ରାଜଭବନରେ ଓଡ଼ିଆ ଖାଦ୍ୟ ଖାଇଲେ ରାଷ୍ଟ୍ରପତି

ଭୁବନେଶ୍ୱର, ୯ା୧୨(ବ୍ୟୁରୋ): ଦୁଇ ଦିନିଆ ଓଡ଼ିଶା ଗସ୍ତ ଶେଷ କରି ରାଷ୍ଟ୍ରପତି ରାମନାଥ କୋବିନ୍ଦ ରବିବାର ସନ୍ଧ୍ୟା ୫ଟାରେ ସ୍ବତନ୍ତ୍ର ବିମାନ ଯୋଗେ ଦିଲ୍ଲୀ ଫେରିଯାଇଛନ୍ତି। ରାଷ୍ଟ୍ରପତିଙ୍କୁ ବିଦାୟ ଦେବା ପାଇଁ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ରାଜ୍ୟପାଳ ଗଣେଶୀ ଲାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଆନ୍ଧ୍ରପ୍ରଦେଶ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ, କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, କେନ୍ଦ୍ର ମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ, ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ, ଭୁବନେଶ୍ୱର ଏମ୍‌ପି ଅପରାଜିତା ଷଡ଼ଙ୍ଗୀ, ପୋଲିସ ଡିଜି ସତ୍ୟଜିତ ମହାନ୍ତି, ପୋଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀ ପ୍ରମୁଖ ଉପସ୍ଥିତ ଥିଲେ। ରାଷ୍ଟ୍ରପତି ଓ ତାଙ୍କ ପତ୍ନୀ ବିମାନକୁ ପ୍ରବେଶ କରିବା ପୂର୍ବରୁ ହାତ ହଲାଇ ବିଦାୟ ନେଇଥିଲେ।
ରାଷ୍ଟ୍ରପତି ଶନିବାର ସନ୍ଧ୍ୟା ୭ଟା ୧୯ରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବା ପରେ ରାଜଭବନକୁ ଯାଇଥିଲେ। ସେଠାରେ ରାତ୍ରିଯାପନ କରିବା ସହ ଓଡ଼ିିଆ ଖାଦ୍ୟ ଖାଇଥିଲେ। ରବିବାର ପୂର୍ବାହ୍ନ ୯ଟା ୩୦ରେ ଏକ ହେଲିକପ୍ଟରରେ ଖୋର୍ଦ୍ଧା ଅଭିମୁଖେ ଯାଇଥିଲେ। ସେଠାରେ ପୂର୍ବାହ୍ନ ୧୦.୩୦ରେ ପାଇକ ବିଦ୍ରୋହ ସ୍ମାରକୀର ଶିଳାନ୍ୟାସ କରିବା ସହ ସାଧାରଣ ସଭାରେ ଯୋଗଦେଇଥିଲେ। ସେଠାରୁ କଡ଼ା ସୁରକ୍ଷା ବଳୟ ମଧ୍ୟରେ ବାଣୀବିହାରକୁ ଆସିଥିଲେ। ମଧ୍ୟାହ୍ନ ୧୨ଟା ୪୦ରେ ସେ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ଲାଟିନମ୍‌ ଜୁବିଲି ଉତ୍ସବରେ ଯୋଗଦେଇଥିଲେ। କାର୍ଯ୍ୟକ୍ରମ ପରେ ସେ ରାଜଭବନ ଯାଇ ଖାଦ୍ୟ ଗ୍ରହଣ କରିବା ସହ ବିଶ୍ରାମ ନେଇଥିଲେ। ଏହା ପରେ ରାଷ୍ଟ୍ରପତିଙ୍କ ସହଧର୍ମିଣୀ ସବିତା କୋବିନ୍ଦ ଏବଂ କନ୍ୟା ଶ୍ୱେତା କୋବିନ୍ଦ ଲିଙ୍ଗରାଜ ମନ୍ଦିରକୁ ଯାଇ ଠାକୁରଙ୍କୁ ଦର୍ଶନ କରିଥିଲେ। ସନ୍ଧ୍ୟା ୫ଟାରେ ସେ ରାଜ୍ୟପାଳଙ୍କ ସହ ବିମାନବନ୍ଦର ଅଭିମୁଖେ ଯାଇଥିଲେ। ରାଷ୍ଟ୍ରପତିଙ୍କ ସୁରକ୍ଷା ପାଇଁ ୪୦ ପ୍ଲାଟୁନ୍‌ ପୋଲିସ ଫୋର୍ସ ଖୋର୍ଦ୍ଧା ଏବଂ ବାଣୀବିହାରରେ ମୁତୟନ ହୋଇଥିଲେ। ଏଥିସହ ରାଷ୍ଟ୍ରପତି ଯିବା ରୁଟ୍‌ରେ ଟ୍ରାଫିକ ପୋଲିସ ନିୟୋଜିତ ହେବା ସହ ପୋଲିସ ଜଗି ରହିଥିଲେ। ଭୁବନେଶ୍ୱର ଡିସିପି ଅନୁପ ସାହୁଙ୍କ ସମେତ ଖୋର୍ଦ୍ଧା ଏସ୍‌ପି ଅଜେୟ କୁମାର ସ୍ବାଇଁ ଏହି ସୁରକ୍ଷା ବ୍ୟବସ୍ଥାର ତଦାରଖ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri