ରାଜରାସ୍ତାକୁ ଓହ୍ଲାଇବେ ଜୁନିୟର ଶିକ୍ଷକ

ଜଳେଶ୍ୱର, ୧୩ା୨(ଡି.ଏନ୍‌.ଏ.): ଗତ ୪ ମାସ ତଳେ ମୁଖ୍ୟମନ୍ତ୍ରୀ ଓଡ଼ିଶା ମାଟିରୁ ଚୁକ୍ତିଭିତ୍ତିକ ଯୁଗ ଶେଷ ହେଲା ବୋଲି ଘୋଷଣା କରିଥିବା ବେଳେ ରାଜ୍ୟର ପ୍ରାଥମିକ ବିଦ୍ୟାଳୟଗୁଡିକରେ କାର୍ଯ୍ୟରତ ପ୍ରାୟ ୧୩ହଜାର କନିଷ୍ଠ ଶିକ୍ଷକ, ଶିକ୍ଷୟିତ୍ରୀ ଚୁକ୍ତିଭିତ୍ତିରେ ଓ ସ୍ବଳ୍ପ ଦରମାରେ ଥିବାରୁ ସେମାନଙ୍କୁ ସରକାରୀ ଘୋଷଣା କରିବାକୁ ଦାବି ହୋଇଛି। ରବିବାର ଜଳେଶ୍ୱର ଶାଖା ପକ୍ଷରୁ ଆୟୋଜିତ ଖବରଦାତା ସମ୍ମିଳନୀରେ ଏହି ଶିକ୍ଷକମାନଙ୍କୁ ଚୁକ୍ତିଭିତ୍ତିକ ପ୍ରଥାରୁ ମୁକ୍ତି କରିବା ଦାବି କରି ପୋଷ୍ଟକାର୍ଡ ଜରିଆରେ ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡିଛନ୍ତି ା
ଗତ ୧୫ା୧୦ା୨୨ରେ ରାଜ୍ୟ ସରକାର ସବୁ ବିଭାଗର ଚୁକ୍ତି ଭିତ୍ତିକ କର୍ମଚାରୀଙ୍କୁ ନିୟମିତ କରିବା ଘୋଷଣା କରିଥିଲେ। ଅଦ୍ୟାବଧି ମୋଟ ୭୦ହଜାର ଚୁକ୍ତିଭିତ୍ତିକଙ୍କ ମଧ୍ୟରୁ ୧୩୮୦୦ କନିଷ୍ଠ ଶିକ୍ଷକ ସେଥିରେ ସାମିଲ ହୋଇ ନ ଥିବା ଜଳେଶ୍ୱର ବ୍ଲକ ସଭାପତି ଲକ୍ଷ୍ମୀନାରାୟଣ ଦାସ ଓ ସମ୍ପାଦକ ସୌଭାଗ୍ୟ କର ଖବରଦାତା ସମ୍ମିଳନୀରେ ଘୋଷଣା କରିଛନ୍ତି ା ହାଇସ୍କୁଲରେ କାର୍ଯ୍ୟରତ ଶିକ୍ଷକମାନେ ରେଗୁଲାର ହୋଇଥିବା ବେଳେ ପ୍ରାଥମିକ ଶିକ୍ଷକ (ଚୁକ୍ତିଭିତ୍ତିକ)ଙ୍କୁ ରେଗୁଲାର କରାଯାଇ ନ ଥିବାରୁ କ୍ଷୋଭ ପ୍ରକାଶ ପାଇଛି ା ସମଗ୍ର ବାଲେଶ୍ୱର ଜିଲାରେ ୩୨୦ଶିକ୍ଷକ ଏପରି ଥିବା ବେଳେ ଜଳେଶ୍ୱରର ୩୦ ଶିକ୍ଷୟିତ୍ରୀ ଶିକ୍ଷକ ପୋଷ୍ଟକାର୍ଡ ଜରିଆରେ ମୁଖ୍ୟମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ବିଦ୍ୟାଳୟ ଚାରିକାନ୍ଥ ମଧ୍ୟରେ ବିଭିନ୍ନ ବର୍ଗର ଶିକ୍ଷକ ରହିଥିବା ଓ ସେମାନଙ୍କ ମଧ୍ୟରୁ କେତେକଙ୍କୁ ସ୍ବଳ୍ପ ବେତନ ଦିଆଯାଉଥିବାରୁ ଶିକ୍ଷାଦାନରେ ମାନସିକତାରେ ବ୍ୟାଘାତ ସୃଷ୍ଟି ହେଉଥିବା ସେମାନେ କହିଛନ୍ତି। ଏହି ଖବରଦାତା ସମ୍ମିଳନୀରେ ଶୁଭଶ୍ରୀ ପାତ୍ର, ବ୍ରଜେଶ୍ୱର ପ୍ରମାଣିକ ଓ ରାମକୃଷ୍ଣ ଘୋଷ ପ୍ରମୁଖ କର୍ମକର୍ତ୍ତା ଉପସ୍ଥିତ ଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ନିଜ ଦେହରେ କିରୋସିନ ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

ବାରବାଟୀ-କଟକ ନଚେତ ସାଲେପୁରରୁ ପ୍ରାର୍ଥୀ ହୋଇପାରନ୍ତି ଅରିନ୍ଦମ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଷ୍ଟାର୍‌ ପ୍ରଚାରକ ତାଲିକା ପ୍ରକାଶ ପାଇବା ପରେ ଏବେ ରୋଚକ ମୋଡ ନେବାରେ ଲାଗିଛି କଟକ...

ରୋଚକ ସ୍ଥିତିରେ ତ୍ରିମୁଖୀ ଲଢ଼େଇ

ନୟାଗଡ଼,୨୫।୪(ଲୋକନାଥ ମିଶ୍ର)ନୟାଗଡ଼ ବିଧାନସଭା କ୍ଷେତ୍ରରେ ବିଧାୟକ ଅରୁଣ କୁମାର ସାହୁଙ୍କ ଅପରାଜେୟ ରେକର୍ଡ ଭାଙ୍ଗିବାକୁ ଭାଜପା ଓ କଂଗ୍ରେସ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ଅରୁଣ...

ଭାଜପାରୁ ପ୍ରାର୍ଥୀ ହେବେ ସୌମ୍ୟରଞ୍ଜନ!

ଘସିପୁରା(ନିରଞ୍ଜନ ସାହୁ)/ରାମଚନ୍ଦ୍ରପୁର (ଗଣେଶ୍ୱର ସା),୨୫।୪: କେନ୍ଦୁଝର ଜିଲା ଘଷିପୁରା ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ପୂର୍ବତନ ମନ୍ତ୍ରୀ ତଥା ବିଧାୟକ ବଦ୍ରି ନାରାୟଣ ପାତ୍ରଙ୍କୁ ପ୍ରାର୍ଥୀ କରିଥିବା...

ଖେଳିବା ବୟସରେ ହାତରେ ଭିକ୍ଷାଥାଳ

ରାଉରକେଲା,୨୫ା୪(ବିପ୍ଲବ ରଞ୍ଜନ ଦାଶ)ରାଉରକେଲାର ପ୍ରସିଦ୍ଧ ବେଦବ୍ୟାସ ପୀଠରେ କୋମଳମତି ପିଲାମାନେ ଭିକ୍ଷାଥାଳ ଧରି ଭିକ୍ଷାବୃତ୍ତି କରୁଛନ୍ତି। ଚିନ୍ତାର ବିଷୟ, ଯେଉଁ କୋମଳମତି ଶିଶୁମାନେ ଭିକ୍ଷାବୃତ୍ତି କରୁଛନ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri