ରାଜସ୍ଥାନ ହାଇକୋର୍ଟଙ୍କ ନିର୍ଦ୍ଦେଶ; ଅପାଠୁଆଙ୍କୁ ମିଳିବନି ଡ୍ରାଇଭିଂ ଲାଇସେନ୍ସ

ଜୟପୁର,୩୦-୫: ରାଜସ୍ଥାନ ହାଇକୋର୍ଟ ଅପାଠୁଆ ଡ୍ରାଇଭରଙ୍କୁ ଡ୍ରାଇଭିଂ ଲାଇସେନ୍ସ ଜାରି ନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଜଣିକିଆ ଖଣ୍ଡପୀଠ ତାଙ୍କ ନିର୍ଦ୍ଦେଶରେ କହିଛନ୍ତି ଯେ, ରାସ୍ତା କଡରେ ଦର୍ଶାଯାଇଥିବା ନିର୍ଦ୍ଦେଶ, ସାଇନ୍‌ ବୋର୍ଡ ଅଥବା ସତର୍କ ଚେତାବନୀ ପଢି ପାରୁ ନ ଥିବା ଡ୍ରାଇଭର ପଥଚାରୀଙ୍କ ଲାଗି ବିପଦ ହେଉଛନ୍ତି ଏବଂ ସେମାନଙ୍କର କ୍ଷତି ପହଞ୍ଚାଉଛନ୍ତି। ଜଷ୍ଟିସ୍‌ ସଞ୍ଜୀବ ପ୍ରକାଶ ଶର୍ମା ନିଜର ୨ ପୃଷ୍ଠିଆ ଆଦେଶରେ କହିଛନ୍ତି ଯେ, ମୋଟର ବାହନ ନିୟମ କେବଳ ଲାଇସେନ୍ସ ପାଇବାକୁ ଚାହୁଁଥିବା ବ୍ୟକ୍ତିଙ୍କ ପାଇଁ ହୋଇନାହିଁ। ବରଂ ପଥରେ ଚାଲୁଥିବା ସାଧାରଣ ଜନତାଙ୍କ ପାଇଁ ମଧ୍ୟ ହୋଇଛି। ସେମାନଙ୍କ ଜୀବନର ସୁରକ୍ଷା ପ୍ରତି ଧ୍ୟାନ ଦିଆଯିବା ଜରୁରୀ। ରାଜସ୍ଥାନ ରାଜ୍ୟ ପରିବହନ କର୍ତ୍ତୃପକ୍ଷ ଏ ସଂକ୍ରାନ୍ତରେ ଏକ ଗାଇଡଲାଇନ ଜାରି କରିବାକୁ ବିଚାରପତି ତାଙ୍କ ଆଦେଶରେ ଦର୍ଶାଇଛନ୍ତି। ପଢ଼ିବାରେ ଅକ୍ଷମ ଏଭଳି ଡ୍ରାଇଭରଙ୍କ ବିରୋଧରେ ମଧ୍ୟ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି। ଉକ୍ତ ନିର୍ଦ୍ଦେଶ ଜାରି କରିବା ସହ ଆବେଦନକାରୀ ଦୀପକ ସିଂଙ୍କ ଆବେଦନକୁ ମଧ୍ୟ ବିଚାରପତି ଖାରଜ କରିଦେଇଛନ୍ତି। ଦୀପକ ତାଙ୍କ ଆବେଦନରେ ଦର୍ଶାଇଥିଲେ ଯେ, ତାଙ୍କ ନିକଟରେ ଦୀର୍ଘ ୧୩ ବର୍ଷ ଧରି ଲାଇଟ୍‌ ମୋଟର ଭେହିକିଲ୍‌ ଚଳାଇବାର ଅଭିଜ୍ଞତା ରହିଛି। ତାଙ୍କୁ ହେଭି ଭେହିକିଲ୍‌ ଚଳାଇବା ଲାଗି ଲାଇସେନ୍ସ ପ୍ରଦାନ କରାଯାଉ। କିନ୍ତୁ ଦୀପକ ଅପାଠୁଆ ବୋଲି ମାମଲାର ଶୁଣାଣି ବେଳେ ଜଣାପଡିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Viral Video! ସେଲଫି ନେବା ବେଳେ ମଞ୍ଚ ଉପରେ ରାହୁଲଙ୍କୁ କିସ୍ କରିଦେଲେ ଯୁବତୀ, ଆଉ ତାପରେ…

ମୁମ୍ବାଇ,୨୪।୮: ମହାରାଷ୍ଟ୍ରର ପୁଣେରେ କଂଗ୍ରେସ ଏମପି ତଥା ଲୋକ ସଭା ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଏକ କାର୍ଯ୍ୟକ୍ରମର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି…

ସ୍କୁଲ ଛାତ୍ରୀଛାତ୍ରଙ୍କୁ ନେଉଥିଲେ, ମାଡ଼ି ବସିଲା ପରିବହନ ବିଭାଗ

ବାଙ୍କୀ, ୨୪/୮ (ଶୁଭେନ୍ଦୁ ମହାପାତ୍ର): ଅସୁରକ୍ଷିତ ବସ୍‌ରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ଯାତାୟାତ କରାଯାଉଥିବା ଅଭିଯୋଗରେ କଟକ ପରିବହନ ବିଭାଗ ବାଙ୍କୀ ଅଞ୍ଚଳରୁ ୩ଟି ଗାଡ଼ି ଜବତ କରିଛି।…

ମଙ୍ଗଳବାର ପନିପରିବା ମାର୍କେଟ ବନ୍ଦ ଡାକରା ଦେଲା ଉଠାଦୋକାନୀ ସଂଘ: ସମସ୍ୟା ସମାଧାନ ଦାବି

ଛତ୍ରପୁର, ୨୪।୮ (ଦିଲ୍ଲୀପ ସାମଲ) : ଛତ୍ରପୁର ସହରର ସମସ୍ତ ପନିପରିବା ଦୋକାନ ମଙ୍ଗଳବାର ବନ୍ଦ ନିମନ୍ତେ ଡାକରା ଦିଆଯାଇଛି। ଛତ୍ରପୁର ଉଠାଦୋକାନୀ ସଂଘ ପକ୍ଷରୁ ଦୋକାନୀମାନଙ୍କ…

ନିଶାମୁକ୍ତ ଓଡ଼ିଶା ସହ ସାଇବର ସୁରକ୍ଷା: ଛାତ୍ରୀଛାତ୍ରଙ୍କୁ ପୋଲିସର…

ଛତ୍ରପୁର, ୨୪।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ପ୍ରତିଭା ଆବାସିକ ବିଶ୍ୱବିଦ୍ୟାଳୟ ପରିସରରେ ସୋମବାର ‘ନିଶାମୁକ୍ତ ଓଡ଼ିଶା ଅଭିଯାନ’ ସହ ସାଇବର ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

ମୁନିରଙ୍କୁ ଫୋନ କଲେ ଟ୍ରମ୍ପ: ଯୁଦ୍ଧ ସମ୍ପର୍କରେ ହେଲା ଏମିତି ଆଲୋଚନା

ଓ୍ବାଶିଂଟନ୍‌,୨୪।୮: ଆମେରିକା ଏବଂ ଇରାନ ମଧ୍ୟରେ ବଢ଼ୁଥିବା ସାମରିକ ଏବଂ ରାଜନୈତିକ ଉତ୍ତେଜନା ମଧ୍ୟରେ ପାକିସ୍ତାନର ସେନା ମୁଖ୍ୟ ଫିଲ୍ଡ ମାର୍ଶାଲ ଅସୀମ ମୁନିର ସୋମବାର ତେହେରାନ…

ଏୟାର ବ୍ୟାଗରେ ଗଞ୍ଜେଇ: ବଲାଙ୍ଗୀର ରେଲୱେ ଷ୍ଟେଶନରେ ଅପେକ୍ଷା କରିଥିବା ଯୁବକଙ୍କୁ…

ବଲାଙ୍ଗୀର, ୨୪/୭ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ରେଲୱେ ଷ୍ଟେଶନରୁ ୧୦ କେଜି ଗଞ୍ଜେଇ ରେଲୱେ ସୁରକ୍ଷା ବଳ (ଆରପିଏଫ) ଜବତ କରିଛି। ଏହି ଘଟଣାରେ ଜଣେ…

SIM ବ୍ୟବହାରକାରୀଙ୍କ ପାଇଁ ବଡ଼ ଖବର, ବଦଳିଲା ନିୟମ; ପାଖରେ ଏତିକି ସିମ୍‌ ଥିଲେ ମିଳିବନି…

ନୂଆଦିଲ୍ଲୀ,୨୪।୮: ମୋବାଇଲ ସିମ କାର୍ଡ ନେବା, ବଦଳାଇବା, ଟ୍ରାନ୍ସଫର କରିବା କିମ୍ବା ବନ୍ଦ କରିବାର ନିୟମ ଏବେ ଆହୁରି କଡ଼ା ହୋଇଛି। ନକଲି ସିମ କାର୍ଡ ଓ…

ଚନ୍ଦ୍ରିକାଙ୍କ ପଦଚ୍ୟୁତ ପରେ ସରପଞ୍ଚ ଦାୟିତ୍ୱ ନେଲେ ଦୀପକ: ମୌଳିକ ସମସ୍ୟା ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି

ଦାରିଙ୍ଗବାଡି, ୨୪।୮ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ସରପଞ୍ଚ ସୁଶ୍ରୀ ଚନ୍ଦ୍ରିକା ମଲ୍ଲିକଙ୍କ ଅନାସ୍ଥା ପରେ ନିଜ ପଦ ହରାଇ ବସିଥିଲେ। ତାଙ୍କ ସ୍ଥାନରେ ସୋମବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri