ରାଜସ୍ବ ନୀରିକ୍ଷକଙ୍କ କାର୍ଯ୍ୟାଳୟରେ ତାଲା ପକାଇଲେ ଚାଷୀ

କୁଳିଅଣା,୨୫ା୫(ଡି.ଏନ୍‌.ଏ.)-ମୟୂରଭଞ୍ଜ ଜିଲା କୁଳିଅଣା ବ୍ଲକ ଡୁମୁରିଡିହା ପଞ୍ଚାୟତର ଚାଷୀମାନେ ଚାଷ ଜମିକୁ ଜଳ ଯୋଗାଣ ଦାବିରେ ସ୍ଥାନୀୟ ରାଜସ୍ବ ନୀରିକ୍ଷକଙ୍କ କାର୍ଯ୍ୟାଳୟରେ ଗୁରୁବାର ତାଲା ପକାଇ ଆନ୍ଦୋଳନ କରିଥିଲେ। ପୂର୍ବାହ୍ନ ୧୦ଟାରୁ ଦିନ ୧ଟା ପର୍ଯ୍ୟନ୍ତ ଏହି ଆନ୍ଦୋଳନ ଚାଲିଥିଲା। ଖବରପାଇ ସୁବର୍ଣ୍ଣରେଖା ଜଳସେଚନ ପ୍ରକଳ୍ପର ଅଧିକାରୀମାନେ ଘଟଣାସ୍ଥଳରେ ପହଞ୍ଚି ଆନ୍ଦୋଳନକାରୀମାନଙ୍କୁ ବୁଝାସୁଝା କରିବା ଆନ୍ଦୋଳନ ପ୍ରତ୍ୟାହୃତ ହୋଇଥିଲା।
କୁଳିଅଣା ବ୍ଲକ ଅନ୍ତର୍ଗତ ହଳଦିଆ ଡ୍ୟାମରୁ ସ୍ଥାନୀୟ ଡୁମୁରିଆ ପଞ୍ଚାୟତର ଚାଷ ଜମିକୁ ପାଣି ଯୋଗାଇ ଦିଆଯାଇଥାଏ। ହଳଦିଆ ଡ୍ୟାମ ପୁନଃନିର୍ମାଣ କାର୍ଯ୍ୟ ୨୦୧୧ ନଭେମ୍ବର ମାସରୁ ଆରମ୍ଭ ହୋଇ ୨୦୧୮ ମାର୍ଚ୍ଚରେ ଶେଷ ହେବା କଥା। ମାତ୍ର ଏହା ଅଦ୍ୟାବଧି ସମ୍ପୂର୍ଣ୍ଣ ହୋଇ ପାରି ନାହିଁ। ଏହି କାର୍ଯ୍ୟ ୨୦୨୦ ଜୁୁନ ମାସ ସୁଦ୍ଧା ଶେଷ ହେବାର ଯୋଜନା ଥିବା ଡ୍ୟାମ ସହକାରୀ ଯନ୍ତ୍ରୀ ଚନ୍ଦ୍ର ଶେଖର ରାଉତ କହିଛନ୍ତି। ସେହିପରି ୨୦୨୦ ମାର୍ଚ୍ଚ ସୁଦ୍ଧା ହଳଦିଆ ଡ୍ୟାମ ପାଣି ପଞ୍ଚାୟତ ଗଠନ ସରିବ ବୋଲି ବେତନଟୀ ଡିଭିଜନ ସହକାରୀ ଯନ୍ତ୍ରୀ ମାନସ ରଞ୍ଜନ ମଣ୍ଡଳ ଓ ଗୌରାଙ୍ଗ ଚରଣ ହୁଇ ପ୍ରକାଶ କରିଛନ୍ତି। ଅନାବୃଷ୍ଟି ପାଇଁ ଚାଷୀଙ୍କ ମଧ୍ୟରେ ଭାଳେଣି ପଡ଼ିଥିବା ବେଳେ ଛାତ୍ରୀଛାତ୍ରମାନଙ୍କ ଜାତି ତଥା ଅନ୍ୟାନ୍ୟ ସାର୍ଟିଫିକେଟ ପାଇଁ ରାଜସ୍ବ ନୀରିକ୍ଷକଙ୍କ କାର୍ଯ୍ୟାଳୟରେ ଜୋର ଜବରଦସ୍ତ ଖଜଣା ଆଦାୟକୁ ମଧ୍ୟ ଚାଷୀମାନେ ବିରୋଧ କରିଥିଲେ। ୨୦୧୯-୨୦ ରାଜସ୍ବ ବର୍ଷ ପାଇଁ ଖଜଣା ଆଦାୟ ସରିଥିବାରୁ ଚାଷ ଜମିକୁ ଜଳ ଯୋଗାଇ ଦେବାକୁ ଦାବି କରାଯାଇଥିଲା। ଭାଗିରଥୀ ସୋରେନ, ବିରାମ ମୁର୍ମୁ, ଲକ୍ଷ୍ମୀଧର ମୁର୍ମୁ, ବାଇଧର ବାସ୍କେ, ମୁନ୍ନା ସୋରେନ, ରମେଶ ମୁର୍ମୁ, ଶ୍ରୀମତ ମାର୍ଣ୍ଣି, ଦୀନବନ୍ଧୁ ମୁର୍ମୁ ପ୍ରମୁଖ ଏହି ଆନ୍ଦୋଳନର ନେତୃତ୍ୱ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘କ୍ରୁଜ୍‌’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ୱର, ୧୯।୪(ମାନସ ବିଶ୍ୱାଳ):ବାଲେଶ୍ୱର ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ଗବେଷଣା ଓ ବିକାଶ ସଙ୍ଗଠନ (ଡିଆରଡିଓ) ପକ୍ଷରୁ ଇଣ୍ଟିଗ୍ରେଟେଡ୍‌ ଟେଷ୍ଟ ରେଞ୍ଜ (ଆଇଟିଆର୍‌)ରୁ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ‘କ୍ରୁଜ୍‌’...

ଶ୍ରୀକାନ୍ତଙ୍କ ପ୍ରାର୍ଥିତ୍ୱରୁ ତ୍ରିମୁଖୀ ଲଢ଼େଇ

ବାଲେଶ୍ୱର,୧୬ା୪(ମାନସ ବିଶ୍ୱାଳ):ବାଲେଶ୍ୱର ଲୋକ ସଭା ଆସନ ପାଇଁ କଂଗ୍ରେସ ପକ୍ଷରୁ ଶ୍ରୀକାନ୍ତ ଜେନାଙ୍କ ନାମ ଘୋଷଣା କରାଯାଇଛି। ପୂର୍ବରୁ ଭାଜପାରୁ ପ୍ରତାପ ଷଡ଼ଙ୍ଗୀ ଓ ବିଜେଡିରୁ...

ପ୍ରତାପ ଷଡଙ୍ଗୀଙ୍କୁ ନିଜ ଦଳର କର୍ମୀ ଚେତାବନୀ, ଏମିତି ନ କଲେ ନିର୍ବାଚନମଣ୍ଡଳୀରେ ପୂରାଇ ଦିଆଯିବ ନାହିଁ

ବାଲେଶ୍ୱର,୧୪।୪(ମାନସ ବିଶ୍ୱାଳ)- ଜଳେଶ୍ୱର ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭାଜପା ପକ୍ଷରୁ ଘୋଷଣା କରାଯାଇଥିବା ପ୍ରାର୍ଥୀଙ୍କୁ ବିରୋଧ କରାଯାଇଛି। ଏନେଇ ବାଲେଶ୍ୱର ସହର ସହଦେବଖୁଣ୍ଟାସ୍ଥିତ ଏକ ଘରୋଇ...

ଚିଙ୍ଗୁଡ଼ି ଘେରିରେ ଏସିଡ୍‌ ଢାଳି ଯୁବକଙ୍କୁ ହତ୍ୟା

ରୂପସା,୧୪।୪(ବାଞ୍ଛାନିଧି ଦେ)ବାଲେଶ୍ୱର ଜିଲା ସିଂଲା ଥାନା ଅଧୀନ ଗନ୍ଧିଆ ଗାଁ ନିକଟରେ ଥିବା ଏକ ଚିଙ୍ଗୁଡ଼ି ଘେରିରେ ଜଣେ ଯୁବକଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଛି।...

ଟିକେଟ୍ ପାଇ ନବୀନଙ୍କୁ କୃତଜ୍ଞତା ଜଣାଇଲେ ଲେଖାଶ୍ରୀ

ଭୁବନେଶ୍ୱର,୧୩ା୪: ବାଲେଶ୍ୱର ଲୋକ ସଭା ପାଇଁ ବିଜୁ ଜନତା ଦଳ ଲେଖାଶ୍ରୀ ସାମନ୍ତସିଂହାରଙ୍କୁ ପ୍ରାର୍ଥୀ ଘୋଷଣା କରିବା ପରେ ଶନିବାର ସେ ଦଳର ମୁଖିଆ ତଥା...

ଉଭୟଙ୍କୁ ପ୍ରତିଶ୍ରୁତି, ଭାଗ୍ୟରେ ଟିକେଟ

ବାଲେଶ୍ୱର,୧୩।୪(ମାନସ ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବିଧାନସଭା ନିର୍ବାଚନମଣ୍ଡଳୀର ବିଜେଡି ପ୍ରାର୍ଥୀ ଟିକେଟକୁ ନେଇ ଲାଗିରହିଛି ଡ୍ରାମା। ଗତ ୨୦୧୪ ନିର୍ବାଚନରେ ବିଜେଡିରୁ ପ୍ରାର୍ଥୀ ହୋଇ...

ନୀଳଗିରିର ବୋହୂ, ପରିବେଶ ବିଜ୍ଞାନରେ ପିଏଚ୍‌ଡି; ବିଜେଡି ଟିକେଟ୍‌ରେ ଲଢ଼ିବାକୁ ଯାଉଥିବା ଲେଖାଶ୍ରୀଙ୍କ ବିଷୟରେ ଜାଣନ୍ତୁ…

ଭୁବନେଶ୍ୱର/ବାଲେଶ୍ବର,୧୨।୪: ଏକଦା ବିରୋଧୀ ଦଳରେ ଥିବା ବେଳେ ବିଜେଡି ସୁପ୍ରିମୋଙ୍କୁ ଶବ୍ଦବାଣରେ କଟାକ୍ଷ କରିବାର ଗୋଟିଏ ବି ସୁଯୋଗ ଛାଡ଼ୁ ନ ଥିଲେ। ହେଲେ ୨୦୨୪...

 ଚଡ଼କ ମେଳାରେ ଅଘଟଣ

ଜଳେଶ୍ୱର,୧୨।୪(ନବୀନ ସାହୁ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକର ବାବା ଚନ୍ଦନେଶ୍ୱରଙ୍କ ଚଡ଼କ ଯାତ୍ରାରେ ଜଣେ ବତ୍ରଧାରୀ ମହିଳାଙ୍କ ଶୁକ୍ରବାର ମୃତ୍ୟୁ ଘଟିଛି। ଅନ୍ୟ ଜଣେ ଶ୍ରଦ୍ଧାଳୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri