ରାଜପଥ, ପାରିପାର୍ଶ୍ୱିକ ରାସ୍ତା ହେଲାଣି ମରଣଯନ୍ତା: ଏନ୍‌ଏଚ୍‌ଏଆଇ, ନାଲ୍‌କୋ ଉପରେ ବର୍ଷିଲେ ଏମ୍‌ପି

ଅନୁଗୋଳ ଅଫିସ, ୧୭।୮ – ଅନୁଗୋଳ ଓ ଢେଙ୍କାନାଳ ଜିଲା ମଧ୍ୟ ଦେଇ ଯାଇଥିବା ୫୫ ନମ୍ବର ଜାତୀୟ ରାଜପଥ ଅନେକ ସ୍ଥାନରେ ବିପଦଶଙ୍କୁଳ ଅବସ୍ଥାରେ ଅଛି। ଏଥିଯୋଗୁ ଦୁର୍ଘଟଣାମାନ ଘଟି ବହୁ ଧନ ଜୀବନ ନଷ୍ଟ ହେଉଥିଲେ ବି ରାଜପଥ କର୍ତ୍ତୃପକ୍ଷ ଏ ଦିଗରେ ଦୃଷ୍ଟି ଦେଉ ନ ଥିବା ଢେଙ୍କାନାଳ ଏମ୍‌ପି ମହେଶ ସାହୁ ଅଭିଯୋଗ କରିଛନ୍ତି। ସେହିପରି ପ୍ରକଳ୍ପ ପାରିପାର୍ଶ୍ୱିକ ଅଞ୍ଚଳର ରାସ୍ତା ଶୋଚନୀୟ ଅବସ୍ଥାରେ ଥିବା ସତ୍ତ୍ୱେ ନାଲ୍‌କୋ କର୍ତ୍ତୃପକ୍ଷ ମରାମତି କାର୍ଯ୍ୟ କରୁ ନ ଥିବା କହିବା ସହ ଏମ୍‌ପି ଅସନ୍ତୋଷ ବ୍ୟକ୍ତ କରିଛନ୍ତି।
ଅନୁଗୋଳ ସର୍କିଟ ହାଉସ ଠାରେ ଶୁକ୍ରବାର ଏକ ଖବରଦାତା ସମ୍ମିଳନୀରେ ଏମ୍‌ପି ସାହୁ କହିଛନ୍ତି ଯେ, ଜାତୀୟ ରାଜପଥ କର୍ତ୍ତୃପକ୍ଷଙ୍କ ଅବହେଳା ଯୋଗୁ ଢେଙ୍କାନାଳ ଓ ଅନୁଗୋଳବାସୀ ଯାତାୟାତରେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ରାଜପଥର ଅନେକ ସ୍ଥାନ ସଂକୀର୍ଣ୍ଣ, ଖାଲଖମା ହୋଇଯାଇଛି। ଡ୍ରେନେଜ୍‌ ସୁବିଧା ନ ଥିବାରୁ ପାର୍ଶ୍ୱ ଖାଲରେ ଏକ ଫୁଟରୁ ୩ ଫୁଟ ପର୍ଯ୍ୟନ୍ତ ବର୍ଷା ପାଣି ଜମି ରହୁଥିବାରୁ ଯାନବାହାନ ଗୁଡ଼ିକର ଯାନ୍ତ୍ରିକ ତ୍ରୁଟି ଦେଖାଦେଉଛି। ଫଳରେ ଅଯଥାରେ ଟ୍ରାଫିକ ସମସ୍ୟା ସହ ଦୁର୍ଘଟଣା ମଧ୍ୟ ଘଟୁଛି। ରାସ୍ତା ପ୍ରଶସ୍ତୀକରଣ କାର୍ଯ୍ୟ କରୁଥିବା କମ୍ପାନୀ ମନ୍ଥର ଓ ନିମ୍ନମାନର କାର୍ଯ୍ୟ କରୁଥିଲେ ମଧ୍ୟ ଏନ୍‌ଏଚ୍‌ଏଆଇ କର୍ତ୍ତୃପକ୍ଷ ନୀରବଦ୍ରଷ୍ଟା ସାଜିଛନ୍ତି। ନୂଆହତାଠାରୁ ଗଡ଼ସନ୍ତ୍ରୀ ଦେଇ କାଙ୍ଗୁଲା ବେନ୍ତପୁର, ଖମାର, ଛେଳିଆପଡ଼ା, ଶରଧାପୁର, ପଞ୍ଚମହଲା, ଚନ୍ଦ୍ରବାହାଳ ପର୍ଯ୍ୟନ୍ତ ବାଇପାସ୍‌ କାର୍ଯ୍ୟ ତ୍ୱରାନ୍ବିତ ହେଉନାହିଁ। ସେହିପରି ନୂଆହତା ଠାରୁ ବଅଁରପାଳ, ନାଲ୍‌କୋ, ବଡ଼କେରା ପର୍ଯ୍ୟନ୍ତ ରାସ୍ତାକୁ ଏନ୍‌ଏଚ୍‌ଏଆଇ ଆର୍‌ଆଣ୍ଡବିକୁ ହସ୍ତାନ୍ତର କରିବାକୁ ଦାବି ହେଉଛି। ଅପରପକ୍ଷରେ ନାଲ୍‌କୋ ସ୍ମେଲଟର କାରଖାନା ଚତୁଃପାର୍ଶ୍ୱରେ ଥିବା ପଞ୍ଚାୟତଗୁଡ଼ିକ ରାସ୍ତା ଶୋଚନୀୟ ଅବସ୍ଥାରେ ଥିବାବେଳେ ନାଲ୍‌କୋ ଭଳି ଏକ ଲାଭଜନକ ସଂସ୍ଥା ନୀରବଦ୍ରଷ୍ଟା ସାଜିଥିବାରୁ ଏମ୍‌ପି ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ତୁରନ୍ତ ରାସ୍ତା ନିର୍ମାଣ ଓ ଏଲ୍‌ଏପିମାନଙ୍କୁ କାରଖାନାରେ ନିଯୁକ୍ତି ଦେବା ପାଇଁ ଏମ୍‌ପିଙ୍କ ସହ ଅନୁଗୋଳ ବିଧାୟକ ରଜନୀକାନ୍ତ ସିଂ, ତାଳଚେର ବିଧାୟକ ବ୍ରଜକିଶୋର ପ୍ରଧାନ, ଛେଣ୍ଡିପଦା ବିଧାୟକ ସୁଶାନ୍ତ ବେହେରା, ଆଠମଲ୍ଲିକ ବିଧାୟକ ରମେଶ ଚନ୍ଦ୍ର ସାଏ, ପାଲଲହଡ଼ା ବିଧାୟକ ମୁକେଶ ପାଲ ଓ ବିଜୁ ଜନତା ଦଳର ରାଜ୍ୟ ସାଧାରଣ ସମ୍ପାଦକ ମୀନକେତନ ଅମାନ୍ତ ପ୍ରମୁଖ ଦାବି କରିଛନ୍ତି। ଏ ଦିଗରେ କେନ୍ଦ୍ର ସରକାରଙ୍କ ଅଧୀନରେ ଥିବା ଜାତୀୟ ରାଜପଥ ବିଭାଗ ଓ ନାଲ୍‌କୋ କର୍ତ୍ତୃପକ୍ଷ ପଦକ୍ଷେପ ନ ନେଲେ ଜନ ଆନ୍ଦୋଳନ ହେବ ବୋଲି ଏମ୍‌ପି ସାହୁ ଚେତାବନୀ ଦେଇଛନ୍ତି। ଏହି ଖବରଦାତା ସମ୍ମିଳନୀରେ ବିଜେଡି ରାଜ୍ୟ ସାଧାରଣ ସମ୍ପାଦକ ଅମାନ୍ତ, ଜିଲା ଯୁବ ବିଜେଡି ସଭାପତି ଦୀନେଶ ପ୍ରଧାନ, ଅନୁଗୋଳ ବ୍ଲକ ଅଧ୍ୟକ୍ଷ ନିରଞ୍ଜନ ଦେହୁରୀ, ଅନୁଗୋଳ ବ୍ଲକ ବିଜେଡି ସଭାପତି ଦୁର୍ଗାଚରଣ ପ୍ରଧାନ, ହିନ୍ଦୋଳ ବ୍ଲକ ଅଧ୍ୟକ୍ଷ ପ୍ରିୟରଞ୍ଜନ ମହୁନ୍ତ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬ର ବିଜେତା ହେଲେ ଓଡ଼ିଶାର ଜ୍ୟୋତିର୍ମୟୀ ନାୟକ

ମୁମ୍ବାଇ / ଭୁବନେଶ୍ୱର: ଦେଶର ଅନ୍ୟତମ ଲୋକପ୍ରିୟ ସଙ୍ଗୀତ ଭିତ୍ତିକ ରିଆଲିଟି ସୋ’ ‘ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬’ (Indian Idol Season 16) ର ମୁକୁଟ ଜିତି…

ଭାରତୀୟ ମୁଦ୍ରା କଟକଣା କୋହଳ କଲା ନେପାଳ

ନୂଆଦିଲ୍ଲୀ, ୨୬।୭ : ଭାରତୀୟ ମୁଦ୍ରା ଉପରେ ଥିବା କଟକଣାକୁ କୋହଳ କରି ନେପାଳ ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛି । ବର୍ତ୍ତମାନ ଭାରତୀୟ ଏବଂ…

ଅଙ୍ଗନୱାଡି କେନ୍ଦ୍ରରେ ତାଲା, ସରକାରୀ ସୁବିଧାରୁ ବଞ୍ଚିତ ହେଲେ ଶିଶୁ

ବରଗଡ଼,୨୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବ୍ଲକ ଅଧୀନ ହାଲୁପାଲି ପଞ୍ଚାୟତ ଅଧୀନ ନିଲଜି ଗ୍ରାମରେ ଭୋଟର ତାଲିକା ସଘନ ସଂଶୋଧନ ବେଳେ ଉପୁଜିଥିବା ଏକ କଥାକୁ…

ଅଧରପଣା ଲାଗି, ମହାପ୍ରଭୁ ଦଧିବାମନଙ୍କ ନୀଳାଦ୍ରି ବିଜେ

ବରଗଡ଼,୨୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଶ୍ରୀ ଶ୍ରୀ ଦଧିବାମନ ପୀଠରେ ଶ୍ରୀଶ୍ରୀ ଦଧିବାମନ ମହାପ୍ରଭୁଙ୍କ ଅଧରପଣା ନୀତି ରବିବାର ଅନୁଷ୍ଠିତ ହୋଇଯାଇଛି । ପରମ୍ପରା ଆଧାରରେ…

ବରଗଡ଼ ଏମ୍‌ପି ରଖିଲେ ବଡ଼ ଦାବି: ‘ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଜାତୀୟ ସମ୍ମାନ ଦିଆଯାଉ’

ବରଗଡ,୨୬।୭(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ବୀରାଙ୍ଗନା ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଯଥୋଚିତ ଜାତୀୟ ସମ୍ମାନ ପ୍ରଦାନ ପାଇଁ ଲୋକ ସଭାରେ ବରଗଡ଼ ସାଂସଦ(ଏମ୍‌ପି) ପ୍ରଦୀପ…

ଦାଦନ ସାଜିଲା କାଳ: ବର୍ଷେ ବିତିବାକୁ ବସିଲା, ମିଳୁନି ନିଖୋଜ ଯୁବକଙ୍କ ସନ୍ଧାନ

ଥୁଆମୂଳ ରାମପୁର,୨୬।୭ (ଦୁର୍ଗା କୀର୍ତ୍ତି): ପେଟର ଭୋକ ଓ ପରିବାର ପ୍ରତିପୋଷଣ ପାଇଁ କେରଳକୁ ଦାଦନ ଖଟିବାକୁ ଯାଇଥିବା ଜଣେ ନିରୀହ ଯୁବକ ନିଖୋଜ ହେବାର ବର୍ଷେ…

ଗଞ୍ଜେଇ ପରିବହନ କରିବା ପାଇଁ ବସ୍‌କୁ କରିଥିଲେ ଅପେକ୍ଷା: ମାଡିବସିଲା ପୋଲିସ, ଜଣେ ଯୁବତୀଙ୍କ ସମେତ…

ମୋହନା, ୨୬।୭( ମନ୍ମଥ ମିଶ୍ର ) : ରବିବାର ମୋହନା ଥାନା ପୋଲିସ ସ୍ଥାନୀୟ ଅଞ୍ଚଳରେ ପାଟ୍ରୋଲିଂ କରୁଥିବାବେଳେ ରାଇସିଂ ଛକ ନିକଟରେ ଦୁଇଟି ବ୍ୟାଗରେ ବେଆଇନ…

ଦୀର୍ଘ ୯ ବର୍ଷ ପରେ ପୁଣି ଗ୍ରାମରେ ପହଞ୍ଚିଲା ଖୁସି, କନ୍ଧକୂଳ ସମାଜର ପାରମ୍ପରିକ ରୀତିନୀତିରେ ଫେରିଲେ ୩ ପରିବାର

କଲ୍ୟାଣସିଂହପୁର, ୨୬।୭(ଦୀପକ କୁମାର ପରିଡା ): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ସେରିଗୁମା ପଞ୍ଚାୟତର କଣାଗାଁରେ ଦେଖିବାକୁ ମିଳିଛି ଏକ ସାମାଜିକ ଓ ସାଂସ୍କୃତିକ ପୁର୍ନମିଳନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri