ରାଜପଥରେ ମହିଳାଙ୍କ ଭ୍ୟାନିଟ୍‌ ଛଡ଼ାଇନେଲେ ଦୁର୍ବୃତ୍ତ

ବୋଲଗଡ,୨।୧୧(ଡି.ଏନ.ଏ.): ଖୋର୍ଦ୍ଧା ଜିଲା ବୋଲଗଡ ଥାନା ସୀମାନ୍ତରେ ଥିବା ବିଜୁପୁର ଗେଟ୍‌ ନିକଟ ୫୭ନଂ ଜାତୀୟ ରାଜପଥରେ ଶୁକ୍ରବାର ଅପରାହ୍ନରେ ପୁଅ ସହ ବାଇକରେ ଯାଉଥିବା ଜଣେ ମହିଳାଙ୍କ ଠାରୁ ଦୁର୍ବୃତ୍ତମାନେ ଭ୍ୟାନିଟ ଛଡାଇ ନେଇଛନ୍ତି। ଉକ୍ତ ଭ୍ୟାନିଟ୍‌ରେ ୧୦ହଜାର ଟଙ୍କା ଏବଂ ଏକ ସୁନାଚେନ ରହିଥିଲା। ୩ଜଣ ଦୁର୍ବୃତ୍ତ ଏକ ପଲସର ଯୋଗେ ଆସି ଲୁଟ୍‌ କରିଥିଲେ। ଘଟଣା ପରେ ମହିଳାଙ୍କ ପୁଅ ସାହସର ସହିତ ଦୁର୍ବୃତ୍ତଙ୍କ ପିଛା କରି ସେମାନଙ୍କୁ ଗାଡିରୁ ଗଳାଇ ଦେଇଥିଲେ। ପରେ ସ୍ଥାନୀୟ ଲୋକେ ଜଣେ ଦୁର୍ବୃତ୍ତଙ୍କୁ କାବୁ କରିି ପୋଲିସ ଜିମା ଦେଇଥିଲେ। ତାଙ୍କୁ ଥାନାରେ ଅଟକ ରଖାଯାଇଛି।
ଆଇଆଇସି ସେଖ୍‌ ଆକବର ଅଲ୍ଲୀଙ୍କ ସୂତ୍ରରୁ ପ୍ରକାଶ ଯେ, ସ୍ଥାନୀୟ ଥାନା ଫିରିଫିରା ଗ୍ରାମର ଆଦିତ୍ୟ ସ୍ବାଇଁ ଓ ତାଙ୍କ ମା’ ସଂଯୁକ୍ତା ନୟାଗଡରୁ ନିଜ ଗ୍ରାମ ବୋଲଗଡ ଅଭିମୁଖେ ୫୭ନଂ ଜାତୀୟ ରାଜପଥରେ ଫେରୁଥିଲେ । ବିଜୁପୁର ଠାରେ ଏକ ପଲସରରେ ଆସି ୩ଜଣ ଦୁର୍ବୃତ୍ତ ହଠାତ ସଂଯୁକ୍ତା ଧରିଥିବା ଭ୍ୟାନିଟଣକୁ ଛଡାଇ ନେଇ ଫେରାର ହୋଇଯାଇଥିଲେ । ଆଦିତ୍ୟ ସାହସର ସହିତ ଦୁର୍ବୃତ୍ତମାନଙ୍କର ପିଛା କରି ବୋଲଗଡ ନିକଟ ରେଲୱେ ଲେଭଲ କ୍ରସିଂ ଠାରେ ସେମାନଙ୍କ ବାଇକକୁ ଏକ ଶକ୍ତ ଗୋଇଠା ମାରିଥିଲେ । ଫଳରେ ଦୁର୍ବୃତ୍ତମାନେ ତଳେ ଖସି ପଡିଥିଲେ ଓ ଗାଡି ଛାଡି ଦୌଡି ପଳାଇଥିଲେ। ଏହା ଜାଣି ସ୍ଥାନୀୟ ଲୋକେ ଦୁର୍ବୃତ୍ତମାନଙ୍କୁ ଖୋଜାଖୋଜି କରିଥିଲେ । ସଂପୁର ଗ୍ରାମ ନିକଟରେ ଜଣେ ଯୁବକଙ୍କୁ ଧରି ପୋଲିସକୁ ହସ୍ତାନ୍ତର କରିଛନ୍ତି। ଯୁବକ ଜଣକ ଥାନାରେ ଅଟକ ଅଛନ୍ତି। ପୋଲିସ ଦୁର୍ବୃତ୍ତମାନେ ଛାଡିଯାଇଥିବା ବାଇକଟିକୁ ଜବତ କରିଥିବା ବେଳେ ଦୁର୍ବୃତ୍ତମାନେ ସୁନାଚେନ ଏବଂ ଟଙ୍କା ବ୍ୟାଗଟିକୁ ନେଇ ପଳାଇଛନ୍ତି। ଏ ସଂକ୍ରାନ୍ତରେ ପୋଲିସ ନଂ ୧୧୩/୧୯ରେ ମାମଲା ରୁଜୁ କରିବା ସହିତ ଘଟଣାର ତଦନ୍ତ ଚଳାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ବାଇକ୍ ଆରୋହୀ, ଗାଡ଼ିକୁ ଭାଙ୍ଗି ଚୂରମାର କଲା ଦନ୍ତା

ପାରଳାଖେମୁଣ୍ଡି,୮।୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅଞ୍ଚଳରେ ଗତ ଚାରି ଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ଧାନ...

୫୦ରୁ ଅଧିକ ଫଳ ଦୋକାନ ଜଳି ପୋଡି ପାଉଁଶ: ପରିଦର୍ଶନରେ ଆସି ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର କହିଲେ, ଏଥିପାଇଁ…

ବଲାଙ୍ଗୀର,୮।୧୨( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଯାଇଛି । ଦେଖୁ ଦେଖୁ ହୁ ହୁ ହୋଇ...

୪୦ କୋଟି ଟଙ୍କା ବିନିଯୋଗ କରି ନିଜ ବ୍ରାଣ୍ଡ୍ ପାଇଁ ନୂଆ ଅଧ୍ୟାୟ ଆରମ୍ଭ କଲେ ବିରାଟ କୋହଲି

ନୂଆଦିଲ୍ଲୀ,୮।୧୨: ଭାରତୀୟ କ୍ରିକେଟ୍ ତାରକା ବିରାଟ କୋହଲି ୮ ବର୍ଷର ପୁରୁଣା ସମ୍ପର୍କ ଭାଙ୍ଗି ଏକ ନୂଆ ବ୍ୟବସାୟିକ ଯାତ୍ରା ଆରମ୍ଭ କରିଛନ୍ତି। ସୋମବାର କୋହଲି...

ଜୁନିୟର ମହିଳା ହକି: ଓ୍ବେଲ୍ସକୁ ହରାଇଲା ଭାରତ

ସାଣ୍ଟିଆଗୋ, ୮ା୧୨: ଏଫ୍‌ଆଇଏଚ୍‌ ଜୁନିୟର ମହିଳା ହକି ବିଶ୍ୱକପ୍‌ର ୯ମ ସ୍ଥାନ ପାଇଁ ହୋଇଥିବା ଏକ କ୍ଲାସିଫିକେଶନ ମ୍ୟାଚ୍‌ରେ କ୍ୱାର୍ଟରଫାଇନାଲ ଦୌଡ଼ରୁ ବାଦ୍‌ ପଡ଼ିଥିବା ଭାରତ...

ଏକାଠି ହେଲେ ହଳଦିଆ ତୈଳିକ ବୈଶ୍ୟ ସମାଜ ସଭ୍ୟ, ବିଭିନ୍ନ ସମସ୍ୟା ନେଇ

ଦିଗପହଣ୍ଡି,୮ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଚିକିଟି ଓ ଖେମୁଣ୍ଡି ହଳଦିଆ ତୈଳିକ ବୈଶ୍ୟ ସମାଜର ଏକ ଆଲୋଚନା ସଭା ସାନଖେମୁଣ୍ଡି ବ୍ଲକ ଜିଉରା ଗ୍ରାମ...

ଯାଉଥିବାବେଳେ ହଠାତ୍‌ ସାମ୍ନାକୁ ଚାଲିଆସିଲା ଏମିତି ଏକ ଜନ୍ତୁ, ତା’ପରେ…

ଭଞ୍ଜନଗର,୮।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଫୁଲବାଣୀ ମୁଖ୍ୟ ରାସ୍ତାର ସୋରାଦେବୀ ମନ୍ଦିର ନିକଟରେ ସୋମବାର ସନ୍ଧ୍ୟାରେ ଏକ ଅଜଣା ଜନ୍ତୁକୁ ଧକ୍କା ଦେଇ ଜଣେ...

ଏହି ଷ୍ଟାର ଫୁଟ୍‌ବଲ ଖେଳାଳିଙ୍କୁ ବ୍ଲାକ୍‌ମେଲ କରି ଜେଲଗଲେ ମହିଳା

ସିଓଲ,୮ା୧୨: ଫୁଟବଲ ଷ୍ଟାର ସନ୍‌ ହିଅଙ୍ଗ ମିନ୍‌ଙ୍କୁ ବ୍ଲାକ୍‌ମେଲ କରିଥିବା ଅଭିଯୋଗରେ ଦକ୍ଷିଣ କୋରିଆର ଏକ କୋର୍ଟ ଜଣେ ମହିଳାଙ୍କୁ ୪ବର୍ଷ ଜେଲ ଦଣ୍ଡ କରିଛି।...

ପାନ ଦୋକନ ଆଗରେ ଯୁବକଙ୍କ ମୁଣ୍ଡକୁ ପଥରରେ ଛେଚିଲେ

ଭୁବନେଶ୍ୱର,୧୨।୮: ପାନ ଦୋକନ ଆଗରେ ଯୁବକଙ୍କ ମୁଣ୍ଡକୁ ପଥରରେ ଛେଚିଦେଲେ। ଏଭଳି ଘଟଣା ଘଟିଛି ଭୁବନେଶ୍ୱର ସହିଦ୍‌ନଗରରେ। ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ମରଣାତ୍ମକ ଆକ୍ରମଣ ହୋଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri