ରାଜପଥ ଖୋଳିଦେଉଛି ଠିକାସଂସ୍ଥା

ଛେଣ୍ଡିପଦା,୩।୨(ସ୍ବ.ପ୍ର) ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ଅଞ୍ଚଳରେ ଯାଇଥିବା ୧୪୯(ବି) ନଂ. ଜାତୀୟ ରାଜପଥ ପାଶର୍‌ବକୁ ବେଆଇନ ଭାବେ ଖୋଳି ସେଠାରେ ପାଇପ ପକାଯାଉଥିବା ଅଭିଯୋଗ ହୋଇଛି। ଏ ନେଇ ଜାତୀୟ ରାଜପଥ ବିଭାଗ ଯନ୍ତ୍ରୀ ଉମାକାନ୍ତ ଦଳେଇ ଶନିବାର ଠିକାସଂସ୍ଥା ବିରୋଧରେ ଛେଣ୍ଡିପଦା ଥାନାରେ ଅଭିଯୋଗ କରିଛନ୍ତି।
ଅଭିଯୋଗପତ୍ରରେ ଦର୍ଶାଯାଇଛି, ଜିଲା ଖଣିଜ ପାଣ୍ଠିରୁ ଜଳ ଯୋଗାଣ ଓ ପରିମଳ ବିଭାଗ ପକ୍ଷରୁ ଛେଣ୍ଡିପଦା ବ୍ଲକରେ ମେଗା ପାନୀୟ ଜଳପ୍ରକଳ୍ପ କାର୍ଯ୍ୟ ତ୍ୱରାନ୍ବିତ କରାଯାଇଛି। ଏହି ପ୍ରକଳ୍ପ ମାଧ୍ୟମରେ ଛେଣ୍ଡିପଦା ବ୍ଲକର ବିଭିନ୍ନ ପଞ୍ଚାୟତକୁ ପାନୀୟ ଜଳ ଯୋଗାଇ ଦେବା ନିମନ୍ତେ କାର୍ଯ୍ୟ କରାଯାଉଛି। ଏଥିପାଇଁ ଏକ ଠିକାସଂସ୍ଥାକୁ ଦାୟିତ୍ୱ ଦିଆଯାଇଛି। ହେଲେ ଉକ୍ତ ଠିକାସଂସ୍ଥା ସରକାରୀ ନିୟମକୁ ଉଲ୍ଲଙ୍ଘନ କରି କେତେବେଳେ ଜଙ୍ଗଲ ଭିତରେ ତ କେତେବେଳେ ଜାତୀୟ ରାଜପଥ ପାର୍ଶ୍ୱ ଖୋଳି ପାଇପ ପକାଉଛି। ସେହିପରି ପଞ୍ଚାୟତ ଅଞ୍ଚଳରେ ନିର୍ମାଣ କରାଯାଉଥିବା ପାଣି ଟାଙ୍କିକୁ ଠିକ ଭାବେ ଚିହ୍ନଟ ନ କରାଯାଇ ନିର୍ମାଣ କରାଯାଉଥିବାରୁ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହେଉଛି। ଏ ନେଇ ଜାତୀୟ ରାଜପଥ ପ୍ରାଧିକରଣ ପକ୍ଷରୁ ବାରମ୍ବାର କାର୍ଯ୍ୟ ବନ୍ଦ କରିବା ପାଇଁ କୁହାଯାଇଥିଲେ ମଧ୍ୟ ଠିକାସଂସ୍ଥା ଏହାକୁ କର୍ଣ୍ଣପାତ ନ କରି ରାଜପଥ ପାଶର୍‌ବକୁ ଖୋଲି ପାଇପ ବିଛାଉଥିବା ଅଭିଯୋଗପତ୍ରରେ ଦର୍ଶାଯାଇଛି। ଏ ସମ୍ପର୍କରେ ଛେଣ୍ଡିପଦା ଥାନା ଅଧିକାରୀ କନକ ମାଝୀ କୁହନ୍ତି, ଉକ୍ତ ଘଟଣାର ତଦନ୍ତ ଚାଲିଛି। ତ୍ରୁଟି ଥିଲେ କାର୍ଯ୍ୟାନୁଷ୍ଠାନ ନିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁର ବ୍ଲକରେ ବିକାଶ କାର୍ଯ୍ୟର ସମୀକ୍ଷା; ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିବାକୁ ଚେତାବନୀ ଦେଲେ ପ୍ରଦୀପ ଦିଶାରୀ

ଥୁଆମୂଳ ରାମପୁର, ୧୦/୦୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଭାଗୃହରେ ଶୁକ୍ରବାର ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକରେ ପ୍ରଶାସନିକ ଅବହେଳାର ଏକ ନଗ୍ନ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ପୁରୀ ରଥଯାତ୍ରା: ଘୋଗଡରୁ ଟ୍ରକ ଯୋଗେ ପୁରୀ ଗଲା ରଥକାଠ

ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ)-ପୁରୀ ରଥଯାତ୍ରାରେ ରଥ ନିର୍ମାଣ ପାଇଁ ଆବଶ୍ୟକ ହେଉଥିବା ରଥ କାଠ ରାଜ୍ୟର ବିଭିନ୍ନ ଜଙ୍ଗଲରୁ ଯାଉଛି। ବିଗତ କିଛି ବର୍ଷ ହେବ ଗଞ୍ଜାମ ଜିଲା…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri