ରାଜନୈତିକ ଶତ୍ରୁତାରୁ ହତ୍ୟା ଉଦ୍ୟମ: ବିଜୁଯୁବ ବାହିନୀ ସଦସ୍ୟଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ; ବମ୍‌କେଇରେ ଉତ୍ତେଜନା, ପୋଲିସ ମୁତୟନ

ଦିଗପହଣ୍ଡି,୪ା୧୨(ଡି.ଏନ.ଏ.)-ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମ୍‌କେଇ ଗାଁରେ ମଙ୍ଗଳବାର ରାଜନୈତିକ ଶତ୍ରୁତାରୁ ବିଜୁ ଯୁବବାହିନୀର ସଦସ୍ୟ ନିରାକାର ପ୍ରଧାନଙ୍କୁ ହତ୍ୟା ଉଦ୍ୟମ କରାଯାଇଥିବା କେ.ନୂଆଗଁା ଥାନାରେ ଅଭିଯୋଗ ହୋଇଛି। କେ.ନୂଆଗାଁ ଆଇଆଇସି ମାଧବାନନ୍ଦ ନାୟକ, ଏସ୍‌ଆଇ ଜ୍ଞାନରଞ୍ଜନ ସେଠୀ ସଦଳବଳ ଗାଁରେ ପହଞ୍ଚତ୍ ଘଟଣାର ତଦନ୍ତ କରି ଫେରିଛନ୍ତି। ଗଣ୍ଡଗୋଳ ଆଶଙ୍କାରେ ଗ୍ରାମରେ ପୋଲିସ ମୁତୟନ କରାଯାଇଛି। ଏଥିରେ ସମ୍ପୃକ୍ତ ଏକ ନିର୍ଦ୍ଦିଷ୍ଟ ଦଳର ୩ ଜଣ ସମର୍ଥକଙ୍କୁ ଶୀଘ୍ର ଗିରଫ କରାଯିବ ବୋଲି ଆଇଆଇସି କହିଛନ୍ତି।
ପ୍ରକାଶ ଯେ, ଦିଗପହଣ୍ଡି ବ୍ଲକ ଅଧ୍ୟକ୍ଷ ବିପିନ ଚନ୍ଦ୍ର ପ୍ରଧାନଙ୍କ ଗାଁ ବମ୍‌କେଇରେ ବିଜୁ ଯୁବବାହିନୀ ଶାଖାର ଜଣେ ସକ୍ରିୟ ସଦସ୍ୟ ଭାବେ ନିରାକାର କାର୍ଯ୍ୟ କରୁଥିଲେ। କିଛିଦିନ ହେଲା ସେ ସ୍ଥାନୀୟ ଚିଦାନନ୍ଦ ସରସ୍ବତୀ ଯୁକ୍ତ ୩ କଲେଜରେ ଅସ୍ଥାୟୀ କିରାଣି ଭାବେ କାର୍ଯ୍ୟ କରୁଛନ୍ତି। ପୂର୍ବାହ୍ନ ସାଢ଼େ ୧୦ଟାରେ ନିରାକାର ବାଇକ୍‌ ଯୋଗେ କଲେଜକୁ ଯାଉଥିବା ବେଳେ ଗାଁ ଛକରେ ଏକ ନିର୍ଦ୍ଦିଷ୍ଟ ଦଳର ୩ ଜଣ ସମର୍ଥକ ତାଙ୍କୁ ଗୋଡ଼ାଇ ଗୋଡ଼ାଇ ଖଣ୍ଡାରେ ଆକ୍ରମଣ କରିଥିଲେ। ଗୁରୁତର ଅବସ୍ଥାରେ ନିରାକାରଙ୍କୁ ସ୍ଥାନୀୟ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ପରେ ଅବସ୍ଥା ସଙ୍କଟାପନ୍ନ ହେବାରୁ ବ୍ରହ୍ମପୁର ବଡ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି।
ପ୍ରକାଶଯୋଗ୍ୟ, ଗତ ଅଗଷ୍ଟ ୧୯ରେ ବମ୍‌କେଇ ପଞ୍ଚାୟତ ସିନ୍ଧୁଖାଳି ଛକରେ ଅନ୍ୟଦଳର ଟୁନା ପ୍ରଧାନ ଏବଂ ଗତ ଅକ୍ଟୋବର ୯ ତାରିଖରେ ଅଟୋ ଚାଳକ ହୃଷୀକେଶ ପ୍ରଧାନଙ୍କୁ ମରଣାନ୍ତକ ଆକ୍ରମଣ କରାଯାଇଥିଲା। ଏହି ଆକ୍ରମଣରେ ସମ୍ପୃକ୍ତ ଥିବା ନିରାକାରଙ୍କୁ ଅକ୍ଟୋବର ୧୩ ତାରିଖରେ ପ୍ରତିପକ୍ଷ ଗୋଷ୍ଠୀ ପକ୍ଷରୁ ଲୁହାଛଡ଼ରେ ଆକ୍ରମଣ କରାଯାଇଥିଲା। ପରେ ନିରାକାରଙ୍କ ସମର୍ଥକମାନେ ଅପରଗୋଷ୍ଠୀ ଉପରେ ପ୍ରତି ଆକ୍ରମଣ କରିଥିଲେ। ଏ ନେଇ କେ.ନୂଆଗାଁ ପୋଲିସ ନଂ. ୧୯୫/୧୯ରେ ମାମଲା ରୁଜୁ କରି ନିରାକାରଙ୍କୁ କୋର୍ଟ ଚାଲାଣ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସରିଲା ନାମାଙ୍କନ: ବିଧାନସଭା ପାଇଁ ନୂଆପଡ଼ାରେ ୯, ଖଡ଼ିଆଳରେ ୬ ପ୍ରାର୍ଥୀ

ନୂଆପଡ଼ା,୨୬ା୪(ମକାରୁ ବେମାଲ): ନାମାଙ୍କନର ଶେଷ ଦିନରେ ନୂଆପଡ଼ା ଏବଂ ଖଡିଆଳ ନିର୍ବାଚନ ମଣ୍ଡଳୀର ୪ ବିଧାୟକ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ନୂଆପଡା ନିର୍ବାଚନ...

ଗାଁକୁ ଆସିପାରିଲା ନି ଆମ୍ବୁଲାନ୍ସ: ଖଟିଆରେ ବୁହାହେଲେ ଗର୍ଭବତୀ

ବାଲେଶ୍ୱର,(ମାନସ ବିଶ୍ୱାଳ)୨୬।୪: ବାଲେଶ୍ୱର ଜିଲା ସୋର ବ୍ଲକ ଅନନ୍ତପୁର ପଞ୍ଚାୟତରେ ସ୍ବାଧୀନତାର ୭୭ ବର୍ଷ ପରେ ମଧ୍ୟ ଗର୍ଭବତୀ ମହିଳାଙ୍କୁ ହସ୍ପିଟାଲ ଯିବା ପାଇଁ ଖଟିଆର...

ଏପଟେ ଜଙ୍ଗଲ ନିଆଁ ଉତ୍ତାପକୁ କରୁଛି ଦ୍ୱିଗୁଣିତ, ସେପଟେ ବିଦ୍ୟୁତ୍‌କାଟ୍‌ ଘୋଷଣା

ଦାରିଙ୍ଗବାଡ଼ି,୨୬ା୪(ଅରୁଣ): କନ୍ଧମାଳ ଜିଲାରେ ଭଞ୍ଜନଗରଠାରୁ ଫୁଲବାଣୀକୁ ଆସିଥିବା ଓଡ଼ିଶା ବିଦ୍ୟୁତ୍‌ ଶକ୍ତି ପରିବହନ ନିଗମ ଲିମିଟେଡ୍‌ (ଓପିଟିସିଏଲ୍‌) ଅଧୀନସ୍ଥ ୧୩୨ କେଭି ଲାଇନର ବାର୍ଷିକ ରକ୍ଷଣାବେକ୍ଷଣ...

ଶୁଖୁଛି ଜଳଭଣ୍ଡାର, ସଙ୍କଟରେ ହାତୀ

କେନ୍ଦୁଝର,୨୬ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ତାପମାତ୍ରା ୪୩ ଡିଗ୍ରୀ ଉପରେ ରହୁଛି। ଅତ୍ୟଧିକ ଉତ୍ତାପରେ ଜନଜୀବନ ବ୍ୟତିବ୍ୟସ୍ତ ହୋଇପଡ଼ିଛି। ଗରମ ସାଙ୍ଗକୁ ନଦୀ, ନାଳ,...

ଏଏପି ଛାଡିଥିଲେ: ଏବେ ବିଜେଡ଼ିରେ ଯୋଗଦେବେ ବୋଲି ଚର୍ଚ୍ଚା

ବରଗଡ଼,୨୬।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଆମ ଆଦମୀ ପାର୍ଟି(ଏଏପି)ର ୪କାର୍ଯ୍ୟକର୍ତ୍ତା ଗୁରୁବାର ଦଳ ଛାଡ଼ିଛନ୍ତି । ସେମାନେ ହେଲେ, ଦଳର ବିଜେପୁର ବ୍ଳକ ସଭାପତି ରାମଚନ୍ଦ୍ର...

ଗୋଟିଏ ଡାଳରେ ଝୁଲିପଡ଼ିଲେ ନାବାଳକ-ଯୁବତୀ

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ସ୍ଥାନୀୟ ସଦର ଥାନା ଅଧୀନ ଶଙ୍ଖାଭଙ୍ଖା ପଞ୍ଚାୟତ, ଶିଖରଘାଟି ଗ୍ରାମର ଏକ ଆମ୍ବଗଛ ଡାଳରେ ଜଣେ ନାବାଳକ ଓ ଯୁବତୀଙ୍କ ଝୁଲନ୍ତା...

ଗ୍ରୀଷ୍ମପ୍ରବାହଠୁ ବଳିଯାଉଛି ଇଟାଭାଟି ତାତି

ଧାମନଗର,୨୬।୪ (ସନ୍ତୋଷ କୁମାର ମହାପାତ୍ର): କିଛିଦିନ ହେଲା ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଜାରି ରହିଛି। ସକାଳ ୮ଟା ପରେ ଲୋକେ ଘରୁ ବାହାରିବା କଷ୍ଟକର ହୋଇପଡ଼ୁଛି। ଖରା...

ଯେତିକି ଲିଭୁଛି, ସେତିକି ଜଳୁଛି

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ିଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ କରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri