ରାଜ୍ୟଗୁଡ଼ିକୁ ୩୬,୪୦୦ କୋଟିର ଜିଏସ୍‌ଟି କ୍ଷତିପୂରଣ

ନୂଆଦିଲ୍ଲୀ,୬।୬: ରାଜ୍ୟ ଏବଂ କେନ୍ଦ୍ର ଶାସିତ ଅଞ୍ଚଳଗୁଡିକୁ ସାମଗ୍ରୀ ଓ ସେବା ଟିକସ(ଜିଏସ୍‌ଟି) କ୍ଷତିପୂରଣ ବାବଦ କେନ୍ଦ୍ର ସରକାର ୩୬,୪୦୦ କୋଟି ଟଙ୍କା ପ୍ରଦାନ କରିଛନ୍ତି। ଫେବୃୟାରୀ ସୁଦ୍ଧା ଏହି ଅର୍ଥ ପ୍ରଦାନ କରାଯାଇଥିବା ଜଣାପଡିଛି। ଜିଏସ୍‌ଟି କାର୍ଯ୍ୟକାରୀ ହେବା ପରେ ରାଜ୍ୟଗୁଡିକ ସହୁଥିବା କ୍ଷତିର ଭରଣା ଲାଗି ଏଭଳି ବ୍ୟବସ୍ଥା କରାଯାଇଛି। ଏପ୍ରିଲରୁ ନଭେମ୍ବର ୨୦୧୯ ଯାଏ କେନ୍ଦ୍ର ସରକାର ୧.୧୫ ଲକ୍ଷ କୋଟି ଟଙ୍କାର କ୍ଷତିପୂରଣ ପ୍ରଦାନ କରିଛନ୍ତି। କରୋନା ପାଇଁ ରାଜ୍ୟଗୁଡିକ ବର୍ତ୍ତମାନ ଅଧିକ ଅର୍ଥ ଖର୍ଚ୍ଚ କରିବାକୁ ପଡୁଛି। ଏହାକୁ ଧ୍ୟାନରେ ରଖି କେନ୍ଦ୍ର ସରକାର ୨୦୧୯ ଡିସେମ୍ବରରୁ ୨୦୨୦ ଫେବୃୟାରୀ ଅବଧି ଲାଗି ୩୬,୪୦୦ କୋଟି ଟଙ୍କା ପ୍ରଦାନ କରିଥିବା ଜଣାପଡିଛି। ୨୦୧୮-୧୯ରେ ୬୯,୨୭୫ କୋଟି, ୨୦୧୭-୧୮ରେ ୪୧,୧୪୬ କୋଟି ପ୍ରଦାନ କରାଯାଇଛି। ଗତ ୩ ଆର୍ଥତ୍କ ବର୍ଷରେ ସେସ୍‌ ବା ଉପକର ବାବଦକୁ ସରକାର ଯଥାକ୍ରମେ ୬୨,୬୧୧ କୋଟି, ୯୫,୦୮୧ କୋଟି ଏବଂ ଗତ ଆର୍ଥତ୍କ ବର୍ଷ ୯୫ ହଜାର କୋଟି ଟଙ୍କା ସଂଗ୍ରହ କରିଛନ୍ତି। ୨୦୧୭-୧୮ ଏବଂ ୨୦୧୮-୧୯ରେ ଯେତେ ପରିମାଣର ସେସ୍‌ ସଂଗ୍ରହ କରାଯାଇଛି ରାଜ୍ୟଗୁଡିକୁ ପ୍ରଦାନ କରାଯାଇଥିବା କ୍ଷତିପୂରଣ ରାଶି ତା’ଠାରୁ କମ୍‌ ରହିଛି। ବଳକା ରାଶି କେନ୍ଦ୍ର ସରକାରଙ୍କ ନିକଟରେ ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Repo Rate: FD ନିବେଶକଙ୍କ ପାଇଁ ଖୁସି ଖବର; ବ୍ୟାଙ୍କଗୁଡ଼ିକ ସୁଧ ହାର…

ନୂଆଦିଲ୍ଲୀ,୭।୧୦: ଯଦି ଆପଣ ଏକ ଫିକ୍ସଡ ଡିପୋଜିଟ (FD) ଖୋଲିବାକୁ ବିଚାର କରୁଛନ୍ତି, ତେବେ ଆପଣଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର ରହିଛି। ଭାରତୀୟ ରିଜର୍ଭ ବ୍ୟାଙ୍କ…

କେବେ ଭାବିଛନ୍ତି କି, ଗୋଟିଏ ମାସରେ ପୂରା ଭାରତର ବିଜୁଳି ବିଲ କେତେ ଆସୁଥିବ?

ଆଜିକାଲି ବଢ଼ୁଥିବା ମହଙ୍ଗା ମାଡ଼ରେ ଘରର ବଜେଟ ସମ୍ଭାଳିବା ବହୁତ କଷ୍ଟକର ହୋଇପଡ଼ିଛି। ଯଦି ପରିବାରରେ କେବଳ ଜଣେ ହିଁ ରୋଜଗାରକ୍ଷମ ବ୍ୟକ୍ତି ଥାଆନ୍ତି, ତେବେ ପ୍ରତି…

RBIର ବଡ଼ ଝଟକା: ୪ ବର୍ଷ ପରେ ବୃଦ୍ଧି ପାଇଲା ରେପୋ ରେଟ, ଜାଣନ୍ତୁ କେତେ ବଢ଼ିବ EMI

ନୂଆଦିଲ୍ଲୀ,୭।୧୦: ଅକ୍ଟୋବର ୨୦୨୬ରେ ଅନୁଷ୍ଠିତ ମୁଦ୍ରା ନୀତି କମିଟି (MPC) ବୈଠକରେ, ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ରେପୋ ହାରକୁ ୨୫ ବେସିସ ପଏଣ୍ଟ (୦.୨୫%) ବୃଦ୍ଧି…

LPG ଗ୍ରାହକଙ୍କ ପାଇଁ ବଡ଼ ଖବର, ଗ୍ୟାସ ସିଲିଣ୍ଡର ଫେରାଇଲେ ସିଧା ମିଳିବ ୫୦୦ଟଙ୍କା!

ନୂଆଦିଲ୍ଲୀ,୬।୧୦: ଯଦି ଆପଣ ଚାକିରି କିମ୍ୱା ପାଠପଢ଼ା ପାଇଁ ବାହାରେ କୌଣସି ଅନ୍ୟ ସହରରେ ରହୁଛନ୍ତି ଏବଂ ଆପଣଙ୍କ ପାଖରେ ସେଠାକାର ସ୍ଥାନୀୟ ଠିକଣା ପ୍ରମାଣପତ୍ର (Local…

କେଉଁ ୱେଟିଂ ଟିକେଟ ସବୁଠୁ ଆଗ କନଫର୍ମ ହୁଏ? ଜାଣନ୍ତୁ ରେଳବାଇର ନୂଆ ନିୟମ…

ଭାରତୀୟ ରେଳବାଇରେ ଯାତ୍ରା କରୁଥିବା ସମୟରେ ଯଦି ଆପଣଙ୍କୁ କନଫର୍ମ ସିଟ ନ ମିଳେ, ତେବେ IRCTC ସିଷ୍ଟମ ଆପଣଙ୍କୁ ୱେଟିଂ ଟିକେଟ (Waiting Ticket) ପ୍ରଦାନ…

ପୁଣି ମହଙ୍ଗା ହେବ ମୋବାଇଲ ରିଚାର୍ଜ ପ୍ଲାନ! ଜାଣନ୍ତୁ କେବେଠୁ…

ନୂଆଦିଲ୍‌ଲୀ,୬।୧୦: ସାଧାରଣ ଲୋକଙ୍କୁ ପୁଣି ଥରେ ମହଙ୍ଗା ମାଡ଼ର ଝଟକା ଲାଗିପାରେ। ଏଥର ଏହି ଝଟକା ଟେଲିକମ କମ୍ପାନୀଗୁଡ଼ିକ ଦେଇପାରନ୍ତି। ଏକ ରିପୋର୍ଟ ଅନୁସାରେ, ଆଗାମୀ ୪ରୁ…

ଓଏଚ୍‌ପିସି ଓ ବିଶ୍ୱ ଦକ୍ଷତା କେନ୍ଦ୍ର ମଧ୍ୟରେ ଏମ୍‌ଓୟୁ

ଭୁବନେଶ୍ୱର,୬।୧୦: ”ସବୁଜ ଶକ୍ତି ଉତ୍କର୍ଷ କେନ୍ଦ୍ର’ ସ୍ଥାପନ ପାଇଁ ଓଡ଼ିଶା ଜଳବିଦ୍ୟୁତ ଶକ୍ତି ନିଗମ ଲିମିଟେଡ୍‌ (ଓଏଚ୍‌ପିସି) ଓ ଭୁବନେଶ୍ୱରସ୍ଥିତ ବିଶ୍ୱ ଦକ୍ଷତା କେନ୍ଦ୍ର ମଧ୍ୟରେ ସୋମବାର…

କମିଲା ସୁନା-ରୁପା ମୂଲ୍ୟ; କିଣିନିଅନ୍ତୁ ମନ ପସନ୍ଦର ଗହଣା, ଜାଣନ୍ତୁ ଦୀପାବଳି ସୁଦ୍ଧା ଦର କେତେ ରହିବ

ନୂଆଦିଲ୍ଲୀ,୬।୧୦: ଗତକାଲି, ଅର୍ଥାତ ସୋମବାର ସୁନା ଓ ରୁପା ଦରରେ ଉତ୍ଥାନ-ପତନ ଦେଖିବାକୁ ମିଳିଥିଲା। ଆଜି, ଅକ୍ଟୋବର ୬ରେ MCX ରେ ଉଭୟ ଧାତୁର ମୂଲ୍ୟ ହ୍ରାସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?