ରାଜସ୍ବ ନିରୀକ୍ଷକଙ୍କୁ ଘେରିଲେ ଲୋକେ

ବ୍ରହ୍ମପୁର ଅଫିସ,୭।୬- ପୋଲସରା ତହସିଲ ପାଣ୍ଡିରିପଡ଼ା ଗ୍ରାମପଞ୍ଚାୟତସ୍ଥିତ ରାଜସ୍ବ କାର୍ଯ୍ୟାଳୟରେ ଏକ ଅଭାବନୀୟ ଘଟଣା ଘଟିଛି। ଆଦିବାସୀମାନଙ୍କୁ ଜଙ୍ଗଲ ଜମି ପଟ୍ଟା ଦେବା ଲାଗି କିଛି ଟଙ୍କା ନେଇ ଆଉ ଦେଉ ନ ଥିବା ଅଭିଯୋଗରେ ରାଜସ୍ବ ନିରୀକ୍ଷକ କବିରାଜ ଚିନ୍ନାରାଙ୍କୁ ଉତ୍ତ୍ୟକ୍ତ ଆଦିବାସୀ କାର୍ଯ୍ୟାଳୟରେ ଘେରାଉ ସହ ହୋହଲ୍ଲା କରିଥିଲେ। ସମ୍ପୃକ୍ତ ରାଜସ୍ବ ନିରୀକ୍ଷକ ଜଙ୍ଗଲ ଜମି ପଟ୍ଟା ଦେବା ନଁାରେ ୨୦୦ରୁ ୫୦୦ ଟଙ୍କା ଲାଞ୍ଚ ନେଉଥିବା ଆଦିବାସୀମାନେ କହିଥିଲେ। ଆଦିବାସୀମାନଙ୍କୁ ପଟ୍ଟା ମିଳିବାରେ ବିଳମ୍ବ ହେତୁ ସମ୍ପୃକ୍ତ ଆରଆଇଙ୍କୁ ଘେରିଥିଲେ। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ଆର୍‌ଆଇଙ୍କୁ ଲୋକମାନଙ୍କ କବଳରୁ ଉଦ୍ଧାର କରି ତହସିଲ କାର୍ଯ୍ୟାଳୟରେ ଛାଡିଥିଲେ। ଏନେଇ ଆରଆଇ ଚିନ୍ନାରାଙ୍କୁ ପଚାରିବାରୁ ସେ ଲାଞ୍ଚ ନେବା ଘଟଣାକୁ ଅସ୍ବୀକାର କରିଥିଲେ। ଆଦିବାସୀମାନେ ପଟ୍ଟା ପାଇବାରେ ବିଳମ୍ବ ହେବାରୁ ଏଭଳି ହୋହଲ୍ଲା କରି ମିଥ୍ୟା ଅଭିଯୋଗ କରୁଛନ୍ତି ବୋଲି ସେ କହିଥିଲେ। ତହସିଲଦାର ଅଶୋକ କୁମାର ପ୍ରଧାନଙ୍କୁ ପଚାରିବାରୁ, ଘଟଣା ସମ୍ପର୍କରେ ତଦନ୍ତ ଚାଲିଛି ପରେ ଜଣାପଡ଼ିବ ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜିଲାପାଳଙ୍କ ବଡ଼ ଘୋଷଣା: କଟକରେ ସ୍କୁଲ ଛୁଟି

କଟକ,୫।୭: ସୋମବାର କଟକ ଜିଲାର ସମସ୍ତ ସରକାରୀ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ଛୁଟି ରହିବ। ଲଘୁଚାପ ଜନିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ ଛୁଟି…

ଗୁରଗାଁଓରେ ଚାଞ୍ଚଲ୍ୟ: ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ନବବିବାହିତା ମହିଳା

ଗୁରଗାଁଓ,୫ା୭: ନିଖୋଜ ହେବାର ୨ ଦିନ ପରେ ଜଣେ ୨୧ ବର୍ଷୀୟ ଯୁବକଙ୍କ ମୃତଦେହ ରଓ୍ବୋରୀସ୍ଥିତ କେନାଲରୁ ମିଳିବା ପରେ ତାଙ୍କୁ ନବବିବାହିତା ସ୍ତ୍ରୀ ଓ ତାଙ୍କ…

ସମୁଦ୍ରରେ ଫସିଥିବା ମତ୍ସ୍ୟଜୀବୀ ଉଦ୍ଧାର

ପୁରୀ,୫ା୭(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର କରାଯାଇଥିବା ନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

ଚିଠା ଭୋଟର ତାଲିକା ପ୍ରକାଶ, ବଲାଙ୍ଗୀର ଜିଲାରୁ ବାଦ ପଡ଼ିଲେ…

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (Special Intensive Revision – SIR) ପ୍ରକ୍ରିୟାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ…

କାଳ ବୈଶାଖୀରେ ଉଡ଼ିଯାଇଥିଲା ଟିଣ, ଛପର, ହେଉନି ମରାମତି

ମୋହନା,୫।୭(ମନ୍ମଥ ମିଶ୍ର): କାଳବୈଶାଖୀରେ ଉଡ଼ିଯାଇଥିଲା ବିଦ୍ୟାଳୟର ଟିଣ ଛପର। ହେଲେ ବର୍ତ୍ତମାନ ସୁଦ୍ଧା ଏହା ମରାମତି ହୋଇନାହିଁ। ଫଳରେ ବାଧ୍ୟହୋଇ ଦୁଇଟି ଶ୍ରେଣୀ ଗୃହରେ ପ୍ରଥମରୁ ଅଷ୍ଟମ…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

୩ ଶହରୁ ଅଧିକ ଚାଷୀଙ୍କୁ ଠକି ଲୁଟିଥିଲେ ଟଙ୍କା, ବାନ୍ଧିଲା ଉଦୟଗିରି ପୋଲିସ

ମୋହନା,୫ା୭ (ମନ୍ମଥ ମିଶ୍ର ): ଚାଷୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟି ନେଇ ଶେଷରେ ବନ୍ଧା ହେଲା ଠକ ଅଭିଯୁକ୍ତ । ଏଭଳି ଘଟଣା ଦେଖିବାକୁ ମିଳିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri