ରାଜନୈତିକ ଶତ୍ରୁତାରୁ ହତ୍ୟା ଉଦ୍ୟମ: ବିଜୁଯୁବ ବାହିନୀ ସଦସ୍ୟଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ; ବମ୍‌କେଇରେ ଉତ୍ତେଜନା, ପୋଲିସ ମୁତୟନ

ଦିଗପହଣ୍ଡି,୪ା୧୨(ଡି.ଏନ.ଏ.)-ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମ୍‌କେଇ ଗାଁରେ ମଙ୍ଗଳବାର ରାଜନୈତିକ ଶତ୍ରୁତାରୁ ବିଜୁ ଯୁବବାହିନୀର ସଦସ୍ୟ ନିରାକାର ପ୍ରଧାନଙ୍କୁ ହତ୍ୟା ଉଦ୍ୟମ କରାଯାଇଥିବା କେ.ନୂଆଗଁା ଥାନାରେ ଅଭିଯୋଗ ହୋଇଛି। କେ.ନୂଆଗାଁ ଆଇଆଇସି ମାଧବାନନ୍ଦ ନାୟକ, ଏସ୍‌ଆଇ ଜ୍ଞାନରଞ୍ଜନ ସେଠୀ ସଦଳବଳ ଗାଁରେ ପହଞ୍ଚତ୍ ଘଟଣାର ତଦନ୍ତ କରି ଫେରିଛନ୍ତି। ଗଣ୍ଡଗୋଳ ଆଶଙ୍କାରେ ଗ୍ରାମରେ ପୋଲିସ ମୁତୟନ କରାଯାଇଛି। ଏଥିରେ ସମ୍ପୃକ୍ତ ଏକ ନିର୍ଦ୍ଦିଷ୍ଟ ଦଳର ୩ ଜଣ ସମର୍ଥକଙ୍କୁ ଶୀଘ୍ର ଗିରଫ କରାଯିବ ବୋଲି ଆଇଆଇସି କହିଛନ୍ତି।
ପ୍ରକାଶ ଯେ, ଦିଗପହଣ୍ଡି ବ୍ଲକ ଅଧ୍ୟକ୍ଷ ବିପିନ ଚନ୍ଦ୍ର ପ୍ରଧାନଙ୍କ ଗାଁ ବମ୍‌କେଇରେ ବିଜୁ ଯୁବବାହିନୀ ଶାଖାର ଜଣେ ସକ୍ରିୟ ସଦସ୍ୟ ଭାବେ ନିରାକାର କାର୍ଯ୍ୟ କରୁଥିଲେ। କିଛିଦିନ ହେଲା ସେ ସ୍ଥାନୀୟ ଚିଦାନନ୍ଦ ସରସ୍ବତୀ ଯୁକ୍ତ ୩ କଲେଜରେ ଅସ୍ଥାୟୀ କିରାଣି ଭାବେ କାର୍ଯ୍ୟ କରୁଛନ୍ତି। ପୂର୍ବାହ୍ନ ସାଢ଼େ ୧୦ଟାରେ ନିରାକାର ବାଇକ୍‌ ଯୋଗେ କଲେଜକୁ ଯାଉଥିବା ବେଳେ ଗାଁ ଛକରେ ଏକ ନିର୍ଦ୍ଦିଷ୍ଟ ଦଳର ୩ ଜଣ ସମର୍ଥକ ତାଙ୍କୁ ଗୋଡ଼ାଇ ଗୋଡ଼ାଇ ଖଣ୍ଡାରେ ଆକ୍ରମଣ କରିଥିଲେ। ଗୁରୁତର ଅବସ୍ଥାରେ ନିରାକାରଙ୍କୁ ସ୍ଥାନୀୟ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ପରେ ଅବସ୍ଥା ସଙ୍କଟାପନ୍ନ ହେବାରୁ ବ୍ରହ୍ମପୁର ବଡ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି।
ପ୍ରକାଶଯୋଗ୍ୟ, ଗତ ଅଗଷ୍ଟ ୧୯ରେ ବମ୍‌କେଇ ପଞ୍ଚାୟତ ସିନ୍ଧୁଖାଳି ଛକରେ ଅନ୍ୟଦଳର ଟୁନା ପ୍ରଧାନ ଏବଂ ଗତ ଅକ୍ଟୋବର ୯ ତାରିଖରେ ଅଟୋ ଚାଳକ ହୃଷୀକେଶ ପ୍ରଧାନଙ୍କୁ ମରଣାନ୍ତକ ଆକ୍ରମଣ କରାଯାଇଥିଲା। ଏହି ଆକ୍ରମଣରେ ସମ୍ପୃକ୍ତ ଥିବା ନିରାକାରଙ୍କୁ ଅକ୍ଟୋବର ୧୩ ତାରିଖରେ ପ୍ରତିପକ୍ଷ ଗୋଷ୍ଠୀ ପକ୍ଷରୁ ଲୁହାଛଡ଼ରେ ଆକ୍ରମଣ କରାଯାଇଥିଲା। ପରେ ନିରାକାରଙ୍କ ସମର୍ଥକମାନେ ଅପରଗୋଷ୍ଠୀ ଉପରେ ପ୍ରତି ଆକ୍ରମଣ କରିଥିଲେ। ଏ ନେଇ କେ.ନୂଆଗାଁ ପୋଲିସ ନଂ. ୧୯୫/୧୯ରେ ମାମଲା ରୁଜୁ କରି ନିରାକାରଙ୍କୁ କୋର୍ଟ ଚାଲାଣ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଭାଜପା ରାଜ୍ୟ କାର୍ଯ୍ୟକାରିଣୀ କମିଟି ସଦସ୍ୟ ଭାବେ ମନୋନୀତ ହେଲେ ବିପିନ,ସମର୍ଥକଙ୍କ ମଧ୍ୟରେ…

ଦିଗପହଣ୍ଡି,୧୦|୪(ଅଶେଷ ନାଥ ମିଶ୍ର): ଭାରତୀୟ ଜନତା ପାର୍ଟିର ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ଶୁକ୍ରବାର  ଦିଗପହଣ୍ଡି ବ୍ଳକର ପୂର୍ବତନ ଅଧ୍ୟକ୍ଷ ତଥା  ୨୬ ନଂ…

ଥୁଆମୂଳ ରାମପୁର ବ୍ଲକରେ ବିକାଶ କାର୍ଯ୍ୟର ସମୀକ୍ଷା; ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିବାକୁ ଚେତାବନୀ ଦେଲେ ପ୍ରଦୀପ ଦିଶାରୀ

ଥୁଆମୂଳ ରାମପୁର, ୧୦/୦୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଭାଗୃହରେ ଶୁକ୍ରବାର ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକରେ ପ୍ରଶାସନିକ ଅବହେଳାର ଏକ ନଗ୍ନ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ପୁରୀ ରଥଯାତ୍ରା: ଘୋଗଡରୁ ଟ୍ରକ ଯୋଗେ ପୁରୀ ଗଲା ରଥକାଠ

ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ)-ପୁରୀ ରଥଯାତ୍ରାରେ ରଥ ନିର୍ମାଣ ପାଇଁ ଆବଶ୍ୟକ ହେଉଥିବା ରଥ କାଠ ରାଜ୍ୟର ବିଭିନ୍ନ ଜଙ୍ଗଲରୁ ଯାଉଛି। ବିଗତ କିଛି ବର୍ଷ ହେବ ଗଞ୍ଜାମ ଜିଲା…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri