ରାଜସ୍ବ ଗ୍ରାମ ଦାବିରେ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଗ୍ରାମବାସୀ

ନୟାଗଡ଼ ଅଫିସ,୧୯।୧୨: ନୟାଗଡ଼ ଜିଲା ଖଣ୍ଡପଡ଼ା ବ୍ଲକ ରାଣୀପଡ଼ା ପଞ୍ଚାୟତ ବିରିଡିହି ଗ୍ରାମକୁ ରାଜସ୍ବ ଗ୍ରାମ ପ୍ରଦାନ ଦାବି କରାଯାଇଛି। ଏ ନେଇ ଗ୍ରାମବାସୀ ବୁଧବାର ଜିଲାପାଳଙ୍କ ଦ୍ୱାରସ୍ଥ ହୋଇଛନ୍ତି।
ଅଭିଯୋଗ ଅନୁସାରେ, ବିରିଡିହି ଏକ ପଡ଼ାଗ୍ରାମ ହୋଇଥିବା ବେଳେ ଏହା ରାଣୀପଡ଼ା ରାଜସ୍ବ ଗ୍ରାମ ଅଧୀନରେ ରହିଛି। ବିରିଡିହି ଗ୍ରାମରେ ରାଜସ୍ବ ଗ୍ରାମ ପାଇଁ ସମସ୍ତ ଯୋଗ୍ୟତା ରହିଛି। ତେଣୁ ଏହାକୁ ରାଜସ୍ବ ଗ୍ରାମ କରିବା ପାଇଁ ଗ୍ରାମବାସୀ ଦାବି କରିଛନ୍ତି। ବିରିଡିହି ଗ୍ରାମର ୩ ୱାର୍ଡରେ ୮୦୦ରୁ ଊର୍ଦ୍ଧ୍ୱ ଲୋକ ବସବାସ କରୁଛନ୍ତି। ଗ୍ରାମରେ ଶିକ୍ଷା ପାଇଁ ଏକ ବିଦ୍ୟାଳୟ ଥିବା ବେଳେ ସେଠାରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରୀଛାତ୍ର ପଢ଼ୁଛନ୍ତି। ସେହିଭଳି ସ୍ବାସ୍ଥ୍ୟସେବା ଲାଗି ଏକ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ମଧ୍ୟ ରହିଛି। ଏତେସବୁ ସୁବିଧା ସତ୍ତ୍ୱେ ବିରିଡିହି ପଡ଼ା ଭାବେ ରହିଆସିଅଛି। ରାଜସ୍ବ ଗ୍ରାମ ହୋଇ ନ ଥିବାରୁ ପଞ୍ଚାୟତସ୍ତରରେ ହେଉଥିବା ପଲ୍ଲିସଭା ରାଣୀପଡ଼ା ଗ୍ରାମରେ ହେଉଛି। ତେଣୁ ବିରିଡିହି ଗ୍ରାମର ଉନ୍ନୟନ କାର୍ଯ୍ୟଗୁଡ଼ିକ ଠିକ୍‌ ଭାବେ ଉପସ୍ଥାପନ ହୋଇପାରୁନାହିଁ। ପ୍ରତ୍ୟେକ ରାଜସ୍ବ ଗ୍ରାମରେ ଗାଁ କଲ୍ୟାଣ ସମିତି ରହିଥିବା ବେଳେ ବିରିଡିହି ପଡ଼ା ଗ୍ରାମ ହେଉଥିବାରୁ ଗାଁ କଲ୍ୟାଣ ସମିତିରୁ ବଞ୍ଚତ୍ତ ହୋଇଛି। ସେହିଭଳି ବିଭିନ୍ନ ସମୟରେ ଛାତ୍ରୀଛାତ୍ର ବାସିନ୍ଦା ପ୍ରମାଣପତ୍ର ପାଇଁ ଆର୍‌ଆଇ କାର୍ଯ୍ୟାଳୟରେ ଆବେଦନ କଲାବେଳେ ରାଜସ୍ବ ଗ୍ରାମ ରାଣୀପଡ଼ା ରହୁଛି। ଫଳରେ ଅନେକ ସମୟରେ ସମସ୍ୟା ଦେଖାଦେଉଛି। ରାଜସ୍ବ ଗ୍ରାମ ହୋଇ ନ ଥିବାରୁ ବନ୍ୟା ସମୟରେ ନିକଟସ୍ଥ କୁସୁମୀ ନଦୀର ପାଣି ଜମିରେ ପଶି କ୍ଷତି କରୁଥିଲେ ମଧ୍ୟ ସେମାନଙ୍କୁ ସରକାରୀ ସହାୟତା ମିଳୁ ନ ଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ଅନ୍ୟପକ୍ଷେ କିଛି ଅଧିକାରୀ ଉକ୍ତ ଗ୍ରାମକୁ ରାଜସ୍ବ ଗ୍ରାମ କରାଇ ନ ଦେବା ପାଇଁ ଜିଲାପାଳଙ୍କ କାର୍ଯ୍ୟାଳୟରେ ରିପୋର୍ଟ ଦାଖଲ କରିଥିବା ବିଶେଷ ସୂତ୍ରରୁ ଖବର ପାଇ ବୁଧବାର ଗ୍ରାମବାସୀ ଜିଲାପାଳଙ୍କୁ ଭେଟିବାକୁ ଆସିଥିଲେ। ୭ ଦିନ ଭିତରେ ଏହାର ତଦନ୍ତ କରି ବିରିଡିହି ଗ୍ରାମକୁ ରାଜସ୍ବ ଗ୍ରାମ ଘୋଷଣା କରିବା ଲାଗି ବିଭାଗକୁ ସୁପାରିସ କରିବା ପାଇଁ ଗ୍ରାମବାସୀ ଜିଲାପାଳଙ୍କୁ ଅନୁରୋଧ କରିଛନ୍ତି। ଆଗାମୀ ଦିନରେ ଯଦି ବିରିଡିହି ଗ୍ରାମକୁ ରାଜସ୍ବ ଗ୍ରାମ ଭାବେ ଘୋଷଣା କରା ନ ଯାଏ ତାହା ହେଲେ ଆସନ୍ତା ୨୬ ତାରିଖରେ ଗ୍ରାମବାସୀ ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଅନଶନରେ ବସିବେ ବୋଲି ଚେତାବନୀ ଦେଇଛନ୍ତି। ଗ୍ରାମ ସଭାପତି ବନବାସ ବେହେରା, ପ୍ରଦୀପ କୁମାର ନାୟକ, ହରିହର ପଣ୍ଡାଙ୍କ ସମେତ ଏକାଧିକ ଗ୍ରାମବାସୀ ଜିଲାପାଳଙ୍କ ନିକଟକୁ ଅଭିଯୋଗ କରିବାକୁ ଆସିଥିଲେ। ଜିଲାପାଳ ଡ. ପୋମା ଟୁଡ଼ୁ ଅଭିଯୋଗ ପତ୍ର ରଖିଥିବା ବେଳେ ଏ ଦିଗରେ ତଦନ୍ତ କରି ପଦକ୍ଷେପ ନେବେ ବୋଲି ଗ୍ରାମବାସୀଙ୍କୁ ପ୍ରତିଶ୍ରୁତି ଦେଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଫ୍ଲାଟ୍‌ରୁ ଝୁଲନ୍ତା ଅବସ୍ଥାରେ ମିଳିଲା ପୂର୍ବତନ ମୁଖ୍ୟ ଶାସନ ସଚିବଙ୍କ ମୃତଦେହ, ଘଟଣାକୁ ନେଇ ଖେଳିଗଲା ଚାଞ୍ଚଲ୍ୟ

ନୂଆଦିଲ୍ଲୀ, ୯।୯: ଦିଲ୍ଲୀର ପୂର୍ବତନ ମୁଖ୍ୟ ଶାସନ ସଚିବ ତଥା ୧୯୭୫ ବ୍ୟାଚ୍‌ ଆଇପିଏସ୍‌ ଅଧିକାରୀ ରାକେଶ ମେହଟ୍ଟା (୭୪) ନୋଏଡ଼ା ସ୍ଥିତ ନିଜ ଫ୍ଲାଟ୍‌ରେ ଆତ୍ମହତ୍ୟା…

କୋହଲିଙ୍କୁ ପଛରେ ପକାଇଲେ ରୋହିତ! ଟି-୨୦ ଅନ୍ତର୍ଜାତୀୟରେ ଭାରତର ଦ୍ରୁତତମ ଶତକ ଭାବେ ନମ୍ବର-୧, ଜାଣନ୍ତୁ କିଏ କେଉଁ ସ୍ଥାନରେ…

ନୂଆଦିଲ୍ଲୀ,୯।୯: ଗତ ଦୁଇ ଦଶନ୍ଧି ଧରି କ୍ରିକେଟର ସବୁଠୁ ଲୋକପ୍ରିୟ ଫର୍ମାଟ ହେଉଛି ଟି-୨୦। ପ୍ରାୟ ପ୍ରତି ମାସରେ ବିଶ୍ୱର କୌଣସି ନା କୌଣସି ଦେଶରେ ଟି-୨୦…

ମଦ ବିରୋଧରେ ତାତିଲେ ମହିଳା: ଦୋକାନରେ ପକାଇଲେ ତାଲା

ମହାକାଳପଡ଼ା, ୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବାଙ୍କୀଛନ୍ଦା ଗ୍ରାମରେ ବେଆଇନ ଦେଶୀ ଓ ବିଦେଶୀ ମଦ ଦୋକାନରେ ମହିଳା ଗୋଷ୍ଠୀ ମଙ୍ଗବଳାର ତାଲା ପକାଇ…

ବ୍ରିଟିଶ ଗଣ୍ଡ ପୋତିବା ପାଇଁ ଗଦା ହୋଇଛି ଆସ୍‌ପଣ୍ଡ: ଜମିରେ ମାଡ଼ୁଛି ବିଷାକ୍ତ ପାଣି

ମହାକାଳପଡ଼ା, ୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ଜମ୍ବୁ – ମାର୍ଶାଘାଇ ମୁଖ୍ୟ କେନାଲ ବ୍ରିଟିଶ ଗଣ୍ଡ ପୋତିବା ପାଇଁ ପାହାଡ଼ ଭଳି…

ଭଲ ଡ୍ରାଇଭିଂ ରେକର୍ଡ ଥିଲେ ଚାଳକଙ୍କୁ ମିଳିବ ଏହି ଉପହାର, ନିୟମ ଭାଙ୍ଗିଲେ ରଦ୍ଦ ହେବ ଲାଇସେନ୍ସ: ଜାଣନ୍ତୁ ନୂଆ ନିୟମ

ନୂଆଦିଲ୍ଲୀ,୯।୯: ରାସ୍ତାରେ ବାରମ୍ବାର ଟ୍ରାଫିକ ନିୟମ ଉଲ୍ଲଂଘନ କରୁଥିବା ଗାଡ଼ି ଚାଳକଙ୍କ ପାଇଁ ଆସୁଛି ବଡ଼ ଝଟ୍‌କା। ଏଣିକି କେବଳ ଚାଲାଣ କାଟି ଛାଡ଼ି ଦିଆଯିବ ନାହିଁ।…

କଟକରେ ଚାଞ୍ଚଲ୍ୟ: ଘରୋଇ କଲେଜରୁ ମିଳିଲା ଛାତ୍ରଙ୍କ ଝୁଲନ୍ତା ମୃତଦେହ

କଟକ,୯।୯(ପ୍ରଭୁ କଲ୍ୟାଣ ପାଲ୍‌): କଟକର ସିଡିଏ ଅଞ୍ଚଳରେ ଚାଞ୍ଚଲ୍ୟ। ଏକ ଘରୋଇ କଲେଜରେ ଛାତ୍ରଙ୍କ ମୃତଦେହ ଉଦ୍ଧାର ହୋଇଛି। ଝୁଲନ୍ତା ଅବସ୍ଥାରେ ମିଳିଛି ଛାତ୍ରଙ୍କ ମୃତଦେହ। ସିଡିଏ…

ଦୁନିଆର ସବୁଠୁ ଧନୀ ପ୍ରଧାନମନ୍ତ୍ରୀ ଜାଣନ୍ତୁ କିଏ? ଟ୍ରମ୍ପଙ୍କଠାରୁ ୭ ଗୁଣ ଅଧିକ ଦରମା

ନୂଆଦିଲ୍ଲୀ, ୯।୯: ସିଙ୍ଗାପୁର ପ୍ରଧାନମନ୍ତ୍ରୀ ଲରେନ୍ସ ୱଙ୍ଗଙ୍କ ଦରମା ଏବେ ପୁଣି ବଢ଼ିବାକୁ ଯାଉଛି। ଏହି ବୃଦ୍ଧି ପରେ ସେ ବିଶ୍ୱର ସର୍ବାଧିକ ଦରମା ପାଉଥିବା ସରକାରୀ…

ସିକନ୍ଦରାବାଦରୁ ଓଡ଼ିଆ ଶ୍ରମିକ ନିଖୋଜ: ସୁପରଫାଷ୍ଟ ଟ୍ରେନରେ ଗାଁକୁ ଫେରୁଥିବାବେଳେ ବାଟରୁ ଉଭାନ୍‌

ଦିଗପହଣ୍ଡି,୯।୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ନନ୍ଦ ଗାଁ ର ସମୀର ଗୌଡ଼(୨୬) ଦାଦନ ଶ୍ରମିକ ଭାବେ ମହାରାଷ୍ଟ୍ରର ପୁଣେ ନିକଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri