ଜଳେଶ୍ୱର, ୧୩ା୨(ଡି.ଏନ୍.ଏ.): ଗତ ୪ ମାସ ତଳେ ମୁଖ୍ୟମନ୍ତ୍ରୀ ଓଡ଼ିଶା ମାଟିରୁ ଚୁକ୍ତିଭିତ୍ତିକ ଯୁଗ ଶେଷ ହେଲା ବୋଲି ଘୋଷଣା କରିଥିବା ବେଳେ ରାଜ୍ୟର ପ୍ରାଥମିକ ବିଦ୍ୟାଳୟଗୁଡିକରେ କାର୍ଯ୍ୟରତ ପ୍ରାୟ ୧୩ହଜାର କନିଷ୍ଠ ଶିକ୍ଷକ, ଶିକ୍ଷୟିତ୍ରୀ ଚୁକ୍ତିଭିତ୍ତିରେ ଓ ସ୍ବଳ୍ପ ଦରମାରେ ଥିବାରୁ ସେମାନଙ୍କୁ ସରକାରୀ ଘୋଷଣା କରିବାକୁ ଦାବି ହୋଇଛି। ରବିବାର ଜଳେଶ୍ୱର ଶାଖା ପକ୍ଷରୁ ଆୟୋଜିତ ଖବରଦାତା ସମ୍ମିଳନୀରେ ଏହି ଶିକ୍ଷକମାନଙ୍କୁ ଚୁକ୍ତିଭିତ୍ତିକ ପ୍ରଥାରୁ ମୁକ୍ତି କରିବା ଦାବି କରି ପୋଷ୍ଟକାର୍ଡ ଜରିଆରେ ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡିଛନ୍ତି ା
ଗତ ୧୫ା୧୦ା୨୨ରେ ରାଜ୍ୟ ସରକାର ସବୁ ବିଭାଗର ଚୁକ୍ତି ଭିତ୍ତିକ କର୍ମଚାରୀଙ୍କୁ ନିୟମିତ କରିବା ଘୋଷଣା କରିଥିଲେ। ଅଦ୍ୟାବଧି ମୋଟ ୭୦ହଜାର ଚୁକ୍ତିଭିତ୍ତିକଙ୍କ ମଧ୍ୟରୁ ୧୩୮୦୦ କନିଷ୍ଠ ଶିକ୍ଷକ ସେଥିରେ ସାମିଲ ହୋଇ ନ ଥିବା ଜଳେଶ୍ୱର ବ୍ଲକ ସଭାପତି ଲକ୍ଷ୍ମୀନାରାୟଣ ଦାସ ଓ ସମ୍ପାଦକ ସୌଭାଗ୍ୟ କର ଖବରଦାତା ସମ୍ମିଳନୀରେ ଘୋଷଣା କରିଛନ୍ତି ା ହାଇସ୍କୁଲରେ କାର୍ଯ୍ୟରତ ଶିକ୍ଷକମାନେ ରେଗୁଲାର ହୋଇଥିବା ବେଳେ ପ୍ରାଥମିକ ଶିକ୍ଷକ (ଚୁକ୍ତିଭିତ୍ତିକ)ଙ୍କୁ ରେଗୁଲାର କରାଯାଇ ନ ଥିବାରୁ କ୍ଷୋଭ ପ୍ରକାଶ ପାଇଛି ା ସମଗ୍ର ବାଲେଶ୍ୱର ଜିଲାରେ ୩୨୦ଶିକ୍ଷକ ଏପରି ଥିବା ବେଳେ ଜଳେଶ୍ୱରର ୩୦ ଶିକ୍ଷୟିତ୍ରୀ ଶିକ୍ଷକ ପୋଷ୍ଟକାର୍ଡ ଜରିଆରେ ମୁଖ୍ୟମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ବିଦ୍ୟାଳୟ ଚାରିକାନ୍ଥ ମଧ୍ୟରେ ବିଭିନ୍ନ ବର୍ଗର ଶିକ୍ଷକ ରହିଥିବା ଓ ସେମାନଙ୍କ ମଧ୍ୟରୁ କେତେକଙ୍କୁ ସ୍ବଳ୍ପ ବେତନ ଦିଆଯାଉଥିବାରୁ ଶିକ୍ଷାଦାନରେ ମାନସିକତାରେ ବ୍ୟାଘାତ ସୃଷ୍ଟି ହେଉଥିବା ସେମାନେ କହିଛନ୍ତି। ଏହି ଖବରଦାତା ସମ୍ମିଳନୀରେ ଶୁଭଶ୍ରୀ ପାତ୍ର, ବ୍ରଜେଶ୍ୱର ପ୍ରମାଣିକ ଓ ରାମକୃଷ୍ଣ ଘୋଷ ପ୍ରମୁଖ କର୍ମକର୍ତ୍ତା ଉପସ୍ଥିତ ଥିଲେ ା
Posted inଆମ ଜିଲା ଖବର, ବାଲେଶ୍ୱର View All
ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍; ଡାକ୍ତରୀ ଛାତ୍ରୀ ଗୁରୁତର
ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…
ପ୍ରେମ ବିବାହ କରିଥିବା ଯୁବକଙ୍କୁ ଅପହରଣ, ବାପାଙ୍କ ନାଁରେ ଥାନାରେ ଏତଲା ଦେଲେ ଝିଅ
ତୁମୁଡିବନ୍ଧ,୧୪ା୨(ଦୀପକ କୁମାର ପରାସେଠ)- ଭଲପାଇ ପ୍ରେମ ବିବାହ କରିଥିବା ଜଣେ ଯୁବକଙ୍କୁ ଅପହରଣ କରାଯାଇଛି। କନ୍ଧମାଳ ଜିଲାର ଏହି ଯୁବକ ପୁରୀ ଜିଲାର ଏକ ଗ୍ରାମରେ ଡାକ…
ଏପିଓଙ୍କୁ ତାଗିଦ କରିବାରୁ ବିଡିଓଙ୍କ ନାମରେ ଏତଲା, ତଦନ୍ତ ନିର୍ଦ୍ଦେଶ ଦେଲେ ଗଞ୍ଜାମ ଜିଲାପାଳ
ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁ ଦୀର୍ଘଦିନ ହେଲା କାର୍ଯ୍ୟରେ ଅବହେଳା କରିଆସୁଛନ୍ତି।ନିଶାସକ୍ତ…
୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ
ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮ ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…
ନାଇକସାହିରେ ବ୍ୟାପୁଛି ଜଣ୍ଡିସ: ୯ ବର୍ଷୀୟ ଶିଶୁ ମୃତ,ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ…
ବଞ୍ଚୋ, ୧୪ା୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଞ୍ଚୋ ପଞ୍ଚାୟତର ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଶୁକ୍ରବାର ୯ବର୍ଷୀୟ…
୮୦ ଲକ୍ଷ ବ୍ୟୟରେ ନିର୍ମିତ ପାନୀୟଜଳ ପ୍ରକଳ୍ପ ଅଚଳ, ଆନ୍ଦୋଳନ କରିବାକୁ ଚେତାବନୀ ଦେଲେ…
ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ଫାସିବନ୍ଧ ଗ୍ରାମରେ ଗତ ୨୦୧୯-୨୦ ଆର୍ଥିକ ବର୍ଷରେ ବସୁଧା ଯୋଜନାରେ ପ୍ରାୟ ୮୦…
ଓଡ଼ିଶା ସୀମାନ୍ତ ଗ୍ରାମରେ ଆନ୍ଧ୍ର ପକ୍ଷରୁ କିଷାନ କାର୍ଡ ଲାଗି ଚାଲିଛି ସର୍ଭେ, ହାତ ବାନ୍ଧି ବସିଛି ପଟ୍ଟାଙ୍ଗି ବ୍ଲକ ପ୍ରଶାସନ
ପଟ୍ଟାଙ୍ଗି,୧୪।୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ତଥା ଓଡିଶା ଅଧୀନରେ ରହିଥିବା କୋଟିଆ ପଞ୍ଚାୟତର ସୀମାନ୍ତ ମାଡକାର ଗ୍ରାମରେ ପଡୋଶୀ ଆନ୍ଧ୍ର କରୁଛି ପିଏମ୍…
କେନ୍ଦୁଝର ଜିଲାରେ ବ୍ୟାପୁଛି ଜଣ୍ଡିସ
ବଞ୍ଚୋ,୧୪।୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅଧୀନ ବଞ୍ଚୋ ପଞ୍ଚାୟତ ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରେ ଲାଗିଛି। ଏନେଇ ଗ୍ରାମବାସୀ ଭୟଭିତ ହୋଇପଡିଛନ୍ତି। ଅନ୍ୟପକ୍ଷେ…
Archives

