Posted inଜାତୀୟ

ରାଜୀବ ଗୌବା କ୍ୟାବିନେଟ ସଚିବ

ନୂଆଦିଲ୍ଲୀ, ୨୨ା୮: ସ୍ବରାଷ୍ଟ୍ର ସଚିବ ରାଜୀବ ଗୌବା ପରବର୍ତ୍ତୀ କ୍ୟାବିନେଟ ସଚିବ ଭାବେ ଦୁଇ ବର୍ଷ ଲାଗି ଦାୟିତ୍ୱ ଗ୍ରହଣ କରିବେ। ଏନେଇ ସରକାରଙ୍କ ପକ୍ଷରୁ ବୁଧବାର ନିଯୁକ୍ତି ଦିଆାଯାଇଛି। କ୍ୟାବିନେଟର ନିଯୁକ୍ତି କମିଟି ଏହାକୁ ସ୍ବୀକୃତି ପ୍ରଦାନ କରିଛି। ୧୯୮୨ ବ୍ୟାଚ୍‌ ଝାଡ଼ଖଣ୍ଡ କ୍ୟାଡର୍‌ର ଆଇଏଏସ୍‌ ଅଫିସର ଗୌବା ପୂର୍ବରୁ ଝାଡ଼ଖଣ୍ଡର ମୁଖ୍ୟ ଶାସନସଚିବ ଭାବେ କାର୍ଯ୍ୟକରିବା ପରେ କେନ୍ଦ୍ର ସରକାରଙ୍କ ବିଭିନ୍ନ ସଚିବ ଭାବେ କାର୍ଯ୍ୟକରି ଆସୁଛନ୍ତି। କେନ୍ଦ୍ର ନଗର ଉନ୍ନୟନ ସଚିବ ରହିବା ପରେ ୨୦୧୭ ଅଗଷ୍ଟରୁ ସେ କେନ୍ଦ୍ର ସ୍ବରାଷ୍ଟ୍ର ସଚିବ ଭାବେ କାର୍ଯ୍ୟ କରିଆସୁଛନ୍ତି। ଆଗାମୀ ୩୦ରେ ଗୌବା କ୍ୟାବିନେଟ ସଚିବ ଭାବେ ଦାୟିତ୍ୱ ଗ୍ରହଣ କରିବେ। ପଞ୍ଜାବରେ ଜନ୍ମଗ୍ରହଣ କରିଥିବା ଗୌବା ପାଟ୍‌ନା ବିଶ୍ୱବିଦ୍ୟାଳୟରେ ସ୍ନାତକ ପାସ୍‌ କରିବା ସହ ପଦାର୍ଥ ବିଜ୍ଞାନରେ ସ୍ବର୍ଣ୍ଣ ପଦକ ହାସଲ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଉ ଏକ ପ୍ରାର୍ଥୀ ତାଲିକା ଜାରି କଲା କଂଗ୍ରେସ

ଚଣ୍ଡିଗଡ଼,୨୫।୪: ହରିୟାଣାର ୮ଟି ଲୋକ ସଭା ଆସନ ପାଇଁ କଂଗ୍ରେସ ପ୍ରାର୍ଥୀ ଘୋଷଣା କରିଛି। କୁମାରୀ ଶୈଳଜାଙ୍କୁ ସିରସା, ରୋହତକରୁ ଦିପେନ୍ଦ୍ର ସିଂ ହୁଡା, ଅମ୍ବାଲାରୁ...

କେଜରିଓ୍ବାଲ ଜେଲରୁ ନ ଆସିବା ପର୍ଯ୍ୟନ୍ତ ହେବ ନାହିଁ ମେୟର ନିର୍ବାଚନ? ଏଲଜି ଦେଲେ ଏହି ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୫।୪: ଅନୁମାନ କରାଯାଉଛି ଯେ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଜେଲରୁ ବାହାରିବା ପର୍ଯ୍ୟନ୍ତ ଏମସିଡି ମେୟର ଏବଂ ଡେପୁଟି ମେୟରଙ୍କ ପାଇଁ ନିର୍ବାଚନ ହୋଇ...

ସ୍ଥଗିତ ରହିଲା ଏମସିଡି ମେୟର, ଡେପୁଟି ମେୟର ନିର୍ବାଚନ

ନୂଆଦିଲ୍ଲୀ,୨୫।୪: ଏପ୍ରିଲ ୨୬ରେ ଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା ମ୍ୟୁନିସିପାଲିଟି କର୍ପୋରେସନ ମେୟର ଏବଂ ଡେପୁଟି ମେୟରଙ୍କ ପାଇଁ ନିର୍ବାଚନ ସ୍ଥଗିତ ରଖାଯାଇଛି। ଏହାର କାରଣ...

ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପ୍ରସ୍ତୁତି ଶେଷ: ରାହୁଲ, ଓମ୍‌ ବିର୍ଲା, ହେମା ମାଳିନୀଙ୍କ ହେବ ଭାଗ୍ୟ ପରୀକ୍ଷା

ନୂଆଦିଲ୍ଲୀ,୨୫ା୪: ଶୁକ୍ରବାର ଦ୍ୱିତୀୟ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ। ୧୩ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ୮୮ ଆସନରେ ମତଦାନ ହେବ। ଏହି ପର୍ଯ୍ୟାୟରେ କଂଗ୍ରେସ...

ଅଣ୍ଡା, ଚିକେନ ଖାଉଥିବା ଲୋକେ ହୁଅନ୍ତୁ ସାବଧାନ

ନୂଆଦିଲ୍ଲୀ,୨୫।୪: ଝାଡ଼ଖଣ୍ଡର ରାଜଧାନୀ ରାଞ୍ଚିରେ ବାର୍ଡଫ୍ଲୁ ରୋଗ ସଂକ୍ରମଣ ହୋଇଥିବା ଜଣାପଡିଛି। ସେଠାରେ ଅନେକ ନମୁନା ପରୀକ୍ଷା କରାଯାଇଥିଲା ଯେଉଁଥିରେ ଏଭିୟନ ଇନଫ୍ଲୁଏନଞ୍ଜା H5N1 ଚିହ୍ନଟ...

ନିର୍ବାଚନ ଲଢିବେ କଳ୍ପନା

ରାଞ୍ଚି,୨୫।୪: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ସ୍ତ୍ରୀ କଳ୍ପନା ସୋରେନ ନିର୍ବାଚନ ମଇଦାନରେ ପ୍ରବେଶ କରିଛନ୍ତି। ଗାଂଡେୟ ବିଧାନସଭା ଆସନରୁ ଉପ-ନିର୍ବାଚନରେ ଝାଡ଼ଖଣ୍ଡ ମୁକ୍ତି...

୧୧ ବର୍ଷ ହେବ ଜେଲରେ ବନ୍ଦୀଥିବା ଝିଅକୁ ଭେଟିବାକୁ ଭାରତରୁ ୟେମେନ ପହଞ୍ଚିଲେ ମା’, ହତ୍ୟା ମାମଲାରେ ମିଳିଛି ମୃତ୍ୟୁଦଣ୍ଡ

ନୂଆଦିଲ୍ଲୀ/ସନା,୨୫।୪: ଦୀର୍ଘ ୧୧ ବର୍ଷ ଧରି ୟେମେନ ଜେଲରେ ବନ୍ଦୀ ଥିବା ଝିଅକୁ ଭେଟିବା ପାଇଁ ତାଙ୍କ ମା’ ଭାରତରୁ ୟେମେନ ଆସିଥିଲେ। ଦୁହେଁ ପରସ୍ପରକୁ...

ଆଉ ଏକ ପ୍ରାର୍ଥୀ ତାଲିକା ଜାରି କଲା ବିଏସପି, ରାଏବରେଲିରୁ ଲଢିବେ…

ଲକ୍ଷ୍ନୌ,୨୫।୪: ଉତ୍ତରପ୍ରଦେଶରେ ହେବାକୁ ଥିବା ଲୋକ ସଭା ନିର୍ବାଚନ ପାଇଁ ବହୁଜନ ସମାଜ ପାର୍ଟି (ବିଏସପି) ଗୁରୁବାର ଆଉ ଏକ ପ୍ରାର୍ଥୀ ତାଲିକା ଜାରି କରିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri