Posted inଖେଳ

ରାଜ୍ୟଗୋଷ୍ଠୀ ଟେବୁଲ ଟେନିସ: ଦଳଗତ ଇଭେଣ୍ଟରେ ଭାରତକୁ ଡବଲ ସ୍ବର୍ଣ୍ଣ

କଟକ ଅଫିସ,୨୦ା୭- ରାଜ୍ୟ ଗୋଷ୍ଠୀ ଟେବୁଲ ଟେନିସ କ୍ରୀଡ଼ାର ୨୧ ତମ ସଂସ୍କରଣରେ ଭାରତ ଦଳଗତ ଇଭେଣ୍ଟରେ ଡବଲ ସ୍ବର୍ଣ୍ଣ ପଦକ ବିଜୟୀ ହୋଇଛି । ଜବାହରଲାଲ ନେହେରୁ ଇନ୍‌ଡୋର ଷ୍ଟାଡିୟମରେ ଚାଲିଥିବା ଏହି ମେଗା ପ୍ରତିଯୋଗିତାର ଶୁକ୍ରବାର ଉଭୟ ପୁରୁଷ ଓ ମହିଳା ବିଭାଗରେ ଭାରତୀୟ ଦଳ ଚାମ୍ପିୟନ ହୋଇଛି । ଉଭୟ ବିଭାଗର ଫାଇନାଲରେ ଭାରତୀୟ ଦଳର ପ୍ରତିଦ୍ୱନ୍ଦୀ ଥିଲା ଇଂଲଣ୍ଡ । ମହିଳା ବିଭାଗରେ ୩-୦ ସେଟରେ ସହଜ ବିଜୟ ହାସଲ କରି ଦଳ ଚାମ୍ପିୟନ ହୋଇଥିବା ବେଳେ ପୁରୁଷ ବିଭାଗର ମୁକାବିଲା ସଂଘର୍ଷପୂର୍ଣ୍ଣ ରହିଥିଲା । ପ୍ରାରମ୍ଭରୁ ପଛରେ ପଡ଼ିଥିବା ଭାରତୀୟ ପୁରୁଷ ଦଳ ୩-୨ ସେଟରେ ଇଂଲଣ୍ଡକୁ ଫାଇନାଲରେ ହରାଇଥିଲେ । ଉଭୟ ବିଭାଗରେ ଇଂଲଣ୍ଡ ରୌପ୍ୟ ଓ ସିଙ୍ଗାପୁର ବ୍ରୋଞ୍ଜ ପଦକ ବିଜୟୀ ହୋଇଛନ୍ତି । ହାଇକୋର୍ଟର ମୁଖ୍ୟ ବିଚାରପତି କେ.ଏସ୍‌ ଝାବେରୀ, ଅଲିମ୍ପିଆନ ଶୁଟର ଅଭିନବ ବିନ୍ଦ୍ରା ପୁରସ୍କାର ବିତରଣୀ ଉତ୍ସବରେ ଅତିଥି ଭାବେ ଯୋଗ ଦେଇଥିଲେ । ମିକ୍ସଡ ଡବଲ୍ସ ଇଭେଣ୍ଟ ମଧ୍ୟ ଶୁକ୍ରବାର ସନ୍ଧ୍ୟାରୁ ଆରମ୍ଭ ହୋଇଛି । ଶୁକ୍ରବାର ଉଭୟ ବିଭାଗର ସେମିଫାଇନାଲ ମୁକାବିଲା ହୋଇଥିଲା । ମହିଳା ବିଭାଗର ପ୍ରଥମ ସେମିଫାଇନାଲ ଇଂଲଣ୍ଡ ଓ ନାଇଜେରିଆ ଭିତରେ ହୋଇଥିବା ବେଳେ ଇଂଲଣ୍ଡ ୩-୦ ସେଟରେ ବାଜିମାତ କରିଥିଲା । ଦ୍ୱିତୀୟ ସେମି ମୁକାବିଲାରେ ଭାରତ ୩-୦ ସେଟରେ ସିଙ୍ଗାପୁରକୁ ହରାଇ ଫାଇନାଲରେ ପ୍ରବେଶ କରିଥିଲା । ସେହିପରି ପୁରୁଷ ବିଭାଗର ସେମିଫାଇନାଲରେ ମଧ୍ୟ ଭାରତର ମୁକାବିଲା ହୋଇଥିଲା ସିଙ୍ଗାପୁର ସହ । ୩-୦ ସେଟରେ ଭାରତ ଉକ୍ତ ମ୍ୟାଚ୍‌କୁ ଜିତିଥିଲା । ଅନ୍ୟଏକ ସେମିଫାଇନାଲରେ ଇଂଲଣ୍ଡ ୩-୧ ସେଟରେ ମାଲେସିଆକୁ ପରାସ୍ତ କରିଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଗମ ଅଞ୍ଚଳରେ ବିକାଶକୁ ଗୁରୁତ୍ୱ: ଭ୍ରମରବାଡିରେ ପହଞ୍ଚିଲା ଜିଲା ପ୍ରଶାସନ

ଦାରିଙ୍ଗବାଡି,୧୭।୪(ଅରୁଣ ସାହୁ):ଏକଦା ମାଓବାଦୀ ପ୍ରବଣ ଅଞ୍ଚଳ ଭାବେ ଜଣାଶୁଣା ଥିଲା ଭ୍ରମରବାଡି। ଏବେ ଆଉ ସେ ପରିସ୍ଥିତି ନାହିଁ, ସେପଟେ କେନ୍ଦ୍ର ଗୃହ ମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟରେ…

ବଡ଼ ନିଷ୍ପତି: ଯାଞ୍ଚ ହେବ ଡୋପ ଟେଷ୍ଟିଂ ଲାବୋରେଟୋରୀ

ନୂଆଦିଲ୍ଲୀ,୧୭ା୪: ଭାରତର ଜାତୀୟ ଡୋପ ଟେଷ୍ଟିଂ ଲାବୋରେଟୋରୀ (ଏନ୍‌ଡିଟିଏଲ୍‌)ର ପ୍ରଦର୍ଶନକୁ ଆଗାମୀ କିଛି ମାସରେ ମୂଲ୍ୟାଙ୍କନ କରାଯିବ। ନୂଆଦିଲ୍ଲୀରେ ବସିଥିବା ଗ୍ଲୋବାଲ ଆଣ୍ଟି-ଡୋପିଂ ଇଣ୍ଟେଲିଜେନ୍ସ ଆଣ୍ଡ୍‌ ଇନଭେଷ୍ଟିଗେଶନ…

ଏହି ଦିନ ଅନାବରଣ ହେବ ଭଗବାନ ପର୍ଶୁରାମଙ୍କ ପ୍ରତିମୂର୍ତ୍ତି: ଧାର୍ଯ୍ୟ ହେଲା ଦିନ, ସମୟ

ବଲାଙ୍ଗୀର, ୧୭।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ମହାସଭା ପକ୍ଷରୁ ଭଗବାନ ପର୍ଶୁରାମ ଜନ୍ମୋତ୍ସବ ଓ ପ୍ରତିମୂର୍ତ୍ତି ଅନାବରଣ କାର୍ଯ୍ୟକ୍ରମ ଆସନ୍ତା ୧୯ ତାରିଖରେ ଅନୁଷ୍ଠିତ ହେବ।…

Women Reservation Act 2023: ମହିଳା ସଂରକ୍ଷଣ ଆଇନ ସାରା ଦେଶରେ କାର୍ଯ୍ୟକାରୀ: ବିଜ୍ଞପ୍ତି ଜାରି କଲେ ସରକାର, କେବେ କାର୍ଯ୍ୟକାରୀ ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୭।୪: କେନ୍ଦ୍ର ଆଇନ ମନ୍ତ୍ରଣାଳୟ ଦ୍ୱାରା ଜାରି ଏକ ବିଜ୍ଞପ୍ତି ଅନୁଯାୟୀ, ମହିଳା ସଂରକ୍ଷଣ ଆଇନ, 2023, ଗୁରୁବାର (ଏପ୍ରିଲ ୧୬) ଠାରୁ କାର୍ଯ୍ୟକାରୀ ହୋଇଛି, ଏବଂ…

ଦେବଗଡ଼ ଜିଲା ପାଇଁ ଗୌରବ: ପଞ୍ଚମ ଶ୍ରେଣୀ ଭାଷା ମହକ ବହିରେ ସ୍ଥାନ ପାଇଲା ‘ପ୍ରଧାନପାଟ’ ବିଷୟବସ୍ତୁ

ଦେବଗଡ଼,୧୭।୪(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲାର ପ୍ରଧାନପାଟ ଜଳପ୍ରପାତ ଓଡ଼ିଶାର ଏକ ପ୍ରମୁଖ ପର୍ଯ୍ୟଟନସ୍ଥଳୀଭାବେ ଓଡ଼ିଶା ତଥା ରାଜ୍ୟ ବାହାରେ ସୁପରିଚିତ ତଥା ପ୍ରସିଦ୍ଧ ଲାଭ କରିଛି।…

ଜ୍ୱାଇଁଙ୍କୁ ଛୁରି ଭୁସି ହତ୍ୟା: ଶଳା-ଶଳା ଭାଉଜଙ୍କୁ ବାନ୍ଧିଲା ପୋଲିସ

ବ୍ରହ୍ମପୁର,୧୭।୪ (ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ବଡ଼ବଜାର ଥାନା ଅନ୍ତର୍ଗତ ରେଡିକା ସାହିରେ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ଘଟି ଛୁରାମାଡ଼ରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି।…

ଇଣ୍ଡୋନେସିଆର ପଶ୍ଚିମ କାଲିମଣ୍ଟାନରେ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ, ୮ମୃତ

ଜାକର୍ତ୍ତା,୧୭।୪: ଇଣ୍ଡୋନେସିଆର ପଶ୍ଚିମ କାଲିମଣ୍ଟାନ ପ୍ରଦେଶରେ ଏକ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହେବା ପରେ ଏଥିରେ ଥିବା ସମସ୍ତ ଆଠ ଜଣଙ୍କର ମୃତ୍ୟୁ ହୋଇଛି। ଉଦ୍ଧାରକାରୀ ଦଳ ବର୍ତ୍ତମାନ…

ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧଦିବସ ପାଳିତ: ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ପ୍ରଦାନ କଲେ ଦଳୀୟକର୍ମୀ

ପୁରୁଷୋତ୍ତମପୁର,୧୭।୪ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସି ଓ ବ୍ଲକ ବିଜୁ ଜନତା ଦଳ ତରଫରୁ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ୨୯ ତମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri