ରାଜେଶଙ୍କ ମୃତ୍ୟୁ ଘଟଣାରେ ସାଙ୍ଗମାନଙ୍କ ସମ୍ପୃକ୍ତି ଅଭିଯୋଗ

ଭୁବନେଶ୍ୱର,୨।୩ (ବ୍ୟୁରୋ): ଚନ୍ଦ୍ରଶେଖରପୁର ଥାନା ଶୈଳଶ୍ରୀବିହାର ଅଞ୍ଚଳରେ ଭଡ଼ାଘରେ ରହୁଥିବା କଟକ ଜିଲା ବାଙ୍କୀ ଅଞ୍ଚଳର ରାଜେଶ ପ୍ରଧାନଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣାରେ ନୂଆମୋଡ଼ ଆସିଛି। ରାଜେଶଙ୍କ ମୃତ୍ୟୁ ଘଟଣାରେ କେତେଜଣ ସାଙ୍ଗଙ୍କ ସମ୍ପୃକ୍ତି ଥିବା ଅଭିଯୋଗ ଆଣିଛନ୍ତି ପରିବାର ଲୋକ। ପୋଲିସ କେବଳ ମୃତଦେହ ବ୍ୟବଚ୍ଛେଦ ରିପୋର୍ଟକୁ ଅପେକ୍ଷା କରି ଦିନଗଡ଼ାଇ ଚାଲିଛି। ତେଣୁ ଘଟଣାର ଉଚିତ ତଦନ୍ତ କରାଯାଇ ନ୍ୟାୟ ଦେବା ପାଇଁ ରାଜେଶଙ୍କ ଭାଇ ସୁବ୍ରତ ଦାବି କରିଛନ୍ତି।
ସୂଚନା ମୁତାବକ,ଗତ ୨୨ ତାରିଖ (ମହାଶିବରାତ୍ରି) ରାତି ସାଢେ ୮ଟାରେ ରାଜେଶ ଘର ବାହାରେ ବାନ୍ତି କରୁଥିବାବେଳେ ଘର ମାଲିକ ତାଙ୍କୁ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରିଥିଲେ। ମାତ୍ର ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ। ଏ ନେଇ ପୋଲିସ ୧୩/୨୦ ନମ୍ବରରେ ଅପମୃତ୍ୟୁ ମାମଲା ରୁଜୁ କରି ତଦନ୍ତ କରୁଛି। ରାଜେଶଙ୍କ ରୁମ୍‌ରେ ଏକ ଅଧା ଚକୋଲେଟ, କିଛି ଅଧାଜଳା ସିଗାରେଟ, ମଦ ବୋତଲ ଓ ଗ୍ଲାସ ପଡ଼ିଥିବା ପୋଲିସ ତଦନ୍ତ ବେଳେ ଜାଣିବାକୁ ପାଇଥିଲା। ତେଣୁ ରାଜେଶଙ୍କୁ କେହି ପାନୀୟରେ କିଛି ମିଶାଇ ପିଇବାକୁ ଦେବା ପରେ ଫେରାର ହୋଇଯାଇଥିବା ନେଇ ସୁବ୍ରତ ସନ୍ଦେହ କରୁଛନ୍ତି। ରାଜେଶ ଓ ତାଙ୍କ ସହ ରହୁଥିବା ୨ ସାଙ୍ଗ ମିଶି ଏକ କେମିକାଲ ବ୍ୟବସାୟ କରୁଥିଲେ। ରାଜେଶ ଉକ୍ତ କେମିକାଲ ବେପାରରୁ ଭଲ ରୋଜଗାର କରୁଥିଲେ। ତେଣୁ ସେମାନଙ୍କୁ ତଦନ୍ତ ପରିସରଭୁକ୍ତ କରି ପଚରାଉଚରା କଲେ ସତ୍ୟତା ପଦାକୁ ଆସିବ ବୋଲି ସୁବ୍ରତ ଗଣମାଧ୍ୟମ ନିକଟରେ ଜଣାଇଛନ୍ତି। ତଦନ୍ତ ଅଧିକାରୀ ଦିଗ୍‌ବିଜୟିନୀ ବାଗ୍‌ କହିଛନ୍ତି, ପୂର୍ବରୁ ଜଣେ ସାଙ୍ଗଙ୍କୁ ତଦନ୍ତ ପରିସରଭୁକ୍ତ କରାଯାଇଥିବାବେଳେ ମୃତଦେହ ବ୍ୟବଚ୍ଛେଦ ରିପୋର୍ଟ ବା ଭିସାରା ରିପୋର୍ଟକୁ ଅପେକ୍ଷା କରାଯାଇଛି। ୨ ଦିନ ଭିତରେ ରିପୋର୍ଟ ଆସିଯିବା ପରେ ମୃତ୍ୟୁର କାରଣ ଜଣାପଡ଼ିବ। ଏହାପରେ ସନ୍ଦେହ ଘେରରେ ଥିବା ଅନ୍ୟ ସାଙ୍ଗମାନଙ୍କୁ ତଦନ୍ତ ପରିସରଭୁକ୍ତ କରାଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଣିକି ଟ୍ରାଫିକ୍‌ ପୋଲିସ ପିନ୍ଧିବେ AC ହେଲ୍‌ମେଟ୍‌

ଭୁବନେଶ୍ୱର,୨୦ା୪: ପ୍ରଚଣ୍ଡ ଖରାରୁ ରକ୍ଷା ପାଇବା ପାଇଁ କମିଶନରେଟ୍‌ ପୋଲିସରେ କାର୍ଯ୍ୟରତ ସମସ୍ତ ଟ୍ରାଫିକ୍‌ କର୍ମଚାରୀ ଏଣିକି ଏସି ବା ଏୟାର କଣ୍ଡିଶନ ହେଲ୍‌ମେଟ୍‌ ପିନ୍ଧିବେ।...

ବିଜେଡି ପ୍ରାର୍ଥୀ ଘୋଷଣା ପରେ ବଡ଼ ବୟାନ ଦେଲେ ପ୍ରସନ୍ନ ପାଟ୍ଟଶାଣୀ

ଭୁବନେଶ୍ୱର,୨୦।୪: ବିଧାନସଭା ନିର୍ବାଚନ ପାଇଁ ବିଜେଡି ଷଷ୍ଠ ପ୍ରାର୍ଥୀ ତାଲିକା ଶନିବାର ଘୋଷଣା କରିଛି। ଦଳ ଚିଲିକାରୁ ରଘୁନାଥ ସାହୁଙ୍କୁ ପ୍ରାର୍ଥୀ କରିଛି। ତେବେ ଚିଲିକା...

ବଡଚଣାରୁ ଲଢିବେ ବର୍ଷା, କେଉଁଠୁ ଲଢିବେ ଅନୁଭବ?

ଭୁବନେଶ୍ୱର,୨୦।୪: ବିଜେଡି ଷଷ୍ଠ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଯେଉଁଥିରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ସରପ୍ରାଇଜ କ୍ୟାଣ୍ଡିଡେଟ୍‌ ଭାବେ ବର୍ଷା ପ୍ରିୟଦର୍ଶିନୀଙ୍କୁ...

ଏହି ୨ ବିଧାୟକଙ୍କୁ ମିଳିଲାନି ଟିକେଟ୍‌

ଭୁବନେଶ୍ୱର,୨୦।୪: ବିଧାନସଭା ନିର୍ବାଚନ ପାଇଁ ବଜେଡି ଷଷ୍ଠ ପ୍ରାର୍ଥୀ ତାଲିକା ଶନିବାର ଘୋଷଣା କରିଛି। ପ୍ରାର୍ଥୀ ଘୋଷଣାରେ ଚମ୍ପୁଆ ବିଧାୟକ ମିନାକ୍ଷୀ ମହାନ୍ତ ଏବଂ ଆନନ୍ଦପୁର...

ବିଜେଡି ଷଷ୍ଠ ପ୍ରାର୍ଥୀ ତାଲିକା: ୫ ବିଧାୟକଙ୍କ କଟିଲା ଟିକେଟ୍‌

ଭୁବନେଶ୍ୱର,୨୦।୪: ବିଜେଡିର ଷଷ୍ଠ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ଆଜି ଟିକେଟ ଘୋଷଣା କରି ସମସ୍ତଙ୍କୁ ଚମକାଇ ଦେଇଛନ୍ତି। ତାଲିକାରେ...

ବରିଷ୍ଠ ବିଧାୟକ ଅମର ଶତପଥୀଙ୍କ ଟିକେଟ୍‌ କାଟି ବର୍ଷାଙ୍କ ଉପରେ ଭରସା

ଭୁବନେଶ୍ୱର,୨୦।୪: ବିଧାନସଭା ନିର୍ବାଚନ ପାଇଁ ବଜେଡି ଷଷ୍ଠ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ବିଜେଡି ବଡ଼ଚଣାର ବରିଷ୍ଠ ବିଧାୟକ ଅମର ଶତପଥୀଙ୍କ ଟିକେଟ୍‌ କଟିଛି। ତାଙ୍କ...

ସର୍‌ପ୍ରାଇଜ୍‌ କଲେ ନବୀନ, ଆଶାୟୀ ବରିଷ୍ଠ ନେତାଙ୍କ କାଟିଲେ ଟିକେଟ୍‌!

ଭୁବନେଶ୍ୱର,୨୦।୪: ପୁରୁଖା ନେତାଙ୍କ ଉପରେ ବିଜେଡିର ଭରସା ପାଉନାହିଁ। ଏହାର ପ୍ରମାଣସ୍ବରୂପ ନିର୍ବାଚନ ମଇଦାନକୁ ଦଳ ସଦ୍ୟ ସାମିଲ ହୋଇଥିବା ପ୍ରାର୍ଥୀଙ୍କୁ ଓହ୍ଲାଉଛି। ଫଳରେ ଦୀର୍ଘଦିନ...

ବିଜେଡି ବିଧାନସଭା ପ୍ରାର୍ଥୀ ତାଲିକା: ରଘୁନାଥ ସାହୁଙ୍କୁ ମିଳିଲା ଏହି ଆସନ

ଭୁବନେଶ୍ୱର,୨୦।୪: ବିଧାନସଭା ନିର୍ବାଚନ ପାଇଁ ବଜେଡି ଷଷ୍ଠ ପ୍ରାର୍ଥୀ ତାଲିକା ଶନିବାର ଘୋଷଣା କରିଛି। ତାଲିକାରେ ରହିଛି ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ନାଁ। ସେ ବଡ଼ଚଣାରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri