ରାଜ୍ୟକୁ ମଦମୁକ୍ତ ଦାବିରେ ବିକ୍ଷୋଭ: ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର

ବାଲେଶ୍ୱର ଅଫିସ, ୩୧।୧-ବାଲେଶ୍ୱର ଉତ୍କଳ ମହିଳା ସମିତି ପକ୍ଷରୁ ରାଜ୍ୟକୁ ମଦ ମୁକ୍ତ କରିବା ପାଇଁ ଶୁକ୍ରବାର ପୂର୍ବାହ୍ନରେ ମୁଖ୍ୟମନ୍ତ୍ରୀଙ୍କୁ ଏକ ଦାବିପତ୍ର ଅତିରିକ୍ତ ଜିଲାପାଳ ସମ୍ବିତ କୁମାର ନାୟକଙ୍କ ମାଧ୍ୟମରେ ପ୍ରଦାନ କରିଛନ୍ତି।
ଉତ୍କଳ ମହିଳା ସମିତିର ଜିଲା ସଭାନେତ୍ରୀ ବନ୍ଦନା ବିଶ୍ୱାସଙ୍କ ନେତୃତ୍ୱରେ ଶତାଧିକ ମହିଳା ବାଲେଶ୍ୱର ରେଳଷ୍ଟେଶନରୁ ଶୋଭାଯାତ୍ରାରେ ବାହାରି ଜିଲାପାଳଙ୍କ ଅଫିସ୍‌ ସମ୍ମୁଖରେ ପହଞ୍ଚିଥିଲେ। ରାଜ୍ୟର ବରିଷ୍ଠ ନାରୀନେତ୍ରୀ ବନଲତା ଜେନା, ରାଜ୍ୟ ସମ୍ପାଦିକା ପ୍ରଭାବତୀ ଦାସ, ‘ମୋନା’ର ଜିଲା ସାଧାରଣ ସମ୍ପାଦିକା ମମତା ମହାପାତ୍ର, ସିପିଆଇ ଜିଲା ସହସମ୍ପାଦକ ଭାଗବତ ପ୍ରତିହାରୀ ଓ ଶ୍ରମିକନେତା ଗୌରାଙ୍ଗ ପାଣିଗ୍ରାହୀ ପ୍ରମୁଖ ଓଡ଼ିଶାକୁ ମଦମୁକ୍ତ ଦାବି କରି ବିକ୍ଷୋଭ ପ୍ରଦର୍ଶନ କରି ରାଜ୍ୟ ସରକାର ଅଧିକ ରାଜସ୍ବ ଲୋଭରେ ଗାଁଗଣ୍ଡାରୁ ସହରର ଗଳିକନ୍ଦିରେ ମଦଦୋକାନ ଖୋଲୁଥିବା ଅଭିଯୋଗ ଆଣିଥିଲେ। ୧୯୫୬ ମସିହାରେ ଆମ ରାଜ୍ୟରେ ପ୍ରଣୀତ ନିଶାମୁକ୍ତ ଓଡ଼ିଶା ଆଇନକୁ ତୁରନ୍ତ କାର୍ଯ୍ୟକାରୀ କରି ରାଜ୍ୟକୁ ସମ୍ପୂର୍ଣ୍ଣ ମଦମୁକ୍ତ କରିବା ପାଇଁ ଦାବି କରିଥିଲେ। ଜିଲା ସମ୍ପାଦିକା ଅରୁଣା ବାରିକ, ସଦର ବ୍ଲକ ସଭାପତି ସୁହାଗୀ ମାଝି, ଲକ୍ଷ୍ମୀ ଟୁଡୁ, ଯମୁନା ମାଝି, ଊର୍ମିଳା ଜେନା, ସବିତା ଅଗସ୍ତି, ପ୍ରଭାତୀ ରାଉତ, କମଳା ବେହେରା, ଉଷାରାଣୀ ଜେନା, କଳ୍ପନା ପାତ୍ର, କୌଶଲ୍ୟା ମଲ୍ଲିକ, ଭାରତୀ ପ୍ରଧାନ, ଯତୀନ ପାତ୍ର, ଦେବେନ୍ଦ୍ର ଜେନା, ବେଣୁଧର ବାରିକ ଓ କୈଳାଶ ପଣ୍ଡା ପ୍ରମୁଖ ଶୋଭାଯାତ୍ରାରେ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଭାଜପା ରାଜ୍ୟ କାର୍ଯ୍ୟକାରିଣୀ କମିଟି ସଦସ୍ୟ ଭାବେ ମନୋନୀତ ହେଲେ ବିପିନ,ସମର୍ଥକଙ୍କ ମଧ୍ୟରେ…

ଦିଗପହଣ୍ଡି,୧୦|୪(ଅଶେଷ ନାଥ ମିଶ୍ର): ଭାରତୀୟ ଜନତା ପାର୍ଟିର ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ଶୁକ୍ରବାର  ଦିଗପହଣ୍ଡି ବ୍ଳକର ପୂର୍ବତନ ଅଧ୍ୟକ୍ଷ ତଥା  ୨୬ ନଂ…

ଥୁଆମୂଳ ରାମପୁର ବ୍ଲକରେ ବିକାଶ କାର୍ଯ୍ୟର ସମୀକ୍ଷା; ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିବାକୁ ଚେତାବନୀ ଦେଲେ ପ୍ରଦୀପ ଦିଶାରୀ

ଥୁଆମୂଳ ରାମପୁର, ୧୦/୦୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଭାଗୃହରେ ଶୁକ୍ରବାର ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକରେ ପ୍ରଶାସନିକ ଅବହେଳାର ଏକ ନଗ୍ନ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ପୁରୀ ରଥଯାତ୍ରା: ଘୋଗଡରୁ ଟ୍ରକ ଯୋଗେ ପୁରୀ ଗଲା ରଥକାଠ

ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ)-ପୁରୀ ରଥଯାତ୍ରାରେ ରଥ ନିର୍ମାଣ ପାଇଁ ଆବଶ୍ୟକ ହେଉଥିବା ରଥ କାଠ ରାଜ୍ୟର ବିଭିନ୍ନ ଜଙ୍ଗଲରୁ ଯାଉଛି। ବିଗତ କିଛି ବର୍ଷ ହେବ ଗଞ୍ଜାମ ଜିଲା…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri