ରାଜପଥ ସମ୍ପ୍ରସାରଣ ବେଳେ ଭୁଶୁଡ଼ିଲା କାନ୍ଥ: ୮ ଆହତ, ୩ ଗୁରୁତର

କାମାକ୍ଷାନଗର, ୨୦।୯(ଡି.ଏନ୍‌.ଏ.)-ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ବଡସୁଅଁାଳ ଗ୍ରାମ ନିକଟ ଦେଇ ଯାଇଥିବା ୫୩ନଂ. ଜାତୀୟ ରାଜପଥ ସମ୍ପ୍ରସାରଣବେଳେ ଶୁକ୍ରବାର ଅଭାବନୀୟ ଘଟଣା ଘଟିଛି। ଜେସିବି ସହାୟତାରେ ଉଚ୍ଛେଦ କାର୍ଯ୍ୟ ଚାଲିଥିବାବେଳେ କାନ୍ଥ ଭୁଶୁଡ଼ି ଦୁଇ ପରିବାରର ୮ଜଣ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩ଜଣଙ୍କ ଅବସ୍ଥା ଗୁରୁତର ରହିଛି। ଦୁର୍ଘଟଣା ପରେ ଉତ୍ତ୍ୟକ୍ତ ଲୋକେ ଲଙ୍କାକାଣ୍ଡ ଘଟାଇଛନ୍ତି। ଘଟଣା ପରେ ଉତ୍ତ୍ୟକ୍ତ ଲୋକେ ଏକ ଜେସିବିକୁ ପୋଡ଼ି ଦେଇଛନ୍ତି। ପରିସ୍ଥିତି ନିୟନ୍ତ୍ରଣ କରିବାକୁ ଘଟଣାସ୍ଥଳରେ ପହଞ୍ଚତ୍ଥିବା ପୋଲିସ ଗାଡ଼ିକୁ ମଧ୍ୟ ସେମାନେ ଭଙ୍ଗାରୁଜା କରିଥିଲେ। ଖବର ଲେଖାଯିବା ସୁଦ୍ଧା ଗ୍ରାମରେ ଉତ୍ତେଜନା ଲାଗି ରହିଛି। ଆହତଙ୍କୁ କ୍ଷତିପୂରଣ ଏବଂ ପ୍ରଶାସନ ପକ୍ଷରୁ ସମସ୍ତ ଚିକିତ୍ସା ସହାୟତା ଦାବିରେ ଲୋକମାନେ ଜାତୀୟ ରାଜପଥ ଅବରୋଧ କରିଛନ୍ତି।