ଦୁବାଇ, ୧୩ା୯ (ପି.ଟି.):ଅଷ୍ଟ୍ରେଲିଆର ଟାହଲିଆ ମ୍ୟାକ୍ଗ୍ରା ଓ ଜିମ୍ବାଓ୍ବେର ସିକନ୍ଦର ରାଜା ଅଗଷ୍ଟ ମାସ ପାଇଁ ପ୍ଲେୟର ଅଫ୍ ଦି ମନ୍ଥ୍ ବିବେଚିତ ହୋଇଛନ୍ତି। ଭାରତର ଜେମିମା ରୋଡ୍ରିଗୁଏଜ୍ ଏହି ପୁରସ୍କାର ଦୌଡ଼ରେ ପଛରେ ପଡ଼ିଯାଇଛନ୍ତି। ରାଜ୍ୟଗୋଷ୍ଠୀ କ୍ରୀଡ଼ା ସ୍ବର୍ଣ୍ଣ ବିଜୟୀ ଅଷ୍ଟ୍ରେଲିଆ ଦଳର ଦୁଇ ଖେଳାଳି ବେଥ୍ ମୁନି ଓ ଟାହଲିଆ ମ୍ୟାକ୍ଗ୍ରାଙ୍କ ସହ ରୋଡ୍ରିଗୁଏଜ୍ଙ୍କ ନାମ ମହିଳା ବିଭାଗ ପୁରସ୍କାର ପାଇଁ ସୁପାରିସ ହୋଇଥିଲା। ତେବେ ବର୍ମିଂହାମ୍ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ତାଙ୍କ ଦେଶକୁ ସ୍ବର୍ଣ୍ଣ ଜିତାଇବାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିବାରୁ ମ୍ୟାକ୍ଗ୍ରା ଏହି ପୁରସ୍କାର ଜିତିପାରିଛନ୍ତି। ଏହାପୂର୍ବରୁ ଅଷ୍ଟ୍ରେଲିଆର ଏଲିସା ହିଲି ଏପ୍ରିଲ୍ରେ ପ୍ଲେୟର ଅଫ୍ ଦି ମନ୍ଥ୍ ପୁରସ୍କାର ପାଇଥିଲେ। ଅଗଷ୍ଟ ମାସରେ ମ୍ୟାକ୍ଗ୍ରା ୫୭ ଆଭରେଜ୍ରେ ୧୧୪ ରନ୍ ସଂଗ୍ରହ କରିଛନ୍ତି। ୧୩.୪୦ ହାରରେ ସେ ୫ ଉଇକେଟ ମଧ୍ୟ ଅକ୍ତିଆର କରିଛନ୍ତି। ଅଷ୍ଟ୍ରେଲିଆ ଦଳରେ ଅନେକ ଷ୍ଟାର ଖେଳାଳି ଅଛନ୍ତି। ହେଲେ ପାକିସ୍ତାନ ବିପକ୍ଷ ମ୍ୟାଚ୍ରେ ମ୍ୟାକ୍ଗ୍ରା ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ। ଏହି ମ୍ୟାଚ୍ରେ ସେ ୭୮ ରନ୍ କରି ଅପରାଜିତ ରହିଥିବା ବେଳେ ୩ ଉଇକେଟ ଅକ୍ତିଆର କରିଥିଲେ। ଏହି ମାସରେ ମ୍ୟାକ୍ଗ୍ରା ଆହୁରି ମଧ୍ୟ ଆଇସିସି ଟି୨୦ ପ୍ଲେୟର ର଼୍ୟାଙ୍କିଙ୍ଗ୍ ଅଲ୍ରାଉଣ୍ଡର ତାଲିକାରେ କ୍ୟାରିୟର ଶ୍ରେଷ୍ଠ ୧୨ତମ ସ୍ଥାନ ଅଧିକାର କରିଥିଲେ। ଅନ୍ୟପକ୍ଷରେ ଜିମ୍ବାଓ୍ବେର ପ୍ରଥମ ପୁରୁଷ ଖେଳାଳି ଭାବେ ରାଜା ଏକ ଅନ୍ତର୍ଜାତୀୟ ପୁରସ୍କାର ଜିତିବାର ଗୌରବ ଅର୍ଜନ କରିଛନ୍ତି। ପୁରୁଷ କ୍ରିକେଟରେ ଆକ୍ସନରେ ପରିପୂର୍ଣ୍ଣ ଏହି ମାସରେ ୩୬ ବର୍ଷୀୟ ରାଜା ନ୍ୟୁଜିଲାଣ୍ଡ ଅଲ୍ରାଉଣ୍ଡର ମିଚେଲ ସାଣ୍ଟନର ଓ ଇଂଲଣ୍ଡର ବେନ୍ ଷ୍ଟୋକ୍ସଙ୍କୁ ପଛରେ ପକାଇ ପ୍ଲେୟର ଅଫ୍ ଦି ମନ୍ଥ୍ ପୁରସ୍କାର ଲାଭ କରିଥିଲେ।
ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ
ପୁରୀ,୩୧ା୧୨(ଅଜିତ୍ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...
ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…
ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...
ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍କୁ ଧକ୍କା ଦେଇ ଟ୍ରକ୍କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…
କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...
ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ
ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...
ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍
ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...
ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର
ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...
ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ
ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...
ରାସନ୍ କାର୍ଡ E-KYC ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଏତିକି ଦିନ ବଢ଼ିଲା ଅବଧି
ଭୁବନେଶ୍ବର,,୩୧/୧୨: ରାସନକାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ ଖବର । ଆହୁରି ୨ ମାସ ବଢିଲା ରାସନ୍ କାର୍ଡ E-KYC ଅବଧି । ଆଜି E-KYC ଅବଧି...
Archives


