Posted inଖେଳ

ରାଜ୍ୟଗୋଷ୍ଠୀ ଶୁଟିଂ, ଆର୍ଚେରୀ ଇଭେଣ୍ଟ ଭାରତରେ

ଲଣ୍ଡନ, ୨୪ା୨ (ପି.ଟି.)-୨୦୨୨ ଜାନୁୟାରୀରେ ଭାରତ ରାଜ୍ୟଗୋଷ୍ଠୀ ଶୁଟିଂ ଓ ଆର୍ଚେରୀ ଚାମ୍ପିୟନଶିପ୍‌ ଆୟୋଜନ କରିବ। ଏହି ଦୁଇଟି ଇଭେଣ୍ଟର ପଦକଗୁଡ଼ିକ ବର୍ମିଂହାମ ଗେମ୍ସର ଚୂଡ଼ାନ୍ତ ତାଲିକାରେ ସାମିଲ କରାଯିବ। ରାଜ୍ୟଗୋଷ୍ଠୀ କ୍ରୀଡ଼ା ମହାସଂଘ (ସିଜିଏଫ୍‌) ଏହି ପ୍ରସ୍ତାବ ଗୃହୀତ ହୋଇଯାଇଛି। ଏହା ଏକ ବିରଳ ଦୃଷ୍ଟାନ୍ତ। ବର୍ମିଂହାମ ରାଜ୍ୟଗୋଷ୍ଠୀ କ୍ରୀଡ଼ା ଉଦ୍‌ଯାପନର ଏକ ସପ୍ତାହ ପରେ ଏହି ପଦକଗୁଡ଼ିକୁ ସାମିଲ କରାଯିବ। ଏଠାରେ ଗତ ୨୧ ରୁ ୨୩ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ସିଜିଏଫ୍‌ କାର୍ଯ୍ୟନିର୍ବାହୀ ପରିଷଦ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ଏହାକୁ ଭାରତର ଏକ ବଡ଼ ବିଜୟ ବୋଲି କୁହାଯାଇପାରେ। କାରଣ ରାଜ୍ୟଗୋଷ୍ଠୀ କ୍ରୀଡ଼ାରୁ ଶୁଟିଂ ଏବଂ ଏକ ଅତିରିକ୍ତ କ୍ରୀଡ଼ା ଆର୍ଚେରୀକୁ ବାଦ୍‌ ଦିଆଯିବା ଲାଗି ବିଚାର ପରେ ପ୍ରତିବାଦ ସ୍ବରୂପ ଆସନ୍ତା ବର୍ମିଂହାମ ସଂସ୍କରଣରୁ ଭାରତ ଓହରିଯିବ ବୋଲି ଧମକ ଦେଇଥିଲା। ଚଣ୍ଡୀଗଡ଼ରେ ୨୦୨୨ ଜାନୁୟାରୀରେ ଶୁଟିଂ ଓ ଆର୍ଚେରୀ ଇଭେଣ୍ଟ ହେବାକୁ ଥିବାବେଳେ ବର୍ମିଂହାମ ରାଜ୍ୟଗୋଷ୍ଠୀ କ୍ରୀଡ଼ା ୨୦୨୨ ଜୁଲାଇ ୨୭ରୁ ଅଗଷ୍ଟ ୭ ପର୍ଯ୍ୟନ୍ତ ହେବ। ନ୍ୟାଶନାଲ ରାଇଫଲ ଆସୋସିଏଶନ ଅଫ୍‌ ଇଣ୍ଡିଆ (ଏନ୍‌ଆର୍‌ଏଆଇ) ସଭାପତି ରଣଧୀର ସିଂ ସିଜିଏଫ୍‌ର ଏହି ନିଷ୍ପତ୍ତିକୁ ସ୍ବାଗତ କରିବା ସହ ଅଭିନବ ଏବଂ ଅଦ୍ଭୂତପୂର୍ବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହ ଅଭିଯାନ ଶେଷ କଲା ଆଫଗାନିସ୍ତାନ

ଚେନ୍ନାଇ,୧୯ା୨- ଇବ୍ରାହିମ ଜଦ୍ରାନଙ୍କ ଅପରାଜିତ ୯୫ ରନ୍‌ ଏବଂ ମହମ୍ମଦ ନବିଙ୍କ ଯାଦୁଗରୀ ବୋଲିଂ ବଳରେ ଗୁରୁବାର ସନ୍ଧ୍ୟାରେ ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ର ଏକ ଲିଗ୍‌ ମ୍ୟାଚ୍‌ରେ…

ବିଷାକ୍ତ ଗ୍ୟାସ୍‌ ଲିକ୍‌: ଚାଲିଗଲା ୩୭ ଜୀବନ

ଆବୁଜା,୧୯ା୨: ନାଇଜେରିଆର ଉତ୍ତର କେନ୍ଦ୍ରୀୟ ଅଞ୍ଚଳସ୍ଥିତ ଏକ ଖଣିରୁ ବିଷାକ୍ତ ଗ୍ୟାସ୍‌ ଲିକ୍‌ ହେବା ଯୋଗୁ ସେଠାରେ କାର୍ଯ୍ୟ କରୁଥିବା ଲୋକଙ୍କ ମଧ୍ୟରୁ ୩୭ଜଣଙ୍କ ମୃତ୍ୟୁ ହୋଇଛି।…

ଇଟାଲିକୁ ପରାସ୍ତ କରି ସୁପର-୮ରେ ପହଞ୍ଚିଲା ଓ୍ବେଷ୍ଟଇଣ୍ଡିଜ

କୋଲକାତା,୧୯ା୨: ଅଧିନାୟକ ଶାଇ ହୋପ୍‌ଙ୍କ ଅପରାଜିତ ଅର୍ଦ୍ଧଶତକ ଏବଂ ବୋଲରଙ୍କ ଶୃଙ୍ଖଳିତ ବୋଲିଂ ସହାୟତାରେ ଓ୍ବେଷ୍ଟଇଣ୍ଡିଜ ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଇଟାଲିକୁ ୪୨ ରନରେ ପରାସ୍ତ…

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

ଓପନର ଅଭିଷେକଙ୍କୁ ଏଭଳି ପରାମର୍ଶ ଦେଲେ ଗାଭାସ୍କର, ଜାଣନ୍ତୁ…

ଅହମଦାବାଦ,୧୯ା୨: ଟି୨୦ ବିଶ୍ୱକପ୍‌ରେ ସଂଘର୍ଷ କରୁଥିବା ଭାରତୀୟ ଓପନର ଅଭିଷେକ ଶର୍ମାଙ୍କୁ ବ୍ୟାଟିଂ କିମ୍ବଦନ୍ତୀ ସୁନୀଲ ଗାଭାସ୍କର ଏକ ପରାମର୍ଶ ଦେଇଛନ୍ତି। ଅଭିଷେକଙ୍କୁ ଇନିଂସ ଆରମ୍ଭରୁ ଆକ୍ରସ…

T20 World Cupରେ ଇତିହାସ ରଚିଲା ଜିମ୍ବାଓ୍ବେ, ଶ୍ରୀଲଙ୍କାକୁ ହରାଇ କଲା ମହାରେକର୍ଡ

ନୂଆଦିଲ୍ଲୀ,୧୯।୨: 2026 T20 World Cupର ୩୮ତମ ଲିଗ ମ୍ୟାଚ ଶ୍ରୀଲଙ୍କା ଏବଂ ଜିମ୍ବାୱେ ମଧ୍ୟରେ କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିଲା। ଜିମ୍ବାୱେ ଏହି ମ୍ୟାଚକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri