ରାଜଭବନରେ ଓଡ଼ିଆ ଖାଦ୍ୟ ଖାଇଲେ ରାଷ୍ଟ୍ରପତି

ଭୁବନେଶ୍ୱର, ୯ା୧୨(ବ୍ୟୁରୋ): ଦୁଇ ଦିନିଆ ଓଡ଼ିଶା ଗସ୍ତ ଶେଷ କରି ରାଷ୍ଟ୍ରପତି ରାମନାଥ କୋବିନ୍ଦ ରବିବାର ସନ୍ଧ୍ୟା ୫ଟାରେ ସ୍ବତନ୍ତ୍ର ବିମାନ ଯୋଗେ ଦିଲ୍ଲୀ ଫେରିଯାଇଛନ୍ତି। ରାଷ୍ଟ୍ରପତିଙ୍କୁ ବିଦାୟ ଦେବା ପାଇଁ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ରାଜ୍ୟପାଳ ଗଣେଶୀ ଲାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଆନ୍ଧ୍ରପ୍ରଦେଶ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ, କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, କେନ୍ଦ୍ର ମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ, ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ, ଭୁବନେଶ୍ୱର ଏମ୍‌ପି ଅପରାଜିତା ଷଡ଼ଙ୍ଗୀ, ପୋଲିସ ଡିଜି ସତ୍ୟଜିତ ମହାନ୍ତି, ପୋଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀ ପ୍ରମୁଖ ଉପସ୍ଥିତ ଥିଲେ। ରାଷ୍ଟ୍ରପତି ଓ ତାଙ୍କ ପତ୍ନୀ ବିମାନକୁ ପ୍ରବେଶ କରିବା ପୂର୍ବରୁ ହାତ ହଲାଇ ବିଦାୟ ନେଇଥିଲେ।
ରାଷ୍ଟ୍ରପତି ଶନିବାର ସନ୍ଧ୍ୟା ୭ଟା ୧୯ରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବା ପରେ ରାଜଭବନକୁ ଯାଇଥିଲେ। ସେଠାରେ ରାତ୍ରିଯାପନ କରିବା ସହ ଓଡ଼ିିଆ ଖାଦ୍ୟ ଖାଇଥିଲେ। ରବିବାର ପୂର୍ବାହ୍ନ ୯ଟା ୩୦ରେ ଏକ ହେଲିକପ୍ଟରରେ ଖୋର୍ଦ୍ଧା ଅଭିମୁଖେ ଯାଇଥିଲେ। ସେଠାରେ ପୂର୍ବାହ୍ନ ୧୦.୩୦ରେ ପାଇକ ବିଦ୍ରୋହ ସ୍ମାରକୀର ଶିଳାନ୍ୟାସ କରିବା ସହ ସାଧାରଣ ସଭାରେ ଯୋଗଦେଇଥିଲେ। ସେଠାରୁ କଡ଼ା ସୁରକ୍ଷା ବଳୟ ମଧ୍ୟରେ ବାଣୀବିହାରକୁ ଆସିଥିଲେ। ମଧ୍ୟାହ୍ନ ୧୨ଟା ୪୦ରେ ସେ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ଲାଟିନମ୍‌ ଜୁବିଲି ଉତ୍ସବରେ ଯୋଗଦେଇଥିଲେ। କାର୍ଯ୍ୟକ୍ରମ ପରେ ସେ ରାଜଭବନ ଯାଇ ଖାଦ୍ୟ ଗ୍ରହଣ କରିବା ସହ ବିଶ୍ରାମ ନେଇଥିଲେ। ଏହା ପରେ ରାଷ୍ଟ୍ରପତିଙ୍କ ସହଧର୍ମିଣୀ ସବିତା କୋବିନ୍ଦ ଏବଂ କନ୍ୟା ଶ୍ୱେତା କୋବିନ୍ଦ ଲିଙ୍ଗରାଜ ମନ୍ଦିରକୁ ଯାଇ ଠାକୁରଙ୍କୁ ଦର୍ଶନ କରିଥିଲେ। ସନ୍ଧ୍ୟା ୫ଟାରେ ସେ ରାଜ୍ୟପାଳଙ୍କ ସହ ବିମାନବନ୍ଦର ଅଭିମୁଖେ ଯାଇଥିଲେ। ରାଷ୍ଟ୍ରପତିଙ୍କ ସୁରକ୍ଷା ପାଇଁ ୪୦ ପ୍ଲାଟୁନ୍‌ ପୋଲିସ ଫୋର୍ସ ଖୋର୍ଦ୍ଧା ଏବଂ ବାଣୀବିହାରରେ ମୁତୟନ ହୋଇଥିଲେ। ଏଥିସହ ରାଷ୍ଟ୍ରପତି ଯିବା ରୁଟ୍‌ରେ ଟ୍ରାଫିକ ପୋଲିସ ନିୟୋଜିତ ହେବା ସହ ପୋଲିସ ଜଗି ରହିଥିଲେ। ଭୁବନେଶ୍ୱର ଡିସିପି ଅନୁପ ସାହୁଙ୍କ ସମେତ ଖୋର୍ଦ୍ଧା ଏସ୍‌ପି ଅଜେୟ କୁମାର ସ୍ବାଇଁ ଏହି ସୁରକ୍ଷା ବ୍ୟବସ୍ଥାର ତଦାରଖ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଧର୍ମେନ୍ଦ୍ରଙ୍କୁ ପାଣ୍ଡିଆନଙ୍କ ଡାଇରେକ୍ଟ ଆଟାକ୍‌, କହିଲେ…

ଭୁବନେଶ୍ୱର,୨୬।୪: ଉମରକୋଟ ଓ ଝରିଗାଁରେ ଜୋରଦାର ପ୍ରଚାର କରିଛନ୍ତି ବିଜୁ ଜନତା ଦଳର ନେତା କାର୍ତ୍ତିକ ପାଣ୍ଡିଆନ । ନବରଙ୍ଗପୁର ଲୋକ ସଭା ନିର୍ବାଚନ ମଣ୍ଡଳୀର...

ଭାଜପାରେ ମିଶିବା ପରେ ଏମିତି କହିଲେ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେବା ପରେ ସୋର ବିଧାୟକ ପର୍ଶୁରାମ ଧଡ଼ା ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ମୋଦିଙ୍କ ନେତୃତ୍ୱରେ ଭାରତ ବିକଶିତ ରାଷ୍ଟ୍ର...

ଆହୁରି ୫ଦିନ ଅଣାୟତ ହେବ ତାତି, ଘରୁ ବାହାରିଲେ…

ଭୁବନେଶ୍ୱର,୨୬।୪: ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ ଆହୁରି...

VIDEO: ଅଟୋ ଚଳାଇ, ଆଖୁ ପେଡ଼ି ପ୍ରଚାର କଲେ ବିଜେଡି ଏମ୍‌ପି ପ୍ରାର୍ଥୀ ମନ୍ମଥ

ଭୁବନେଶ୍ବର, ୨୬।୪: ବିଜେଡି ଟିକେଟ୍‌ରେ ଭୁବନେଶ୍ବର ଲୋକ ସଭା ଆସନରୁ ପ୍ରାର୍ଥୀ ହୋଇଥିବା ମନ୍ମଥ ରାଉତରାୟ ନିର୍ବାଚନ ପାଇଁ ଜେରଦାର ପ୍ରଚାର କରୁଛନ୍ତି। ଏହି ସମୟରେ...

ଜଙ୍ଗଲରେ ନିଆଁ ଲଗାଇ କରୁଥିଲେ ବନ୍ୟଜନ୍ତୁ ଶିକାର: ମାଡ଼ିବସିଲା ବନ ବିଭାଗ

ଦାରିଙ୍ଗବାଡି,୨୬।୪(ଅରୁଣ ସାହୁ): ଜଙ୍ଗଲରେ ନିଆଁ ଲଗାଇ ଧ୍ବଂସ କରିବା ଏବଂ ଗରମରେ ବନ୍ୟଜନ୍ତୁ ଆଉଟୁପାଉଟୁ ହୋଇ ପାଣି ପିଇବାକୁ ଆସିବା ବେଳେ ଶିକାର କରୁଥିବା ୩ଜଣ...

ସାନଖେମୁଣ୍ଡି ବିଧାନସଭା ପାଇଁ ନାମାଙ୍କନ ପତ୍ର ଦାଖଲ କଲେ ବିଜେଡି ପ୍ରାର୍ଥିନୀ ସୁଶ୍ରୀ

ଛତ୍ରପୁର ୨୬। ୪ (ଦିଲ୍ଲୀପ କୁମାର ସାମଲ) : ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ଆଜିଠାରୁ ନାମଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ...

ମୁଖ୍ୟମନ୍ତ୍ରୀ ୨ଟି ଆସନରୁ ଲଢ଼ିବା ପ୍ରସଙ୍ଗରେ ଭାଜପା ନେତାଙ୍କ ଟାର୍ଗେଟ୍‌, କହିଲେ ପାଣ୍ଡିଆନଙ୍କୁ ପଛଦ୍ବାର ବାଟେ…

ଭୁବନେଶ୍ବର, ୨୬।୪: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଇଟି ଆସନରୁ ଲଢ଼ିବା ପ୍ରସଙ୍ଗରେ ଭାଜପା ନେତା ସମୀର ମହାନ୍ତି ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି, ଗୁମାସ୍ତା, ରିମୋଟ୍‌...

ଉମରକୋଟରେ ପାଣ୍ଡିଆନଙ୍କ ହେଲିକପ୍ଟର ଯାଞ୍ଚ କଲା ପୋଲିସ

ଭୁବନେଶ୍ବର, ୨୬।୪: ଉମରକୋଟରେ ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ହେଲିକପ୍ଟର ଯାଞ୍ଚ କରିଛନ୍ତି ମାଜିଷ୍ଟ୍ରେଟ ଓ ପୋଲିସ। ପ୍ରଚାର ପାଇଁ ଯାଇଥିବା ବେଳେ ହେଲିକପ୍ଟର ହୋଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri