Posted inଖେଳ

ରାଜସ୍ଥାନର ୫ମ ବିଜୟ

ଜୟପୁର, ୨୮।୫- ବୋଲରଙ୍କ ଆକର୍ଷଣୀୟ ପ୍ରଦର୍ଶନ ପରେ ଲିଆମ ଲିଭିଙ୍ଗଷ୍ଟୋନ ଓ ସଞ୍ଜୁ ସାମସନଙ୍କ ବିସ୍ଫୋରକ ବ୍ୟାଟିଂ ସହାୟତାରେ ରାଜସ୍ଥାନ ରୟାଲ୍ସ ଇଣ୍ଡିଆନ ପ୍ରିମିୟର ଲିଗ୍‌ର ଶନିବାର ଅନୁଷ୍ଠିତ ମ୍ୟାଚରେ ସନ୍‌ରାଇଜର୍ସ ହାଇଦ୍ରାବାଦକୁ ୭ ଉଇକେଟରେ ପରାସ୍ତ କରିଛି। ସନ୍‌ରାଇଜର୍ସ ପକ୍ଷରୁ ଧାର୍ଯ୍ୟ ୧୬୧ ରନ ବିଜୟ ଲକ୍ଷ୍ୟକୁ ରାଜସ୍ଥାନ ୧୯.୧ ଓଭରରେ ୩ ଉଇକେଟ ହରାଇ ହାସଲ କରି ନେଇଥିଲା। ୧୨ ମ୍ୟାଚରୁ ୫ମ ବିଜୟ ସହ ରାଜସ୍ଥାନ ପଏଣ୍ଟ ଟେବୁଲର ୬ଷ୍ଠ ସ୍ଥାନକୁ ଉନ୍ନୀତ ହୋଇଛି। ଅନ୍ୟପକ୍ଷରେ ୧୧ ମ୍ୟାଚରୁ ୬ଷ୍ଠ ପରାଜୟ ବରଣ କରି ସନ୍‌ରାଇଜର୍ସ ୧୦ ପଏଣ୍ଟରେ ସ୍ଥିର ରହିଛି।

ଟସ୍‌ ହାରି ପ୍ରଥମେ ବ୍ୟାଟିଂ ଆମନ୍ତ୍ରଣ ପାଇଥିବା ସନ୍‌ରାଇଜର୍ସ ଡେଭିଡ ଓ୍ବାର୍ନର ଓ ମନୀଷ ପାଣ୍ଡେଙ୍କ ଉପଯୋଗୀ ଇନିଂସ ସହାୟତାରେ ୧୬୦ ରନର ସମ୍ମାନଜନକ ସ୍କୋର କରି ପାରିଥିଲା। ମିଡଲ ଅର୍ଡର ଓ ଲୋୟର ଅର୍ଡର ବ୍ୟାଟିଂ ବିଫଳତା ଦଳପାଇଁ ମହଙ୍ଗା ପଡ଼ିଥିଲା। ଓ୍ବାର୍ନର ୩୨ ବଲ୍‌ରୁ ୩୭ ରନ କରିଥିବାବେଳେ ମନୀଷ ୩୬ ବଲ୍‌ରୁ ୯ ଚୌକା ସହାୟତାରେ ସର୍ବାଧିକ ୬୧ ରନ କରିଥିଲେ। ରାଜସ୍ଥାନ ବୋଲରଙ୍କ ମଧ୍ୟରେ ବରୁଣ ଆରୋନ, ଓଶାନେ ଥୋମାସା, ଶ୍ରେୟାସ ଗୋପାଳ ଓ ଜୟଦେବ ଉନାଡ଼କଟ ୨ଟି ଲେଖାଏ ଉଇକେଟ ନେଇଥିଲେ।

ଅଜିଙ୍କ୍ୟ ରାହାନେ ଓ ଲିଆମ ଲିଭିଙ୍ଗଷ୍ଟୋନ ଓପନିଂ ଯୋଡ଼ିରେ ୭୮ ରନ ସଂଗ୍ରହ କରି ରାଜସ୍ଥାନ ରୟାଲ୍ସ ବିଜୟ ପାଇଁ ପ୍ଲାଟ୍‌ଫର୍ମ ପ୍ରସ୍ତୁତ କରିଥିଲେ। ରାହାନେ ୩୪ ବଲ୍‌ରୁ ୩୯(୪ ଚୌକା, ୧ ଛକା) ରନ କରି ଆଉଟ ହୋଇଥିବାବେଳେ ଲିଭିଙ୍ଗଷ୍ଟୋନ ଖେଳିଥିଲେ ବିସ୍ଫୋରକ ଇନିଂସ। ସେ ୨୬ ବଲ୍‌ରୁ ୪ ଚୌକା ଓ ୩ ଛକା ସହାୟତାରେ ୪୪ ରନ କରି ଆଉଟ ହୋଇଥିଲେ। ମିଡଲ ଅର୍ଡରରେ ଅଧିନାୟକ ଷ୍ଟିଭେନ ସ୍ମିଥ(୧୬ ବଲ୍‌ରୁ ୨୨) ବିଶେଷ ସଫଳ ହୋଇ ନ ଥିଲେ ହେଁ ସାମସନ ଦ୍ରୁତ ହାରରେ ରନ ସଂଗ୍ରହ କରି ଦଳକୁ ବିଜୟୀ କରାଇଥିଲେ। ସେ ୩୨ ବଲ୍‌ରୁ ୪ ଚୌକା ଓ ୧ ଛକା ସହାୟତାରେ ୪୮ ରନ କରି ଅପରାଜିତ ରହିଥିଲେ। ସନ୍‌ରାଇଜର୍ସ ପକ୍ଷରୁ ଶାକିବ ଅଲ୍‌ ହାସନ, ରଶିଦ ଖାଁ, ଖଲିଲ ଅହମଦ ଗୋଟିଏ ଲେଖାଏ ଉଇକେଟ ପାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଚତୁର୍ଥ ଅମ୍ପାୟାରଙ୍କ ଯୋଗୁ ହାରିଗଲା ଦିଲ୍ଲୀ? ଜିତିଲା ଚେନ୍ନାଇ, ଜୋରଦାର ଯୁକ୍ତିତର୍କ…

ଚେନ୍ନାଇ,୧୨।୪: ଶନିବାର ଚେନ୍ନାଇର ଏମ୍‌.ଏ. ଚିଦାମ୍ବରମ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗସ (CSK) ଘରୋଇ ଗ୍ରାଉଣ୍ଡରେ ଦିଲ୍ଲୀ କ୍ୟାପିଟାଲ୍ସ (DC)…

କମ୍‌ବ୍ୟାକ୍‌ ଅଫ୍‌ ସଞ୍ଜୁ: ୪୦୦ ଛକାର ରେକର୍ଡ ସହ ମାରିଲେ ଶତକ, ୫ ବର୍ଷର ଅପେକ୍ଷାରେ…

ଚେନ୍ନାଇ,୧୧।୪: ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ସଞ୍ଜୁ ସାସମନଙ୍କ ଜବରଦସ୍ତ ପ୍ରଦର୍ଶନ ଦେଖିବାକୁ ମିଳିଛି। ଚେନ୍ନାଇ ସୁପର କିଙ୍ଗସର ଏହି ଉଇକେଟକିପର ବ୍ୟାଟର୍‌ ଚେପକ୍‌ ଷ୍ଟାଡିୟମରେ ଦିଲ୍ଲୀ…

ସଞ୍ଜୁ ସାମସନଙ୍କ ବିସ୍ଫୋରକ ଶତକ: ଦିଲ୍ଲୀ ଆଗରେ ୨୧୩ ରନର ବିଶାଳ ଟାର୍ଗେଟ

ଚେନ୍ନାଇ,୧୧ା୪: ଚଳିତ ଆଇପିଏଲ୍‌ରେ ଶନିବାର ସନ୍ଧ୍ୟାରେ ଖେଳାଯାଇଥିବା ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ଓ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ପରସ୍ପରକୁ ଭେଟିଛନ୍ତି। ପ୍ରଥମେ ବ୍ୟାଟିଂ କରିଥିବା…

ହାର୍ଦ୍ଦିକଙ୍କ ପରେ ଜାଡେଜା ହାସଲ କଲେ ଏହି ମାଇଲଖୁଣ୍ଟ

ଗୁଆହାଟୀ,୧୧ା୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ବିପକ୍ଷ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (ଆର୍‌ଆର୍‌) ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ଏକ ମାଇଲଖୁଣ୍ଟ ହାସଲ କରିଛନ୍ତି। ସେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ…

ହାଇଦ୍ରାବାଦ୍‌କୁ ହରାଇ ପଞ୍ଜାବର ତୃତୀୟ ବିଜୟ

ଚଣ୍ଡିଗଡ଼,୧୧ା୪: ଅଧିନାୟକ ଶ୍ରେୟସ ଆୟାରଙ୍କ ଅପରାଜିତ ୬୯ ରନର ଇନିଂସ ବଳରେ ପଞ୍ଜାବ କିଙ୍ଗ୍ସ ଏକ ହାଇସ୍କୋରିଂ ଆଇପିଏଲ୍‌ ମ୍ୟାଚ୍‌ରେ ସନରାଇଜର୍ସ ହାଇଦ୍ରାବାଦ୍‌କୁ ପରାସ୍ତ କରିଛି। ପଞ୍ଜାବର…

ଭାରତକୁ ମିଳିଲା ୧୩ ସ୍ବର୍ଣ୍ଣ ପଦକ

ଶିମ୍‌ଲା, ୧୧ା୪: ଭାରତୀୟ ଟେବୁଲ ଟେନିସ ଖେଳାଳି ସାଉଥ ଏସିଆନ ୟୁଥ୍‌ ଟେବୁଲ ଟେନିସ ଚାମ୍ପିୟନଶିପ୍‌ରେ ଆଧିପତ୍ୟ ବିସ୍ତାର କରି ସମସ୍ତ କାଟେଗୋରିରେ ମୋଟ ୧୩ ସ୍ବର୍ଣ୍ଣ…

ଗୋଟିଏ IPL ମ୍ୟାଚ ଖେଳି ଏତେ ଟଙ୍କା ରୋଜଗାର କରନ୍ତି ବୈଭବ, ଜାଣିଲେ ଉଡିଯିବ ହୋସ୍‌

ନୂଆଦିଲ୍ଲୀ,୧୧।୪: ଆଇପିଏଲ ୨୦୨୬ର ୧୬ ତମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ଆରସିବିକୁ ୬ ଉଇକେଟ୍‌ରେ ପରାସ୍ତ କରି ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଛି। ରାଜସ୍ଥାନ ରୟାଲ୍ସର ପ୍ରତିନିଧିତ୍ୱ କରୁଥିବା…

ବୈଭବ ସୂର୍ଯ୍ୟବଂଶୀଙ୍କ ପାଇଁ ସ୍ବତନ୍ତ୍ର ବାର୍ତ୍ତା ଲେଖିଲେ କୋହଲି, ୨ଟି ଶବ୍ଦରେ କହିଦେଲେ…

ନୂଆଦିଲ୍ଲୀ,୧୧।୪: ବିଶ୍ୱର ପ୍ରସିଦ୍ଧ ବୋଲରଙ୍କ ବିରୋଧରେ ମଧ୍ୟ ପ୍ରଥମ ବଲରୁ ଷ୍ଟ୍ରାଇକ କରିବାର କ୍ଷମତା ପାଇଁ ବୈଭବ ସୂର୍ଯ୍ୟବଂଶୀଙ୍କୁ ବ୍ୟାପକ ପ୍ରଶଂସା ମିଳୁଛି। ଏହି ବ୍ୟାଟସମ୍ୟାନଙ୍କୁ ଦେଖିଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri