ରାଜଭବନ ୟୁ.ପି. ସ୍କୁଲରେ ବନ ମହୋତ୍ସବ: ସମସ୍ତ ଛାତ୍ରୀଛାତ୍ରଙ୍କୁ ବୃକ୍ଷରୋପଣ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

ଭୁବନେଶ୍ୱର,୩।୭(ବ୍ୟୁରୋ): ସ୍ଥାନୀୟ ରାଜଭବନ ୟୁ.ପି. ସ୍କୁଲରେ ବୁଧବାର ରାଜ୍ୟସ୍ତରୀୟ ବନମହୋତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗଦେଇ ଛାତ୍ରୀଛାତ୍ରମାନଙ୍କୁ ବହୁ ସଂଖ୍ୟାରେ ବୃକ୍ଷରୋପଣ କରିବାକୁ ପରାମର୍ଶ ଦେଇଛନ୍ତି।

କାର୍ଯ୍ୟକ୍ରମରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ, ଗଛ ହିଁ ଜୀବନ। ବୃକ୍ଷ ରହିଲେ ପରିବେଶ ସୁସ୍ଥ ରହିବ। ବାତ୍ୟା ‘ଫନୀ’ ଯୋଗୁ ରାଜ୍ୟର ଉପକୂଳ ଅଞ୍ଚଳରେ ବହୁତ କ୍ଷତି ହୋଇଛି। ୨୨ଲକ୍ଷ ଗଛ ନଷ୍ଟ ହୋଇଛି। ଏହାକୁ ନେଇ ଚଳିତ ବର୍ଷ ୮୦ଲକ୍ଷ ବୃକ୍ଷରୋପଣ କରାଯିବାର ଯୋଜନା କରାଯାଇଛି। ଏଥିସହ ୫୦ହଜାର ଚାରା ବିଭିନ୍ନ ସଂସ୍ଥା ଏବଂ ଜନସାଧାରଣଙ୍କୁ ମାଗଣାରେ ଦିଆଯିବ। ସେହିଭଳି ବର୍ଷା ଋତୁରେ ରାଜ୍ୟ ଜଙ୍ଗଲ ବିଭାଗ ୬କୋଟି ଗଛ ଲଗାଇବାକୁ ଯୋଜନା କରିଥିବା ବେଳେ ୪ କୋଟି ଗଛ ବିଭିନ୍ନ ସଂସ୍ଥା, ଶିକ୍ଷା ସଂସ୍ଥା ଓ ଜନସାଧାରଣଙ୍କୁ ଦିଆଯିବ। ଏଣୁ ଏହି କାର୍ଯ୍ୟକ୍ରମରେ ଜନସାଧାରଣଙ୍କ ସମେତ ସମସ୍ତ ଛାତ୍ରୀଛାତ୍ର ସାମିଲ ହୁଅନ୍ତୁ। ଓଡ଼ିଶାକୁ ସବୁଜ ସୁନ୍ଦର କରିବା ଦିଗରେ ସହାୟକ ହୁଅନ୍ତୁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ତେବେ ମହୋତ୍ସବରେ ଉଲ୍ଲେଖନୀୟ କାର୍ଯ୍ୟ ନିମନ୍ତେ ବିଭିନ୍ନ ବନ ସଂରକ୍ଷଣ ସମିତି ଏବଂ ବିଭିନ୍ନ ପ୍ରତିଯୋଗିତାରେ କୃତୀ ପ୍ରତିଯୋଗୀ ଛାତ୍ରୀଛାତ୍ରଙ୍କୁ ପୁରସ୍କାର ପ୍ରଦାନ କରିଥିଲେ। କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ବିଜ୍ଞାନ ଓ ପ୍ରଯୁକ୍ତି ମନ୍ତ୍ରୀ ଅଶୋକ ପଣ୍ଡା, ଭୁବନେଶ୍ୱର ମଧ୍ୟମ ବିଧାୟକ ଅନନ୍ତ ନାରାୟଣ ଜେନା, ଭୁବନେଶ୍ୱର ଉତ୍ତର ବିଧାୟକ ସୁଶାନ୍ତ ରାଉତ ପ୍ରମୁଖଙ୍କ ସମେତ ଅନ୍ୟ ବରିଷ୍ଠ ଅଧିକାରୀମାନେ ଯୋଗ ଦେଇଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ବଉଳ ଗଛ ଲଗାଇବା ସହ ଚାରା ବଣ୍ଟନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?