Posted inଖେଳ

ରାଜ୍ୟଗୋଷ୍ଠୀ ଭାରୋତ୍ତୋଳନରେ ଓଡ଼ିଆଙ୍କ ଚମକ: ଭକ୍ତରାମଙ୍କୁ ଡବଲ୍‌, ଝିଲ୍ଲୀଙ୍କୁ ୧ ସ୍ବର୍ଣ୍ଣ

ଭୁବନେଶ୍ୱର, ୧୦।୭ (ସ୍ପୋଟର୍‌ସ ବ୍ୟୁରୋ)- ଅଷ୍ଟ୍ରେଲିଆର ଆପିଆଠାରେ ମଙ୍ଗଳବାରଠାରୁ ଆରମ୍ଭ ହୋଇଥିବା ରାଜ୍ୟଗୋଷ୍ଠୀ ଭାରୋତ୍ତୋଳନ ଚାମ୍ପିୟନଶିପ୍‌ (ୟୁଥ୍‌, ଜୁନିୟର ଓ ସିନିୟର)ର ପ୍ରଥମ ଦିବସରେ ଓଡ଼ିଆ ପ୍ରତିଯୋଗୀଙ୍କ ଚମକ ଦେଖିବାକୁ ମିଳିଛି। ଭାରତୀୟ ଦଳ ପକ୍ଷରୁ ପ୍ରତିନିଧିତ୍ୱ କରୁଥିବା ଓଡ଼ିଶାର ୩ ଖେଳାଳି ୩ ସ୍ବର୍ଣ୍ଣ ଓ ଗୋଟିଏ ରୌପ୍ୟ ସହ ମୋଟ୍‌ ୪ ପଦକ ପ୍ରଥମ ଦିନରେ ଜିତିଛନ୍ତି। ୩ ସ୍ବର୍ଣ୍ଣ ପଦକ ମଧ୍ୟରୁ ଭକ୍ତରାମ ଦେସ୍ତି ୨ ଓ ଝିଲ୍ଲୀ ଦଳବେହେରା ଗୋଟିଏ ପାଇଥିଲେ। ସେହିଭଳି ସ୍ନେହା ସୋରେନଙ୍କୁ ରୌପ୍ୟ ପଦକରେ ସନ୍ତୁଷ୍ଟ ହେବାକୁ ପଡ଼ିଥିଲା। ମୋଟ୍‌ ଉପରେ ଭାରତୀୟ ଦଳ କିନ୍ତୁ ମଙ୍ଗଳବାର ୮ ସ୍ବର୍ଣ୍ଣ, ୩ ରୌପ୍ୟ ଓ ୨ ବ୍ରୋଞ୍ଜ ସହ ମୋଟ୍‌ ୧୩ ପଦକ ହାସଲ କରିଛି।
ଝିଲ୍ଲୀ ଦଳ ବେହେରା ସିନିୟର ମହିଳା ୪୫ କିଗ୍ରା ବର୍ଗରେ ୧୫୪ କିଗ୍ରା ଭାର ଉଠାଇ ପ୍ରଥମ ସ୍ଥାନ ଲାଭ କରିଥିଲେ। ସେ ସ୍ନାଚରେ ୭୦ ଓ କ୍ଲିନ ଆଣ୍ଡ୍‌ ଜର୍କରେ ୯୪ କିଗ୍ରା ଉଠାଇଥିଲେ। ସେହିଭଳି ଜୁନିୟର ଓ ୟୁଥ୍‌ ପୁରୁଷ ବିଭାଗର ୪୯ କିଗ୍ରା ବିଭାଗରେ ଭକ୍ତରାମ ମୋଟ୍‌ ୧୮୫ (ସ୍ନାଚରେ ୭୭+କ୍ଲିନ୍‌ ଆଣ୍ଡ୍‌ ଜର୍କରେ ୧୦୮) କିଗ୍ରା ଭାର ଉଠାଇ ୨ ସ୍ବର୍ଣ୍ଣ ପଦକ ହାସଲ କରିଥିଲେ। ଜୁନିୟର ମହିଳା ବିଭାଗର ୫୫ କିଗ୍ରା ବର୍ଗରେ ସ୍ନେହା ମୋଟ୍‌ ୧୬୯ (୭୩+୯୬) କିଗ୍ରା ସହ ପୋଡିୟମର ୨ୟ ସ୍ଥାନରେ ରହି ରୌପ୍ୟ ପଦକ ଜିତିଛନ୍ତି।
କି, ଏହି ପ୍ରତିଯୋଗିତାରୁ ୨୦୨୦ ଟୋକିଓ ଅଲିମ୍ପିକ୍ସ ନିମନ୍ତେ ଯୋଗ୍ୟତା ଅର୍ଜନ ପାଇଁ ଖେଳାଳି ଚୟନ ହେବ। କିନ୍ତୁ ଝିଲ୍ଲୀ ଅଂଶଗ୍ରହଣ କରୁଥିବା ସିନିୟର ମହିଳା ୪୫ କିଗ୍ରା ଓଜନ ବର୍ଗଟି ଅଲିମ୍ପିକ୍ସରେ ନ ଥିବାରୁ ତାଙ୍କୁ ନିରାଶ ହେବାକୁ ପଡ଼ିଛି। ଓଡ଼ିଆ ଭାରୋତ୍ତୋଳନକାରୀଙ୍କ ଏହି ସଫଳତା ଲାଗି ଚାରିଆଡ଼ୁ ସେମାନଙ୍କ ନିକଟକୁ ଶୁଭେଚ୍ଛାର ସୁଅ ଛୁଟିବାରେ ଲାଗିଛି। ରାଜ୍ୟ ସଂଘର ଉପସଭାପତି ଲକ୍ଷ୍ମୀ ନାରାୟଣ ରାଉତ, ଡ. ହରିପ୍ରସାଦ ପଟ୍ଟନାୟକ, ମନୋରଞ୍ଜନ ଦାସ, କୁମୁଦ ଚନ୍ଦ୍ର ସାହୁ, ଯୁଗ୍ମ ସମ୍ପାଦକ ରମେଶ ଚନ୍ଦ୍ର ପାଢ଼ୀ, ରବି ପ୍ରତିହାରୀ, ଜାନକୀ ବଲ୍ଲଭ ମିଶ୍ର, କୋଷାଧ୍ୟକ୍ଷ ଯଜ୍ଞ ନାରାୟଣ ନନ୍ଦ, ସଦସ୍ୟ ଗାଗାରିନ ନାୟକ, ଦୁର୍ଗାମାଧବ ନାୟକ, ଚନ୍ଦ୍ରଶେଖର ସାହୁ, କାର୍ଯ୍ୟକାରୀ ସଭାପତି ନୀଳମଣି ସାହୁ, ସମ୍ପାଦକ ନାରାୟଣ ସାହୁ ଓ ସଭାପତି ଇଂ. ଚିତ୍ତରଞ୍ଜନ ସ୍ବାଇଁ ଖେଳାଳିମାନଙ୍କୁ ଶୁଭେଚ୍ଛା ଜଣାଇବା ସହ ସେମାନଙ୍କ ଉତ୍ତୋରତ୍ତର


Enter your email to get our daily news in your inbox.

All Right Reserved By Dharitri.Com

Posted inHome, ଖେଳ View All

ସ୍ବାର୍ଥ ଯୋଗୁ ଦ୍ୱନ୍ଦ୍ୱ

ଅପରେଶନ ସିନ୍ଦୂର ବେଳେ ନିଜେ ହସ୍ତକ୍ଷେପ କରିବାରୁ ଭାରତ ଓ ପାକିସ୍ତାନ ମଧ୍ୟରେ ଯୁଦ୍ଧ ବନ୍ଦ ହୋଇଥିଲା ବୋଲି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ବାରମ୍ବାର କହିଆସୁଛନ୍ତି।…

ଜିଲା ପାଠାଗାରରେ ମିଳୁନି ମୌଳିକ ସୁବିଧା: ସମସ୍ୟା ଭୋଗୁଛନ୍ତି ଛାତ୍ରୀଛାତ୍ର

ବରଗଡ଼,୩୦।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ପାଠାଗାର ଅବ୍ୟବସ୍ଥିତଭାବେ ପଡ଼ି ରହିଛି। ଏଠାରେ ମୌଳିକ ସୁବିଧା ସୁଯୋଗ ମଧ୍ୟ ଅପହଞ୍ଚ ହୋଇ ପଡ଼ିଛି। ଏଭଳି ଅଭିଯୋଗ ନେଇ ପାଠାଗାରକୁ ନିୟମିତ…

ଆଜି ୧୨ଘଣ୍ଟିଆ ଓଡ଼ିଶା ବନ୍ଦ: ଜାଣନ୍ତୁ କ’ଣ ପଡ଼ିବ ପ୍ରଭାବ

ଭୁବନେଶ୍ୱର, ୩୦ା୯(ବନ୍ଦନା ସେଠୀ):ତ୍ରୁଟିପୂର୍ଣ୍ଣ ପାଠ୍ୟ ପୁସ୍ତକକୁ ନେଇ ନବ ନିର୍ମାଣ ଯୁବ ଛାତ୍ର ସଂଗଠନ (ଏନ୍‌ଓ୍ବାଇସିଏସ୍‌) ପକ୍ଷରୁ ବୁଧବାର ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ସକାଳ ୬ଟାରୁ…

ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ: ବିଜୁଳି-ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର,୩୦ା୯(ବନ୍ଦନା ସେଠୀ):ଉତ୍ତର-ପଶ୍ଚିମ ଏବଂ ସଂଲଗ୍ନ ପଶ୍ଚିମ- କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ସମୁଦ୍ର ପତ୍ତନଠାରୁ ୩.୧ରୁ ୪.୫ କିଲୋମିଟର ଉଚ୍ଚତା ପର୍ଯ୍ୟନ୍ତ…

ମୋହନାରୁ ବ୍ରହ୍ମପୁର ଚୋରା ଚାଲାଣ ବେଳେ ଧରାପଡ଼ିଲେ ୨ ଗଞ୍ଜେଇ ବେପାରୀ: ୨୩ କେଜି ଗଞ୍ଜେଇ ସହ…

ଦିଗପହଣ୍ଡି ,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ଟିମ୍ ମଙ୍ଗଳବାର ଅପରାହ୍ନରେ ଗଞ୍ଜେଇ ଚୋରା ଚାଲାଣ ପଣ୍ଡ କରିବା ସହ ଏକ ଗଞ୍ଜେଇ…

ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ବିରୋଧରେ ମହାମେଳି: ଅସନ୍ତୋଷ ଝାଡ଼ିଲେ ବରିଷ୍ଠ ନେତା, ପଞ୍ଚାୟତ ନିର୍ବାଚନ ପୂର୍ବରୁ…

ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ନିର୍ବାଚନ ମଣ୍ଡଳୀର ବରିଷ୍ଠ ଭାଜପା କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବରିଷ୍ଠ…

ରାଜନଗରରେ ସୁଜାତାଙ୍କ ସନ୍ଦେହଜନକ ମୃତ୍ୟୁ: ଶାଶୂଘର ଲୋକଙ୍କ ବିରୋଧରେ ହତ୍ୟା ଅଭିଯୋଗ, ସ୍ୱାମୀଙ୍କୁ ଅଟକ ରଖିଲା…

ରାଜନଗର,୨୯।୯(ଭାସ୍କର ରାଉତରାୟ): ରାଜନଗର ଥାନା ଅନ୍ତର୍ଗତ ସାନବଡ଼ ଗୋପାଳପୁର ପଞ୍ଚାୟତ ଗୋସିଗାଁର ଇନ୍ଦ୍ରମଣି ରାଉତଙ୍କ ବୋହୂ ସୁଜାତା ପ୍ରଧାନଙ୍କର ସନ୍ଦେହଜନକ ମୃତ୍ୟୁ ଘଟିଛି। ଏହି ଘଟଣାରେ ଶାଶୂଘର…

ସିରିଜ୍‌ ବିଜୟ ଲକ୍ଷ୍ୟରେ ଭାରତ, ପୁଣି କୋହଲିଙ୍କ ଉପରେ ପ୍ରଶଂସକଙ୍କ ନଜର

ଗୁଆହାଟୀ,୨୯ା୯: ଭାରତ-ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ବୁଧବାର ଚଳିତ ଦିନିକିଆ ସିରିଜ୍‌ର ଦ୍ୱିତୀୟ ମ୍ୟାଚ୍‌ ଖେଳାଯିବ। ପ୍ରଥମ ମ୍ୟାଚ୍‌କୁ ବିରାଟ କୋହଲି ଓ ଶୁବମନ ଗିଲ୍‌ଙ୍କ ଶତକ ବଳରେ ଅତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?