Posted inଖେଳ

‘ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଶୁଟିଂ ସାମିଲ ହେବ ନାହିଁ’

ଲଣ୍ଡନ,୧୪।୮(ପି.ଟି.)- ଭାରତ ଓହରିଯିବାର ଧମକ ଦେବା ସତ୍ତ୍ୱେ ମଧ୍ୟ ଶୁଟିଂ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ସାମିଲ ହେବ ନାହିଁ ବୋଲି କ୍ରୀଡ଼ା ଫେଡେରେଶନ (ସିଜିଏଫ୍‌) ମୁଖ୍ୟ ଲୋଇସ୍‌ ମାର୍ଟିନ ସ୍ପଷ୍ଟ କରିଛନ୍ତି। ୨୦୨୨ରେ ବର୍ମିଂହାମ୍‌ରେ ଆୟୋଜନ ହେବାକୁ ଥିବା ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଶୁଟିଂକୁ ବାଦ୍‌ ଦିଆଯାଇଛି। ୧୯୭୪ ପରେ ପ୍ରଥମଥର ପାଇଁ ଶୁଟିଂକୁ ଏହି ମେଗା ଇଭେଣ୍ଟରୁ ବାଦ୍‌ ଦିଆଯାଇଛି। ଶୁଟିଂ ଏହି କ୍ରୀଡ଼ାରେ ଏକ ବାଧ୍ୟତାମୂଳକ ଇଭେଣ୍ଟ ନୁହଁ ଓ ଶୁଟିଂ ପାଇଁ ଆମ ପାଖରେ ସ୍ଥାନ ନାହିଁ ବୋଲି ସେ କହିଛନ୍ତି। ଉଲ୍ଲେଖଥାଉ କି, ଭାରତ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଶୁଟିଂରେ ସବୁବେଳେ ଭଲ ପ୍ରଦର୍ଶନ କରିଥାଏ। ଗୋଲ୍ଡକୋଷ୍ଟରେ ଅନୁଷ୍ଠିତ ଗତ ସଂସ୍କରଣରେ ଭାରତ ଶୁଟିଂରେର ୧୬ଟି ପଦକ ହାସଲ କରିଥିଲା। ଶୁଟିଂକୁ ବାଦ୍‌ ଦିଆଯାଇଥିବାରୁ ଭାରତ ୨୦୨୨ ଗେମ୍ସରୁ ଓହରିଯିବାକୁ ଧମକ ଦେଇଛି। ଏ ସଂକ୍ରାନ୍ତରେ ଭାରତୀୟ ଅଲିମ୍ପିକ୍‌ ଆସୋସିଏଶନ (ଆଇଓଏ) ମୁଖ୍ୟ ନରିନ୍ଦର ବାତ୍ରା କ୍ରୀଡ଼ାମନ୍ତ୍ରୀ କିରେନ ରିଜିଜୁଙ୍କ ଅନୁମତି ଲୋଡିଛନ୍ତି।
ଶୁଟିଂକୁ ବାଦ୍‌ ଦିଆଯିବା ନିଷ୍ପତ୍ତି କ୍ରୀଡ଼ା ସମ୍ବିଧାନର ଉଲ୍ଲଂଘନ ନୁହଁ। ଶୁଟିଂ ସବୁବେଳେ ଏକ ଇଚ୍ଛାଧୀନ ଇଭେଣ୍ଟ ହିସାବରେ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ସାମିଲ ହୋଇଥାଏ। ଭାରତ ଏହା ହୃଦୟଙ୍ଗମ କରିବା ଉଚିତ ବୋଲି ବର୍ମିଂହାମ ୨୦୨୨ ରାଜ୍ୟଗୋଷ୍ଠୀ କ୍ରୀଡ଼ା ମୁଖ୍ୟ କାର୍ଯ୍ୟନିର୍ବାହୀ ଇଆନ ରେଡ୍‌ ସ୍ପଷ୍ଟ କରିଛନ୍ତି। ଅନ୍ୟପଟେ ଗନ୍‌ ଇଣ୍ଡଷ୍ଟ୍ରୀ ୟୁନିୟନ ମଧ୍ୟ ଏହି ନିଷ୍ପତ୍ତି ବିରୋଧରେ ଅସନ୍ତୋଷ ଜାହିର କରିଛି। ଶୁଟିଂକୁ ବାଦ୍‌ ଦିଆଯାଇଥିବାରୁ ଭାରତ ଭଳି ଅଷ୍ଟ୍ରେଲିଆ ମଧ୍ୟ ରାଜ୍ୟଗୋଷ୍ଠୀ କ୍ରୀଡ଼ା ବର୍ଜନ କରୁ ବୋଲି ଏହି ୟୁନିୟନ ଅନୁରୋଧ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, ଖେଳ View All

ଲିଟିଲ ମିସ ଗ୍ଲୋବାଲ ଇଣ୍ଟରନ୍ୟାଶନାଲ ବିଜେତାଙ୍କୁ ଲୋଇସିଂହାର ଭବ୍ୟ ସାଗତ ସମ୍ବର୍ଦ୍ଧନା

ଲୋଇସିଂହା,୧।୧(ସୁଶାନ୍ତ ବାରିକ):ମହାରାଷ୍ଟ୍ରର ସାଙ୍ଗଲୀ ସହରରେ ଗ୍ଲୋବାଲ ମଡେଲ ଇଣ୍ଡିଆ ତରଫରୁ ଆୟୋଜିତ ଲିଟିଲ ମିସ ଇଣ୍ଡିଆ ଜାତୀୟ ମଡେଲିଂ ପ୍ରତିଯୋଗିତାରେ ବଲାଙ୍ଗୀର ଜିଲା ଲୋଇସିଂହା ଥାନା...

୨୦୨୬ରେ ଅବସର ନେବେ ଏହି ୫ କ୍ରିକେଟର ! ଲିଷ୍ଟରେ ଅଛି ଚକିତ କଲା ଭଳି ନାଁ

ନୂଆଦିଲ୍ଲୀ,୧।୧: ସମଗ୍ର ବିଶ୍ୱ ଏକ ନୂତନ ବର୍ଷରେ ପ୍ରବେଶ କରିବାକୁ ଯାଉଛି। ୨୦୨ ମସିହାରେ କ୍ରିକେଟ ଜଗତରେ ପ୍ରମୁଖ ଟୁର୍ନାମେଣ୍ଟ ଦେଖିବାକୁ ମିଳିଥିଲା, ଯେପରିକି ଚାମ୍ପିଅନ୍ସ...

ଜିଲା ପାଇଁ ଗୌରବ ଆଣିଲେ ଆକାଶ: ଜିତିଲେ…

ଭବାନୀପାଟଣା,୧ା୧(ଉତ୍ତମ କୁମାର ଦାଶ):ଭୁବନେଶ୍ୱର ଓଲ୍‌ଡ଼ ଡିଏସ୍‌ୱାଇଏସ୍‌ ଇଣ୍ଡୋର ଷ୍ଟାଡିୟମରେ ଗତ ୩ ଦିନ ଧରି ଚାଲିଥିବା ରାଜ୍ୟ ପାରା ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ ମଙ୍ଗଳବାର ଉଦ୍‌ଯାପିତ ହୋଇଛି।...

ବଢିଲା ଯୁଦ୍ଧ ଭୟ! ନୂଆବର୍ଷରେ ପାକିସ୍ତାନ ଭାରତ ସୀମାରେ କଲା ଏମିତି କାମ…

ଇସଲାମବାଦ,୧।୧: ସମଗ୍ର ବିଶ୍ୱ ନୂତନ ବର୍ଷ ପାଳନ କରୁଥିବା ବେଳେ, ପାକିସ୍ତାନ ତାର ଘୃଣ୍ୟ କାର୍ଯ୍ୟକଳାପ ଜାରି ରଖିଛି। ନୂତନ ବର୍ଷ ସକାଳୁ ସକାଳୁ ଜମ୍ମୁ...

ନୂଆବର୍ଷରେ ଚିଲିକାରେ ବଡ଼ ଅଘଟଣ: ମଝି ଚିଲିକାରେ ଫସିଲା ଭସାପୋଲ

କୃଷ୍ଣପ୍ରସାଦ,୧।୧: ନୂଆବର୍ଷରେ ଚିଲିକାରେ ଏକ ଅଘଟଣ ଘଟିଯାଇଛି। ଏଠାରେ ଏକ ଯାତ୍ରୀବାହୀ ଭସାପୋଲ ଫସିଯାଇଛି। ମଝି ଚିଲିକାରେ ୫୦ ଯାତ୍ରୀ, ଗୋଟିଏ ବସ ଓ ୨ଟି...

ଆଜି ପରମାଣୁ ସ୍ଥାନର ଠିକଣା ଦେବେ ଭାରତ-ପାକିସ୍ତାନ, ଯୁଦ୍ଧ ନେଇ ସଙ୍କେତ!

ନୂଆଦିଲ୍ଲୀ,୧।୧: ଆମର ପଡ଼ୋଶୀ ଏବଂ ଶତ୍ରୁ ପାକିସ୍ତାନର କାର୍ଯ୍ୟକଳାପ ସମସ୍ତଙ୍କୁ ଜଣା। ତେବେ ଆଜି ଉଭୟ ଦେଶ ପରସ୍ପର ସହିତ ଏକ ତାଲିକା ବାଣ୍ଟିବେ, ଯେଉଁଥିରେ...

ଜାଡ଼ରେ ଜିରୋ ନାଇଟ, ସକାଳୁ ନୂଆବର୍ଷ ପାଇଁ ଉତ୍ସବମୁଖର: ଭାଇଚାରା ବାଣ୍ଟିଲେ ଅଞ୍ଚଳବାସୀ

ଦାରିଙ୍ଗବାଡି, ୧ (୧ (ଅରୁଣ ସାହୁ ):ଓଡିଶାର କାଶ୍ମୀର ଦାରିଙ୍ଗବାଡିରେ ଲାଗି ରହିଛି ଶୀତ। ତାପମାତ୍ରା ୭ ଡିଗ୍ରୀ ରହିଥିବାବେଳେ ଶୀତକୁ ଖାତିର ନକରି ସବୁଠି...

ନିଆରା ଢଙ୍ଗରେ ନୂଆବର୍ଷକୁ ସ୍ବାଗତ: ଚା’ ବାଣ୍ଟି ଜଣାଇଲେ ଶୁଭେଚ୍ଛା

ରାଇକିଆ,୧।୧(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଅଞ୍ଚଳରେ ଉତ୍ସାହ ଓ ଉଦ୍ଦୀପନାର ସହ ପାଳନ ହୋଇଛି ଇଂରାଜୀ ନୂତନ ବର୍ଷ। ଏହାକୁ ନିଆରା ଢଙ୍ଗରେ ପାଳନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri