜେଆଇ) ରଞ୍ଜନ ଗୋଗୋଇ କହିଛନ୍ତି। ଲୋକଙ୍କୁ ପ୍ରଲୋଭିତ କରୁଥିବା ତତ୍ତ୍ୱଙ୍କ ବିରୋଧରେ ନ୍ୟାୟପାଳିକା ଛିଡ଼ାହେବା ସହ ସାମ୍ବିଧାନିକ ପବିତ୍ରତା ରକ୍ଷାକରିବା ଆବଶ୍ୟକ ବୋଲି ସେ ମତ ଦେଇଛନ୍ତି। ରୁଷିଆର ସୋଚିଠାରେ ସାଂଘାଇ ସହଯୋଗ ସଂଗଠନ (ଏସ୍‌ସିଓ)ରେ ପ୍ରଧାନ ବିଚାରପତିମାନଙ୍କ ସମ୍ମିଳନୀକୁ ଉଦ୍‌ବୋଧନ ଦେଇ ଜଷ୍ଟିସ ଗୋଗୋଇ କହିଛନ୍ତି, ନ୍ୟାୟପାଳିକା ସ୍ବାଧୀନତା ଉପରେ ହେଉଥିବା ଉପରୋକ୍ତ ତତ୍ତ୍ୱଙ୍କ ଆକ୍ରମଣରୁ ସୁରକ୍ଷା ପାଇଁ ପ୍ରସ୍ତୁତ ରହିବା ସହ ନିଜକୁ ସୁଦୃଢ଼ କରିବା ଆବଶ୍ୟକ। ରାଷ୍ଟ୍ର ଯାତ୍ରାର କେତେକ ସୋପାନରେ ବ୍ୟବସ୍ଥାପିକା ଓ କାର୍ଯ୍ୟପାଳିକା ଜନବାଦୀ ଲହର ପ୍ରଭାବରେ ସେମାନଙ୍କ ସାମ୍ବିଧାନିକ କର୍ତ୍ତବ୍ୟ ଓ ଲକ୍ଷ୍ୟଠାରୁ ଦୂରେଇ ଯାଉଛନ୍ତି। ସେତେବେଳେ ନ୍ୟାୟପାଳିକାକୁ ଜାଗ୍ରତ ହୋଇ ସମ୍ବିଧାନର ସୁରକ୍ଷା ଲାଗି ଉକ୍ତ ଶକ୍ତି ବିରୋଧରେ ଛିଡାହେବାକୁ ପଡିବ । ବିଚାରପତିମାନଙ୍କ ନିଯୁକ୍ତି ରାଜନୈତିକ ପ୍ରଭାବଠାରୁ ଦୂରେଇ ରହିବା ଉଚିତ ବୋଲି ସେ ଯୁକ୍ତି ବାଢ଼ିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri