ରାଜପଥରେ ଜଳିଗଲା ଟ୍ରକ କ୍ୟାବିନ୍‌ : ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର, ହେଲପର

ବଡ଼ବିଲ,୨୯ା୬(ସ୍ବ.ପ୍ର.) : କେନ୍ଦୁଝର ଜିଲାର ନାଲଦା ୧୦ ନମ୍ବର ରାଜ୍ୟ ରାଜପଥରେ ଶନିବାର ଅପରାହ୍ନରେ ଏକ ଟ୍ରକର କ୍ୟାବିନ୍‌ ଜଳିଯାଇଛି। ମିଳିଥିବା ସୂଚନା ଅନୁଯାୟୀ, ବେଲକୁଣ୍ଡିଠାରେ ଠିଆ ହୋଇଥିବା ସିଜି ୦୪ ଏମ୍‌କ୍ୟୁ ୬୩୦୧ ନମ୍ବର ବିଶିଷ୍ଟ ଏକ ୧୪ ଚକିଆ ଟ୍ରକ କ୍ୟାବିନ୍‌ରେ ଶନିବାର ଅପରାହ୍ନରେ ହଠାତ୍‌ ନିଆଁ ଲାଗିଯାଇଥିଲା। ଖବରପାଇ ଦମକଳବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ ହେଁ ସେତେବେଳକୁ ଟ୍ରକର କ୍ୟାବିନ୍‌ ସମ୍ପୂର୍ଣ୍ଣ ଜଳିଯାଇଥିଲା। ଅଗ୍ନିକାଣ୍ଡର କାରଣ ଜଣାପଡ଼ିନାହିଁ। ଟ୍ରକଟି ଝାଡ଼ଖଣ୍ଡ ରାଜ୍ୟର ରାଞ୍ଚିରୁ କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ଟଣ୍ଟୋସ୍ଥିତ କେଏନ ରାମ ଖଣିରୁ ଲୌହପଥର ବୋଝେଇ ନିମନ୍ତେ ଆସିଥିଲା। ତେବେ ରାସ୍ତାରେ ଟ୍ରକ ରଖି ଡ୍ରାଇଭର ଓ ହେଲପର ବାହାରେ ବୁଲୁଥିବାରୁ ଅଳ୍ପକେ ମୃତ୍ୟୁମୁଖରୁ ବର୍ତ୍ତିଯାଇଥିବା ଜଣାପଡ଼ିଛି। ବଡ଼ବିଲ ସହରାଞ୍ଚଳ ମଧ୍ୟ ଦେଇ ଭାରୀଯାନ ଯାତାୟାତ ଉପରେ ନୋ-ଏଣ୍ଟ୍ରି ଲାଗିଥିବାବେଳେ ରାସ୍ତା ଉପରେ ଅନେକ ଭାରୀଯାନ ଅଟକି ରହୁଛନ୍ତି। ଫଳରେ ଅଧିକାଂଶ ସମୟରେ ଏପରି ଅଘଟଣମାନ ଘଟୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଦିବାସୀ ମହିଳା ଶ୍ରମିକଙ୍କୁ ବଳାତ୍କାର କଲେ ଗାଁ ସାଥୀ, କାହା ଆଗରେ କହିଲେ ଜୀବନରୁ ମାରିଦେବି,ଏମିତି ଅଭିଯୋଗ ଆଣି ପୀଡ଼ିତା…

ଲାଞ୍ଜିଗଡ଼,୧୧ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଳକ ବିଜେପୁର ଥାନା ଅଞ୍ଚଳର ଜଣେ ଆଦିବାସୀ ମହିଳା (୩୭)ଙ୍କୁ ବଳାତ୍କାର ଅଭିଯୋଗ ଘଟଣାରେ ଅଭିଯୁକ୍ତଙ୍କୁ ଗିରଫ...

ବୈଜ୍ଞାନିକ କୌଶଳ ବ୍ୟବହାର କରି ଶିମିଳିପାଳ ଅଭୟାରଣ୍ୟରୁ କରୁଥିଲେ ଶିକାର: ୫ କୁଖ୍ୟାତ ଶିକାରୀଙ୍କୁ…. 

ବାରିପଦା,୧୧।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଜାତୀୟ ଉଦ୍ୟାନରୁ ୫ଜଣ କୁଖ୍ୟାତ ଶିକାରୀ ଧରା ପଡିଛନ୍ତି । ଶିମିଳିପାଳ ବନ୍ୟଜନ୍ତୁ ବୁଦ୍ଧିମତା ନେଟୱର୍କ ପରି...

ଆମେରିକା ପରେ ଏବେ ଏହି ଦେଶ ଭାରତ ଉପରେ ଲଗାଇଲା ୫୦% ଟାରିଫ୍‌, ଜାଣନ୍ତୁ କେବେଠୁ ହେବ ଲାଗୁ…

ନୂଆଦିଲ୍ଲୀ,୧୧।୧୨: ଡିସେମ୍ବର ୧୦ ତାରିଖରେ, ମେକ୍ସିକୋ ସିନେଟ ଏକ ବଡ଼ ବିଲ ପାସ କରିଛି। ଯାହା ଚାଇନା ଭାରତ, ଦକ୍ଷିଣ କୋରିଆ, ଥାଇଲ୍ୟାଣ୍ଡ ଏବଂ ଇଣ୍ଡୋନେସିଆ...

Gold-Silver Price: କାହିଁକି ବଢୁଛି ସୁନା-ରୂପା ଦର? ସାମ୍ନାକୁ ଆସିଲା ପ୍ରକୃତ କାରଣ

ନୂଆଦିଲ୍ଲୀ ୧୧|୧୨: ସୁନା-ରୂପା ଦର ତଳମୁହାଁ ହେବାର ନାଁ ଧରୁନାହିଁ । ଗୋଟିଏ ପଟେ ସୁନାର ମୂଲ୍ୟ 1 ଲକ୍ଷ 20 ହଜାର ଟଙ୍କା ଉପରେ...

ଫ୍ରିଜ୍‌ରେ ଅଣ୍ଡା ରଖିଲେ ପଚିଯାଏ ନା ସତେଜ ରହେ, ପ୍ରକୃତ ଉତ୍ତର ଜାଣିଲେ…

ଅଣ୍ଡା ପୁଷ୍ଟିସାରର ଏକ ବଡ଼ ଉତ୍ସ, ତେଣୁ ଏହାକୁ ଅଧିକାଂଶ ଘରେ ରଖାଯାଇଥାଏ। କିନ୍ତୁ ଏହାକୁ କେଉଁଠାରେ ରଖିବେ ସେନେଇ ଚିନ୍ତାରେ ଥାନ୍ତି ଗୃହିଣୀମାନେ। ଫ୍ରିଜ୍‌ରେ...

ପିଆଜ, ରସୁଣ ପାଇଁ ଭାଙ୍ଗିଲା ୨୨ ବର୍ଷର ସ୍ତ୍ରୀ-ସ୍ବାମୀ ସମ୍ପର୍କ: ପୂରା ଘଟଣା ଜାଣିଲେ…

ଅହମଦାବାଦ,୧୧ା୧୨:ବିବାହର ୨୨ ବର୍ଷ ପରେ ଗୁଜରାଟର ଏକ ଦମ୍ପତି ସମ୍ପର୍କ ତୁଟାଇ ପରସ୍ପରଠାରୁ ଅଲଗା ହୋଇଛନ୍ତି। ଏହାର କାରଣ ଅନେକଙ୍କୁ ବିସ୍ମିତ କରିଛି। ମହିଳା ଜଣକ...

କେତେ ହ୍ରାସ ପାଇବ ବିରାଟ-ରୋହିତଙ୍କ ଦରମା, ଆସିଲା ବଡ଼ ଅପଡେଟ୍‌, BCCIର ବୈଠକରେ…

ନୂଆଦିଲ୍ଲୀ,୧୧।୧୨: ଭାରତୀୟ କ୍ରିକେଟ ନିୟନ୍ତ୍ରଣ ବୋର୍ଡ (BCCI)ର ୩୧ତମ ବାର୍ଷିକ ସାଧାରଣ ବୈଠକ (AGM) ଡିସେମ୍ବର ୨୨ ତାରିଖରେ ଅନୁଷ୍ଠିତ ହେବାକୁ ଯାଉଛି। ଏଥର ସବୁଠାରୁ...

ପାଇପ୍‌ ଫାଟି ରାସ୍ତାରେ ବନ୍ୟା: ଚିନ୍ତାରେ ପଡ଼ାବାସୀ

ଲୋଇସିଂହା,୧୧।୧୨(ସୁଶାନ୍ତ ବାରିକ): ଲୋଇସିଂହାଶକ୍ତି ନଗର ପଡାରେ ପାଇପ ଫାଟି ରାସ୍ତା ଉପରେ ବହୁଛି ପାଣି। ଏ ଦୃଶ୍ୟ ହେଉଛି ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଲୋଇସିଂହା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri