ରାଜପଥ ପାର୍ଶ୍ୱରୁ ଉଚ୍ଛେଦ ଜାରି, ୧୪୪ ଧାରା ବଳବତ୍ତର

ବଇଣ୍ଡା, ୧୨ା୯(ଡି.ଏନ.ଏ.)- କିଶୋରନଗର ବ୍ଲକ ବଇଣ୍ଡା ଛକଠାରେ ୫୫ ନମ୍ବର ଜାତୀୟ ରାଜପଥ ପାର୍ଶ୍ୱରୁ ଦୋକାନ ଓ ବାସଗୃହ ଉଚ୍ଛେଦ ପ୍ରକ୍ରିୟା ଗୁରୁବାର ଦ୍ୱିତୀୟ ଦିନରେ ପହଞ୍ଚିଛି। ୧୭ ପ୍ରଜାଙ୍କ ମଧ୍ୟରୁ ବୁଧବାର ୭ କ୍ଷତିଗ୍ରସ୍ତଙ୍କ ଦୋକାନ, ଘର ସହ ରାଜସ୍ବ କାର୍ଯ୍ୟାଳୟ, ଥଣ୍ଡା ପାନୀୟ ଜଳ ପ୍ରକଳ୍ପ, ପୂର୍ତ୍ତ ବିଭାଗ ଡାକବଙ୍ଗଳା ଗୃହଗୁଡିକ ଭଙ୍ଗା ଯାଇଥିଲା। ଗୁରୁବାର ୫ କ୍ଷତିଗ୍ରସ୍ତଙ୍କ ଦୋକାନ ଭଙ୍ଗାଯାଇଛି। ଉତ୍ତେଜନା, ଗଣ୍ଡଗୋଳକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ଲଗାଯାଇଥିବା ୧୪୪ ଧାରା ବଳବତ୍ତର ରହିବା ସହ ବ୍ୟାପକ ପୋଲିସ ମୁତୟନ ହୋଇଥିଲେ। ଉଚ୍ଛେଦ ଯୋଗୁ ୩୫ରୁ ଊର୍ଦ୍ଧ୍ୱ ଦୋକାନୀ ସେମାନଙ୍କ ଜୀବିକା ହରାଇଥିଲେ ମଧ୍ୟ କ୍ଷତିପୂରଣ ପ୍ରଦାନ କରାଯାଇ ନ ଥିବା ଅଭିଯୋଗ ହୋଇଛି। ଏହି ଉଚ୍ଛେଦ ବେଳେ ମାଜିଷ୍ଟ୍ରେଟ ଭାବେ କିଶୋରନଗର ତହସିଲଦାର ଡ. ଲକ୍ଷ୍ମୀପ୍ରସାଦ ସାହୁ, ଆଠମଲ୍ଲିକ ଏସ୍‌ଡିପିଓ ଶେଖ ଅବଦୁଲ କରିମ, ହଣ୍ଡପା ଆଇଆଇସି ଲବ ବୋଡାଙ୍କ ସମେତ ୨ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହୋଇଥିଲେ। ଅନ୍ୟପକ୍ଷରେ ଆଠମଲ୍ଲିକ ଉପଜିଲାପାଳ ଡ. ରଜନୀକାନ୍ତ ବିଶ୍ୱାଳ ବଇଣ୍ଡା ଛକଠାରେ ଥିବା ରାଧାକୃଷ୍ଣ ଓ ଶିବ ମନ୍ଦିରର ଜାଗାକୁ ଚିହ୍ନଟ କରି ଉକ୍ତ ଦୁଇଟି ମନ୍ଦିରକୁ ଭଙ୍ଗା ଯିବା ପାଇଁ ନିର୍ଦ୍ଦେଶନାମା ଜାରି କରିଛନ୍ତି। ଅକ୍ଟୋବର ୩ ତାରିଖ ପରେ ଠାକୁରଙ୍କୁ ଅନ୍ୟତ୍ର ସ୍ଥାନାନ୍ତର କରାଯିବା ପରେ ମନ୍ଦିର ଭଙ୍ଗାଯିବ ବୋଲି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହ ଅଭିଯାନ ଶେଷ କଲା ଆଫଗାନିସ୍ତାନ

ଚେନ୍ନାଇ,୧୯ା୨- ଇବ୍ରାହିମ ଜଦ୍ରାନଙ୍କ ଅପରାଜିତ ୯୫ ରନ୍‌ ଏବଂ ମହମ୍ମଦ ନବିଙ୍କ ଯାଦୁଗରୀ ବୋଲିଂ ବଳରେ ଗୁରୁବାର ସନ୍ଧ୍ୟାରେ ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ର ଏକ ଲିଗ୍‌ ମ୍ୟାଚ୍‌ରେ…

ବିଷାକ୍ତ ଗ୍ୟାସ୍‌ ଲିକ୍‌: ଚାଲିଗଲା ୩୭ ଜୀବନ

ଆବୁଜା,୧୯ା୨: ନାଇଜେରିଆର ଉତ୍ତର କେନ୍ଦ୍ରୀୟ ଅଞ୍ଚଳସ୍ଥିତ ଏକ ଖଣିରୁ ବିଷାକ୍ତ ଗ୍ୟାସ୍‌ ଲିକ୍‌ ହେବା ଯୋଗୁ ସେଠାରେ କାର୍ଯ୍ୟ କରୁଥିବା ଲୋକଙ୍କ ମଧ୍ୟରୁ ୩୭ଜଣଙ୍କ ମୃତ୍ୟୁ ହୋଇଛି।…

ପଦ୍ମ ଧରିଲେ ଲାଞ୍ଜିଗଡ଼ ବ୍ଲକ ଅଧ୍ୟକ୍ଷା ଓ ୬ ସମିତି ସଭ୍ୟ; ରାଜ୍ୟ ଭାଜପା କାର୍ଯ୍ୟାଳୟରେ…

ଲାଞ୍ଜିଗଡ଼,୧୯। ୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା  ଲାଞ୍ଜିଗଡ ବ୍ଲକ ଅଧ୍ୟକ୍ଷା କମଳା ପାତ୍ର ସହିତ ୬ ଜଣ ସମିତି ସଭ୍ୟ ଗୁରୁବାର ରାଜ୍ୟ ଭାଜପା କାର୍ଯ୍ୟାଳୟରେ…

ବରଗଡ଼ ସହରରେ ଚାଲିଲା ପେଟ୍ରୋଲିଂ, ସୁରକ୍ଷା ବ୍ୟବସ୍ଥା କଡାକଡି କଲା ପୋଲିସ୍

ବରଗଡ଼,୧୯।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ରେ ଆଇନ ଶୃଙ୍ଖଳା ବ୍ୟବସ୍ଥାକୁ ନେଇ ଜିଲା ପୋଲିସକୁ ସମାଲୋଚନାର ସମ୍ମୁଖୀନ ହେବାକୁ ପଡୁଛି। ତେବେ ଗୁରୁବାର ସନ୍ଧ୍ୟାରୁ ବରଗଡ଼ ପୋଲିସ ସହରରେ…

ସାନଖେମୁଣ୍ଡି ବ୍ଲକ ବିବାଦୀୟ ଏପିଓଙ୍କୁ ବଦଳି, ତୁରନ୍ତ ରିଲିଭ୍ କରାଯିବାକୁ…        

ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁଙ୍କୁ ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି ଭାସନ୍ ଛତ୍ରପୁର…

ଇଟାଲିକୁ ପରାସ୍ତ କରି ସୁପର-୮ରେ ପହଞ୍ଚିଲା ଓ୍ବେଷ୍ଟଇଣ୍ଡିଜ

କୋଲକାତା,୧୯ା୨: ଅଧିନାୟକ ଶାଇ ହୋପ୍‌ଙ୍କ ଅପରାଜିତ ଅର୍ଦ୍ଧଶତକ ଏବଂ ବୋଲରଙ୍କ ଶୃଙ୍ଖଳିତ ବୋଲିଂ ସହାୟତାରେ ଓ୍ବେଷ୍ଟଇଣ୍ଡିଜ ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଇଟାଲିକୁ ୪୨ ରନରେ ପରାସ୍ତ…

ଧରିତ୍ରୀ ପ୍ରଭାବ: କେସିଙ୍ଗା ବ୍ଲକର ୮୦୧୯ ଚାଷୀଙ୍କଠାରୁ ଉଠିଲା ୩ ଲକ୍ଷ କୁଇଣ୍ଟାଲ ଧାନ

କେସିଙ୍ଗା, ୧୯ା୨ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବିଭିନ୍ନ ମଣ୍ଡିରୁ ଧାନ ଉଠୁ ନ ଥିବା ନେଇ ଗତ ୮ତାରିଖରେ  ଧରିତ୍ରୀରେ ଖବର ପ୍ରକାଶ…

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri