Posted inଖେଳ

ରାଜେଶ କୁମାରଙ୍କ ନାମ ସୁପାରିସ କଲେ ସାନ୍ଧୁ

ନୂଆଦିଲ୍ଲୀ,୧୩ା୬(ପି.ଟି.)-ଚଳିତବର୍ଷର ଦ୍ରୋଣାଚାର୍ଯ୍ୟ ପୁରସ୍କାର ପାଇଁ ପୂର୍ବତନ ଜାତୀୟ ବକ୍ସିଂ କୋଚ୍‌ ଗୁର୍‌ବକ୍ସ ସିଂ ସାନ୍ଧୁ ଦୁଇଥର ରାଜ୍ୟଗୋଷ୍ଠୀ କ୍ରୀଡ଼ା ପଦକ ବିଜେତା ମନୋଜ କୁମାରଙ୍କ ବ୍ୟକ୍ତିଗତ କୋଚ୍‌ ତଥା ବଡ଼ ଭାଇ ରାଜେଶ କୁମାର ରାଜୋଣ୍ଡଙ୍କ ନାମ ସୁପାରିସ କରିଛନ୍ତି। ଜଣେ ପୂର୍ବତନ ପୁରସ୍କାର ବିଜେତା ହିସାବରେ ସାନ୍ଧୁ ଜାତୀୟ କ୍ରୀଡ଼ା ପୁରସ୍କାର ପାଇଁ ନାମ ସୁପାରିସ କରିପାରିବେ। ୩୭ ବର୍ଷୀୟ ରାଜୋଣ୍ଡ ଇଣ୍ଟରନ୍ୟାଶନାଲ ବକ୍ସିଂ ଆସୋସିଏଶନ (ଏଆଇବିଏ)ର ଜଣେ ଟୁ-ଷ୍ଟାର କୋଚ୍‌। ଅଲିମ୍ପିଆନ ଓ ଅର୍ଜୁନ ପୁରସ୍କାର ବିଜେତା ମନୋଜଙ୍କ କ୍ୟାରିୟର ଗଢ଼ିିବାରେ ତାଙ୍କର ବିଶେଷ ଭୂମିକା ରହିଛି। ରାଜୋଣ୍ଡ୍‌ ବର୍ତ୍ତମାନ କୁରୁକ୍ଷେତ୍ର ୟୁନିଭର୍ସିଟିରେ କାର୍ଯ୍ୟରତ। ଖେଲୋ ଇଣ୍ଡିଆ ୟୁନିଭର୍ସିଟି ଗେମ୍ସ ବକ୍ସିଂ ପ୍ରତିଯୋଗିତାରେ ତାଙ୍କ ୟୁନିଭର୍ସିଟିକୁ ଶୀର୍ଷରେ ପହଞ୍ଚାଇବାରେ ତାଙ୍କର ବିଶେଷ ଭୂମିକା ରହିଛି। କ୍ରୀଡ଼ାମନ୍ତ୍ରୀ କିରେନ ରିଜିଜୁଙ୍କ ନିକଟକୁ ପଠାଇଥିବା ଏକ ଚିଠିରେ ସାନ୍ଧୁ ଉଲ୍ଲେଖ କରିଛନ୍ତି ଯେ, ଜଣେ ବକ୍ସିଂ କୋଚ୍‌ ହିସାବରେ ରାଜେଶ କୁମାରଙ୍କ ସଫଳତାକୁ ହୃଦୟଙ୍ଗମ କରିପାରିଛି। ବକ୍ସିଂ କୋଚ୍‌ କାଟେଗୋରିରେ ସମ୍ମାନଜନକ ଦ୍ରୋଣାଚାର୍ଯ୍ୟ ପୁରସ୍କାର ପାଇଁ ତାଙ୍କର ଯଥେଷ୍ଟ ଯୋଗ୍ୟତା ରହିଛି। ଅନ୍ୟପକ୍ଷରେ ଜଣେ ପୂର୍ବତନ ଏସିଆନ ଚାମ୍ପିୟନଶିପ୍‌ ପଦକ ବିଜେତା ମନୋଜ କହିଛନ୍ତି ତାଙ୍କ ଭାଇ ଜାତୀୟ ସ୍ବୀକୃତି ପାଇବା ଲାଗି ହକ୍‌ଦାର ଅଟନ୍ତି। ତାଙ୍କ ଯୋଗୁ ହିଁ ମୁଁ ବକ୍ସିଂରେ ସଫଳତା ହାସଲ କରିପାରିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଭିଭିଏସ ଲକ୍ଷ୍ମଣଙ୍କୁ ଗୌତମ ଗମ୍ଭୀରଙ୍କ ଠାରୁ ମଧ୍ୟ ଉଚ୍ଚ ପଦବୀ ପ୍ରଦାନ କରିବ ବିସିସିଆଇ, ଜାଣନ୍ତୁ କ’ଣ ଏହି…

ନୂଆଦିଲ୍ଲୀ,୧୪।୮: ବିସିସିଆଇ ପୂର୍ବତନ ଷ୍ଟାଇଲିସ ଭାରତୀୟ ବ୍ୟାଟ୍ସମ୍ୟାନ ଏବଂ ସେଣ୍ଟର ଅଫ ଏକ୍ସିଲେନ୍ସ (COE)ର ବର୍ତ୍ତମାନର ମୁଖ୍ୟ – ଭିଭିଏସ ଲକ୍ଷ୍ମଣଙ୍କୁ କ୍ରିକେଟ ନିର୍ଦ୍ଦେଶକ ଭାବରେ ନିଯୁକ୍ତ…

MIର ହେଡ କୋଚ ହେବେ ରୋହିତ ଶର୍ମା! ଆଉ ବିରାଟ…ହଇଚଇ ସୃଷ୍ଟି କଲା ଅଶ୍ୱିନଙ୍କ ଭବିଷ୍ୟବାଣୀ

ନୂଆଦିଲ୍ଲୀ, ୧୪।୮: ରୋହିତ ଶର୍ମା ଏବଂ ବିରାଟ କୋହଲି ନିଜ ଦିନିକିଆ କ୍ରିକେଟ କ୍ୟାରିୟରର ଶେଷ ପର୍ଯ୍ୟାୟରେ ପହଞ୍ଚିଛନ୍ତି। ୨୦୨୭ ବିଶ୍ୱକପ ଖେଳିବା ପରେ ଉଭୟ ଅବସର…

ଭାରତୀୟ ଖେଲାଳିଙ୍କୁ ଅଲ୍ଟିମେଟମ ଦେଲେ ଗମ୍ଭୀର: ଶେଷ ସୁଯୋଗ…

ଗାଲେ,୧୪।୮:୧୫ ଅଗଷ୍ଟରୁ ଆରମ୍ଭ ହେଉଥିବା ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ ପାଇଁ ପ୍ଲେଇଂ ଇଲେଭେନ ସମ୍ପର୍କରେ ଭାରତୀୟ ଦଳ ମଧ୍ୟରେ ବିଚାର ବିମର୍ଶ ଚାଲିଛି। ଅଧିନାୟକ ଶୁବମନ…

ଖେଳାଳିଙ୍କ ଝଗଡ଼ାରେ କ୍ରିକେଟ କୋଚ୍‌ଙ୍କ ମୃତ୍ୟୁ: ଖେଳିଗଲା ଶୋକର ଛାୟା

କଲମ୍ବୋ,୧୪ା୮(ପିଟି): ଶ୍ରୀଲଙ୍କାର ପୂର୍ବତନ ଅଧିନାୟକ କୁଶାଲ ମେଣ୍ଡିସଙ୍କୁ ପିଲାଦିନେ ମେଣ୍ଟର କରିଥିବା ୬୨ ବର୍ଷୀୟ କୋଚ୍‌ ସୁମିତ ଫର୍ନାଣ୍ଡୋ ଏକ ସ୍କୁଲ ମ୍ୟାଚ୍‌ ବେଳେ ଖେଳାଳିଙ୍କ ଝଗଡ଼ାରେ…

ଗାଲେ ଟେଷ୍ଟ ପୂର୍ବରୁ କୋଚ୍‌ଙ୍କ ବଡ଼ ବୟାନ, ଏହି ୩ ସ୍ପିନର ଦଳରେ ହୋଇପାରନ୍ତି ସାମିଲ

ଗାଲେ,୧୩ା୮: ଶନିବାରଠାରୁ ଶ୍ରୀଲଙ୍କା ବିପକ୍ଷରେ ଖେଳାଯିବାକୁ ଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଲାଗି ଭାରତୀୟ ଦଳରେ ୩ ବାମହାତୀ ସ୍ପିନରଙ୍କୁ ସାମିଲ କରାଯାଇପାରେ। ଏ ନେଇ…

କାହିଁକି ଭାଜପାରେ ସାମିଲ ହେଲେ ହରଭଜନ? ନିଜେ କହିଲେ ଏହା ପଛ ବଡ଼ କାରଣ

ନୂଆଦିଲ୍ଲୀ,୧୩।୮: ହରଭଜନ ସିଂହ ଅଭିଯୋଗ କରିଛନ୍ତି ଯେ ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ରୀଡ଼ାକୁ ପ୍ରୋତ୍ସାହନ ଦେବାରେ କୌଣସି ଆଗ୍ରହ ଦେଖାଇ ନଥିଲେ ଏବଂ ତାଙ୍କୁ କେବେ ନିଯୁକ୍ତି ମଧ୍ୟ…

ଗମ୍ଭୀରଙ୍କୁ ନେଇ ଏଭଳି କହିଦେଲେ ହରଭଜନ ସିଂ, ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୧୩।୮: ଗୌତମ ଗମ୍ଭୀରଙ୍କୁ ନେଇ ପୂର୍ବତନ ଭାରତୀୟ ସ୍ପିନର୍ ହରଭଜନ ସିଂ ଏକ ବଡ଼ ବୟାନ ଦେଇଛନ୍ତି । ହରଭଜନଙ୍କ କହିବାନୁଯାୟୀ, ସେ ଯେଉଁ ଗୌତମ ଗମ୍ଭୀରଙ୍କୁ…

ମାତ୍ର ୧୫ ବର୍ଷ ବୟସରେ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ, କ୍ରିକେଟ ଜଗତରେ ପଡିଗଲା ଚହଳ

ନୂଆଦିଲ୍ଲୀ,୧୩।୮: ଭାରତୀୟ କ୍ରିକେଟରେ ସବୁଠାରୁ ବିସ୍ଫୋରକ ଯୁବ ବ୍ୟାଟରମାନଙ୍କ ମଧ୍ୟରେ ସାମିଲ ବୈଭବ ସୂର୍ଯ୍ୟବଂଶୀ ନିଜ ବ୍ୟାଟିଂରେ ଲଗାତାର ଚର୍ଚ୍ଚାରେ ରହିଛନ୍ତି। ଜିମ୍ବାୱେ ଗସ୍ତରେ ମଧ୍ୟ ବ୍ୟାଟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri