ରାଜସ୍ବ ଡାକବଙ୍ଗଳାରୁ ଶାଗୁଆନ ଗଛ ଚୋରି ଉଦ୍ୟମ: ଅଭିଯୁକ୍ତ ଫେରାର

ଗଣ୍ଡତୁରୁମ,୨୭।୯(ଡି.ଏନ୍‌.ଏ.): ବରଗଡ଼ ଜିଲା ଭେଡେନ ତହସିଲ ଅର୍ନ୍ତଗତ ଗଣ୍ଡତୁରୁମସ୍ଥିତ ରାଜସ୍ବ ଡାକବଙ୍ଗଳା ପରିସରରୁ ଗୁରୁବାର ବିଳମ୍ବିତ ରାତିରେ ଶାଗୁଆନ ଗଛ ଚୋରି ଉଦ୍ୟମ ବିଫଳ ହୋଇଛି। ଅଭିଯୁକ୍ତ ଭୟରେ ଫେରାର ହୋଇଯାଇଥିବା ଜଣାପଡ଼ିଛି। ସେ ହେଲେ ଗ୍ରାମର ପ୍ରଫୁଲ୍ଲ ରାଉତିଆ।
ପ୍ରକାଶ ଯେ, ପ୍ରଫୁଲ୍ଲ ଗଛ କାଟୁଥିବା ବେଳେ ତାହା ବିଦ୍ୟୁତ୍‌ ଖୁଣ୍ଟ ଉପରେ ପଡ଼ିଥିଲା। ଖୁଣ୍ଟଟି ଭାଙ୍ଗିଯିବା ସହିତ ତାର ଛିଣ୍ଡି ପ୍ରଚଣ୍ଡ ଶବ୍ଦ ହୋଇଥିଲା। ଏହା ଶୁଣି ସ୍ଥାନୀୟ ଲୋକେ ଘଟଣାସ୍ଥଳରେ ପହଞ୍ଚିଥିଲେ। ସେହି ସମୟରେ ପ୍ରଫୁଲ୍ଲ କୁରାଢ଼ୀ ଧରି ଦୌଡ଼ି ପଳାଉଥିବା ଗ୍ରାମବାସୀ ଦେଖି ଜଙ୍ଗଲ ବିଭାଗ କର୍ମଚାରୀଙ୍କୁ ଖବର ଦେଇଥିଲେ। ଫରେଷ୍ଟର ପି. ଝାଙ୍କର ଓ ଫରେଷ୍ଟଗାର୍ଡ ଚୁମ୍‌କି ମହାପାତ୍ର ଘଟଣାସ୍ଥଳରେ ପହଞ୍ଚି ଗଛ ଗଣ୍ଡିକୁ ଜବତ କରିଛନ୍ତି। ପୂର୍ବରୁ ମଧ୍ୟ ପ୍ରଫୁଲ୍ଲ ଶାଗୁଆନ ଗଛ କାଟି କାରପେଣ୍ଟରଙ୍କୁ ବିକ୍ରି କରିଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ତେବେ ଅଭିଯୁକ୍ତ ପ୍ରଫୁଲ୍ଲ ଗିରଫ ଭୟରେ ରାତିରୁ ଫେରାର ଥିବା ଫରେଷ୍ଟର ଝାଙ୍କର ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଦନାମ ହେଲା TMC, ଭିଡିଓ ଶେୟାର କଲା ଭାଜପା

ନୂଆଦିଲ୍ଲୀ,୧୭।୧୨: ତୃଣମୂଳ କଂଗ୍ରେସ ଏମପି କୀର୍ତ୍ତି ଆଜାଦଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏଥିରେ ଆଜାଦ ସଂସଦ ଭିତରେ ସିଗାରେଟ ପିଉଥିବାର ଦେଖାଯାଉଛି।...

Shubman Gill: ଟିମ୍ ଇଣ୍ଡିଆର ବଡ଼ ନିଷ୍ପତ୍ତି, ପ୍ଲେଇଂ ଇଲେଭେନରୁ ବିଦା ହେଲେ ଶୁଭମନ ଗିଲ୍

ନୂଆଦିଲ୍ଲୀ,୧୭ା୧୨: ଭାରତୀୟ କ୍ରିକେଟ୍ ଦଳ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି । ଦକ୍ଷିଣ ଆଫ୍ରିକା ବିପକ୍ଷ ଚତୁର୍ଥ ଟି-୨୦ ପାଇଁ ଶୁଭମନ ଗିଲଙ୍କୁ ପ୍ଲେଇଂ ଇଲେଭେନରୁ...

ବନ୍ଧୁକ ଦେଖାଇ ସୃଷ୍ଟି କରୁଥିଲେ ଆତଙ୍କ: ୩ ଜଣଙ୍କୁ ବାନ୍ଧିଲା ପୋଲିସ

ଭବାନୀପାଟଣା,୧୭ା୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜୁନାଗଡ଼ ପୋଲିସ ଏକ ଡକାୟତି ମାମଲାରେ ୩ ଜଣଙ୍କୁ ଗିରଫ କରି ବୁଧବାର ଅପରାହ୍ନରେ କୋର୍ଟ ଚାଲାଣ କରିଛି। ଗିରଫ...

ପାଟିତୁଣ୍ଡରୁ ତୁମୁଳକାଣ୍ଡ, ଦାଦାକୁ ଠେଙ୍ଗାରେ ପିଟି ହତ୍ୟା କଲା ପୁତୁରା

ଢେଙ୍କାନାଳ,୧୭ା୧୨ (ରତନ ନାୟାର): ଢେଙ୍କାନାଳ ଜିଲା ସଦର ଥାନା ଗୋବିନ୍ଦପୁର ଫାଣ୍ଡି ହୁଣ୍ଡି ସାହିରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ମଙ୍ଗଳବାର ରାତିରେ...

ବେଆଇନ ବାଲି ଉତ୍ତୋଳନକୁ ନେଇ ତୁମୁଳକାଣ୍ଡ, ମାଫିଆଙ୍କ ଆକ୍ରମଣରେ ୨ ଆହତ

ପାଟଣା,୧୭ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଟାଙ୍ଗରପଡ଼ା ପଞ୍ଚାୟତ ନୂଆପଡ଼ା ବୈତରଣୀ ନଦୀଘାଟରୁ ମଙ୍ଗଳବାର ରାତ୍ରି ବେଆଇନ ବାଲି ଉତ୍ତୋଲାନକୁ ନେଇ ତୁମୁଳ କାଣ୍ଡ...

ସାଇନ୍‌ବୋର୍ଡ ପଡ଼ି ଛାତ୍ର ମୃତ୍ୟୁ ଘଟଣାରେ ଉତ୍ତେଜନା

କୋଟପାଡ଼,୧୭ା୧୨(କେ.ରାଜଶେଖର ରାଓ): କୋରାପୁଟ ଜିଲା କୋଟପାଡ଼ ଧାମନାହାଣ୍ଡି ପଞ୍ଚୟତର ୬୩ ନଂ ଜାତୀୟ ରାଜପଥ ୬୩ ପାର୍ଶ୍ୱ ଗାନ୍ଧୀନଗରର ଆବାସିକ ବିଦ୍ୟାଳୟ ପରିସରରେ ପୁରାତନ ୩...

ହସ୍ପିଟାଲରେ ଭର୍ତ୍ତି ହେଲେ ଯଶସ୍ବୀ ଜୟସ୍ବାଲ, ହଠାତ୍ କଣ ହେଲା ଜାଣନ୍ତୁ

ନୂଆଦିଲ୍ଲୀ,୧୭ା୧୨: ଟିମ୍ ଇଣ୍ଡିଆର ଷ୍ଟାର ବ୍ୟାଟ୍ସମ୍ୟାନ୍ ଯଶସ୍ୱୀ ଜୟସ୍ୱାଲଙ୍କୁ ପୁଣେର ଆଦିତ୍ୟ ବିର୍ଲା ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ହରିୟାଣା ବିପକ୍ଷରେ ସୟଦ ମୁସ୍ତାକ ଅଲି ଟ୍ରଫି...

ଇଥିଓପିଆରେ ମୋଦି ମ୍ୟାଜିକ, ପ୍ରଧାନମନ୍ତ୍ରୀ ଆବି ଅହମଦ ଅଲି ବ୍ୟକ୍ତିଗତ ଭାବେ କାର ଚଲାଇ ବିମାନବନ୍ଦରରେ ଛାଡିଲେ

ଆଦିସ ଅବାବା,୧୭।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚାରି ଦିନିଆ ତିନୋଟି ଦେଶ ଗସ୍ତରେ ଅଛନ୍ତି। ମଙ୍ଗଳବାର ପ୍ରଧାନମନ୍ତ୍ରୀ ମୋଦି ଇଥିଓପିଆରେ ପହଞ୍ଚିଥିଲେ, ଯେଉଁଠାରେ ଇଥିଓପିଆ ପ୍ରଧାନମନ୍ତ୍ରୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri