ରାଜପଥ ଖୋଳିଦେଉଛି ଠିକାସଂସ୍ଥା

ଛେଣ୍ଡିପଦା,୩।୨(ସ୍ବ.ପ୍ର) ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ଅଞ୍ଚଳରେ ଯାଇଥିବା ୧୪୯(ବି) ନଂ. ଜାତୀୟ ରାଜପଥ ପାଶର୍‌ବକୁ ବେଆଇନ ଭାବେ ଖୋଳି ସେଠାରେ ପାଇପ ପକାଯାଉଥିବା ଅଭିଯୋଗ ହୋଇଛି। ଏ ନେଇ ଜାତୀୟ ରାଜପଥ ବିଭାଗ ଯନ୍ତ୍ରୀ ଉମାକାନ୍ତ ଦଳେଇ ଶନିବାର ଠିକାସଂସ୍ଥା ବିରୋଧରେ ଛେଣ୍ଡିପଦା ଥାନାରେ ଅଭିଯୋଗ କରିଛନ୍ତି।
ଅଭିଯୋଗପତ୍ରରେ ଦର୍ଶାଯାଇଛି, ଜିଲା ଖଣିଜ ପାଣ୍ଠିରୁ ଜଳ ଯୋଗାଣ ଓ ପରିମଳ ବିଭାଗ ପକ୍ଷରୁ ଛେଣ୍ଡିପଦା ବ୍ଲକରେ ମେଗା ପାନୀୟ ଜଳପ୍ରକଳ୍ପ କାର୍ଯ୍ୟ ତ୍ୱରାନ୍ବିତ କରାଯାଇଛି। ଏହି ପ୍ରକଳ୍ପ ମାଧ୍ୟମରେ ଛେଣ୍ଡିପଦା ବ୍ଲକର ବିଭିନ୍ନ ପଞ୍ଚାୟତକୁ ପାନୀୟ ଜଳ ଯୋଗାଇ ଦେବା ନିମନ୍ତେ କାର୍ଯ୍ୟ କରାଯାଉଛି। ଏଥିପାଇଁ ଏକ ଠିକାସଂସ୍ଥାକୁ ଦାୟିତ୍ୱ ଦିଆଯାଇଛି। ହେଲେ ଉକ୍ତ ଠିକାସଂସ୍ଥା ସରକାରୀ ନିୟମକୁ ଉଲ୍ଲଙ୍ଘନ କରି କେତେବେଳେ ଜଙ୍ଗଲ ଭିତରେ ତ କେତେବେଳେ ଜାତୀୟ ରାଜପଥ ପାର୍ଶ୍ୱ ଖୋଳି ପାଇପ ପକାଉଛି। ସେହିପରି ପଞ୍ଚାୟତ ଅଞ୍ଚଳରେ ନିର୍ମାଣ କରାଯାଉଥିବା ପାଣି ଟାଙ୍କିକୁ ଠିକ ଭାବେ ଚିହ୍ନଟ ନ କରାଯାଇ ନିର୍ମାଣ କରାଯାଉଥିବାରୁ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହେଉଛି। ଏ ନେଇ ଜାତୀୟ ରାଜପଥ ପ୍ରାଧିକରଣ ପକ୍ଷରୁ ବାରମ୍ବାର କାର୍ଯ୍ୟ ବନ୍ଦ କରିବା ପାଇଁ କୁହାଯାଇଥିଲେ ମଧ୍ୟ ଠିକାସଂସ୍ଥା ଏହାକୁ କର୍ଣ୍ଣପାତ ନ କରି ରାଜପଥ ପାଶର୍‌ବକୁ ଖୋଲି ପାଇପ ବିଛାଉଥିବା ଅଭିଯୋଗପତ୍ରରେ ଦର୍ଶାଯାଇଛି। ଏ ସମ୍ପର୍କରେ ଛେଣ୍ଡିପଦା ଥାନା ଅଧିକାରୀ କନକ ମାଝୀ କୁହନ୍ତି, ଉକ୍ତ ଘଟଣାର ତଦନ୍ତ ଚାଲିଛି। ତ୍ରୁଟି ଥିଲେ କାର୍ଯ୍ୟାନୁଷ୍ଠାନ ନିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ଢାଳି ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri