ରାଜପଥ ପାର୍ଶ୍ୱରୁ ଉଚ୍ଛେଦ ଜାରି, ୧୪୪ ଧାରା ବଳବତ୍ତର

ବଇଣ୍ଡା, ୧୨ା୯(ଡି.ଏନ.ଏ.)- କିଶୋରନଗର ବ୍ଲକ ବଇଣ୍ଡା ଛକଠାରେ ୫୫ ନମ୍ବର ଜାତୀୟ ରାଜପଥ ପାର୍ଶ୍ୱରୁ ଦୋକାନ ଓ ବାସଗୃହ ଉଚ୍ଛେଦ ପ୍ରକ୍ରିୟା ଗୁରୁବାର ଦ୍ୱିତୀୟ ଦିନରେ ପହଞ୍ଚିଛି। ୧୭ ପ୍ରଜାଙ୍କ ମଧ୍ୟରୁ ବୁଧବାର ୭ କ୍ଷତିଗ୍ରସ୍ତଙ୍କ ଦୋକାନ, ଘର ସହ ରାଜସ୍ବ କାର୍ଯ୍ୟାଳୟ, ଥଣ୍ଡା ପାନୀୟ ଜଳ ପ୍ରକଳ୍ପ, ପୂର୍ତ୍ତ ବିଭାଗ ଡାକବଙ୍ଗଳା ଗୃହଗୁଡିକ ଭଙ୍ଗା ଯାଇଥିଲା। ଗୁରୁବାର ୫ କ୍ଷତିଗ୍ରସ୍ତଙ୍କ ଦୋକାନ ଭଙ୍ଗାଯାଇଛି। ଉତ୍ତେଜନା, ଗଣ୍ଡଗୋଳକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ଲଗାଯାଇଥିବା ୧୪୪ ଧାରା ବଳବତ୍ତର ରହିବା ସହ ବ୍ୟାପକ ପୋଲିସ ମୁତୟନ ହୋଇଥିଲେ। ଉଚ୍ଛେଦ ଯୋଗୁ ୩୫ରୁ ଊର୍ଦ୍ଧ୍ୱ ଦୋକାନୀ ସେମାନଙ୍କ ଜୀବିକା ହରାଇଥିଲେ ମଧ୍ୟ କ୍ଷତିପୂରଣ ପ୍ରଦାନ କରାଯାଇ ନ ଥିବା ଅଭିଯୋଗ ହୋଇଛି। ଏହି ଉଚ୍ଛେଦ ବେଳେ ମାଜିଷ୍ଟ୍ରେଟ ଭାବେ କିଶୋରନଗର ତହସିଲଦାର ଡ. ଲକ୍ଷ୍ମୀପ୍ରସାଦ ସାହୁ, ଆଠମଲ୍ଲିକ ଏସ୍‌ଡିପିଓ ଶେଖ ଅବଦୁଲ କରିମ, ହଣ୍ଡପା ଆଇଆଇସି ଲବ ବୋଡାଙ୍କ ସମେତ ୨ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହୋଇଥିଲେ। ଅନ୍ୟପକ୍ଷରେ ଆଠମଲ୍ଲିକ ଉପଜିଲାପାଳ ଡ. ରଜନୀକାନ୍ତ ବିଶ୍ୱାଳ ବଇଣ୍ଡା ଛକଠାରେ ଥିବା ରାଧାକୃଷ୍ଣ ଓ ଶିବ ମନ୍ଦିରର ଜାଗାକୁ ଚିହ୍ନଟ କରି ଉକ୍ତ ଦୁଇଟି ମନ୍ଦିରକୁ ଭଙ୍ଗା ଯିବା ପାଇଁ ନିର୍ଦ୍ଦେଶନାମା ଜାରି କରିଛନ୍ତି। ଅକ୍ଟୋବର ୩ ତାରିଖ ପରେ ଠାକୁରଙ୍କୁ ଅନ୍ୟତ୍ର ସ୍ଥାନାନ୍ତର କରାଯିବା ପରେ ମନ୍ଦିର ଭଙ୍ଗାଯିବ ବୋଲି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ଢାଳି ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri